ବନ୍ଦେ ମାତରମର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 08th, 12:30 pm

ମୁଁ ଆପଣଙ୍କୁ ଓ ଗୃହର ସବୁ ମାନନୀୟ ସଦସ୍ୟଙ୍କୁ ଏହି ଅବସରରେ ଏକ ସାମୂହିକ ଚର୍ଚ୍ଚାର ମାହୋଲ ସୃଷ୍ଟି କରିଥିବାରୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଯେଉଁ ମନ୍ତ୍ର ଓ ଯେଉଁ ଜୟଘୋଷ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ଊର୍ଜ୍ଜା ଓ ପ୍ରେରଣା ଦେଇଥିଲା, ତ୍ୟାଗ ଓ ତପସ୍ୟାର ମାର୍ଗ ଦେଖାଇଥିଲା, ସେହି ବନ୍ଦେ ମାତରମର ପୁଣ୍ୟ ସ୍ମରଣ କରିବା, ଏହି ପବିତ୍ର ଗୃହରେ ଆମ ସମସ୍ତଙ୍କ ଲାଗି ବହୁତ ବଡ ସୌଭାଗ୍ୟ । ଆଉ ଆମ ସମସ୍ତଙ୍କ ଲାଗି ଗର୍ବର କଥା ଯେ, ବନ୍ଦେ ମାତରମର ଦେଢ ଶହ ବର୍ଷ ନିମିତ ଏହି ଐତିହାସିକ ଅବସରରେ ଆମେ ସାକ୍ଷୀ ପ୍ରସ୍ତୁତ କରୁଛୁ । ଏହା ଏପରି ଏକ କାଳଖଣ୍ଡ ଯାହା ଆମ ଇତିହାସର ଅଗଣିତ ଘଟଣାବଳୀକୁ ଆଗକୁ ନେଇ ଆସୁଛି । ଏହି ଚର୍ଚ୍ଚା ସଂସଦର ପ୍ରତିବଦ୍ଧତାକୁ ପ୍ରକଟ କରୁଛି । ଯଦି ଆମେ ମିଳିମିଶି ଏହାର ସଦୁପଯୋଗ କରନ୍ତି ତେବେ ଆସୁଥିବା ପିଢି ଲାଗି, ପ୍ରତି ପିଢି ଲାଗି ଏହା ଶିକ୍ଷାର କାରଣ ହୋଇପାରିବ ।

"ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

December 08th, 12:00 pm

ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଏପରି ଏକ ସମୟ ଯେତେବେଳେ ଇତିହାସର ଅନେକ ପ୍ରେରଣାଦାୟକ ଅଧ୍ୟାୟ ପୁନର୍ବାର ଜୀବିତ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ଦେଶ ସମ୍ପ୍ରତି ସମ୍ବିଧାନର ୭୫ ବର୍ଷକୁ ଗର୍ବର ସହିତ ପାଳନ କରିଛି। ସେ ଉଲ୍ଲେଖ କରିଛନ୍ତି ଯେ, ଦେଶ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ମଧ୍ୟ ପାଳନ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମ୍ପ୍ରତି ଦେଶ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସ ପାଳନ କରିଛି।

ଜିଏସଟି ଦର କମାଇବା ଏବଂ ବିଭିନ୍ନ ସୁଧାର ମାଧ୍ୟମରେ ସାଧାରଣ ଲୋକ, କୃଷକ, ଏମଏସଏମଇ, ମଧ୍ୟବର୍ଗ, ମହିଳା ଓ ଯୁବକମାନଙ୍କୁ ସିଧାସଳଖ ଲାଭ ଦେବା ପାଇଁ କେନ୍ଦ୍ର ସରକାର ପକ୍ଷରୁ ଆଣାଯାଇ ଥିବା ପ୍ରସ୍ତାବକୁ, ଅନୁମୋଦନ କରିଥିବାରୁ ପ୍ରଧାନମନ୍ତ୍ରୀ ଜିଏସଟି କାଉନସିଲଙ୍କୁ ପ୍ରଶଂସା କରିଛନ୍ତି

