In India, democracy means last mile delivery: PM Modi at 28th CSPOC
January 15th, 11:00 am
In his address while inaugurating the 28th CSPOC at the Central Hall of Samvidhan Sadan, PM Modi highlighted India’s democratic journey. Remarking that India is the mother of democracy, the PM noted the increasing representation of women in government bodies and persity of Indian languages. He further highlighted that India has begun using AI in Parliament to improve its functioning.ସମ୍ବିଧାନ ସଦନର କେନ୍ଦ୍ରୀୟ ହଲରେ ଆୟୋଜିତ ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପିଠାସୀନ ଅଧିକାରୀଙ୍କ ୨୮ତମ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 15th, 10:32 am
ଏହି ବିଶେଷ ଅବସରରେ ଅତିଥିମାନଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ସେମାନଙ୍କ ଉପସ୍ଥିତି ପ୍ରତି ସମ୍ମାନ ଜଣାଇଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ଯେଉଁ ସ୍ଥାନରେ ବସିଛନ୍ତି ତାହା ଭାରତର ଗଣତାନ୍ତ୍ରିକ ଯାତ୍ରାରେ ବହୁତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରେ। ଉପନିବେଶବାଦୀ ଶାସନର ଶେଷ ବର୍ଷଗୁଡ଼ିକରେ, ଯେତେବେଳେ ଭାରତର ସ୍ୱାଧୀନତା ପାଖେଇ ଆସୁଥିଲା, ଦେଶର ସମ୍ବିଧାନ ପ୍ରସ୍ତୁତ କରିବା ପାଇଁ ସମ୍ବିଧାନ ସଭା ଏହି କେନ୍ଦ୍ରୀୟ ହଲରେ ଏକାଠି ହୋଇଥିଲା। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସ୍ୱାଧୀନତାର ୭୫ ବର୍ଷ ଧରି ଏହି ଭବନ ଭାରତର ସଂସଦ ଭାବରେ କାର୍ଯ୍ୟ କରିଥିଲା, ଯେଉଁଠାରେ ଦେଶର ଭବିଷ୍ୟତକୁ ଆକାର ଦେବାକୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏବଂ ବିତର୍କ ଅନୁଷ୍ଠିତ ହୋଇଥିଲା। ଶ୍ରୀ ମୋଦୀ ଆହୁରି କହିଛନ୍ତି ଯେ, ଭାରତ ଏବେ ଏହି ଐତିହାସିକ ସ୍ଥାନକୁ ସମ୍ବିଧାନ ସଦନ ଭାବରେ ନାମିତ କରିଛି ଏବଂ ଏହାକୁ ଗଣତନ୍ତ୍ର ପାଇଁ ଉତ୍ସର୍ଗ କରିଛି। ସେ ଉଲ୍ଲେଖ କରିଥିଲେ ଯେ, ନିକଟରେ ଭାରତ ସମ୍ବିଧାନ କାର୍ଯ୍ୟକାରୀ ହେବାର ୭୫ ବର୍ଷ ପୁର୍ତି ପାଳନ କରିଥିଲା। ସମ୍ବିଧାନ ଗୃହରେ ସମସ୍ତ ସମ୍ମାନିତ ଅତିଥିଙ୍କ ଉପସ୍ଥିତି ଭାରତର ଗଣତନ୍ତ୍ର ପାଇଁ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ମୁହୂର୍ତ୍ତ ବୋଲି ସେ କହିଥିଲେ।Gen Z & Gen Alpha will lead India to the goal of a Viksit Bharat: PM Modi
December 26th, 01:30 pm
While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.PM Modi addresses Veer Baal Diwas programme in New Delhi
December 26th, 01:00 pm
While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.ନୂଆଦିଲ୍ଲୀରେ ଆୟୋଜିତ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମେଳନ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 31st, 07:00 pm
