ବାରବାଡୋସରେ କ୍ରମାଗତ ତୃତୀୟ ଥର ପାଇଁ ଐତିହାସିକ ନିର୍ବାଚନ ବିଜୟ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ମିଆ ଆମୋର ମୋଟଲିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

February 13th, 12:17 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାରବାଡୋସରେ କ୍ରମାଗତ ତୃତୀୟ ଥର ପାଇଁ ଐତିହାସିକ ନିର୍ବାଚନ ବିଜୟ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ମିଆ ଆମୋର ମୋଟଲିଙ୍କୁ ଅଭିନନ୍ଦନ ଜଣାଇଥିଲେ। ଶ୍ରୀ ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ ବାର୍ବାଡୋସ୍ ସହିତ ଦୀର୍ଘ ଦିନର ବନ୍ଧୁତ୍ୱକୁ ଭାରତ ଗଭୀର ଭାବରେ ଗୁରୁତ୍ୱ ଦେଇଥାଏ, ଯାହା ସହଯୋଗର ବିଭିନ୍ନ କ୍ଷେତ୍ରରେ ବିସ୍ତାର ଜାରି ରଖିଛି। ଶ୍ରୀ ମୋଦୀ କହିଲେ, ମୁଁ ୨୦୨୪ ମସିହାରେ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ହୋଇଥିବା ଆମ ବୈଠକକୁ ମନେ ପକାଉଛି ଏବଂ ଆମ ଲୋକମାନଙ୍କ ଲାଭ ପାଇଁ ଆମର ଭାଗିଦାରୀକୁ ଆହୁରି ସୁଦୃଢ଼ କରିବା ଲାଗି ତାଙ୍କ ସହ ଘନିଷ୍ଠ ଭାବେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି।

ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟକୁ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି

July 05th, 09:02 am

ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମାନନୀୟ କମଳା ପର୍ସାଦ-ବିସେସାରଙ୍କ ନିମନ୍ତ୍ରଣରେ ୩ ଓ ୪ ଜୁଲାଇ ୨୦୨୫ରେ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟକୁ ସରକାରୀ ଗସ୍ତ କରିଥିଲେ।

ତ୍ରିନିଦାଦ ଏବଂ ଟୋବାଗୋର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆନୁଷ୍ଠାନିକ ଆଲୋଚନା

July 04th, 11:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୋର୍ଟ ଅଫ୍ ସ୍ପେନର ରେଡ ହାଉସରେ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀମତୀ କମଳା ପର୍ସାଦ-ବିସେସାରଙ୍କୁ ସାକ୍ଷାତ କରିଛନ୍ତି । ସାମ୍ପ୍ରତିକ ନିର୍ବାଚନରେ ​​ବିଜୟ ପରେ ଦ୍ୱିତୀୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିଥିବାରୁ ସେ ପ୍ରଧାନମନ୍ତ୍ରୀ କମଳା ପର୍ସାଦ-ବିସେସାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏଥିସହିତ ତାଙ୍କୁ ଦିଆଯାଇଥିବା ଭବ୍ୟ ସ୍ୱାଗତ ପାଇଁ ମଧ୍ୟ ସେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ତ୍ରିନିଦାଦ ଏବଂ ଟୋବାଗୋ ଗସ୍ତ

July 04th, 11:41 pm

ତ୍ରିନିଦାନ ଏବଂ ଟୋବାଗୋର ୱେଷ୍ଟଇଣ୍ଡିଜ୍ ବିଶ୍ୱବିଦ୍ୟାଳୟ (ୟୁଡବ୍ଲ୍ୟୁଆଇ)ରେ ହିନ୍ଦୀ ଏବଂ ଭାରତୀୟ ଅଧ୍ୟୟନର ଦୁଇଟି ଆଇସିସିଆର୍ ଚେୟାର ପୁନଃପ୍ରତିଷ୍ଠା ଉପରେ ବୁଝାମଣାପତ୍ର ।

Prime Minister meets with the President of Trinidad and Tobago

July 04th, 11:37 pm

PM Modi met Trinidad & Tobago President Kangaloo and the two leaders reflected on the enduring bonds shared by the two countries, anchored by strong people-to-people ties. PM Modi conveyed his sincere gratitude for the conferment of the ‘Order of the Republic of Trinidad and Tobago’—describing it as an honour for the 1.4 billion people of India.

