ଚିଲିର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଜୋସେ ଆଣ୍ଟୋନିଓ କାଷ୍ଟ ରିସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

March 13th, 12:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚିଲିର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଜୋସେ ଆଣ୍ଟୋନିଓ କାଷ୍ଟ ରିସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଭାରତ ଏବଂ ଚିଲି ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଏବଂ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଏବଂ ବାଣିଜ୍ୟ, ପ୍ରଯୁକ୍ତିବିଦ୍ୟା ଏବଂ ଶକ୍ତି କ୍ଷେତ୍ରରେ ସହଯୋଗକୁ ଗଭୀର କରିବା ଲାଗି ସେ ତାଙ୍କ ସହ ଘନିଷ୍ଠ ଭାବେ କାର୍ଯ୍ୟ କରିବାକୁ ଆଗ୍ରହୀ। ସଫଳ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା! ବୋଲି ଶ୍ରୀ ମୋଦୀ କହିଛନ୍ତି ।