ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ; ଭାରତ-ଜାପାନ ବିଶ୍ୱସ୍ତରୀୟ ସହଭାଗିତା ଆଗକୁ ବଢ଼ାଇବାକୁ ଆଲୋଚନା
October 29th, 01:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କ ସହ କଥା ହୋଇଛନ୍ତି ।ଜାପାନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ସାନେ ତାକାଇଚିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 21st, 11:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜାପାନର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀମତୀ ସାନେ ତାକାଇଚିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଏକ୍ସରେ ତାଙ୍କ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୋଦୀ ଭାରତ-ଜାପାନ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱ ସହଭାଗିତାକୁ ଆହୁରି ମଜବୁତ କରିବା ପାଇଁ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି ।ଜାପାନ ମିୟାଗି ପ୍ରଦେଶର ସେଣ୍ଡାଇଠାରେ ଥିବା ସେମିକଣ୍ଡକ୍ଟର କାରଖାନା ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
August 30th, 11:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାପାନ ପ୍ରଧାନମନ୍ତ୍ରୀ, ମହାମହିମ ଶ୍ରୀ ଶିଗେରୁ ଇଶିବାଙ୍କ ସହିତ ଜାପାନ ମିୟାଗି ପ୍ରଦେଶର ସେଣ୍ଡାଇ ଯାତ୍ରା କରିଛନ୍ତି। ସେଣ୍ଡାଇଠାରେ ଦୁଇ ନେତା ସେମିକଣ୍ଡକ୍ଟର କ୍ଷେତ୍ରର ଏକ ଅଗ୍ରଣୀ ଜାପାନୀ କମ୍ପାନୀ ଟୋକିଓ ଇଲେକ୍ଟ୍ରୋନ୍ ମିୟାଗି ଲିମିଟେଡ୍ (ଟେଲ ମିୟାଗି) କାରଖାନା ପରିଦର୍ଶନ କରିଥିଲେ। ବିଶ୍ୱ ସେମିକଣ୍ଡକ୍ଟର ମୂଲ୍ୟ ଶୃଙ୍ଖଳରେ ଟେଲର ଭୂମିକା, ଏହାର ଉନ୍ନତ ଉତ୍ପାଦନ କ୍ଷମତା ଏବଂ ଭାରତ ସହିତ ଏହାର ଜାରି ରହିଥିବା ଏବଂ ଯୋଜନା କରାଯାଇଥିବା ସହଭାଗିତା ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ଏହି କାରଖାନା ପରିଦର୍ଶନ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳ, ନିର୍ମାଣ ଏବଂ ପରୀକ୍ଷଣ କ୍ଷେତ୍ରରେ ସହଯୋଗ ସ୍ଥାପନ ପାଇଁ ଦୁଇ ଦେଶ ମଧ୍ୟରେ ରହିଥିବା ସୁଯୋଗ ବିଷୟରେ ନେତାମାନଙ୍କୁ ଏକ ବ୍ୟବହାରିକ ଦୃଷ୍ଟିକୋଣ ପ୍ରଦାନ କରିଥିଲା।ଜାପାନର ବିଭିନ୍ନ ପ୍ରାନ୍ତର ରାଜ୍ୟପାଳଙ୍କ ସହ ଭାବ ବିନିମୟ କଲେ ପ୍ରଧାନମନ୍ତ୍ରୀ
