ଭାରତର ସବୁଠାରୁ ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିଥିବାରୁ ବିଶ୍ୱ ନେତାମାନଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କରିଛନ୍ତି ଶ୍ରୀ ନରେନ୍ଦ୍ର ମୋଦୀ

June 10th, 02:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସବୁଠାରୁ ଦୀର୍ଘକାଳୀନ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ଲାଭ କରିଥିବାରୁ ବିଶ୍ୱର ବିଭିନ୍ନ ରାଷ୍ଟ୍ର ଏବଂ ସରକାର ମୁଖ୍ୟଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଲାଭ କରିଛନ୍ତି।

ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ନାଇଜର ପୁରସ୍କାର ସ୍ବୀକୃତି ଗ୍ରହଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 17th, 08:30 pm

ନାଇଜେରିଆର ଜାତୀୟ ପୁରସ୍କାର ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜର’ରେ ସମ୍ମାନିତ ହୋଇଥିବାରୁ ମୁଁ ଆପଣଙ୍କର, ନାଇଜେରିଆ ସରକାର ଏବଂ ଜନସାଧାରଣଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି। ଏହି ସମ୍ମାନକୁ ମୁଁ ବି ନମ୍ରତା ଓ ଆଦର ପୂର୍ବକ ସହ ଗ୍ରହଣ କରୁଛି। ମୁଁ ଏହି ସମ୍ମାନ ୧୪୦ କୋଟି ଭାରତୀୟଏବଂ ଭାରତ ଓ ନାଇଜେରିଆର ଗଭୀର ବନ୍ଧୁତାକୁ ସମର୍ପିତ କରୁଛି । ଏହି ସମ୍ମାନ ଆମକୁ ଭାରତ ଓ ନାଇଜେରିଆ ମଧ୍ୟରେ ରଣନୈତିକ ଭାଗୀଦାରୀକୁ ନୂତନ ଶିଖରକୁ ନେବା ପାଇଁ ପ୍ରେରଣା ଯୋଗାଇବ ।

ପ୍ରଧାନମନ୍ତ୍ରୀଙ୍କୁ "ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ନାଇଜର" ପ୍ରଦାନ

November 17th, 08:11 pm

17.11.2024 : ଷ୍ଟେଟ୍ ହାଉସରେ ଆୟୋଜିତ ଏକ ସମାରୋହରେ ନାଇଜେରିଆ ଫେଡେରାଲ ରିପବ୍ଲିକ୍ ର ରାଷ୍ଟ୍ରପତି ମହାମହିମ ଶ୍ରୀ ବୋଲା ଅହମ୍ମଦ ଟିନୁବୁ ଭାରତ-ନାଇଜେରିଆ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କମାଣ୍ଡର ଅଫ୍‌ ଦି ଅର୍ଡର ଅଫ୍ ନାଇଜର ଜାତୀୟ ପୁରସ୍କାର ପ୍ରଦାନ କରିଥିଲେ । ପୁରସ୍କାର ପ୍ରଶଂସାପତ୍ରରେ ଉଲ୍ଲେଖ କରାଯାଇଛି ଯେ ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଭାରତ ଏକ ବିଶ୍ୱ ଶକ୍ତି ଭାବରେ ଅବସ୍ଥାପିତ ହୋଇଛି ଏବଂ ତାଙ୍କ ପରିବର୍ତ୍ତନଶୀଳ ଶାସନ ସମସ୍ତଙ୍କ ପାଇଁ ଏକତା, ଶାନ୍ତି ଏବଂ ଅଂଶୀଦାର ସମୃଦ୍ଧିକୁ ପ୍ରୋତ୍ସାହିତ କରିଛି ।