ଓମାନରେ ଭାରତୀୟ ଛାତ୍ର ଏବଂ ଭାରତୀୟ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 18th, 12:32 pm
ଏହି ଯୁବ ଉତ୍ସାହ, ତୁମର ଶକ୍ତି, ଏଠାକାର ସମ୍ପୂର୍ଣ୍ଣ ପରିବେଶକୁ ଚଳଚଞ୍ଚଳ କରିଦେଇଛି । ମୁଁ ସେହି ସମସ୍ତ ଭାଇ-ଭଉଣୀମାନଙ୍କୁ ମଧ୍ୟ ପ୍ରଣାମ କରୁଛି ଯେଉଁମାନେ ସ୍ଥାନର ଅଭାବ ଯୋଗୁଁ ଏହି ହଲରେ ନାହାନ୍ତି ଏବଂ ନିକଟବର୍ତ୍ତୀ ହଲ୍ରେ ସ୍କ୍ରିନରେ ଏହି କାର୍ଯ୍ୟକ୍ରମକୁ ଲାଇଭ ଦେଖୁଛନ୍ତି । ଏବେ ଆପଣ କଳ୍ପନା କରିପାରିବେ, ଯଦି ଏତେ ଦୂର ଆସିଲେ ଏବଂ ଭିତରକୁ ଆସିପାରିଲେ ନାହିଁ, ତେବେ ସେମାନଙ୍କ ମନରେ କ’ଣ ଚାଲିଥିବ ।ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 18th, 12:31 pm
ସମାବେଶକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଭାରତରେ ରହୁଥିବା ପରିବାର ଏବଂ ବନ୍ଧୁମାନଙ୍କ ତରଫରୁ ସମୁଦାୟକୁ ଶୁଭେଚ୍ଛା ଜଣାଇଥିଲେ। ସେ ସେମାନଙ୍କର ଅତି ଚମତ୍କାର ଏବଂ ରଙ୍ଗାରଙ୍ଗ ସ୍ୱାଗତ ପାଇଁ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ ଓମାନରେ ବସବାସ କରୁଥିବା ଭାରତର ବିଭିନ୍ନ ଅଂଶରୁ ଲୋକଙ୍କୁ ଭେଟି ସେ ଖୁବ୍ ଆନନ୍ଦିତ, ଏବଂ ଉଲ୍ଲେଖ କରିଥିଲେ ଯେ ବିବିଧତା ହେଉଛି ଭାରତୀୟ ସଂସ୍କୃତିର ମୂଳଦୁଆ - ଏକ ମୂଲ୍ୟ ଯାହା ସେମାନଙ୍କୁ ଯେକୌଣସି ସମାଜର ଅଂଶ ହେବାରେ ସାହାଯ୍ୟ କରେ। ଓମାନରେ ଭାରତୀୟ ସମ୍ପ୍ରଦାୟକୁ କେତେ ଭଲ ଭାବରେ ସମ୍ମାନିତ କରାଯାଏ ସେ, ବିଷୟରେ କହିବାକୁ ଯାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ, ସହାବସ୍ଥାନ ଏବଂ ସହଯୋଗ ଭାରତୀୟ ପ୍ରବାସୀମାନଙ୍କର ଏକ ପ୍ରମୁଖ ପରିଚୟ।ଜି୨୦ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
November 23rd, 04:05 pm
ଯେତେବେଳେ ଆଜିର ଦୁନିଆରେ ପ୍ରଯୁକ୍ତି ଦିନକୁ ଦିନ ଆଗକୁ ଅଗ୍ରଗତି କରିଚାଲିଛି, ଉଭୟ ସୁଯୋଗ ଏବଂ ସମ୍ପଦ କିଛି ମାତ୍ର ଲୋକଙ୍କ ହାତରେ ଅଧିକ ମାତ୍ରାରେ ଠୁଳ ହେବାରେ ଲାଗିଛି। ସମଗ୍ର ବିଶ୍ୱରେ, ଜଟିଳ ପ୍ରଯୁକ୍ତି ନିମନ୍ତେ ପ୍ରତିଯୋଗିତା ତୀବ୍ରତର ହେବାରେ ଲାଗିଛି। ଏହା ମାନବ ସମାଜ ପାଇଁ ଚିନ୍ତାର ବିଷୟ ପାଲଟିଛି, ଏବଂ ଏହା ମଧ୍ୟ ନବାଚାର କ୍ଷେତ୍ରରେ ପ୍ରତିବନ୍ଧକ ଭାବରେ ଉଭା ହୋଇଛି। ଏହି ସମସ୍ୟାର ମୁକାବିଲା ନିମନ୍ତେ, ଆମକୁ ଆମର ଆଭିମୁଖ୍ୟ ଓ କାର୍ଯ୍ୟପନ୍ଥାରେ ମୌଳିକ ପରିବର୍ତ୍ତନ ଆଣିବା ଜରୁରୀ ହୋଇପଡ଼ିଛି।ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି
November 23rd, 12:45 pm
