UK Foreign Secretary meets Prime Minister

June 04th, 09:56 pm

PM Modi met UK Foreign Secretary Yvette Cooper and appreciated the deepening India-UK partnership, highlighting the unprecedented growth opportunities emerging for both nations. He reaffirmed that the India-UK Vision 2035 will continue to guide bilateral cooperation and strengthen joint efforts for global good.

ଦୀପାବଳି ଶୁଭେଚ୍ଛା ପାଇଁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ

October 22nd, 08:25 am

ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଦୀପାବଳିର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ବ୍ୟକ୍ତିଗତ ଫୋନ କଲ୍ ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି।

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାବନାକୁ ଗମ୍ଭୀରତାର ସହିତ ସ୍ୱୀକାର କରୁଛି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ ଜଣାଉଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 06th, 10:27 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଭାରତ-ଆମେରିକା ସମ୍ପର୍କକୁ ନେଇ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ସକାରାତ୍ମକ ଆକଳନକୁ ସେ ଗମ୍ଭୀରତାର ସହିତ ସ୍ୱୀକାର କରୁଛନ୍ତି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ କରୁଛନ୍ତି । ‘‘ଭାରତ ଏବଂ ଆମେରିକା ମଧ୍ୟରେ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂରଦର୍ଶୀ, ବ୍ୟାପକ ତଥା ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀ ରହିଛି’’, ଶ୍ରୀ ମୋଦୀ କହିଛନ୍ତି।

ଭାରତର ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ସମୟରେ ଭାରତ - ଆମେରିକା ମିଳିତ ବିବୃତି

February 14th, 09:07 am

ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ମାନନୀୟ ଡୋନାଲ୍ଡ ଜେ. ଟ୍ରମ୍ପ ୧୩ ଫେବୃଆରୀ, ୨୦୨୫ରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ୱାଶିଂଟନ ଡିସିରେ ଏକ ସରକାରୀ କାର୍ଯ୍ୟକ୍ରମ ଗସ୍ତ ଅବସରରେ ସ୍ଵାଗତ କରିଥିଲେ ।

ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

February 14th, 04:57 am

ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ ଓ ଆତିଥେୟତା ପ୍ରଦର୍ଶନ କରିଥିବାରୁ ସେ ସର୍ବପ୍ରଥମେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଥିଲେ । ଭାରତ ଓ ଆମେରିକାର ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୂତ କରିଥିବାରୁ ଟ୍ରମ୍ପଙ୍କ ନେତୃତ୍ୱକୁ ମୋଦୀ ଧନ୍ୟବାଦ ଜ୍ଞାପନ କରିଥିଲେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା

January 06th, 07:43 pm

ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଜ୍ୟାକ୍ ସୁଲିଭାନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ମୋର ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ଖୁବ୍ ଭଲ ବର୍ତ୍ତାଳାପ ହେଲା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 06th, 10:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନୂତନ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇ ତାଙ୍କର ଚମତ୍କାର ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି । ବିଭିନ୍ନ କ୍ଷେତ୍ରରେ ଭାରତ-ଆମେରିକା ସମ୍ପର୍କକୁ ଅଧିକ ମଜବୁତ କରିବା ପାଇଁ ସେ ପୁଣି ଥରେ ମିଳିତ ଭାବେ କାର୍ଯ୍ୟ କରିବାକୁ ଆଗ୍ରହୀ ଅଛନ୍ତି ବୋଲି ଶ୍ରୀ ମୋଦୀ କହିଛନ୍ତି ।

ଡେଲାୱେରର ୱିଲମିଙ୍ଗଟନରେ ଆମେରିକା ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

September 22nd, 02:02 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡେଲାୱେରଠାରେ କ୍ୱାଡ୍ ଶିଖର ସମ୍ମିଳନୀ ଅବସରରେ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋସେଫ୍ ବାଇଡେନଙ୍କ ସହ ସାକ୍ଷାତ କରିଥିଲେ । ଏକ ସ୍ୱତନ୍ତ୍ର ପଦକ୍ଷେପ ସ୍ୱରୂପ ରାଷ୍ଟ୍ରପତି ବାଇଡେନ ୱିଲମିଙ୍ଗଟନରେ ଥିବା ତାଙ୍କ ବାସଭବନରେ ଏହି ବୈଠକର ଆୟୋଜନ କରିଥିଲେ ।