ଫେବ୍ରୁଆରି ୧୯ରେ ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 18th, 03:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବ୍ରୁଆରି ୧୯ରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ ପରିଦର୍ଶନ ଓ ଉଦଘାଟନ କରିବେ। ଏହା ପୂର୍ବରୁ ୧୮ ଫେବ୍ରୁଆରି ସଂଧ୍ୟା ୭ଟା ବେଳେ ପ୍ରଧାନମନ୍ତ୍ରୀ ଭାରତ ମଣ୍ଡପମ୍‌ଠାରେ ଏହି ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ଦେଶର ନେତାମାନଙ୍କୁ ସ୍ବାଗତ କରିବେ। ଏହା ସହିତ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଉଥିବା ବିଭିନ୍ନ ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିବେ।

ନୂଆଦିଲ୍ଲୀରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ 2026କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

February 16th, 08:47 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬କୁ ଉଦଘାଟନ କରିଛନ୍ତି।