ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତରେ ଭାରତର ପ୍ରତିରକ୍ଷା ଶକ୍ତି, ନବସୃଜନ ଏବଂ ସାମୂହିକ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି

July 26th, 11:30 am

Prime Minister Narendra Modi addressed the nation through Mann Ki Baat. In his speech, he highlighted important topics such as Kargil Vijay Diwas, Catch the Rain campaign, India's space sector prowess, Science Olympiads, Environmental conservation, Khadi and more. He called upon the citizens to share their ideas and suggestions for Independence Day through MyGov.

ତ୍ରିରଙ୍ଗାର ଗୌରବ ବଜାୟ ରଖିବାରେ 'ହର ଘର ତିରଙ୍ଗା ଅଭିଯାନ' ଏକ ଅନନ୍ୟ ପର୍ବ ପାଲଟିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

July 28th, 11:30 am

ବନ୍ଧୁଗଣ, କ୍ରୀଡ଼ା ଜଗତର ଏହି ଅଲମ୍ପିକ୍ସ ଭିନ୍ନ, କିଛିଦିନ ପୂର୍ବରୁ ଗଣିତ ଜଗତରେ ମଧ୍ୟ ଗୋଟିଏ ଅଲମ୍ପିକ୍ସ ଅନୁଷ୍ଠିତ ହୋଇଯାଇଛି – International Mathematics Olympiad. ଏହି ଅଲିମ୍ପିଆଡରେ ଭାରତର ପ୍ରତିଯୋଗୀମାନେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ଏଥିରେ ଆମ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଚାରୋଟି ସ୍ୱର୍ଣ୍ଣପଦକ ଏବଂ ଗୋଟିଏ ରୌପ୍ୟପଦକ ଜିତିଛି । International Mathematics Olympiad – ଏଥିରେ ୧୦୦ରୁ ଅଧିକ ଦେଶର ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିଥାନ୍ତି ଏବଂ ମୋଟ ପଦକ ତାଲିକାରେ ଆମ ଦଳ ସର୍ବଶ୍ରେଷ୍ଠ ପାଞ୍ଚଟି ଦଳ ମଧ୍ୟରେ ସ୍ଥାନ ପାଇବାରେ ସଫଳତା ଲାଭ କରିଛି । ଦେଶର ନାଁ ଉଜ୍ଜ୍ୱଳ କରିଥିବା ଏହି ଛାତ୍ରମାନଙ୍କ ନାମ ହେଉଛି - ପୁଣେର ଆଦିତ୍ୟ ଭେଙ୍କଟ ଗଣେଶ, ସେହି ପୁଣେର ସିଦ୍ଧାର୍ଥ ଚୋପ୍ଡ଼ା, ଦିଲ୍ଲୀର ଅର୍ଜୁନ ଗୁପ୍ତା, ଗ୍ରେଟର୍ ନଏଡାର କନବ ତଲୱାର, ମୁମ୍ବାଇର ରୁଷିଲ୍ ମାଥୁର୍ ଏବଂ ଗୁଆହାଟିର ଆନନ୍ଦୋ ଭାଦୁରୀ ।

ଆନ୍ତର୍ଜାତିକ ଗଣିତ ଅଲମ୍ପିଆଡରେ ଭାରତର ସର୍ବକାଳୀନ ଶ୍ରେଷ୍ଠ ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

July 21st, 05:01 pm

ଆନ୍ତର୍ଜାତିକ ଗଣିତ ଅଲମ୍ପିଆଡରେ ଭାରତ ଚତୁର୍ଥ ସ୍ଥାନ ହାସଲ କରି ସର୍ବକାଳୀନ ଶ୍ରେଷ୍ଠ ପ୍ରଦର୍ଶନ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅତ୍ୟନ୍ତ ଖୁସି ପ୍ରକାଶ କରିବା ସହ ଗର୍ବ ଅନୁଭବ କରିଛନ୍ତି ।