ଝାରସୁଗୁଡାରେ ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 27th, 11:45 am
ଏଠାକାର କିଛି ଯୁବ ବନ୍ଧୁ ଅନେକ କଳାକୃତି ସାଥିରେ ନେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ କଳା ପ୍ରତି ଥିବା ଅନୁରାଗ ବିଶ୍ୱ ପ୍ରସିଦ୍ଧ। ମୁଁ ଆପଣ ସମସ୍ତଙ୍କଠାରୁ ଏହି ଉପହାର ଗ୍ରହଣ କରୁଛି ଏବଂ ମୋର ଏସ୍ପିଜି ସହକର୍ମୀମାନଙ୍କୁ ଅନୁରୋଧ କରୁଛି ଯେ, ସେମାନେ ସେଗୁଡ଼ିକୁ ଆପଣଙ୍କଠାରୁ ସଂଗ୍ରହ କରିନିଅନ୍ତୁ। ଯଦି ଆପଣମାନେ ପଛରେ ଆପଣଙ୍କର ନାମ ଏବଂ ଠିକଣା ଲେଖିଥିବେ, ତେବେ ଆପଣ ନିଶ୍ଚିତ ଭାବରେ ମୋଠାରୁ ଏକ ଚିଠି ପାଇବେ। ସେଠାରେ, ପଛରେ ମଧ୍ୟ ଏକ ପିଲା କିଛି ଧରି ଠିଆ ହୋଇଛି; ତାଙ୍କ ହାତ ଯନ୍ତ୍ରଣା କରୁଥିବ। ସେ ବହୁ ସମୟ ହେଲା ଏହାକୁ ଧରି ଠିଆ ହୋଇଛି। ଦୟାକରି ତାହା ମଧ୍ୟ ସଂଗ୍ରହ କରିନିଅନ୍ତୁ, ଭାଇ। ଦୟାକରି ତାଙ୍କୁ ସାହାଯ୍ୟ କରନ୍ତୁ। ଯଦି ଆପଣ ପଛରେ ଆପଣଙ୍କର ନାମ ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଚିଠି ଲେଖିବି। ଆପଣ ଆତ୍ମୀୟତାର ସହିତ ଏହି କଳାକୃତି ସୃଷ୍ଟି କରିଥିବାରୁ ମୁଁ ସମସ୍ତ ଯୁବକ, ମହିଳା ଏବଂ ଛୋଟ ପିଲାମାନଙ୍କୁ ମୋର ଆନ୍ତରିକ କୃତଜ୍ଞତା ଜଣାଉଛି।ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 27th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରି ସେଠାରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ବର୍ତ୍ତମାନ ନବରାତ୍ରି ପର୍ବ ପାଳନ କରାଯାଉଛି । ଏହି ପବିତ୍ର ଦିନରେ ମା’ ସମଲେଇ ଏବଂ ମା’ ରାମଚଣ୍ଡୀଙ୍କ ପବିତ୍ର ଭୂମିକୁ ଆସିବା ଏବଂ ଆଜିର କାର୍ଯ୍ୟକ୍ରମରେ ସମବେତ ଲୋକମାନଙ୍କୁ ଭେଟିବାର ସୌଭାଗ୍ୟ ତାଙ୍କୁ ମିଳିଛି। ସେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମା’ ଏବଂ ଭଉଣୀଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରି କହିଥିଲେ, ସେମାନଙ୍କର ଆଶୀର୍ବାଦ ହିଁ ଶକ୍ତିର ପ୍ରକୃତ ଉତ୍ସ। ଏହି ଅବସରରେ ସବୁ ଲୋକମାନଙ୍କୁ ସେ ପ୍ରଣାମ ଜଣାଇଥିଲେ।ଝାରସୁଗୁଡାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
September 26th, 09:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 27 ସେପ୍ଟେମ୍ବରରେ ଓଡ଼ିଶା ଗସ୍ତରେ ଆସିବେ। ପୂର୍ବାହ୍ନ ପ୍ରାୟ 11:30 ସମୟରେ, ସେ ଝାରସୁଗୁଡାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ଏକ ସାଧାରଣ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଏହି ପ୍ରକଳ୍ପଗୁଡ଼ିକ ଦୂରସଞ୍ଚାର, ରେଳବାଇ, ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟସେବା, ଦକ୍ଷତା ବିକାଶ, ଗ୍ରାମୀଣ ଗୃହ ନିର୍ମାଣ କ୍ଷେତ୍ର ସମେତ ଅନ୍ୟାନ୍ୟ କ୍ଷେତ୍ର ସହ ଜଡ଼ିତ।