ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

February 23rd, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’କୁ ଆପଣ ସମସ୍ତଙ୍କୁ ସ୍ୱାଗତ । ଏବେ ଚମ୍ପିଆନ୍ସ ଟ୍ରଫି ଚାଲିଛି ଏବଂ ଚାରିଆଡ଼େ କ୍ରିକେଟ୍ ବିଷୟରେ ଆଲୋଚନା ହେଉଛି । କ୍ରିକେଟରେ ଶତକର ରୋମାଞ୍ଚ କ’ଣ, ତାହା ତ ଆମେ ସମସ୍ତେ ଭଲ ଭାବେ ଜାଣୁଁ, କିନ୍ତୁ ଆଜି ମୁଁ ଆପଣ ସମସ୍ତଙ୍କୁ କ୍ରିକେଟ୍ ନୁହେଁ, ବରଂ ଭାରତ ମହାକାଶରେ ଯେଉଁ ଶତକ ହାସଲ କରିଛି ସେ ବିଷୟରେ କହିବାକୁ ଯାଉଛି । ଗତ ମାସରେ ଦେଶ ଇସ୍ରୋର ୧୦୦ତମ ରକେଟ୍ ପ୍ରେରଣର ସାକ୍ଷୀ ହେଲା । ଏହା କେବଳ ଏକ ସଂଖ୍ୟା ନୁହେଁ, ବରଂ ଏଥିରୁ ମହାକାଶ ବିଜ୍ଞାନରେ ଆମର ନିତ୍ୟନୂତନ ଶିଖର ସ୍ପର୍ଶ କରିବାର ସଂକଳ୍ପ ବିଷୟରେ ମଧ୍ୟ ସୂଚନା ମିଳୁଛି । ଆମର ମହାକାଶ ଯାତ୍ରାର ଶୁଭାରମ୍ଭ ଅତି ସାଧାରଣ ଭାବେ ହୋଇଥିଲା । ଏଥିରେ ପ୍ରତି ପଦକ୍ଷେପରେ ଆହ୍ୱାନ ଥିଲା, କିନ୍ତୁ ଆମ ବୈଜ୍ଞାନିକମାନେ ବିଜୟ ଲାଭ କରି ଆଗକୁ ଆଗକୁ ବଢ଼ିଚାଲିଲେ । ସମୟ ସହିତ ମହାକାଶର ଏହି ଯାତ୍ରାରେ ଆମ ସଫଳତାର ତାଲିକା ଲମ୍ବା ହୋଇ ଚାଲିଲା । ଲଞ୍ଚ ଭେଇକିଲ୍ ନିର୍ମାଣ ହେଉ, ଚନ୍ଦ୍ରଯାନର ସଫଳତା ହେଉ, ମଙ୍ଗଳଯାନ ହେଉ, ଆଦିତ୍ୟ ଏଲ୍- ୱାନ୍ କିମ୍ବା ଗୋଟିଏ ରକେଟରେ ଏକାଥରରେ ୧୦୪ଟି ଉପଗ୍ରହ ପ୍ରେରଣର ଅଭୂତପୂର୍ବ ଅଭିଯାନ ହେଉ – ଇସ୍ରୋର ସଫଳତାର ପରିସର ବିଶାଳ ହୋଇଛି । ଗତ ୧୦ ବର୍ଷରେ ହିଁ ପ୍ରାୟଃ ୪୬୦ ଟି ଉପଗ୍ରହ ଲଞ୍ଚ୍ କରାଯାଇଛି ଏବଂ ଏଥିରେ ଅନ୍ୟ ଦେଶମାନଙ୍କର ମଧ୍ୟ ଅନେକ ଉପଗ୍ରହ ରହିଛି । ଗୋଟିଏ ବଡ଼ କଥା ହେଉଛି ଯେ, ଆମ ମହାକାଶ ବିଜ୍ଞାନୀମାନଙ୍କ ଦଳରେ ନାରୀଶକ୍ତିର ଅଂଶଗ୍ରହଣ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଏହାଦେଖି ମଧ୍ୟ ମୋତେ ବହୁତ ଖୁସି ଲାଗୁଛି ଯେ, ଆଜି ମହାକାଶ କ୍ଷେତ୍ର ଆମ ଯୁବବର୍ଗଙ୍କର ପ୍ରିୟ ହୋଇଯାଇଛି । କିଛି ବର୍ଷ ପୂର୍ବେ ଏ କଥା କିଏ ବା ଚିନ୍ତା କରିଥିବ ଯେ, ଏହି କ୍ଷେତ୍ରରେ ଷ୍ଟାର୍ଟ-ଅପ୍ ଏବଂ ଘରୋଇ କମ୍ପାନୀଗୁଡ଼ିକର ସଂଖ୍ୟା ଶହ ଶହ ହୋଇଯିବ । ଆମର ଯେଉଁ ଯୁବକ-ଯୁବତୀ ଜୀବନରେ କିଛି ରୋମାଂଚକର ଏବଂ ଉତ୍ସାହଜନକ କାର୍ଯ୍ୟ କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏହି ମହାକାଶ କ୍ଷେତ୍ର ଗୋଟିଏ ସୁନ୍ଦର ବିକଳ୍ପ ହେବାକୁ ଯାଉଛି ।

ଉତ୍ତର-ପୂର୍ବାଞ୍ଚଳର ସୌନ୍ଦର୍ଯ୍ୟକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

February 08th, 11:16 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର-ପୂର୍ବାଞ୍ଚଳର ଚମତ୍କାର ସୌନ୍ଦର୍ଯ୍ୟକୁ ପ୍ରଶଂସା କରିଛନ୍ତି ।

Connect With the PM, now on Instagram!

November 16th, 12:25 pm

Connect With the PM, now on Instagram!

Narendra Modi now on Instagram!

November 12th, 10:15 am

Narendra Modi now on Instagram!