ରୋଜଗାର ମେଳା ଅନ୍ତର୍ଗତ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 23rd, 11:15 am

ଆଜି ଦେଶବ୍ୟାପୀ ହଜାର ହଜାର ଯୁବକ ଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ।ଆଜି ୫୧ ହଜାରରୁ ଅଧିକ ଯୁବକ-ଯୁବତୀ ସରକାରୀ ଚାକିରିର ନିଯୁକ୍ତିପତ୍ର ପାଇଛନ୍ତି। ଆଜି, ଆପଣମାନେ ସମସ୍ତେ ଦେଶର ବିକାଶ ଯାତ୍ରାରେ ଗୁରୁତ୍ୱପୂର୍ଣ୍ଣ ଏବଂ ଦାୟିତ୍ବପୂର୍ଣ୍ଣ ଅଂଶୀଦାର ହେବାକୁ ଯାଉଛନ୍ତି। ଆପଣମାନେ ରେଳବାଇ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଆହୁରି ଅନେକ କ୍ଷେତ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ଏକ ବିକଶିତ ଭାରତ ପାଇଁ ସଂକଳ୍ପ ପୂରଣ କରିବାରେ ଆପଣମାନେ ସମସ୍ତେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।

ରୋଜଗାର ମେଳା ଅବସରରେ ନବନିଯୁକ୍ତ ୫୧,୦୦୦ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 23rd, 11:00 am

୧୯ତମ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଏବଂ ପ୍ରତିଷ୍ଠାନରେ ନୂଆକରି ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧିତ କରି ସେ ଏହି ଅବସରକୁ ସାରା ଦେଶର ହଜାର ହଜାର ଯୁବକଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କହିଥିଲେ। ସରକାରୀ ସେବାରେ ନୂତନ ପ୍ରବେଶକାରୀଙ୍କୁ ସ୍ୱାଗତ କରି, ସେ ରେଳ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ସମେତ ଭାରତର ବିକାଶରେ ସେମାନଙ୍କର ଆଗାମୀ ଅବଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ବର୍ଷଗୁଡ଼ିକରେ, ଆପଣମାନେ ସମସ୍ତେ ଏକ ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ, ଶ୍ରୀ ମୋଦୀ ଆଶା ପ୍ରକାଶ କରିଥିଲେ।

ଅକ୍ଟୋବର ୨୯ରେ ରୋଜଗାର ମେଳା ଅଧିନରେ ସରକାରୀ ବିଭାଗ ଓ ସଂସ୍ଥାରେ ନୂଆ ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

October 28th, 01:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ଅକ୍ଟୋବର ୨୦୨୪ ଦିନ ୧୦:୩୦ ସମୟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନବ ନିଯୁକ୍ତ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବିତରଣ କରିବେ । ଏହି ଅବସରରେ ମଧ୍ୟ ପ୍ରଧାନମନ୍ତ୍ରୀ ରୋଜଗାର ମେଳାକୁ ସମ୍ବୋଧିତ କରିବେ ।