September 03rd, 11:00 pm

କେନ୍ଦ୍ର ଓ ରାଜ୍ୟ ଗୁଡ଼ିକୁ ନେଇ ଗଠିତ ଜିଏସଟି କାଉନସିଲ ସାଧାରଣ ଲୋକ, କୃଷକ, ଏମଏସଏମଇ, ମଧ୍ୟବର୍ଗ, ମହିଳା ଏବଂ ଯୁବକମାନଙ୍କୁ ଲାଭ ଦେବାକୁ ଜିଏସଟି ଦର ହ୍ରାସ ଏବଂ ସୁଧାର ଦିଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବରେ ସହମତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । “ବ୍ୟାପକ ଭାବେ ହୋଇଥିବା ସୁଧାର ସାଧାରଣ ନାଗରିକଙ୍କ ଜୀବନ ଚଳଣିରେ ଉନ୍ନତି ଆଣିବ ଏବଂ ସମସ୍ତଙ୍କ ପାଇଁ, ବିଶେଷ କରି ବ୍ୟବସାୟୀ ଓ ବ୍ୟବସାୟ ପାଇଁ ଇଜ ଅଫ ଡୁଇଙ୍ଗ ବିଜିନେସକୁ ସହଜ କରିବ” ଶ୍ରୀ ମୋଦୀ କହିଛନ୍ତି ।

ଅହମ୍ମଦାବାଦର କନ୍ୟା ଛାତ୍ରାଳୟ ସରଦାରଧାମ ୨ୟ ପର୍ଯ୍ୟାୟର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

August 24th, 10:39 pm

କେନ୍ଦ୍ର କ୍ୟାବିନେଟର ମୋର ସମସ୍ତ ସହକର୍ମୀ, ଗୁଜରାଟ ସରକାରଙ୍କ ସମସ୍ତ ମନ୍ତ୍ରୀ, ଉପସ୍ଥିତ ସମସ୍ତ ସାଂସଦ, ସମସ୍ତ ବିଧାୟକ, ସରଦାରଧାମର ମୁଖ୍ୟ ଶ୍ରୀ ଗଗଜୀ ଭାଇ, ଟ୍ରଷ୍ଟି ଭି. କେ. ପଟେଲ, ଦିଲୀପ ଭାଇ, ଅନ୍ୟ ସମସ୍ତ ମହାନ ବ୍ୟକ୍ତି ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ବିଶେଷକରି ମୋର ପ୍ରିୟ ଝିଅମାନେ ।

ଅହମ୍ମଦାବାଦରେ ସର୍ଦ୍ଦାରଧାମ, ପର୍ଯ୍ୟାୟ-୨, ବାଳିକା ଛାତ୍ରାବାସର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 24th, 10:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁଜରାଟର ଅହମ୍ମଦାବାଦରେ ବାଳିକା ଛାତ୍ରାବାସ ସର୍ଦ୍ଦାରଧାମ ପର୍ଯ୍ୟାୟ-୨ ର ଶିଳାନ୍ୟାସ ସମାରୋହକୁ ସମ୍ବୋଧିତ କରିଥିଲେ। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାରଧାମର ନାମ ଏହାର କାର୍ଯ୍ୟ ପରି ପବିତ୍ର, ସେ ଝିଅମାନଙ୍କ ସେବା ଏବଂ ଶିକ୍ଷା ପାଇଁ ଉତ୍ସର୍ଗୀକୃତ ଏକ ଛାତ୍ରାବାସର ଉଦଘାଟନ ଉପରେ ଆଲୋକପାତ କରିଥିଲେ। ସେ ଆହୁରି କହିଥିଲେ ଯେ, ଏହି ଛାତ୍ରାବାସରେ ରହୁଥିବା ଝିଅମାନେ ଅନେକ ଆକାଂକ୍ଷା ଏବଂ ସ୍ୱପ୍ନ ନେଇ ଆସିବେ ଏବଂ ସେମାନଙ୍କୁ ତାହା ପୂରଣ କରିବା ପାଇଁ ଅନେକ ସୁଯୋଗ ପ୍ରଦାନ କରାଯିବ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ, ଏହି ଝିଅମାନେ ସ୍ୱାବଲମ୍ବୀ ଏବଂ ସକ୍ଷମ ହେବା ପରେ, ସେମାନେ ସ୍ୱାଭାବିକ ଭାବରେ ରାଷ୍ଟ୍ର ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ ଏବଂ ସେମାନଙ୍କ ପରିବାର ମଧ୍ୟ ସଶକ୍ତ ହୋଇଯିବ। ପ୍ରଧାନମନ୍ତ୍ରୀ ଏହି ଛାତ୍ରାବାସରେ ରହିବାର ସୁଯୋଗ ପାଇଥିବା ସମସ୍ତ ଝିଅମାନଙ୍କୁ ଏବଂ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ।

ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 23rd, 10:10 pm

ମୁଁ ୱାର୍ଲ୍ଡ ଲିଡର୍ସ ଫୋରମକୁ ଆସିଥିବା ସମସ୍ତ ଅତିଥିଙ୍କୁ ଅଭିନନ୍ଦନ କରୁଛି । ଏହା ଫୋରମର ଉଚିତ ସମୟ, ତେଣୁ ଆପଣମାନଙ୍କୁ ପ୍ରଶଂସା କରୁଛି । ଏହି ଗତ ସପ୍ତାହରେ ମୁଁ ଲାଲକିଲ୍ଲାରୁ ପରବର୍ତ୍ତୀ ପିଢ଼ି ସଂସ୍କାର ବିଷୟ କହିଥିଲି, ଏବେ ଏହି ଫୋରମ ସେହି ଉଚ୍ଛ୍ୱାସକୁ ବହୁମୁଖୀ ଭୂମିକାରେ କାର୍ଯ୍ୟକାରୀ କରୁଛି ।

ନୂଆଦିଲ୍ଲୀରେ ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 23rd, 05:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଇକୋନୋମିକ ଟାଇମ୍ସ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଯୋଗ ଦେଇଥିବା ସମ୍ମାନିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଏକ ପ୍ରକୃଷ୍ଟ ସମୟରେ ଏହି ଫୋରମର ଆୟୋଜନ ହୋଇଥିବା ପ୍ରକାଶ କରି ଶ୍ରୀ ମୋଦୀ ଏହାର ଆୟୋଜକମାନଙ୍କୁ ପ୍ରସଂଶା କରିଥିଲେ । ସେ କହିଥିଲେ ଯେ ଗତ ସପ୍ତାହରେ ସେ ଲାଲକିଲ୍ଲାରୁ ପରବର୍ତ୍ତି ପିଢିର ସଂସ୍କାର କଥା କହିଥିଲେ ଓ ଏହି ଫୋରମ ଉକ୍ତ ଚିନ୍ତାଧାରାର ଶକ୍ତିକୁ ବହୁଗୁଣିତ କରିବା ଲାଗି କାମ କରୁଛି ।

ଶୁଭାଂଶୁ ଶୁକ୍ଳାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

August 19th, 09:43 am

ପ୍ରଧାନମନ୍ତ୍ରୀ-ଆପଣ ନିଶ୍ଚୟ କିଛି ଭିନ୍ନ ଅନୁଭବ କରୁଛନ୍ତି। ମୁଁ କହିବାକୁ ଚାହୁଁଛି, ଆପଣ କ 'ଣ ଅନୁଭବ କରୁଛନ୍ତି?

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 19th, 09:42 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କରିଥିଲେ। ମହାକାଶ ଯାତ୍ରାର ପରିବର୍ତ୍ତନକାରୀ ଅଭିଜ୍ଞତା କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ଯାତ୍ରା କରିବା ପରେ ଜଣେ ନିଶ୍ଚିତଭାବେ କିଛିଟା ପରିବର୍ତ୍ତନ ଅନୁଭବ କରୁଥିବ ଏବଂ ମହାକାଶଚାରୀମାନେ ଏହି ପରିବର୍ତ୍ତନକୁ କିପରି ଦେଖନ୍ତି ଏବଂ ଅନୁଭବ କରନ୍ତି ତାହା ସେ ବୁଝିବାକୁ ଚେଷ୍ଟା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଉତ୍ତରରେ ଶୁଭାଂଶୁ ଶୁକ୍ଳା କହିଥିଲେ ଯେ ମହାକାଶର ପରିବେଶ ସମ୍ପୂର୍ଣ୍ଣ ଭିନ୍ନ, ଏହାର ଏକ ପ୍ରମୁଖ କାରଣ ହେଉଛି ମାଧ୍ୟାକର୍ଷଣର ଅଭାବ ।

ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 17th, 12:45 pm

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି

August 17th, 12:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।

୭୯ତମ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

August 15th, 07:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସଅବସରରେ ଶୁଭେଚ୍ଛା ଏବଂ ଶୁଭକାମନା ପାଇଁ ବିଶ୍ୱନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସ୍ୱାଧୀନତା ଦିବସରେ କୃଷକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ : ଚାଷୀମାନେ ଭାରତର ମେରୁଦଣ୍ଡ

August 15th, 12:02 pm

15.08.2025 : 79ତମ ସ୍ୱାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର କୃଷକମାନଙ୍କୁ ଭାବପ୍ରବଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ, ସେମାନଙ୍କୁ ଦେଶର ନିର୍ଭରଶୀଳତାରୁ ଆତ୍ମନିର୍ଭରଶୀଳତା ଯାତ୍ରାର ମେରୁଦଣ୍ଡ ବୋଲି କହିଥିଲେ। ସେ ମନେ ପକାଇଥିଲେ ଯେ ଉପନିବେଶବାଦୀ ଶାସନ କିପରି ଦେଶକୁ ଗରିବ କରିଦେଇଥିଲା, କିନ୍ତୁ କୃଷକମାନଙ୍କର ଅକ୍ଳାନ୍ତ ପ୍ରୟାସ ହିଁ ଭାରତର ଶସ୍ୟଭଣ୍ଡାର ପୂରଣ କରିଥିଲା ଏବଂ ଦେଶର ଖାଦ୍ୟ ସାର୍ବଭୌମତ୍ୱକୁ ସୁରକ୍ଷିତ କରିଥିଲା। ତାଙ୍କର ଅଭିଭାଷଣରେ ଭାରତୀୟ କୃଷିର ଭବିଷ୍ୟତ ପାଇଁ ଏକ ସ୍ପଷ୍ଟ ରୋଡମ୍ୟାପ୍ ସହିତ ହୃଦୟସ୍ପର୍ଶୀ କୃତଜ୍ଞତା ପ୍ରକାଶ କରିଥିଲେ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୯ତମ ସ୍ୱାଧୀନତା ଦିବସ ଅଭିଭାଷଣ : ବିକଶିତ ଭାରତ ୨୦୪୭ ପାଇଁ ଏକ ଦୂରଦୃଷ୍ଟି

August 15th, 11:58 am

୭୯ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ ତାଙ୍କର ଦୀର୍ଘତମ ଏବଂ ନିର୍ଣ୍ଣାୟକ ଅଭିଭାଷଣ ପ୍ରଦାନ କରିଥିଲେ, ଯାହା ୧୦୩ ମିନିଟ ପର୍ଯ୍ୟନ୍ତ ଚାଲିଥିଲା ଏବଂ ୨୦୪୭ ମସିହା ସୁଦ୍ଧା ଏକ ସମୃଦ୍ଧ ଭାରତ ପାଇଁ ଏକ ସାହସିକ ରୋଡମ୍ୟାପ ପ୍ରସ୍ତୁତ କରିଥିଲା। ଆତ୍ମନିର୍ଭରଶୀଳତା, ନବସୃଜନ ଏବଂ ନାଗରିକ ସଶକ୍ତିକରଣ ଉପରେ ତୀକ୍ଷ୍ଣ ଧ୍ୟାନ ଦେଇ ପ୍ରଧାନମନ୍ତ୍ରୀ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ରାଷ୍ଟ୍ରରୁ ବିଶ୍ୱ ସ୍ତରରେ ଆତ୍ମବିଶ୍ୱାସୀ, ବୈଷୟିକ ଦୃଷ୍ଟିରୁ ଉନ୍ନତ ଏବଂ ଆର୍ଥିକ ଦୃଷ୍ଟିରୁ ସଶକ୍ତ ଦେଶ ଭାବେ ଭାରତର ଯାତ୍ରା ଉପରେ ଆଲୋକପାତ କରିଥିଲେ।

