୭୯ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣର ମୁଖ୍ୟାଂଶ
August 15th, 03:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଲାଲକିଲ୍ଲାରୁ ୭୯ତମ ସ୍ୱାଧୀନତା ଦିବସରେ ଦେଶକୁ ସମ୍ବୋଧିତ କରିଛନ୍ତି। ଶ୍ରୀ ମୋଦୀଙ୍କ ଅଭିଭାଷଣ ଲାଲକିଲ୍ଲାରୁ ସବୁଠାରୁ ଲମ୍ବା ଏବଂ ନିର୍ଣ୍ଣାୟକ ଅଭିଭାଷଣ ଥିଲା, ଯାହା ୧୦୩ ମିନିଟ୍ ଧରି ଥିଲା, ଯେଉଁଥିରେ ସେ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଆତ୍ମନିର୍ଭରଶୀଳତା, ନବସୃଜନ ଏବଂ ନାଗରିକ ସଶକ୍ତିକରଣ ଉପରେ ଧ୍ୟାନ କେନ୍ଦ୍ରିତ କରିଥିଲା । ଏହା ମଧ୍ୟ ଅନ୍ୟ ଉପରେ ନିର୍ଭରଶୀଳ ଦେଶରୁ ବିଶ୍ୱସ୍ତରୀୟ ଆତ୍ମବିଶ୍ୱାସୀ, ପ୍ରଯୁକ୍ତିବିଦ୍ୟା ଦୃଷ୍ଟିରୁ ଉନ୍ନତ ଏବଂ ଆର୍ଥିକ ଦୃଷ୍ଟିରୁ ସ୍ଥିର ଦେଶ ହେବା ପାଇଁ ଭାରତର ଯାତ୍ରାକୁ ଆଲୋକପାତ କରିଥିଲା।୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 07:00 am
ସ୍ୱାଧୀନତାର ଏହି ମହାନ ପର୍ବ ହେଉଛି ୧୪୦ କୋଟି ଭାରତୀୟଙ୍କ ସଂକଳ୍ପର ପର୍ବ। ସ୍ୱାଧୀନତାର ଏହି ପର୍ବ ସାମୂହିକ ସିଦ୍ଧି ଓ ଗୌରବର ମୁହୂର୍ତ୍ତ ଏବଂ ଏହା ସମସ୍ତଙ୍କ ହୃଦୟକୁ ଉତ୍ସାହରେ ପରିପୂର୍ଣ୍ଣ କରି ଦେଇଛି। ଦେଶ ଏକତାର ଭାବନାକୁ ଏହା ନିରନ୍ତର ମଜବୁତ କରୁଛି। ଆଜି, ୧୪୦ କୋଟି ଦେଶବାସୀ ତ୍ରିରଙ୍ଗା ରଙ୍ଗରେ ରଙ୍ଗିତ। ଘରେ ଘରେ ତ୍ରିରଙ୍ଗା, ଭାରତର ପ୍ରତ୍ୟେକ କୋଣରୁ, ତାହା ମରୁଭୂମି ହେଉ ଅବା ହିମାଳୟର ଶିଖର ହେଉ, ସମୁଦ୍ର କୂଳ ହେଉ ଅବା ଘନ ଜନବସତି ଅଞ୍ଚଳ, ସବୁଠି ସମାନ ପ୍ରତିଧ୍ୱନି ଓ ସମାନ ଜୟଗାନ ଶୁଭୁଛି । ଆମ ପାଇଁ ଆମ ଜୀବନଠାରୁ ଅଧିକ ପ୍ରିୟ ମାତୃଭୂମିର ଜୟଗାନ ଚାରିଆଡ଼େ ଶୁଭୁଛି ।India celebrates 79th Independence Day
August 15th, 06:45 am
PM Modi, in his address to the nation on the 79th Independence day paid tribute to the Constituent Assembly, freedom fighters, and Constitution makers. He reiterated that India will always protect the interests of its farmers, livestock keepers and fishermen. He highlighted key initiatives—GST reforms, Pradhan Mantri Viksit Bharat Rozgar Yojana, National Sports Policy, and Sudharshan Chakra Mission—aimed at achieving a Viksit Bharat by 2047. Special guests like Panchayat members and “Drone Didis” graced the Red Fort celebrations.