ନୂଆଦିଲ୍ଲୀର ଭାରତ ମଣ୍ଡପମରେ ବିଶ୍ୱ ବିମାନ ପରିବହନ ଶିଖର ସମ୍ମିଳନୀର ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 02nd, 05:34 pm

ଆଇ. ଏ. ଟି. ଏ. ର 81ତମ ବାର୍ଷିକ ସାଧାରଣ ସଭାରେ, ଏବଂ ବିଶ୍ୱ ବିମାନ ପରିବହନ ଶିଖର ସମ୍ମିଳନୀରେ, ମୁଁ ଆପଣ ସମସ୍ତ ଅତିଥିଙ୍କୁ ଭାରତକୁ ସ୍ୱାଗତ କରୁଛି ଏବଂ ଆପଣଙ୍କୁ ଅଭିନନ୍ଦନ ଜଣାଉଛି। 4 ଦଶନ୍ଧି ପରେ ଭାରତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି 4 ଦଶନ୍ଧି ମଧ୍ୟରେ ଭାରତରେ ଅନେକ କିଛି ବଦଳିଛି। ଆଜିର ଭାରତ ପୂର୍ବ ଅପେକ୍ଷା ଅଧିକ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ। ଆମେ କେବଳ ବିଶ୍ୱ ବିମାନ ଚଳାଚଳ ଇକୋ-ସିଷ୍ଟମରେ ଏକ ବିଶାଳ ବଜାର ନୁହେଁ, ବରଂ ନୀତିଗତ ନେତୃତ୍ୱ, ନବସୃଜନ ଏବଂ ସମାବେଶୀ ବିକାଶର ପ୍ରତୀକ ମଧ୍ୟ ଅଟେ । ଆଜି ଭାରତ ବିଶ୍ୱ ମହାକାଶ-ବିମାନ ଚଳାଚଳ କ୍ଷେତ୍ରରେ ଏକ ଉଦୀୟମାନ ନେତୃତ୍ୱ ନେଉଛି। ବିଗତ ଦଶନ୍ଧିରେ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଯେଉଁ ଐତିହାସିକ ସଫଳତା ମିଳିଛି, ତାହା ଆପଣମାନେ ସମସ୍ତେ ଜାଣନ୍ତି।

ଆଇଏଟିଏ ର ୮୧ତମ ବାର୍ଷିକ ସାଧାରଣ ବୈଠକ ଏବଂ ବିଶ୍ୱ ବାୟୁ ପରିବହନ ସମ୍ମିଳନୀର ଅଧିବେଶନକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

June 02nd, 05:00 pm

ବିଶ୍ୱସ୍ତରୀୟ ବିମାନ ଭିତ୍ତିଭୂମି ବିକାଶ ଏବଂ ସଂଯୋଗ ବୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଟରନାସନାଲ୍ ଏୟାର ଟ୍ରାନ୍ସପୋର୍ଟ ଆସୋସିଏସନ (ଆଇଏଟିଏ)ର ୮୧ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ) ଏବଂ ୱାର୍ଲଡ୍ ଏୟାର ଟ୍ରାନ୍ସପୋର୍ଟ ସମିଟ୍ (ଡବ୍ଲୁଏଟିଏସ)ର ଅଧିବେଶନରେ ଉଦବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଅତିଥିମାନଙ୍କୁ ସ୍ୱାଗତ କରି ଚାରି ଦଶନ୍ଧି ପରେ ଭାରତକୁ ଫେରିବା ଘଟଣାଟିର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଏହି ସମୟ ମଧ୍ୟରେ ଭାରତ ଯେଉଁ ଉଲ୍ଲେଖନୀୟ ପରିବର୍ତ୍ତନ ଆଣିଛି ତାହା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ କହିଥିଲେ ଯେ ଆଜିର ଭାରତ ପୂର୍ବାପେକ୍ଷା ଅଧିକ ଆତ୍ମବିଶ୍ୱାସୀ। କେବଳ ଏକ ବିଶାଳ ବଜାର ଭାବରେ ନୁହେଁ ବରଂ ନୀତି ନେତୃତ୍ୱ, ନବସୃଜନ ଏବଂ ସମନ୍ବିତ ବିକାଶର ପ୍ରତୀକ ଭାବରେ ସେ ବିଶ୍ୱ ବିମାନ ଚଳାଚଳ ଇକୋସିଷ୍ଟମରେ ଭାରତର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ଆଜି, ଭାରତ ମହାକାଶ-ବିମାନ ଚଳାଚଳ କ୍ଷେତ୍ରରେ ଏକ ବିଶ୍ୱ ନେତା ଭାବରେ ଉଭା ହେଉଛି, ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ। ସେ ଏହି ଅବସରରେ ଉଲ୍ଲେଖ କରିଥିଲେ ଯେ ବେସାମରିକ ବିମାନ ଚଳାଚଳ କ୍ଷେତ୍ର ଗତ ଦଶନ୍ଧିରେ ଐତିହାସିକ ଉନ୍ନତି ଦେଖିଛି, ଯାହାକୁ ସ୍ୱୀକୃତି ମିଳିପାରିଛି।

ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରେ ଜୁନ୍ ୨ ତାରିଖରେ ଆନ୍ତର୍ଜାତିକ ବାୟୁ ପରିବହନ ସଂଘର ୮୧ତମ ବାର୍ଷିକ ସାଧାରଣ ବୈଠକ (ଆଇଏଟିଏ ଏଜିଏମ୍)ରେ ଯୋଗ ଦେବେ

June 01st, 08:01 pm

ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ଏବଂ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବାର ପ୍ରତିବଦ୍ଧତା ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨ ତାରିଖ ଅପରାହ୍ଣ ପ୍ରାୟ ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଆନ୍ତର୍ଜାତିକ ବାୟୁ ପରିବହନ ସଂଘ (ଇଣ୍ଟରନ୍ୟାସନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏସନ-ଆଇଏଟିଏ)ର ବାର୍ଷିକ ସାଧାରଣ ବୈଠକ (ଏଜିଏମ୍)ରେ ଯୋଗ ଦେବେ । ଏହି ଅବସରରେ ସେ ଉପସ୍ଥିତ ସମାରୋହକୁ ମଧ୍ୟ ସମ୍ବୋଧିତ କରିବେ ।