ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 08th, 02:48 pm

ଆସନ୍ତା ମାସରେ ଭାରତରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ ଅନୁଷ୍ଠିତ ହେଉଛି । ତା ପୂର୍ବରୁ ଏହି ସମ୍ମିଳନୀର ଏକ ଅଂଶ ସମସ୍ତଙ୍କ ପାଇଁ ଏଆଇ: ଗ୍ଲୋବାଲ୍ ଇମ୍ପାକ୍ଟ ଆହ୍ଵାନ ପାଇଁ ମନୋନୀତ ୧୨ ଜଣ ଭାରତୀୟ ଏଆଇ ଷ୍ଟାର୍ଟଅପ୍ ଏହି ଗୋଲଟେବୁଲ ବୈଠକରେ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କର ଚିନ୍ତାଧାରା ଏବଂ କାର୍ଯ୍ୟ ସଂପର୍କରେ ଉପସ୍ଥାପନ ଦେଇଥିଲେ।

ଜି-୨୦ ନେତାମାନଙ୍କ ଶିଖର ସମ୍ମିଳନୀ ଅବସରରେ ଜାପାନର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 09:46 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗଠାରେ ଜି-୨୦ ନେତାମାନଙ୍କ ଶିଖର ସମ୍ମିଳନୀ ଅବସରରେ ଜାପାନର ପ୍ରଧାନମନ୍ତ୍ରୀ ମାନ୍ୟବର ସାନାଏ ତାକାଇଚିଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ୨୯ ଅକ୍ଟୋବର ୨୦୨୫ରେ ସେମାନଙ୍କ ଟେଲିଫୋନ୍ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ତାକାଇଚିଙ୍କ ସହ ଏହା ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ବୈଠକ ଥିଲା ।

ଜି-୨୦ ଶିଖର ସମ୍ମିଳନୀ ୨୦୨୫ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 09:44 pm

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଛନ୍ତି। ଚଳିତ ବର୍ଷ ଜୁନ୍ ମାସରେ କାନାଡାର କାନାନାସ୍କିସରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଉଭୟ ନେତା ସଂକ୍ଷିପ୍ତ ଭାବେ ମତ ବିନିମୟ କରିଥିଲେ।

ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 09:41 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ମାର୍କ କାର୍ନିଙ୍କୁ ଭେଟି ଭାରତ-କାନାଡା ଭାଗିଦାରୀ ଅଗ୍ରଗତିର ସମୀକ୍ଷା କରିଛନ୍ତି।