ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ ଚାଷ ସମ୍ମେଳନ ୨୦୨୫ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣ
November 19th, 07:01 pm
ତାମିଲନାଡୁ ରାଜ୍ୟପାଳ ଆର. ଏନ ରବିଜୀ, କେନ୍ଦ୍ର କ୍ୟାବିନେଟ ସହଯୋଗୀ ଏଲ. ମୁଗୁଗାନଜୀ, ତାମିଲନାଡୁ କୃଷି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. କେ.ରାମସ୍ୱାମୀଜୀ, ବିଭିନ୍ନ କୃଷି ଅନୁଷ୍ଠାନର ମାନ୍ୟ ଗଣ୍ୟ ପଦାଧିକାରୀ, ଜନପ୍ରତିନିଧି ଗଣ, କୃଷକ ଭାଇ ଓ ଉଭଣୀ ଏବଂ ଡିଜିଟାଲ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଯୋଡି ହୋଇଥିବା ସାରା ଦେଶର ଲକ୍ଷ ଲକ୍ଷ କୃଷକମାନେ । ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିବାଦନ ଜଣାଉଛି । ବନାକ୍କମ ଓ ନମସ୍କାର ସହ ଆପଣମାନଙ୍କୁ ମୁଁ ସ୍ୱାଗତ କରୁଛି । ପ୍ରଥମତଃ ମୁଁ ଆପଣ ସମସ୍ତଙ୍କଠାରୁ ଓ ସାରା ଦେଶର ଚାଷୀଙ୍କଠାରୁ କ୍ଷମା ପ୍ରାର୍ଥନା ମାଗୁଛି । ପୁଟ୍ଟପର୍ତୀରେ ଭଗବାନ ସତ୍ୟସାଇ ବାବାଙ୍କ କାର୍ଯ୍ୟକ୍ରମ ପାଇଁ ମୋର ଏଠାକୁ ଆସିବାକୁ ପ୍ରାୟ ଘଂଟାଏ ବିଳମ୍ବ ହୋଇଗଲା । ମୁଁ ଦେଖୁଛି ଏଇଠି ବହୁ ଲୋକ ମୋତେ ଅପେକ୍ଷା କରିଛନ୍ତି । ତେଣୁ ବିଳମ୍ବରେ ଆସିଥିବାରୁ ଆପଣମାନଙ୍କଠାରୁ ମୁଁ କ୍ଷମା ପ୍ରାର୍ଥନା କରୁଛି ।ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 19th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ଜୈବିକ କୃଷି ସମ୍ମିଳନୀ ୨୦୨୫ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କୋଏମ୍ବାଟୁରର ପବିତ୍ର ଭୂମିରେ ମାରୁଧାମାଲାଇର ଭଗବାନ ମୁରୁଗାନଙ୍କୁ ପ୍ରଣାମ କରି ତାଙ୍କର ବକ୍ତବ୍ୟ ଆରମ୍ଭ କରିଥିଲେ। ସେ କୋଏମ୍ବାଟୁରକୁ ସଂସ୍କୃତି, କରୁଣା ଏବଂ ସୃଜନଶୀଳତାର ଭୂମି ଭାବରେ ବର୍ଣ୍ଣନା କରିଛନ୍ତି। ଏହାକୁ ଦକ୍ଷିଣ ଭାରତର ଉଦ୍ୟୋଗୀ ଶକ୍ତିର ଏକ ଶକ୍ତି କେନ୍ଦ୍ର ଭାବରେ ସ୍ୱୀକୃତି ଦେଇଛନ୍ତି। ସେ ଆଲୋକପାତ କରିଛନ୍ତି ଯେ, ସହରର ବୟନ ଶିଳ୍ପ ଜାତୀୟ ଅର୍ଥନୀତିରେ ଏକ ପ୍ରମୁଖ ଯୋଗଦାନ ଦେଇଥାଏ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, କୋଏମ୍ବାଟୁର ଏବେ ଆହୁରି ସ୍ୱତନ୍ତ୍ରତା ହାସଲ କରିଛି, କାରଣ ଏହାର ପୂର୍ବତନ ସାଂସଦ ଶ୍ରୀ ସି.ପି. ରାଧାକୃଷ୍ଣନ ଏବେ ଉପରାଷ୍ଟ୍ରପତି ଭାବରେ ଦେଶକୁ ନେତୃତ୍ୱ ଦେଉଛନ୍ତି।ନଭେମ୍ବର ୧୯ରେ ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ର ପ୍ରଦେଶ ଓ ତାମିଲନାଡ଼ୁ ଗସ୍ତ
November 18th, 11:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ ତାରିଖରେ ଆନ୍ଧ୍ର ପଦେଶ ଓ ତାମିଲନାଡ଼ୁ ଗସ୍ତ କରିବେ ।ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।Bihar has defeated lies and upheld the truth: PM Modi from BJP HQ post NDA’s major victory
November 14th, 07:30 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.After NDA’s landslide Bihar victory, PM Modi takes the centre stage at BJP HQ
