ଆର୍ଜଣ୍ଟିନାର ରାଷ୍ଟ୍ରପତି ଜାଭିଏର୍ ମିଲେଇଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 06th, 01:48 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆର୍ଜଣ୍ଟିନାର ରାଷ୍ଟ୍ରପତି ଜାଭିଏର୍ ମିଲେଇଙ୍କୁ ଭେଟିଛନ୍ତି । କାସା ରୋସାଡାରେ ପହଞ୍ଚିବା ପରେ ରାଷ୍ଟ୍ରପତି ମିଲେଇ ତାଙ୍କର ଭବ୍ୟ ସ୍ୱାଗତ କରିଥିଲେ । ଗତ କାଲି ବ୍ୟୁନସ୍ ଏୟାର୍ସରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କର ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କର ଏହି ଗସ୍ତ ବେଶ୍ ଗୁରୁତ୍ୱପୂର୍ଣ୍ଣ । କାରଣ ୫୭ ବର୍ଷର ବ୍ୟବଧାନ ପରେ ଜଣେ ଭରତୀୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆର୍ଜେଣ୍ଟିନାକୁ ଏହା ପ୍ରଥମ ଦ୍ୱିପାକ୍ଷିକ ଗସ୍ତ । ଭାରତ - ଆର୍ଜେଣ୍ଟିନା ସମ୍ପର୍କ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ, କାରଣ ଉଭୟ ଦେଶ କୂଟନୈତିକ ସମ୍ପର୍କ ସ୍ଥାପନର ୭୫ ବର୍ଷ ପାଳନ କରୁଛନ୍ତି । ତାଙ୍କୁ ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ପ୍ରଦାନ କରାଯାଇଥିବା ଭବ୍ୟ ଆତିଥ୍ୟ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମିଲେଇଙ୍କୁ ଧନ୍ୟବାଦ ଜଣାଇଥିଲେ ।PM Modi arrives in Buenos Aires, Argentina
July 05th, 07:23 am
Prime Minister Narendra Modi arrived in Argentina a short while ago. He will hold bilateral talks with President Milei.ଘାନା, ତ୍ରିନିଦାଦ ଓ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ପୂର୍ବ ବିବୃତ୍ତି
July 02nd, 07:34 am
ରାଷ୍ଟ୍ରପତି ଜନ୍ ଡ୍ରାମାନି ମହାମାଙ୍କ ନିମନ୍ତ୍ରଣରେ, ୨-୩ ଜୁଲାଇରେ ମୁଁ ଘାନା ଗସ୍ତ କରିବି । ଗ୍ଲୋବାଲ୍ ସାଉଥରେ ଘାନା ଏକ ପ୍ରମୁଖ ଅଂଶୀଦାର ଏବଂ ଆଫ୍ରିକୀୟ ସଂଘ ତଥା ପଶ୍ଚିମ ଆଫ୍ରିକୀୟ ଦେଶଗୁଡିକର ଅର୍ଥନୈତିକ ସମ୍ପ୍ରଦାୟରେ ମଧ୍ୟ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଘାନା ସହିତ ଆମର ଐତିହାସିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ନିବେଶ, ଶକ୍ତି, ସ୍ୱାସ୍ଥ୍ୟ, ସୁରକ୍ଷା, କ୍ଷମତା ନିର୍ମାଣ ତଥା ବିକାଶ ସହଭାଗିତା କ୍ଷେତ୍ର ସମେତ ସହଯୋଗର ନୂତନ ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ମୋର ମତ ଆଦାନପ୍ରଦାନ ପାଇଁ ମୁଁ ଅପେକ୍ଷା କରିଛି । ସହଯୋଗୀ ଗଣତାନ୍ତ୍ରିକ ଦେଶ ଭାବରେ, ଘାନାର ସଂସଦରେ ଭାଷଣ ଦେବା ଏକ ସମ୍ମାନର ବିଷୟ ହେବ ।ପ୍ରଧାନମନ୍ତ୍ରୀଙ୍କ ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତ (ଜୁଲାଇ ୦୨-୦୯)
June 27th, 10:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୦୨- ୦୩, ୨୦୨୫ରେ ଘାନା ଗସ୍ତରେ ଯିବେ । ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦ୍ୱିପକ୍ଷୀୟ ଘାନା ଗସ୍ତ । ତିନି ଦଶନ୍ଧି ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ଘାନା ଗସ୍ତରେ ଯାଉଛନ୍ତି । ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଘାନାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବେ । ଦୃଢ଼ ଦ୍ୱିପାକ୍ଷିକ ସହଯୋଗର ସେ ସମୀକ୍ଷା କରିବା ସହ ଆର୍ଥିକ, ଶକ୍ତି, ପ୍ରତିରକ୍ଷା କ୍ଷେତ୍ରରେ ସମ୍ପର୍କ ଏବଂ ସହଭାଗିତା ସହଯୋଗ ବୃଦ୍ଧିର ସୁଯୋଗ ବାବଦରେ ଆଲୋଚନା କରିବେ । ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବା ଦିଗରେ ଦୁଇ ଦେଶର ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ସହ ଇକୋୱାସ (ଇକୋନୋମିକ କମୁ୍ୟନିଟି ଅଫ ୱେଷ୍ଟ ଆଫ୍ରିକା ଷ୍ଟେଟସ ) ଏବଂ ଆଫ୍ରିକାନ ୟୁନିଅନରେ ଭାରତର ସହଭାଗିତାକୁ ଦୃଢ଼ କରିବ ।ଆର୍ଜେଣ୍ଟିନା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 20th, 08:09 pm
ବ୍ରାଜିଲର ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ ତାରିଖରେ ଆର୍ଜେଣ୍ଟିନାର ରାଷ୍ଟ୍ରପତି ଜାଭିଏର ମିଲେଇଙ୍କୁ ଭେଟିଛନ୍ତି ।ଆର୍ଜେଣ୍ଟିନା ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଜାଭିଅର ମିଲେଇଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 20th, 05:00 pm
ଆର୍ଜେଣ୍ଟିନା ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଜାଭିଅର ମିଲେଇଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।