ଭାରତ-ଫ୍ରାନ୍ସ ମିଳିତ ବିବୃତି

February 18th, 08:10 am

ଭାରତର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ ମାକ୍ରନ ୧୭ ରୁ ୧୯ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତ କରିଥିଲେ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରଭାବ ସମ୍ମିଳନୀ ୨୦୨୬ରେ ଅଂଶଗ୍ରହଣ କରିଥିଲେ। ଏହି ଗସ୍ତ ସମୟରେ ଦୁଇ ନେତା ଦ୍ୱିପାକ୍ଷିକ ଆଲୋଚନା କରିଥିଲେ ଏବଂ ୧୭ ଫେବୃଆରୀରେ ମୁମ୍ବାଇରେ ମିଳିତ ଭାବରେ ୨୦୨୬ ଭାରତ-ଫ୍ରାନ୍ସ ନବସୃଜନ ବର୍ଷର ଉଦଘାଟନ କରିଥିଲେ। ଏହା ହେଉଛି ରାଷ୍ଟ୍ରପତି ମାକ୍ରନଙ୍କର ଚତୁର୍ଥ ଭାରତ ଗସ୍ତ। ଫେବୃଆରୀ ୨୦୨୫ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫ୍ରାନ୍ସ ଗସ୍ତ ପରେ ପରେ ମାକ୍ରନ ଭାରତ ଗସ୍ତରେ ଆସିଥିଲେ। ଏହି ଅବସରରେ ଉଭୟ ନେତା ଆଗାମୀ ଦଶନ୍ଧିରେ ଦ୍ୱିପାକ୍ଷିକ ସହଯୋଗକୁ ମାର୍ଗଦର୍ଶନ କରିବା ପାଇଁ ସମ୍ପର୍କକୁ ସ୍ୱତନ୍ତ୍ର ବୈଶ୍ୱିକ ରଣନୀତିକ ସହଭାଗିତା ରେ ପରିଣତ କରିବାକୁ ସହମତ ହୋଇଥିଲେ। ଭାରତ-ଫ୍ରାନ୍ସ ସମ୍ପର୍କର ଏହି ଉନ୍ନତି ମିଳିତ ଭାବେ ବୃଦ୍ଧି ପାଉଥିବା ଉଭୟ ନେତାଙ୍କ ଉଚ୍ଚଭିଳାଷ ଓ ଲକ୍ଷ୍ୟକୁ ପ୍ରତିଫଳିତ କରୁଛି। ବିଶ୍ୱର ମଙ୍ଗଳ ପାଇଁ ଏହା ଏକ ଶକ୍ତି ଭାବରେ କାର୍ଯ୍ୟ କରିବ । ଏହା କେବଳ ସେମାନଙ୍କ ଅର୍ଥନୀତିରେ ସମୃଦ୍ଧି ଓ ସ୍ଥିରତା ନିର୍ମାଣ କରିବାରେ ଓ ସେମାନଙ୍କ ଦେଶର ସୁରକ୍ଷାକୁ ଆହୁରି ମଜଭୁତ କରିବାରେ ସାହାଯ୍ୟ କରିବ, ତାହା ନୁହେଁ ବରଂ ଦିନକୁ ଦିନ ବଢୁଥିବା ଅନିଶ୍ଚିତ ବୈଶ୍ୱିକ ପରିସ୍ଥିତିରେ ଚ୍ୟାଲେଞ୍ଜର ସମାଧାନ ପାଇଁ ସାମୂହିକ ଭାବରେ କାର୍ଯ୍ୟ କରିବ। ଏହା ସହିତ ଏକ ସ୍ଥିର ନିୟମ-ଆଧାରିତ ଅନ୍ତର୍ଜାତୀୟ ପରିବେଶ ଗଠନ କରିବାରେ ସାହାଯ୍ୟ କରିବ। ଉଭୟ ଦେଶ ୨୦୨୩ ମସିହାରେ ରଣନୀତିକ ସହଭାଗୀତାର ପଞ୍ଚବିଂଶ ବାର୍ଷିକୀ ପାଳନ କରିଥିଲେ। ଏହି ଅବସରରେ ସେମାନେ ୨୦୪୭ ପର୍ଯ୍ୟନ୍ତ ଦ୍ୱିପାକ୍ଷିକ ସମ୍ପର୍କର ମାର୍ଗ ନିର୍ଦ୍ଧାରଣ କରିବା ପାଇଁ ହରାଇଜନ ୨୦୪୭ ରୋଡମ୍ୟାପ୍ ଗ୍ରହଣ କରିଥିଲେ। ଏହି ୨୦୪୭ ହେଉଛି ଭାରତର ସ୍ୱାଧୀନତାର ଶତବାର୍ଷିକୀ ବର୍ଷ, ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ଶତବାର୍ଷିକୀ ଓ ଦୁଇ ଦେଶ ମଧ୍ୟରେ ରଣନୀତିକ ସହଭାଗୀତାର ୫୦ତମ ବର୍ଷ। ଉଭୟ ନେତା ଦ୍ୱିପାକ୍ଷିକ ସହଯୋଗର ଅଗ୍ରଗତି ଓ ଉନ୍ନତ ସହଭାଗୀତାର କାର୍ଯ୍ୟାନ୍ୱୟନ ଏବଂ ହରାଇଜନ୍ ୨୦୪୭ ବିଶେଷ କରି ଆର୍ଥିକ ସୁରକ୍ଷା, ବିଶ୍ୱ ସମସ୍ୟା ଏବଂ ଦୁଇ ଦେଶର ଲୋକଙ୍କ ମଧ୍ୟରେ ପରସ୍ପର ମଧ୍ୟରେ ଆଦାନପ୍ରଦାନ କ୍ଷେତ୍ରରେ ନିୟମିତ ସମୀକ୍ଷା କରିବା ପାଇଁ ଏକ ବୈଦେଶିକ ମନ୍ତ୍ରୀସ୍ତରୀୟ ବ୍ୟାପକ ଆଲୋଚନା କରିଥିଲେ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫ୍ରାନ୍ସ ଗସ୍ତ: ରଣନୈତିକ ଭାଗିଦାରୀକୁ ସୁଦୃଢ଼ କରିବା ଏବଂ ଏଆଇ ସହଯୋଗକୁ ଅଗ୍ରଣୀ କରିବା

