ଭାରତ-ବ୍ରିଟେନ ସି.ଇ.ଓ. ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 09th, 04:41 pm

ବର୍ଷ ବର୍ଷ ଧରି ଆପଣ ସମସ୍ତ ବ୍ୟବସାୟୀ ନେତୃବର୍ଗଙ୍କ ନିରନ୍ତର ପ୍ରୟାସ ଦ୍ୱାରା, ଏହି ମଞ୍ଚ ଭାରତ-ବ୍ରିଟେନ ରଣନୈତିକ ଭାଗିଦାରୀର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଠିଆ ହୋଇଛି। ବର୍ତ୍ତମାନ ଆପଣଙ୍କ ମତାମତ ଶୁଣିବା ଦ୍ୱାରା ମୋର ବିଶ୍ୱାସ ଗଭୀର ହୋଇଛି ଯେ, ଆମେ ସ୍ୱାଭାବିକ ଅଂଶୀଦାର ଭାବରେ ଆହୁରି ଦ୍ରୁତ ଗତିରେ ଆଗକୁ ବଢିବୁ। ଆଉ ଏଥିପାଇଁ ମୁଁ ଆପଣ ସମସ୍ତଙ୍କୁ ଅଭିବାଦନ ଜଣାଉଛି।

ଫଳାଫଳ ତାଲିକା: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

October 09th, 01:55 pm

ଭାରତ-ବିଟେନ ସଂଯୋଗ ଏବଂ ନବାଚାର କେନ୍ଦ୍ରର ପ୍ରତିଷ୍ଠା ।

ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି

October 09th, 11:25 am

ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।