Glimpses from 79th Independence Day at Red Fort in Delhi

August 15th, 11:02 am

On the 79th Independence Day, PM Modi, in his address, paid tribute to the Constituent Assembly, freedom fighters, and Constitution makers. He highlighted key initiatives—GST reforms, Pradhan Mantri Viksit Bharat Rozgar Yojana, National Sports Policy, and Sudharshan Chakra Mission—aimed at achieving a Viksit Bharat by 2047.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱାଧୀନତା ଦିବସ ଭାଷଣ ସମୟରେ ପ୍ରମୁଖ ଘୋଷଣା

August 15th, 10:32 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦ୍ୱାଦଶ ସ୍ୱାଧୀନତା ଦିବସ ଅଭିଭାଷଣ ଅବସରରେ, ଭାରତ ଅଭ୍ୟୁତ୍ଥାନର ନୂତନ ଅଧ୍ୟାୟ ଘୋଷଣା ପାଇଁ ଲାଲକିଲ୍ଲାର ପ୍ରାଚୀରକୁ ଏକ ଲଞ୍ଚପ୍ୟାଡରେ ପରିଣତ କରିଥିଲେ। ୭୯ତମ ସ୍ୱାଧୀନତା ଦିବସରେ, ସେ ଏମିତି ଘୋଷଣା ସବୁ କରିଛନ୍ତି ଯେଉଁଗୁଡ଼ିକ ଦେଶକୁ ପାହାଚ ପରେ ପାହାଚ ଚଢ଼ି ଶିଖର ଛୁଇଁବା ପାଇଁ ଉଦ୍ଦିଷ୍ଟ ନୁହେଁ, ବରଂ ଭବିଷ୍ୟତର ଆହ୍ୱାନଗୁଡ଼ିକୁ ସମ୍ମୁଖୀନ ହୋଇ ଡିଆଁ ମାରିବାକୁ ସଙ୍କେତ ଦେଇଛି।

୭୯ତମ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

August 15th, 06:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୭୯ତମ ସ୍ୱାଧୀନତା ଦିବସଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

୭୯ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ଉଦବୋଧନ ଆମ ଦେଶର ସାମଗ୍ରିକ ପ୍ରଗତି ଏବଂ ଭବିଷ୍ୟତର ସମ୍ଭାବନାକୁ ସୂଚାଉଛି: ପ୍ରଧାନମନ୍ତ୍ରୀ

August 14th, 08:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୭୯ତମ ସ୍ୱାଧୀନତା ଦିବସରଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଇଥିବାବିଚାରଶୀଳ ସମ୍ବୋଧନକୁ ସେୟାର କରିଛନ୍ତି । ସେ କହିଛନ୍ତି, ଏହିସମ୍ବୋଧନ ଆମ ଦେଶର ସାମଗ୍ରିକ ପ୍ରଗତି ଓ ଭବିଷ୍ୟତର ସମ୍ଭାବନାକୁସୂଚାଉଛି ଏବଂ ରାଷ୍ଟ୍ର ଗଠନ ଦିଗରେ ଅବଦାନ ରଖିବାକୁ ସମସ୍ତନାଗରିକଙ୍କୁ ଆହ୍ୱାନ ଜଣାଉଛି ।

Prime Minister receives a telephone call from the President of Uzbekistan

August 12th, 07:07 pm

PM Modi received a telephone call today from the Uzbekistan president Shavkat Mirziyoyev. President Mirziyoyev conveyed warm greetings to the PM and people of India on the upcoming 79th Independence Day, as both leaders reviewed progress in trade, connectivity, health, technology, and people-to-people ties.

ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କର୍ତ୍ତବ୍ୟ ଭବନର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 06th, 07:00 pm

କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସହଯୋଗୀଗଣ, ଉପସ୍ଥିତ ମାନ୍ୟବର ସାଂସଦଗଣ, ସରକାରଙ୍କ ସମସ୍ତ କର୍ମଚାରୀଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ଭଦ୍ରବ୍ୟକ୍ତିଗଣ!