ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:45 am

କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …

ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:30 am

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।

୧୪ ଜାନୁଆରୀରେ ଭାରତ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

January 13th, 11:14 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଜାନୁଆରୀ ସକାଳ ପ୍ରାୟ ୧୦:୩୦ ସମୟରେ ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍‌ରେ ଭାରତ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସମାରୋହରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

ବାତ୍ୟା “ବିପର୍ଯ୍ୟୟ”ର ମୁକାବିଲା ପ୍ରସ୍ତୁତି ସଂକ୍ରାନ୍ତ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

June 12th, 04:23 pm

ଆରବ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ର୍ରିକ ବାତ୍ୟା ଭୀଷଣ ଆକାର ଧାରଣ କରି ଗୁଜରାଟ ଉପକୂଳ ଆଡେ ମୁହାଁଇଛି । ‘ବିପର୍ଯ୍ୟୟ’ ନାମକ ଏହି ସାମୁଦ୍ରିକ ବାତ୍ୟାର ମୁକାବିଲା କରି କ୍ଷୟକ୍ଷତିକୁ କିପରି ଯଥା ସାଧ୍ୟ କମ୍ କରାଯାଇପାରିବ ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଜି ଏଠାରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅମିତ ଶାହା, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମକର୍ତ୍ତା ଯୋଗ ଦେଇଥିଲେ ।

PM chairs emergency high-level meeting to review preparedness for Cyclone Hudhud

October 11th, 08:43 pm

PM chairs emergency high-level meeting to review preparedness for Cyclone Hudhud