November 14th, 07:00 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.Prime Minister meets the head of Syro-Malabar Church
November 04th, 09:52 pm
The Prime Minister, Shri Narendra Modi today had a wonderful interaction with the head of the Syro-Malabar Church, Major Archbishop His Beatitude Most Rev. Mar Raphael Thattil, His Grace Archbishop Dr. Kuriakose Bharanikulangara and others.କେରଳ ପିରାଭି ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 01st, 09:35 am
ଶ୍ରୀ ମୋଦୀ କହିଛନ୍ତି ଯେ, କେରଳର ଲୋକମାନେ ବିଭିନ୍ନ କ୍ଷେତ୍ରରେ ବିଶ୍ୱସ୍ତରରେ ଉତ୍କର୍ଷ ହାସଲ କରିଛନ୍ତି ଏବଂ ସୃଜନଶୀଳତା ତଥା ନବାଚାର ପାଇଁ ସେମାନେ ବେଶ୍ ଜଣାଶୁଣା । ସେ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟର ପ୍ରାକୃତିକ ଦୃଶ୍ୟ ଏବଂ ଶତାବ୍ଦୀ ପୁରୁଣା ଐତିହ୍ୟ ଭାରତର ସ୍ପନ୍ଦନଶୀଳ ସାଂସ୍କୃତିକ ମହିମାକୁ ପ୍ରଦର୍ଶିତ କରିଥାଏ । ପ୍ରଧାନମନ୍ତ୍ରୀ କେରଳର ଜନସାଧାରଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ନିରନ୍ତର ସଫଳତା କାମନା କରିଛନ୍ତି ।'ବନ୍ଦେ ମାତରମ୍'ର ଭାବନା ଭାରତର ଅମର ଚେତନା ସହିତ ଜଡିତ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
October 26th, 11:30 am
ଅକ୍ଟୋବର 31 ତାରିଖରେ ସର୍ଦ୍ଦାର ପଟେଲଙ୍କ 150ତମ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଛଠ ପୂଜା ଉତ୍ସବ, ପରିବେଶ ସୁରକ୍ଷା, ଭାରତୀୟ କୁକୁର ପ୍ରଜାତି, ଭାରତୀୟ କଫି, ଆଦିବାସୀ ସମ୍ପ୍ରଦାୟର ନେତା ଏବଂ ସଂସ୍କୃତ ଭାଷାର ଗୁରୁତ୍ୱ ଭଳି ଆକର୍ଷଣୀୟ ବିଷୟ ଉପରେ ମଧ୍ୟ ସେ ମତ ରଖିଛନ୍ତି । ପ୍ରଧାନମନ୍ତ୍ରୀ 'ବନ୍ଦେ ମାତରମ୍' ଗୀତର 150ତମ ବର୍ଷ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କେରଳ ମୁଖ୍ୟମନ୍ତ୍ରୀ
October 10th, 12:45 pm
କେରଳ ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାୟୀ ବିଜୟନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।India is continuously contributing to global food security: PM Modi at World Food India 2025
September 25th, 06:16 pm
In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।India's coastlines will become gateways to the nation's prosperity: PM Modi in Bhavnagar
September 20th, 11:00 am