February 13th, 03:06 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟରେ ଫ୍ରାନ୍ସ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ଗସ୍ତ ଭାରତର ବୈଶ୍ୱିକ ମେଣ୍ଟକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥିଲା, ଯେଉଁଥିରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ), ଅର୍ଥନୈତିକ ସଂସ୍କାର ଏବଂ ଐତିହାସିକ ସମ୍ପର୍କକୁ ସମ୍ମାନ ଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ଏହି ବିସ୍ତୃତ ଗସ୍ତ ଦାୟିତ୍ୱପୂର୍ଣ୍ଣ ଏଆଇ ବିକାଶ, ଅର୍ଥନୈତିକ ସହଯୋଗ ଏବଂ ରଣନୈତିକ ଭାଗିଦାରୀକୁ ଗଭୀର କରିବା ପାଇଁ ଭାରତର ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରିଥିଲା ।

The foundation of India - France friendship is based on the spirit of deep trust, innovation, & public welfare: PM at India-France CEO Forum, Paris

February 12th, 12:45 am

Giving a boost to business ties between India and France, PM Modi and President Macron attended the CEO Forum in Paris. The PM highlighted India's rise as a global economic powerhouse fueled by stability, reforms and innovation.

ଚତୁର୍ଦ୍ଦଶ ଭାରତ-ଫ୍ରାନ୍ସ ସିଇଓ ଫୋରମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଭାଷଣ

February 12th, 12:25 am

ବୁଧବାର ଦିନ ଅନୁଷ୍ଠିତ ହୋଇଥିବା ଚତୁର୍ଦ୍ଦଶ ଭାରତ-ଫ୍ରାନ୍ସ ସିଇଓ ଫୋରମରେ ଉଭୟ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବେ ଉଦବୋଧନ ଦେଇଛନ୍ତି । ଏହି ଫୋରମରେ ଉଭୟ ପକ୍ଷର ବିଭିନ୍ନ କମ୍ପାନୀର ଏକାଧିକ ସିଇଓ ଯୋଗ ଦେଇଥିଲେ । ଏହି ଅବସରରେ ପ୍ରତିରକ୍ଷା, ମହାକାଶ, ବିକଶିତ ପ୍ରଯୁକ୍ତି ବିଦ୍ୟା, ଭିତ୍ତିଭୂମି, କୃତ୍ରିମ ବୁଦ୍ଧିମତା, ଜୀବ ବିଜ୍ଞାନ, ଜୀବନଶୈଳୀ, ଖାଦ୍ୟ ଓ ଆତିଥେୟତା ପରି ବିଭିନ୍ନ ବିଭାଗ ଉପରେ ଆଲୋକପାତ କରାଯାଇଥିଲା ।