ବାରାଣସୀରେ ଚାରୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 08th, 08:39 am

ଉତ୍ତର ପ୍ରଦେଶର କର୍ମଠ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ତଥା ବିକଶିତ ଭାରତର ମଜବୁତ୍ ଭିତ୍ତି ରଖିବା ପାଇଁ ଯେଉଁ ଟେକ୍ନୋଲୋଜି କ୍ଷେତ୍ରରେ ଆଜି ଉତ୍ତମ କାର୍ଯ୍ୟ ହେଉଛି, ତାହାର ନେତୃତ୍ୱ ନେଉଥିବା ଅଶ୍ୱିନୀ ବୈଷ୍ଣବ ଜୀ, ଟେକ୍ନୋଲୋଜି ଜରିଆରେ ଆମ ସହିତ ଏର୍ଣ୍ଣାକୁଲମରୁ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିବା କେରଳର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, କେନ୍ଦ୍ରରେ ମୋର ସାଥୀ ସୁରେଶ ଗୋପୀ ଜୀ ଏବଂ ଜର୍ଜ କୁରିଏନ ଜୀ, କେରଳରେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମନ୍ତ୍ରୀ, ଜନପ୍ରତିନିଧିଗଣ, ଫିରୋଜପୁରରୁ ଯୋଡ଼ି ହୋଇଥିବା କେନ୍ଦ୍ରରେ ମୋର ସାଥୀ, ପଞ୍ଜାବର ନେତା ରବନୀତ ସିଂ ବିଟ୍ଟୁ ଜୀ, ସେଠାରେ ଉପସ୍ଥିତ ସମସ୍ତ ଜନପ୍ରତିନିଧି, ଲକ୍ଷ୍ନୌରୁ ଯୋଡ଼ି ହୋଇଥିବା ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଅନ୍ୟ ମହାନୁଭବ ଏବଂ ଏଠାରେ ଉପସ୍ଥିତ କାଶୀର ମୋର ପରିବାରଜନ ।

ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 08th, 08:15 am

୦୮.୧୧.୨୦୨୫ : ଭାରତର ଆଧୁନିକ ରେଳ ଭିତ୍ତିଭୂମିକୁ ବିସ୍ତାର କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ ସମସ୍ତ ସମ୍ମାନନୀୟ ବ୍ୟକ୍ତିଙ୍କୁ ସ୍ୱାଗତ କରିଥିଲେ ଏବଂ ବାବା ବିଶ୍ୱନାଥଙ୍କ ପବିତ୍ର ନଗରୀ ବାରାଣସୀର ସମସ୍ତ ପରିବାରକୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ସେ ଦେବ ଦୀପାବଳି ଉତ୍ସବ ବିଷୟରେ ମତାମତ ଦେଇଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ, ଆଜି ଏକ ଶୁଭ ଅବସର ଏବଂ ବିକାଶର ଏହି ପର୍ବ ପାଇଁ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ।

Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP

December 25th, 01:00 pm

PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.

ମଧ୍ୟପ୍ରଦେଶର ଖଜୁରାହୋଠାରେ କେନ-ବେତଓ୍ବା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

December 25th, 12:30 pm

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖଜୁରାହୋଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଓ ସମଗ୍ର ବିଶ୍ବର ଖ୍ରୀଷ୍ଟିଆନମାନଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ନେତୃତ୍ବାଧୀନ ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ମଧ୍ୟପ୍ରଦେଶର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଗତ ଏକ ବର୍ଷ ମଧ୍ୟରେ ନୂଆ ନୂଆ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଐତିହାସିକ କେନ-ବେତଓ୍ବା ନଦୀ ସଂଯୋଗୀକରଣ ପ୍ରକଳ୍ପ, ଦୌଧନ ଡ୍ୟାମ ଓ ମଧ୍ୟପ୍ରଦେଶର ପ୍ରଥମ ଭାସମାନ ସୌର ପ୍ରକଳ୍ପ ଓମକାରେଶ୍ବର ଭାସମାନ ସୌର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ଏଥିପାଇଁ ସେ ମଧ୍ୟପ୍ରଦେଶ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।