August 30th, 07:34 am
ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ କହିଥିଲେ ଯେ, ଭାରତ -ଜାପାନ ସମସାମୟିକ ସମ୍ବନ୍ଧ, ଦୁଇ ଦେଶ ମଧ୍ୟରେ ଥିବା ଶତାବ୍ଦୀ ପୁରୁଣା ସମ୍ପର୍କରୁ ମିଳୁଥିବା ଜୀବନ ଶକ୍ତି ଦିନକୁ ଦିନ ସମୃଦ୍ଧ ହେବାରେ ଲାଗିଛି । ଭାରତ-ଜାପାନ ସ୍ୱତନ୍ତ୍ର ରଣନୀତିକ ଭାଗିଦାରୀତାକୁ ଗୁରୁତ୍ୱ ଦେଇ ସେ କହିଥିଲେ, ସମୟ ଆସିବରାଜ୍ୟ-ପ୍ରାନ୍ତ ସମ୍ପର୍କକୁ ଗୁରୁତ୍ୱ ମିଳିବ ଏବଂ ଟୋକିଓ-ଦିଲ୍ଲୀ କୈନ୍ଦ୍ରିକ ସମ୍ପର୍କରୁ ଏହା ଆହୁରି ଆଗକୁ ଯାଇପାରିବ । ଏହି ପରିପ୍ରେକ୍ଷୀରେ ସେ ପଞ୍ଚଦଶ ଶିଖର ସମ୍ମିଳନୀରେ ଆରମ୍ଭ ହୋଇଥିବା ରାଜ୍ୟ-ପ୍ରାନ୍ତ ସହଯୋଗିତାକୁ ଗୁରୁତ୍ୱ ଦେଇଥିଲେ । ଯାହାକି ଦୁଇ ଦେଶ ମଧ୍ୟରେ ବାଣିଜ୍ୟ, ଟେକ୍ନୋଲୋଜି, ପର୍ଯ୍ୟଟନ, ଦକ୍ଷତା, ସୁରକ୍ଷା ଏବଂ ସାଂସ୍କୃତିକ ସମ୍ବନ୍ଧକୁ ବଢ଼ାଇବାରେ ସହାୟକ ହୋଇପାରିବ । ସେ ଗଭର୍ଣ୍ଣର ମାନଙ୍କୁ ଓ ଭାରତର ରାଜ୍ୟ ସରକାରମାନଙ୍କୁ ନିର୍ମାଣ କ୍ଷେତ୍ର, ଟେକ୍ନୋଲୋଜି, ନବାଚାର, ଗତିଶୀଳତା, ପରବର୍ତ୍ତୀ ପିଢ଼ି ମୌଳିକ ଭିତ୍ତିଭୂମି, ଷ୍ଟାର୍ଟଅପ ଏବଂ ଏସଏମଇ କ୍ଷେତ୍ରରେ ନୂତନ ସମ୍ଭାବନାର ଲାଭ ଉଠାଇବା ସହ ସହଭାଗିତା କରିବାକୁ ଆହ୍ୱାନ ଦେଇଥିଲେ ।ତଥ୍ୟ ଆଧାରିତ ସୂଚନା : ଭାରତ-ଜାପାନ ଅର୍ଥନୈତିକ ସୁରକ୍ଷା ସହଯୋଗ
August 29th, 08:12 pm
ଭାରତ-ଜାପାନ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱ ସହଭାଗୀତା, ଯାହା ଆମର ସାଧାରଣ ମୂଲ୍ୟବୋଧ ଏବଂ ପାରସ୍ପରିକ ସମ୍ମାନରେ ସ୍ଥାପିତ ଉଭୟ ଦେଶର ସୁରକ୍ଷା ଏବଂ ସମୃଦ୍ଧିକୁ ଆଗକୁ ବଢ଼ାଇବା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆର୍ଥିକ ସୁରକ୍ଷା କ୍ଷେତ୍ରରେ ସହଯୋଗ ହେଉଛି ଆମର ଦ୍ୱିପାକ୍ଷିକ ସହଯୋଗର ଏକ ପ୍ରମୁଖ ସ୍ତମ୍ଭ ଯାହା ଆମର ରଣନୈତିକ ଦୃଷ୍ଟିକୋଣ ଏବଂ ଆର୍ଥିକ ଆବଶ୍ୟକତାରେ ବୃଦ୍ଧି ପାଉଥିବା ସମନ୍ୱୟରୁ ଉତ୍ପନ୍ନ ହୋଇଛି ।ପରବର୍ତ୍ତୀ ଦଶନ୍ଧି ପାଇଁ ଭାରତ- ଜାପାନ ମିଳିତ ପରିକଳ୍ପନା : ଏହି ସ୍ୱତନ୍ତ୍ର ରଣନୀତିକ ଏବଂ ବୈଶ୍ୱିକ ସହଭାଗିତା ବୃଦ୍ଧି ନିମନ୍ତେ ଆଠଗୋଟି ଦିଗ
August 29th, 07:11 pm