ଜୋହାନ୍ସବର୍ଗ” ଭଳି ଏକ ଜୀବନ୍ତ ଏବଂ ସୁନ୍ଦର ନଗରୀରେ ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକରେ ଅଂଶଗ୍ରହଣ କରିବା ମୋ ପାଇଁ ଏକ ଅତ୍ୟନ୍ତ ଆନନ୍ଦର ବିଷୟ ବୋଲି ମୁଁ କହିବାକୁ ଚାହେଁ। ଏହି କାର୍ଯ୍ୟକ୍ରମ ନିମନ୍ତେ ମୁଁ 'ଇବସା'ର ଅଧ୍ୟକ୍ଷ, ରାଷ୍ଟ୍ରପତି ଲୁଲାଙ୍କୁ ମୋର ହୃଦୟରୁ କୃତଜ୍ଞତା ବ୍ୟକ୍ତ କରୁଛି। ଏବଂ ଶ୍ରୀ ରାମାଫୋସାଙ୍କ ଭବ୍ୟ ଆତିଥ୍ୟ ସତ୍କାର ନିମନ୍ତେ ତାଙ୍କୁ ମଧ୍ୟ ମୋର ଧନ୍ୟବାଦ ପ୍ରଦାନ କରୁଛି।ଜୋହାନ୍ସବର୍ଗରେ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
November 23rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ବୈଠକ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିୟୋ ଲୁଲା ଦା ସିଲଭା ଏଥିରେ ଯୋଗ ଦେଇଥିଲେ ।ଜି୨୦ ଶିଖର ସମ୍ମିଳନୀର ପ୍ରଥମ ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 22nd, 09:36 pm
ଆରମ୍ଭରେ, ମୁଁ ରାଷ୍ଟ୍ରପତି ରାମାଫୋସାଙ୍କୁ ଜି୨୦ ଶିଖର ସମ୍ମିଳନୀର ଚମତ୍କାର ଆୟୋଜନ ଏବଂ ସଫଳ ଅଧ୍ୟକ୍ଷତା ପାଇଁ ଅଭିନନ୍ଦନ ଜଣାଉଛି।ଜୋହାନ୍ସବର୍ଗ ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
November 22nd, 09:35 pm
ଉନ୍ମୋଚନ ଅଧିବେଶନରେ ସମାବେଶୀ ଏବଂ ପୋଷଣୀୟ ଆର୍ଥିକ ବିକାଶରେ କାହାକୁ ପଛରେ ନ ଛାଡ଼ିବା' ଶୀର୍ଷକ ପ୍ରସଙ୍ଗରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ କୁଶଳୀ ସ୍ଥାନରନ୍ତଣ, ପର୍ଯ୍ୟଟନ, ଖାଦ୍ୟ ନିରାପତ୍ତା, କୃତ୍ରିମ ପ୍ରଜ୍ଞା, ଡିଜିଟାଲ ଅର୍ଥନୀତି, ନବାସାର ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହି ଗୋଷ୍ଠୀ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପ୍ରସଙ୍ଗରେ, ସେ ଉଲ୍ଲେଖ କରିଥିଲେ ଯେ ନୂଆଦିଲ୍ଲୀ ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିବା କେତେକ ଐତିହାସିକ ନିଷ୍ପତ୍ତିକୁ ଆଗକୁ ଆଗେଇ ନିଆଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଆରୋପ ପୂର୍ବକ ସୂଚାଇଥିେ ଯେ ବର୍ତ୍ତମାନ ସମୟ ଆସିଛି ଯେତେବେଳେ ଆମକୁ ବିକାଶର ନୂଆ ନୂଆ ମାପଦଣ୍ଡ ଦୃଷ୍ଟିରୁ ଦେଖିବା ଉଚିତ, ଯାହା ଫଳରେ ବିକାଶ କ୍ଷେତ୍ରରେ ଥିବା ଅସନ୍ତୁଳନକୁ ମେଣ୍ଟାଯାଇ ପାରିବ ଏବଂ ପ୍ରାକୃତିକ ସମ୍ପଦର ମାତ୍ରାତିରିକ୍ତ ଉତ୍ତୋଳନକୁ ମଧ୍ୟ ରୋକାଯାଇ ହେବ। ବିଶେଷ କରି ଯେତେବେଳେ ଜି- ୨୦ ଶିଖର ସମ୍ମିଳନୀ ପ୍ରଥମ ଥର ପାଇଁ ଆଫ୍ରିକା ଭୂଇଁରେ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ, ସେ ଦର୍ଶାଇଥିଲେ ଯେ ସାମଗ୍ରିକ ମାନବିକତା'ର ଚିନ୍ତାଧାରା ଯାହା କି ଭାରତର ସଭ୍ୟତାଗତ ପ୍ରଜ୍ଞା ଉପରେ ଆଧାରିତ ତାହା ଅଧିକ ମାତ୍ରାରେ ଉପଯୋଗ କରାଯିବା ଉଚିତ। ସାମଗ୍ରିକ ମାନବବାଦକୁ ବ୍ୟାଖ୍ୟା କରିବାକୁ ଯାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ମାନବ, ସମାଜ ଏବଂ ପ୍ରକୃତିର ସାମଗ୍ରିକ ଚିନ୍ତାଧାରାକୁ ହିଁ ଆଧାର କରି ଆଗକୁ ଅଗ୍ରସର ହୋଇଥାଏ ଏବଂ ସେଥି ନିମନ୍ତେ ପ୍ରଗତି ପଥରେ ସକଳ ପ୍ରକାର ସମନ୍ୱୟ ରକ୍ଷା କରାଯାଇଥାଏ ଏବଂ ଏହା ଧରିତ୍ରୀ ଅବଶ୍ୟ ହାସଲ କରିପାରିବ।Prime Minister Narendra Modi to participate in G20 Leaders’ Summit in Johannesburg, South Africa
November 19th, 10:42 pm
PM Modi will visit Johannesburg, South Africa, from 21-23 November 2025 to attend the 20th G20 Leaders’ Summit. During the Summit sessions, the PM will present India’s perspectives on key issues on the G20 agenda. On the margins of the Summit, he will hold bilateral meetings with world leaders and will also participate in the India-Brazil-South Africa (IBSA) Leaders’ Meeting being hosted by South Africa.ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ନୂଆଦିଲ୍ଲୀ ଏନଡିଟିଭି ୱାର୍ଲଡ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 17th, 11:09 pm
ମହାମହିମ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହାରିନି ଅମରସୂର୍ଯ୍ୟାଜୀ, ମହାମହିମ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୋ ବନ୍ଧୁ ଟୋନି ଆବଟ୍ଟଜୀ, ମହାମହିମ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଜୀ, ଅନ୍ୟାନ୍ୟ ବନ୍ଧୁଗଣ, ନମସ୍କାର ।ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୫ରେ ପ୍ରଧାମନ୍ତ୍ରୀଙ୍କ ଉଦବୋଧନ
October 17th, 08:00 pm
ନୂଆଦିଲ୍ଲୀ,୧୭.୧୦.୨୦୧୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ‘ଏନଡିଟିଭି ବିଶ୍ବ ସମ୍ମିଳନୀ ୨୦୨୫’ରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ସମ୍ବୋଧନ କରି ସେ ଉପସ୍ଥିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଲୋକମାନଙ୍କୁ ଦୀପାବଳୀର ଅଭିନନ୍ଦନ ଜଣାଇ ସେ କହିଥିଲେ ଯେ, ଏନଡିଟିଭି ବିଶ୍ବ ସମ୍ମିଳନୀ ପାର୍ବଣର ଉତ୍ସବମୁଖର ସମୟରେ ଆୟୋଜିତ ହୋଇଛି । ସେ ଅଧିବେଶନର