At the inauguration of ₹34,200 crore development works in Bhavnagar, PM Modi recalled India’s historic strength as a maritime power and shipbuilding hub. Blaming Congress for the collapse of shipbuilding ecosystem, he said that with the vision of self-reliance, the maritime sector is now advancing towards next-gen reforms. He noted that India accounts for 10% of global maritime trade and set a goal to triple this share by 2047.ଗୁଜରାଟର ଭାବନଗରରେ 'ସମୁଦ୍ର ସେ ସମୃଦ୍ଧି' କାର୍ଯ୍ୟକ୍ରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭାବନଗରରେ ୩୪,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମୁଦ୍ର ସେ ସମୃଦ୍ଧି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସମସ୍ତ ବିଶିଷ୍ଟ ବ୍ୟକ୍ତି ଏବଂ ଜନସାଧାରଣଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ ତାରିଖରେ ତାଙ୍କୁ ପଠାଯାଇଥିବା ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ଲୋକଙ୍କଠାରୁ ତାଙ୍କୁ ମିଳିଥିବା ସ୍ନେହକୁ ଶକ୍ତିର ଏକ ମହାନ ଉତ୍ସ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ ଦେଶ ବିଶ୍ୱକର୍ମା ଜୟନ୍ତୀରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ, ଅର୍ଥାତ୍ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସେବା ପଖୱାଡା (ସେବା ପକ୍ଷ) ପାଳନ କରୁଛି। ସେ ଉଲ୍ଲେଖ କରିଥିଲେ ଯେ ଗତ ଦୁଇରୁ ତିନି ଦିନ ମଧ୍ୟରେ ଗୁଜରାଟରେ ଅନେକ ସେବାମୂଳକ କାର୍ଯ୍ୟକଳାପ ହୋଇଛି। ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ଯେ ଶହ ଶହ ସ୍ଥାନରେ ରକ୍ତଦାନ ଶିବିର ଆୟୋଜନ କରାଯାଇଛି, ଯେଉଁଥିରେ ଏପର୍ଯ୍ୟନ୍ତ ଏକ ଲକ୍ଷ ଲୋକ ରକ୍ତଦାନ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଅନେକ ସହରରେ ସ୍ୱଚ୍ଛତା ଅଭିଯାନ ଆରମ୍ଭ ହୋଇଛି, ଯେଉଁଥିରେ ଲକ୍ଷ ଲକ୍ଷ ନାଗରିକ ସକ୍ରିୟ ଭାବରେ ଅଂଶଗ୍ରହଣ କରୁଛନ୍ତି। ଶ୍ରୀ ମୋଦୀ ସୂଚନା ଦେଇଛନ୍ତି ଯେ ରାଜ୍ୟବ୍ୟାପୀ ୩୦,୦୦୦ ରୁ ଅଧିକ ସ୍ୱାସ୍ଥ୍ୟ ଶିବିର ସ୍ଥାପନ କରାଯାଇଛି, ଯେଉଁଠାରେ ଜନସାଧାରଣ, ବିଶେଷକରି ମହିଳାମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ଚିକିତ୍ସା କରାଯାଉଛି। ସେ ଦେଶବ୍ୟାପୀ ସେବା କାର୍ଯ୍ୟରେ ଜଡିତ ସମସ୍ତଙ୍କ ପ୍ରତି ତାଙ୍କର କୃତଜ୍ଞତା ଏବଂ କୃତଜ୍ଞତା ପ୍ରକାଶ କରିଛନ୍ତି।ଓନମ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
September 05th, 08:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ଓନମ’ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଏହି ପର୍ବ ଏକତା, ଆଶା ଏବଂ ସାଂସ୍କୃତିକ ଗୌରବର ପ୍ରତୀକ । ଏହି ସମୟ ଆମ ସମାଜରେ ସଦଭାବର ଭାବନାକୁ ମଜବୁତ ଏବଂ ପ୍ରକୃତି ସହ ଆମର ସମ୍ପର୍କକୁ ଅଧିକ ସୁଦୃଢ଼ କରିବ ।”Prime Minister condoles the passing of former Kerala CM Shri VS Achuthanandan
July 21st, 06:21 pm
Prime Minister Shri Narendra Modi today condoled the passing of former Kerala CM Shri VS Achuthanandan.ପାଞ୍ଚଟି ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି)ର ଶିକ୍ଷା ଏବଂ ଭିତ୍ତିଭୂମି କ୍ଷମତା ସମ୍ପ୍ରସାରଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି
May 07th, 12:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଆନ୍ଧ୍ର ପ୍ରଦେଶ (ଆଇଆଇଟି ତିରୁପତି), କେରଳ (ଆଇଆଇଟି ପଲକ୍କଡ), ଛତିଶଗଡ଼ (ଆଇଆଇଟି ଭିଲାଇ), ଜାମ୍ମୁ-କାଶ୍ମୀର (ଆଇଆଇଟି ଜାମ୍ମୁ) ଏବଂ କର୍ଣ୍ଣାଟକ (ଏଚଟି ଧରୱାଡ) ଆଦି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରତିଷ୍ଠା କରାଯାଇଥିବା ପାଞ୍ଚଟି ନୂତନ ଆଇଆଇଟିର ଶିକ୍ଷା ଏବଂ ଭିତ୍ତିଭୂମି କ୍ଷମତା (ପର୍ଯ୍ୟାୟ-'ବି' ନିର୍ମାଣ) ର ସମ୍ପ୍ରସାରଣକୁ ମଞ୍ଜୁରି ଦେଇଛନ୍ତି।କେରଳର ତିରୁବନନ୍ତପୁରମଠାରେ ଭିଝିଞ୍ଜମ ଅନ୍ତର୍ଜାତୀୟ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
May 02nd, 02:06 pm
କେରଳର ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ପି. ବିଜୟନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀଗଣ, ମଞ୍ଚରେ ଉପସ୍ଥିତ ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ଏବଂ କେରଳର ମୋର ଭାଇ ଓ ଭଉଣୀମାନେ।କେରଳରେ ୮୮୦୦ କୋଟି ଟଙ୍କା ମୂଲ୍ୟର ଭିଜିଞ୍ଜାମ ଅନ୍ତର୍ଜାତୀୟ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 02nd, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ତିରୁଅନନ୍ତପୁରମରେ ୮,୮୦୦ କୋଟି ଟଙ୍କା ମୂଲ୍ୟର ଭିଜିଞ୍ଜାମ ଅନ୍ତର୍ଜାତୀୟ ଗଭୀର ଜଳ ବହୁମୁଖୀ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଭଗବାନ ଆଦି ଶଙ୍କରାଚାର୍ଯ୍ୟଙ୍କ ଜନ୍ମବାର୍ଷିକୀର ପବିତ୍ର ଅବସରରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ତିନି ବର୍ଷ ପୂର୍ବେ ସେପ୍ଟେମ୍ବର ମାସରେ, ସେ ଆଦି ଶଙ୍କରାଚାର୍ଯ୍ୟଙ୍କ ପୂଜ୍ୟ ଜନ୍ମସ୍ଥାନ ପରିଦର୍ଶନ କରିବାର ସୌଭାଗ୍ୟ ଲାଭ କରିଥିଲେ। ତାଙ୍କ ସଂସଦୀୟ କ୍ଷେତ୍ର କାଶୀର ବିଶ୍ୱନାଥ ଧାମ ପରିସରରେ ଆଦି ଶଙ୍କରାଚାର୍ଯ୍ୟଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ପ୍ରତିଷ୍ଠିତ ହୋଇଥିବାରୁ ସେ ଆନନ୍ଦ ପ୍ରକାଶ କରିଥିଲେ। ଏହି ପ୍ରତିଷ୍ଠାନ ଆଦି ଶଙ୍କରାଚାର୍ଯ୍ୟଙ୍କ ବ୍ୟାପକ ଆଧ୍ୟାତ୍ମିକ ଜ୍ଞାନ ଏବଂ ଶିକ୍ଷା ପ୍ରତି ଏକ ଶ୍ରଦ୍ଧାଞ୍ଜଳିର ସ୍ୱରୂପ ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ସେ ଆହୁରି ମଧ୍ୟ ଉଲ୍ଲେଖ କରିଥିଲେ ଯେ ତାଙ୍କୁ ଉତ୍ତରାଖଣ୍ଡର ପବିତ୍ର କେଦାରନାଥ ଧାମରେ ଆଦି ଶଙ୍କରାଚାର୍ଯ୍ୟଙ୍କ ଦିବ୍ୟ ପ୍ରତିମା ଉନ୍ମୋଚନ କରିବାର ଗୌରବ ମଧ୍ୟ ମିଳିଥିଲା। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଆଉ ଏକ ସ୍ୱତନ୍ତ୍ର ଅବସର, କାରଣ ଆଜି କେଦାରନାଥ ମନ୍ଦିରର ଦ୍ୱାର ଭକ୍ତମାନଙ୍କ ପାଇଁ ଖୋଲାଯାଇଛି। କେରଳରୁ ଜନ୍ମିତ ଆଦି ଶଙ୍କରାଚାର୍ଯ୍ୟ ଦେଶର ବିଭିନ୍ନ କୋଣରେ ମଠ ପ୍ରତିଷ୍ଠା କରିଥିଲେ, ଯାହା ଦ୍ୱାରା ଜାତୀୟ ଚେତନା ଜାଗ୍ରତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ। ସେ କହିଥିଲେ, ଆଦି ଶଙ୍କରଙ୍କ ପ୍ରୟାସ ଏକ ସୁସଂହତ ଏବଂ ଆଧ୍ୟାତ୍ମିକ ଭାବରେ ପ୍ରବୁଦ୍ଧ ଭାରତ ପାଇଁ ମୂଳଦୁଆ ସ୍ଥାପନ କରିଥିଲା।