ଆଇନର ଶାସନ ଉପରେ ଆଧାରିତ ଏକ ମୁକ୍ତ, ଶାନ୍ତିପୂର୍ଣ୍ଣ ସମୃଦ୍ଧି ଏବଂ ବଳପୂର୍ବକ ଦଖଲମୁକ୍ତ ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସମାନ ଦୃଷ୍ଟିକୋଣ ସହିତ ଭାରତ ଏବଂ ଜାପାନ, ପରିପୂରକ ସମ୍ବଳ ପ୍ରଦାନ, ପ୍ରଯୁକ୍ତିବିଦ୍ୟାର ଶକ୍ତି ଏବଂ ମୂଲ୍ୟ ପ୍ରତିଯୋଗିତା ସହିତ ଦୁଇ ଦେଶର ଅର୍ଥନୀତି ଏବଂ ବନ୍ଧୁତା ତଥା ପାରସ୍ପରିକ ସଦ୍ଭାବନାର ଦୀର୍ଘ ପରମ୍ପରା ସହିତ ଉଭୟ ରାଷ୍ଟ୍ର, ଆଗାମୀ ଏକ ଦଶନ୍ଧି ମଧ୍ୟରେ ନିଜ ନିଜର ରାଷ୍ଟ୍ର ଏବଂ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ତଥା ସୁଯୋଗମାନଙ୍କୁ ମିଳିତ ଭାବରେ ସନ୍ଧାନ କରିବା ନିମନ୍ତେ ପରସ୍ପରର ଅଭିପ୍ରାୟ ବ୍ୟକ୍ତ କରୁଛ, ଯାହା ଉଭୟ ରାଷ୍ଟ୍ରର ଘରୋଇ ଲକ୍ଷ୍ୟ ହାସଲ କରିବା ଦିଗରେ ସହାୟକ ଏବଂ ନିଜ ନିଜ ରାଷ୍ଟ୍ର ଏବଂ ପରବର୍ତ୍ତୀ ପିଢ଼ିର ଲୋକମାନଙ୍କୁ ପୂର୍ବାପେକ୍ଷା ଅଧିକ ନିକଟତର କରାଇବ ।ପଞ୍ଚଦଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀର ମିଳିତ ବିବୃତ୍ତି: ଆମ ପରବର୍ତ୍ତୀ ପିଢ଼ିର ସୁରକ୍ଷା ଏବଂ ସମୃଦ୍ଧି ପାଇଁ ସହଭାଗୀତା
August 29th, 07:06 pm
ଜାପାନ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଇଶିବା ଶିଗେରୁଙ୍କ ନିମନ୍ତ୍ରଣରେ, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯-୩୦ ଅଗଷ୍ଟ ୨୦୨୫ ରେ ୧୫ତମ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଜାପାନର ସରକାରୀ ଗସ୍ତ କରିଥିଲେ। ୨୯ ଅଗଷ୍ଟ ୨୦୨୫ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (କାଣ୍ଟେଇ) ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଇଶିବା ସ୍ୱାଗତ କରିଥିଲେ, ଯେଉଁଠାରେ ତାଙ୍କୁ ଏକ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ପ୍ରତିନିଧି ସ୍ତରୀୟ ଆଲୋଚନା ସମୟରେ, ଦୁଇ ପ୍ରଧାନମନ୍ତ୍ରୀ ଭାରତ ଏବଂ ଜାପାନ ମଧ୍ୟରେ ଦୀର୍ଘକାଳୀନ ବନ୍ଧୁତାକୁ ମନେ ପକାଇଥିଲେ ଯାହାକି ସଭ୍ୟତା ସମ୍ପର୍କ, ସମାନ ମୂଲ୍ୟବୋଧ ଏବଂ ସ୍ୱାର୍ଥ, ସାଧାରଣ ରଣନୈତିକ ଦୃଷ୍ଟିକୋଣ ଏବଂ ପରସ୍ପର ପ୍ରତି ପାରସ୍ପରିକ ସମ୍ମାନରେ ନିହିତ ରହିଛି। ଗତ ଦଶନ୍ଧିରେ ଭାରତ-ଜାପାନ ସହଭାଗୀତା ଦ୍ୱାରା ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତିକୁ ଦୁଇ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ ଏବଂ ଆଗାମୀ ଦଶନ୍ଧିରେ ପାରସ୍ପରିକ ସୁରକ୍ଷା ଏବଂ ସମୃଦ୍ଧି ପାଇଁ ରଣନୈତିକ ଏବଂ ଭବିଷ୍ୟତମୁଖୀ ସହଭାଗୀତାକୁ ସୁଦୃଢ଼ କରିବା ପାଇଁ ଉପାୟ ଉପରେ ଗଠନମୂଳକ ଆଲୋଚନା କରିଥିଲେ।