ବିଷୟବସ୍ତୁ ଅଜେୟ ଭାରତକୁ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ, ଏହା ଯଥେଷ୍ଟ ଉପଯୁକ୍ତ, କାରଣ ଆଜିର ଭାରତ ବନ୍ଦ ହେବାର ମନୋଭାବରେ ନାହିଁ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ବନ୍ଦ ହେବ ନାହିଁ, ଏହା ବନ୍ଦ ହେବ ନାହିଁ, ୧୪୦ କୋଟି ଭାରତୀୟ ଏକତ୍ର ଦ୍ରୁତ ଗତିରେ ଆଗକୁ ବଢ଼ୁଛନ୍ତି।”ଭାରତ-ବ୍ରିଟେନ ମିଳିତ ବିବୃତ୍ତି
October 09th, 03:24 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ବ୍ରିଟେନର ପ୍ରଧାନମନ୍ତ୍ରୀ ସାର୍ କୀର ଷ୍ଟାରମର ୮ ଓ ୯ ଅକ୍ଟୋବର, ୨୦୨୫ରେ ଭାରତ ଆସିଥିଲେ । ତାଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଆସିଥିଲେ, ଯେଉଁଥିରେ ବ୍ୟବସାୟ ଓ ବାଣିଜ୍ୟ ରାଷ୍ଟ୍ର ସଚିବ ତଥା ବାଣିଜ୍ୟ ବୋର୍ଡର ଅଧ୍ୟକ୍ଷ ସାଂସଦ ମାନ୍ୟବର ପିଟର କାଇଲ, ସ୍କଟଲ୍ୟାଣ୍ଡ ରାଷ୍ଟ୍ର ସଚିବ ତଥା ସାଂସଦ ମାନ୍ୟବର ଡଗ୍ଲସ୍ ଆଲେକଜାଣ୍ଡର, ନିବେଶ ମନ୍ତ୍ରୀ ଶ୍ରୀ ଜେସନ ଷ୍ଟକ୍ଉଡଙ୍କ ସହ ୧୨୫ ଜଣ ପ୍ରମୁଖ ସିଇଓ, ଉଦ୍ୟୋଗୀ, ବିଶ୍ୱବିଦ୍ୟାଳୟର କୁଳପତି ଓ ସାଂସ୍କୃତିକ ନେତୃବୃନ୍ଦ ଯୋଗ ଦେଇଥିଲେ। ଏହି ଗସ୍ତ ସମୟରେ ଭାରତ ଓ ବ୍ରିଟେନ ମଧ୍ୟରେ ଦ୍ୱିପକ୍ଷୀୟ ସମ୍ପର୍କ ସୁଦୃଢ଼ କରିବା, ବାଣିଜ୍ୟ, ନିବେଶ ଓ ଶିକ୍ଷା କ୍ଷେତ୍ରରେ ସହଯୋଗ ବୃଦ୍ଧି କରିବା ସହିତ ସାଂସ୍କୃତିକ ଆଦାନପ୍ରଦାନ ବିଷୟରେ ଆଲୋଚନା ହୋଇଥିଲା।ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 02:51 pm
ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 09th, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।ସରକାରଙ୍କ ମୁଖ୍ୟ ଭାବେ ୨୫ତମ ବର୍ଷରେ ପଦାର୍ପଣ କରିବା ଅବସରରେ ଜନତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
October 07th, 10:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ମୁଖ୍ୟ ଭାବେ, ତାଙ୍କ ୨୫ତମ ସେବା ବର୍ଷରେ ପଦାର୍ପଣ କରିବା ଅବସରରେ ଭାରତର ଜନସାଧାରଣଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି। ୨୦୦୧ ମସିହା ଆଜିର ଦିନରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ତାଙ୍କ ଯାତ୍ରାକୁ ମନେ ପକାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଲୋକଙ୍କ ଜୀବନକୁ ଉନ୍ନତ କରିବା ଏବଂ ଦେଶର ପ୍ରଗତିରେ ଯୋଗଦାନ ଦେବା ତାଙ୍କର ନିରନ୍ତର ପ୍ରୟାସ।ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 25th, 10:22 am
