ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 23rd, 10:10 pm
ମୁଁ ୱାର୍ଲ୍ଡ ଲିଡର୍ସ ଫୋରମକୁ ଆସିଥିବା ସମସ୍ତ ଅତିଥିଙ୍କୁ ଅଭିନନ୍ଦନ କରୁଛି । ଏହା ଫୋରମର ଉଚିତ ସମୟ, ତେଣୁ ଆପଣମାନଙ୍କୁ ପ୍ରଶଂସା କରୁଛି । ଏହି ଗତ ସପ୍ତାହରେ ମୁଁ ଲାଲକିଲ୍ଲାରୁ ପରବର୍ତ୍ତୀ ପିଢ଼ି ସଂସ୍କାର ବିଷୟ କହିଥିଲି, ଏବେ ଏହି ଫୋରମ ସେହି ଉଚ୍ଛ୍ୱାସକୁ ବହୁମୁଖୀ ଭୂମିକାରେ କାର୍ଯ୍ୟକାରୀ କରୁଛି ।ନୂଆଦିଲ୍ଲୀରେ ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 23rd, 05:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଇକୋନୋମିକ ଟାଇମ୍ସ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଯୋଗ ଦେଇଥିବା ସମ୍ମାନିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଏକ ପ୍ରକୃଷ୍ଟ ସମୟରେ ଏହି ଫୋରମର ଆୟୋଜନ ହୋଇଥିବା ପ୍ରକାଶ କରି ଶ୍ରୀ ମୋଦୀ ଏହାର ଆୟୋଜକମାନଙ୍କୁ ପ୍ରସଂଶା କରିଥିଲେ । ସେ କହିଥିଲେ ଯେ ଗତ ସପ୍ତାହରେ ସେ ଲାଲକିଲ୍ଲାରୁ ପରବର୍ତ୍ତି ପିଢିର ସଂସ୍କାର କଥା କହିଥିଲେ ଓ ଏହି ଫୋରମ ଉକ୍ତ ଚିନ୍ତାଧାରାର ଶକ୍ତିକୁ ବହୁଗୁଣିତ କରିବା ଲାଗି କାମ କରୁଛି ।୭୯ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣର ମୁଖ୍ୟାଂଶ
August 15th, 03:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଲାଲକିଲ୍ଲାରୁ ୭୯ତମ ସ୍ୱାଧୀନତା ଦିବସରେ ଦେଶକୁ ସମ୍ବୋଧିତ କରିଛନ୍ତି। ଶ୍ରୀ ମୋଦୀଙ୍କ ଅଭିଭାଷଣ ଲାଲକିଲ୍ଲାରୁ ସବୁଠାରୁ ଲମ୍ବା ଏବଂ ନିର୍ଣ୍ଣାୟକ ଅଭିଭାଷଣ ଥିଲା, ଯାହା ୧୦୩ ମିନିଟ୍ ଧରି ଥିଲା, ଯେଉଁଥିରେ ସେ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଆତ୍ମନିର୍ଭରଶୀଳତା, ନବସୃଜନ ଏବଂ ନାଗରିକ ସଶକ୍ତିକରଣ ଉପରେ ଧ୍ୟାନ କେନ୍ଦ୍ରିତ କରିଥିଲା । ଏହା ମଧ୍ୟ ଅନ୍ୟ ଉପରେ ନିର୍ଭରଶୀଳ ଦେଶରୁ ବିଶ୍ୱସ୍ତରୀୟ ଆତ୍ମବିଶ୍ୱାସୀ, ପ୍ରଯୁକ୍ତିବିଦ୍ୟା ଦୃଷ୍ଟିରୁ ଉନ୍ନତ ଏବଂ ଆର୍ଥିକ ଦୃଷ୍ଟିରୁ ସ୍ଥିର ଦେଶ ହେବା ପାଇଁ ଭାରତର ଯାତ୍ରାକୁ ଆଲୋକପାତ କରିଥିଲା।୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 07:00 am
ସ୍ୱାଧୀନତାର ଏହି ମହାନ ପର୍ବ ହେଉଛି ୧୪୦ କୋଟି ଭାରତୀୟଙ୍କ ସଂକଳ୍ପର ପର୍ବ। ସ୍ୱାଧୀନତାର ଏହି ପର୍ବ ସାମୂହିକ ସିଦ୍ଧି ଓ ଗୌରବର ମୁହୂର୍ତ୍ତ ଏବଂ ଏହା ସମସ୍ତଙ୍କ ହୃଦୟକୁ ଉତ୍ସାହରେ ପରିପୂର୍ଣ୍ଣ କରି ଦେଇଛି। ଦେଶ ଏକତାର ଭାବନାକୁ ଏହା ନିରନ୍ତର ମଜବୁତ କରୁଛି। ଆଜି, ୧୪୦ କୋଟି ଦେଶବାସୀ ତ୍ରିରଙ୍ଗା ରଙ୍ଗରେ ରଙ୍ଗିତ। ଘରେ ଘରେ ତ୍ରିରଙ୍ଗା, ଭାରତର ପ୍ରତ୍ୟେକ କୋଣରୁ, ତାହା ମରୁଭୂମି ହେଉ ଅବା ହିମାଳୟର ଶିଖର ହେଉ, ସମୁଦ୍ର କୂଳ ହେଉ ଅବା ଘନ ଜନବସତି ଅଞ୍ଚଳ, ସବୁଠି ସମାନ ପ୍ରତିଧ୍ୱନି ଓ ସମାନ ଜୟଗାନ ଶୁଭୁଛି । ଆମ ପାଇଁ ଆମ ଜୀବନଠାରୁ ଅଧିକ ପ୍ରିୟ ମାତୃଭୂମିର ଜୟଗାନ ଚାରିଆଡ଼େ ଶୁଭୁଛି ।India celebrates 79th Independence Day
August 15th, 06:45 am
PM Modi, in his address to the nation on the 79th Independence day paid tribute to the Constituent Assembly, freedom fighters, and Constitution makers. He reiterated that India will always protect the interests of its farmers, livestock keepers and fishermen. He highlighted key initiatives—GST reforms, Pradhan Mantri Viksit Bharat Rozgar Yojana, National Sports Policy, and Sudharshan Chakra Mission—aimed at achieving a Viksit Bharat by 2047. Special guests like Panchayat members and “Drone Didis” graced the Red Fort celebrations.2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।