India and Trinidad & Tobago share a relationship rooted in centuries-old bonds: PM Modi in Parliament of Trinidad & Tobago

July 04th, 09:30 pm

At the invitation of the President of the Senate, H.E. Wade Mark and the Speaker of the House, H.E. Jagdeo Singh, Prime Minister Shri Narendra Modi today addressed the Joint Assembly of the Parliament of Trinidad & Tobago [T&T]. He is the first Prime Minister from India to address the T&T Parliament and the occasion marked a milestone in India-Trinidad & Tobago bilateral relations.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିନିଦାଦ ଓ ଟୋବାଗୋ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କଲେ

July 04th, 09:00 pm

ସିନେଟ ପ୍ରେସିଡେଣ୍ଟ ମହାମହିମ ୱାଡେ ମାର୍କ ଏବଂ ଗୃହର ବାଚସ୍ୱତି ମହାମହିମ ଜଗଦେଓ ସିଂହଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତ୍ରିନିଦାଦ ଓ ଟୋବାଗୋ (ଟି ଆଣ୍ଡ ଟି) ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ତ୍ରିନିଦାଦ ଓ ଟୋବାଗୋର ସଂସଦକୁ ସମ୍ବୋଧିତ କରିବାରେ ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ । ଏହି ଅବସର ଭାରତ-ତ୍ରିନିଦାଦ ଓ ଟୋବାଗୋ ଦ୍ୱିପାକ୍ଷିକ ସମ୍ପର୍କର ମାଇଲଖୁଣ୍ଟ ହୋଇ ରହିବ ।

PM Modi conferred with highest national award, the ‘Order of the Republic of Trinidad & Tobago

July 04th, 08:20 pm

PM Modi was conferred Trinidad & Tobago’s highest national honour — The Order of the Republic of Trinidad & Tobago — at a special ceremony in Port of Spain. He dedicated the award to the 1.4 billion Indians and the historic bonds of friendship between the two nations, rooted in shared heritage. PM Modi also reaffirmed his commitment to strengthening bilateral ties.

ଘାନା, ତ୍ରିନିଦାଦ ଓ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ପୂର୍ବ ବିବୃତ୍ତି

July 02nd, 07:34 am

ରାଷ୍ଟ୍ରପତି ଜନ୍ ଡ୍ରାମାନି ମହାମାଙ୍କ ନିମନ୍ତ୍ରଣରେ, ୨-୩ ଜୁଲାଇରେ ମୁଁ ଘାନା ଗସ୍ତ କରିବି । ଗ୍ଲୋବାଲ୍ ସାଉଥରେ ଘାନା ଏକ ପ୍ରମୁଖ ଅଂଶୀଦାର ଏବଂ ଆଫ୍ରିକୀୟ ସଂଘ ତଥା ପଶ୍ଚିମ ଆଫ୍ରିକୀୟ ଦେଶଗୁଡିକର ଅର୍ଥନୈତିକ ସମ୍ପ୍ରଦାୟରେ ମଧ୍ୟ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଘାନା ସହିତ ଆମର ଐତିହାସିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ନିବେଶ, ଶକ୍ତି, ସ୍ୱାସ୍ଥ୍ୟ, ସୁରକ୍ଷା, କ୍ଷମତା ନିର୍ମାଣ ତଥା ବିକାଶ ସହଭାଗିତା କ୍ଷେତ୍ର ସମେତ ସହଯୋଗର ନୂତନ ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ମୋର ମତ ଆଦାନପ୍ରଦାନ ପାଇଁ ମୁଁ ଅପେକ୍ଷା କରିଛି । ସହଯୋଗୀ ଗଣତାନ୍ତ୍ରିକ ଦେଶ ଭାବରେ, ଘାନାର ସଂସଦରେ ଭାଷଣ ଦେବା ଏକ ସମ୍ମାନର ବିଷୟ ହେବ ।

ପାରାଗୁଏ ରାଷ୍ଟ୍ରପତିଙ୍କ ସହ ପ୍ରତିନିଧି ସ୍ତରୀୟ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ବିବୃତ୍ତିର ଓଡ଼ିଆ ଅନୁବାଦ

June 02nd, 03:00 pm

ଆମେ ଆପଣଙ୍କୁ ଏବଂ ଆପଣଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରୁଛୁ। ପାରାଗୁଏ ଦକ୍ଷିଣ ଆମେରିକାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମର ଭୌଗୋଳିକ ସ୍ଥିତି ଭିନ୍ନ ହୋଇପାରେ, କିନ୍ତୁ ଆମେ ସମାନ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବାଣ୍ଟିଥାଉ, ଏବଂ ଲୋକଙ୍କ ମଙ୍ଗଳ ପାଇଁ ଯତ୍ନବାନ।

ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ

November 22nd, 03:02 am

ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍‌’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।

ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 22nd, 03:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍‌’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।

ସୁରିନାମ୍ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 21st, 10:57 pm

ଗୁୟାନାର ଜର୍ଜଟାଉନରେ ନଭେମ୍ବର ୨୦ ତାରିଖରେ ଅନୁଷ୍ଠିତ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁରିନାମ୍‌ ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରିକାପ୍ରସାଦ ସାନ୍ତୋଖୀଙ୍କୁ ଭେଟିଛନ୍ତି ।

ଗ୍ରେନାଡ଼ା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 21st, 10:44 pm

ଗୁୟାନାର ଜର୍ଜଟାଉନରେ ନଭେମ୍ବର ୨୦ ତାରିଖରେ ଅନୁଷ୍ଠିତ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ରେନେଡ଼ାର ପ୍ରଧାନମନ୍ତ୍ରୀ ଡିକନ ମିଚେଲଙ୍କୁ ଭେଟିଛନ୍ତି ।

ତ୍ରିନିଦାଦ ଓ ଟବାଗୋ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 21st, 10:42 pm

ଗୁୟାନାର ଜର୍ଜଟାଉନରେ ନଭେମ୍ବର ୨୦ ତାରିଖରେ ଅନୁଷ୍ଠିତ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିନିଦାଦ ଓ ଟବାଗୋ ରିପବ୍ଲିକର ପ୍ରଧାନମନ୍ତ୍ରୀ ଡ. କିଥ୍ ରୋଲେଙ୍କୁ ଭେଟିଛନ୍ତି ।

ଡୋମିନିକା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 21st, 09:29 pm

ଗାୟାନାର ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡୋମିନିକାର ପ୍ରଧାନମନ୍ତ୍ରୀ ଶ୍ରୀ ରୁଜଭେଲ୍ଟ ସ୍କେରିଟଙ୍କୁ ଭେଟିଛନ୍ତି ।

ସେଣ୍ଟ ଲୁସିଆର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

November 21st, 10:13 am

ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ନଭେମ୍ବରରେ ସେଣ୍ଟ ଲୁସିଆର ପ୍ରଧାନମନ୍ତ୍ରୀ ଶ୍ରୀ ଫିଲିପ୍ ଜେ. ପିଏରେଙ୍କ ସହ ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଣ୍ଟିଗଗୁଆ ଓ ବାରବୁଡାର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ

November 21st, 09:37 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ନଭେମ୍ବରରେ ଗୁୟାନାର ଜର୍ଜଟାଉନ୍‌ରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ଏଣ୍ଟିଗୁଆ ଏବଂ ବାରବୁଡା ପ୍ରଧାନମନ୍ତ୍ରୀ ଶ୍ରୀ ଗ୍ୟାସ୍‌ଟନ୍ ବ୍ରାଉନ୍‌ଙ୍କ ସହ ସାକ୍ଷାତ କରିଥିଲେ ।

ବାହାମାସ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 21st, 09:25 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୦ ତାରିଖରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ବାହାମାସର ପ୍ରଧାନମନ୍ତ୍ରୀ ଶ୍ରୀ ଫିଲିପ୍ ଡେଭିସଙ୍କୁ ଭେଟିଛନ୍ତି । ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ।

ବାର୍ବାଡୋସର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 21st, 09:13 am

ଗୁୟାନାର ଜର୍ଜଟାଉନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୦ ତାରିଖରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ବାର୍ବାଡୋସର ପ୍ରଧାନମନ୍ତ୍ରୀ ମିଆ ଅମର ମୋଟଲେଙ୍କୁ ଭେଟିଛନ୍ତି । ଏହି ଉଚ୍ଚସ୍ତରୀୟ ଆଲୋଚନା ଦୁଇ ନେତାଙ୍କ ପାଇଁ ଭାରତ ଓ ବାର୍ବାଡୋସ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ପ୍ରତିବଦ୍ଧ ଓ ସୁଦୃଢ଼ କରିବାକୁ ସୁଯୋଗ ଦେଇଛି ।