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ଉତ୍ତର ପ୍ରଦେଶ ବିଜେପି ସଭାପତି ଭୂପେନ୍ଦ୍ର ଚୌଧୁରୀ , ଶିଳ୍ପ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ।ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ -୨୦୨୫’କୁ ଉଦଘାଟନ ଏବଂ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀରେ ଯୋଗ ଦେଇଥିବା ସମସ୍ତ ବ୍ୟବସାୟୀ, ନିବେଶକ, ଉଦ୍ୟୋଗୀ ଏବଂ ଯୁବ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୨,୨୦୦ ରୁ ଅଧିକ ପ୍ରଦର୍ଶକ ସେମାନଙ୍କର ଉତ୍ପାଦ ଏବଂ ସେବା ପ୍ରଦର୍ଶନ କରୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଏହି ବାଣିଜ୍ୟ ପ୍ରଦର୍ଶନୀର ସଂସ୍କରଣ ପାଇଁ ଋଷ ଦେଶ ଅଂଶୀଦାର ବୋଲି ଆଲୋକପାତ କରିଛନ୍ତି, ଯାହା ଏକ ପରୀକ୍ଷିତ ସହଭାଗୀ ସୁଦୃଢ଼ତାର ଗୁରୁତ୍ୱ ବହନ କରୁଛି। ସେ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସରକାରୀ ସହକର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଅବସରଟି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ସହିତ ସମ୍ପୃକ୍ତ ଅଟେ, ଯିଏ ସମାଜର ସବୁଠୁ ପଛରେ ପଡ଼ିଥିବା ବ୍ୟକ୍ତିଙ୍କ ଉନ୍ନତି ପାଇଁ - ଅନ୍ତ୍ୟୋଦୟ ପଥ ଉପରେ ଦେଶକୁ ନେତୃତ୍ୱ ଦେଇଥିଲେ। ସେ ଜୋର ଦେଇ କହିଛନ୍ତି ଯେ, ଅନ୍ତ୍ୟୋଦୟ ଅର୍ଥ ହେଉଛି ବିକାଶକୁ ତ୍ରୁଣମୂଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା, ସମସ୍ତ ପ୍ରକାରର ଭେଦଭାବକୁ ଦୂର କରିବା। ସେ ଆହୁରି ମଧ୍ୟ ମନ୍ତବ୍ୟ ଦେଇଛନ୍ତି ଯେ, ଭାରତ ବର୍ତ୍ତମାନ ଏହି ସମାବେଶୀମୂଳକ ଉନ୍ନତିର ମଡେଲ୍କୁ ବିଶ୍ୱ ସାମ୍ନାରେ ଏକ ଉଦାହରଣ ଭାବରେ ପ୍ରଦର୍ଶନ କରୁଛି।ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 21st, 06:09 pm
ଶକ୍ତି ପୂଜାର ପର୍ବ ନବରାତ୍ରୀ, ଆସନ୍ତାକାଲିଠାରୁ ଆରମ୍ଭ ହେଉଛି। ଆପଣମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା! ନବରାତ୍ରୀର ପ୍ରଥମ ଦିନରୁ, ଦେଶ ଆତ୍ମନିର୍ଭରଶୀଳ ଭାରତ ଅଭିଯାନ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଏବଂ ବଡ଼ ପଦକ୍ଷେପ ନେଉଛି। ଆସନ୍ତାକାଲି, ସେପ୍ଟେମ୍ବର 22 ତାରିଖ ସୂର୍ଯ୍ୟୋଦୟ ସହିତ ନବରାତ୍ରୀର ପ୍ରଥମ ଦିନଠାରୁ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର କାର୍ଯ୍ୟକାରୀ ହେବ। ଅନ୍ୟ ଅର୍ଥରେ କହିବାକୁ ଗଲେ ଆସନ୍ତାକାଲିଠାରୁ ଦେଶରେ ଏକ ଜିଏସଟି ସଞ୍ଚୟ ମହୋତ୍ସବ ଆରମ୍ଭ ହେବାକୁ ଯାଉଛି। ଏହି