ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 28th, 03:35 pm
ଆଜିର ଏହି ପବିତ୍ର ଅବସର ମୋ ମନକୁ ଅତି ଆନନ୍ଦିତ କରିଛି। ସନ୍ଥ ଏବଂ ମୁନିମାନଙ୍କ ଗହଣରେ ବସିବା ନିଜର ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ସ୍ପନ୍ଦନଶୀଳ ଶକ୍ତିକୁ ଆହୁରି ମଜବୁତ କରେ। ଏହି ସମାରୋହରେ ଆପଣମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଠାକୁ ଆସିବା ପୂର୍ବରୁ, ମୁଁ ରାମ ମନ୍ଦିର ଏବଂ ବୀର ବିଟ୍ଠଲ ମନ୍ଦିରରେ ପ୍ରାର୍ଥନା କରିବାର ସୌଭାଗ୍ୟ ପାଇଥିଲି। ସେଠାକାର ଶାନ୍ତ ଏବଂ ଭକ୍ତିପୂର୍ଣ୍ଣ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକ ସାରକୁ ଆହୁରି ଗଭୀର କରିଥିଲା ।ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 28th, 03:30 pm
28.11.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ଅବସରରେ ତାଙ୍କର ମନ ଗଭୀର ଶାନ୍ତିରେ ପରିପୂର୍ଣ୍ଣ। ସେ ଆଲୋକପାତ କରିଥିଲେ ଯେ ସନ୍ଥମାନଙ୍କ ଉପସ୍ଥିତିରେ ବସିବା ବାସ୍ତବରେ ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ଜୀବନ୍ତ ଶକ୍ତିକୁ ଆହୁରି ବୃଦ୍ଧି କରୁଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଏହି ସମାରୋହରେ ଲୋକଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଠାକୁ ଆସିବା ପୂର୍ବରୁ ତାଙ୍କୁ ରାମ ମନ୍ଦିର ଏବଂ ବୀର ବିଠଲ ମନ୍ଦିର ପରିଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାକାର ଶାନ୍ତି ଏବଂ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକତାକୁ ଆହୁରି ଗଭୀର କରିଛି।କାଶୀ ବିଶ୍ୱନାଥ ମନ୍ଦିରର ପୂର୍ବତନ ମହନ୍ତ ଡ. କୁଳପତି ତିୱାରୀଙ୍କ ନିଧନରେ ପ୍ରଧାନମନ୍ତ୍ରୀଙ୍କ ଶୋକ
June 26th, 08:45 pm
କାଶୀ ବିଶ୍ୱନାଥ ମନ୍ଦିରର ପୂର୍ବତନ ମହନ୍ତ ଡ. କୁଳପତି ତିୱାରୀଙ୍କ ନିଧନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ନିଧନରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
June 22nd, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାଶୀ ବିଶ୍ୱନାଥ ଧାମ ପ୍ରତି ସମର୍ପିତ ତଥା ରାମ ମନ୍ଦିର ପ୍ରତିଷ୍ଠା ସମାରୋହରେ ଅଂଶ ଗ୍ରହଣ କରିଥିବା ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।କାଶୀର ଡ. ସମ୍ପୂର୍ଣ୍ଣାନନ୍ଦ ସ୍ପୋର୍ଟ୍ସ ଷ୍ଟାଡିୟମ କାମର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
June 18th, 11:20 pm
କାଶୀ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଟିଏ ଦିନ ମଧ୍ୟରେ କିଶାନ ସମ୍ମାନ ନିଧି ପ୍ରଦାନ, ଗଙ୍ଗା ଆରତୀ ଏବଂ କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାର୍ଚ୍ଚନା ଆଦି ବ୍ୟସ୍ତ ବହୁଳ କାର୍ଯ୍ୟକ୍ରମ ଶେଷ କରିବା ପରେ ଅଚାନକ ବାରଣାସୀ ସ୍ପୋର୍ଟ୍ସ ଷ୍ଟାଡିୟମରେ ନିର୍ମାଣାଧୀନ ଡ. ସମ୍ପୂର୍ଣ୍ଣାନନ୍ଦ ସ୍ପୋର୍ଟ୍ସ ଷ୍ଟାଡିୟମର ନିର୍ମାଣ କାମ ସମୀକ୍ଷା କରିବାକୁ ଅଚାନକ ପହଞ୍ଚିଥିଲେ ।