ଜିଏସଟି ସଞ୍ଚୟ ମହୋତ୍ସବ ଆପଣଙ୍କର ସଞ୍ଚୟ ବୃଦ୍ଧି କରିବ ଏବଂ ଆପଣ ଚାହୁଁଥିବା ଜିନିଷଗୁଡ଼ିକୁ ଅଧିକ ସହଜରେ କିଣିପାରିବେ। ଆମ ଦେଶର ଗରିବ, ମଧ୍ୟବିତ୍ତ ବର୍ଗର ଲୋକ, ନବମଧ୍ୟବିତ୍ତ ବର୍ଗ, ଯୁବବର୍ଗ, କୃଷକ, ମହିଳା, ଦୋକାନୀ, ବ୍ୟବସାୟୀ, ଉଦ୍ୟୋଗୀ, ସମସ୍ତେ ଏହି ସଞ୍ଚୟ ମହୋତ୍ସବରୁ ବହୁତ ଲାଭ ପାଇବେ। ଏହାର ଅର୍ଥ ହେଉଛି ଏହି ପାର୍ବଣ ଋତୁରେ ସମସ୍ତଙ୍କୁ କିଛି ମିଠା ଖାଇବାକୁ ମିଳିବ ଏବଂ ଦେଶର ପ୍ରତ୍ୟେକ ପରିବାର ଆଶୀର୍ବାଦ ପାଇବେ। ମୁଁ ଆଗାମୀ ପିଢ଼ିର ଜିଏସଟି ସଂସ୍କାର ଏବଂ ଏହି ସଞ୍ଚୟ ମହୋତ୍ସବ ପାଇଁ ଦେଶର କୋଟି କୋଟି ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ଏହି ସଂସ୍କାରଗୁଡ଼ିକ ଭାରତର ଅଭିବୃଦ୍ଧି କାହାଣୀକୁ ତ୍ୱରାନ୍ୱିତ କରିବ, ବ୍ୟବସାୟ କରିବା ସହଜ ହେବ, ନିବେଶ ଅଧିକ ଆକର୍ଷଣୀୟ ହେବ ଏବଂ ବିକାଶ ଦୌଡ଼ରେ ପ୍ରତ୍ୟେକ ରାଜ୍ୟକୁ ସମାନ ଅଂଶୀଦାର କରିବ।ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ସେ ଶକ୍ତି ଉପାସନାର ପର୍ବ ନବରାତ୍ରୀ ପ୍ରାରମ୍ଭରେ ସବୁ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ନବରାତ୍ରୀର ପ୍ରଥମ ଦିନରୁ ଦେଶ ଆତ୍ମନିର୍ଭର ଭାରତ ଅଭିଯାନରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛି। 22 ସେପ୍ଟେମ୍ବର ସୂର୍ଯ୍ୟୋଦୟ ଠାରୁ ଦେଶ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର କାର୍ଯ୍ୟକାରୀ କରିବ। ଏହାସହିତ ସମଗ୍ର ଭାରତରେ ‘ଜିଏସଟି ବଚତ’ ଉତ୍ସବ (ସଞ୍ଚୟ ମହୋତ୍ସବ)ର ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ସେ ଜୋର ଦେଇ କହିଥିଲେ ଯେ ଏହି ପର୍ବ ସଞ୍ଚୟକୁ ବୃଦ୍ଧି କରିବ ଏବଂ ଲୋକଙ୍କ ପାଇଁ ସେମାନଙ୍କର ପସନ୍ଦର ଜିନିଷ କିଣିବାକୁ ସହଜ କରିବ। ଏହି ସଞ୍ଚୟ ମହୋତ୍ସବର ଲାଭ ଗରିବ, ମଧ୍ୟବିତ୍ତ, ନବମଧ୍ୟବିତ୍ତ ବର୍ଗ, ଯୁବକ, କୃଷକ, ମହିଳା, ଦୋକାନୀ, ବ୍ୟବସାୟୀ ଏବଂ ଉଦ୍ୟୋଗୀମାନଙ୍କ ନିକଟରେ ପହଞ୍ଚିବ। ସେ ଆହୁରି କହିଛନ୍ତି, ଏହି ପାର୍ବଣ ଋତୁରେ ପ୍ରତ୍ୟେକ ପରିବାରର ସୁଖ ଏବଂ ମଧୁରତା ବୃଦ୍ଧି ପାଇବ। ପ୍ରଧାନମନ୍ତ୍ରୀ ଦେଶର କୋଟି କୋଟି ପରିବାରକୁ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର ଏବଂ ଜିଏସଟି ସଞ୍ଚୟ ମହୋତ୍ସବ ପାଇଁ ଶୁଭକାମନା ଜଣାଇଥିଲେ। ସେ କହିଥିଲେ, ଏହି ସଂସ୍କାରଗୁଡ଼ିକ ଭାରତର ଅଭିବୃଦ୍ଧି କାହାଣୀକୁ ତ୍ୱରାନ୍ୱିତ କରିବ, ବ୍ୟବସାୟିକ କାର୍ଯ୍ୟକୁ ସରଳ କରିବ, ନିବେଶକୁ ଅଧିକ ଆକର୍ଷଣୀୟ କରିବ ଏବଂ ବିକାଶ ଦୌଡ଼ରେ ପ୍ରତ୍ୟେକ ରାଜ୍ୟ ସମାନ ଅଂଶୀଦାର ହେବ।