ସର୍ବପ୍ରଥମେ, ମୁଁ ବିଳମ୍ବରେ ପହଞ୍ଚିଥିବା ପାଇଁ କ୍ଷମା ପ୍ରାର୍ଥନା କରୁଛି । ଆଜି ସର୍ଦ୍ଦାର ସାହେବଙ୍କ ଜନ୍ମବାର୍ଷିକୀ ଥିଲା, ତାଙ୍କର ୧୫୦ତମ ଜନ୍ମବାର୍ଷିକୀ। ଏକତା ନଗରର ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ତାଙ୍କର ଏକ କାର୍ଯ୍ୟକ୍ରମ ଥିଲା ଏବଂ ସେଥିପାଇଁ, ମୁଁ ଠିକ୍ ସମୟରେ ପହଞ୍ଚି ପାରିଲି ନାହିଁ। ଏଥିପାଇଁ ମୁଁ ପୁନର୍ବାର କ୍ଷମା ପ୍ରାର୍ଥନା କରୁଛି। ଆରମ୍ଭରେ ଆମେ ସମସ୍ତେ ଯେଉଁ ମନ୍ତ୍ରଗୁଡ଼ିକ ଶୁଣିଥିଲୁ, ସେହି ମନ୍ତ୍ରଗୁଡିକର ଶକ୍ତି ଏବେ ମଧ୍ୟ ଆମେ ଅନୁଭବ କରୁଛେ । ଯେତେବେଳେ ମୋତେ ଆପଣମାନଙ୍କ ପାଖକୁ ଆସିବାର ସୁଯୋଗ ମିଳେ ଏବଂ ଯେବେ ଯେବେ ମୁଁ ଏଠାକୁ ଆସିଛି ଦିବ୍ୟ ଅଭିଜ୍ଞତା ଏବଂ ଆଶ୍ଚର୍ଯ୍ୟଜନକ ଅନୁଭୂତି ପାଇଛି । ସ୍ୱାମୀ ଦୟାନନ୍ଦଙ୍କ ଆଶୀର୍ବାଦ, ତାଙ୍କ ଆଦର୍ଶ ପ୍ରତି ଆମର ଶ୍ରଦ୍ଧା ଏବଂ ଆପଣମାନଙ୍କ ସହିତ ଦଶନ୍ଧି ଧରି ରହିଥିବା ସମ୍ପର୍କ ମୋତେ ବାରମ୍ବାର ଆପଣଙ୍କ ମଧ୍ୟରେ ରହିବାର ସୁଯୋଗ ଦେଉଛି। ଆଉ ଯେତେବେଳେ ମୁଁ ଆପଣମାନଙ୍କୁ ଭେଟିଥାଏ ଏବଂ ଆପଣମାନଙ୍କୁ ସହିତ କଥାବାର୍ତ୍ତା କରେ, ମୁଁ ଏକ ଅନନ୍ୟ ଶକ୍ତି ଏବଂ ପ୍ରେରଣାରେ ପରିପୂର୍ଣ୍ଣ ହୋଇଯାଏ। ମୋତେ ଏହା ମଧ୍ୟ ସୂଚନା ଦିଆଯାଇଛି ଯେ ଏହିପରି ନଅଟି ସଭାଗୃହ ନିର୍ମାଣ କରାଯାଇଛି, ଯେଉଁଠାରେ ଆମର ସମସ୍ତ ଆର୍ଯ୍ୟ ସମାଜର ସଦସ୍ୟ ଭିଡିଓ ଲିଙ୍କ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଦେଖୁଛନ୍ତି। ଯଦିଓ ମୁଁ ସେମାନଙ୍କୁ ଦେଖିପାରୁ ନାହିଁ, ମୁଁ ଏଠାରୁ ମଧ୍ୟ ସେମାନଙ୍କୁ ମୋର ପ୍ରଣାମ ଜଣାଉଛି।କେଭାଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 09:00 am
ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀର ଐତିହାସିକ ଅବସରରେ, ଏକତାନଗରର ଏହି ଦିବ୍ୟ ପ୍ରଭାତ, ଏହି ମନୋରମ ଦୃଶ୍ୟ, ସର୍ଦ୍ଦାର ସାହେବଙ୍କ ପାଦତଳେ ଆମର ଉପସ୍ଥିତି, ଆଜି ଆମେ ସମସ୍ତେ ଏକ ମହାନ ମୁହୂର୍ତ୍ତର ସାକ୍ଷୀ ହେଉଛୁ। ସମଗ୍ର ଦେଶରେ ଚାଲିଥିବା ଏକତା ଦୌଡ଼, ରନ ଫର ୟୁନିଟି, କୋଟି କୋଟି ଭାରତୀୟଙ୍କ ଉତ୍ସାହ, ଆମେ ଏକ ନୂତନ ଭାରତର ସଂକଳ୍ପ ଶକ୍ତିକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରୁଛୁ। ବର୍ତ୍ତମାନ ଏଠାରେ ଯେଉଁସବୁ କାର୍ଯ୍ୟକ୍ରମ ହୋଇଛି, ଗତକାଲି ସନ୍ଧ୍ୟାରେ ଯେଉଁସବୁ ଚମତ୍କାର ପ୍ରସ୍ତୁତି ହୋଇଛି, ସେଥିରେ ମଧ୍ୟ, ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ବୀରତ୍ଵ ଏବଂ ଭବିଷ୍ୟତର ସଫଳତାର ଝଲକ ମଧ୍ୟ ରହିଛି। ସର୍ଦ୍ଦାର ସାହେବଙ୍କ ଏକ ଶହ ପଚାଶତମ ଜୟନ୍ତୀ ଉପଲକ୍ଷେ ସ୍ମାରକୀ ମୁଦ୍ରା ଏବଂ ସ୍ୱତନ୍ତ୍ର ଡାକ ଟିକଟ ମଧ୍ୟ ଜାରି କରାଯାଇଛି। ସର୍ଦ୍ଦାର ସାହେବଙ୍କ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ୧୪୦ କୋଟି ଦେଶବାସୀଙ୍କୁ ବହୁତ-ବହୁତ ଶୁଭେଚ୍ଛା, ଅନେକ ଅନେକ ଶୁଭକାମନା ଜଣାଉଛି।ରାଷ୍ଟ୍ରୀୟ ଏକତା ଦିବସରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଭାରତର ସୁରକ୍ଷା କିମ୍ବା ଲୌହ ମାନବଙ୍କ ଆତ୍ମସମ୍ମାନ ସହିତ ଦେଶ ସାଲିସ କରିବ ନାହିଁ
October 31st, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆ ଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ହେଉଛି ଏକ ଐତିହାସିକ ଅବସର। ଏକତା ନଗରର ସକାଳର ଦିବ୍ୟ ଏବଂ ମନୋରମ ଦୃଶ୍ୟକୁ ଆଶ୍ଚର୍ଯ୍ୟଜନକ ବୋଲି ବର୍ଣ୍ଣନା କରି ଶ୍ରୀ ମୋଦୀ ସର୍ଦ୍ଦାର ପଟେଲଙ୍କ ପାଦତଳେ ସାମୂହିକ ଉପସ୍ଥିତି ସମ୍ପର୍କରେ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଦେଶ ଏକ ମହାନ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଦେଶବ୍ୟାପୀ ଏକତା ଦୌଡ଼ ଏବଂ ଏଥିରେ କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣ ଉପରେ ଆଲୋକପାତ କରିଥିଲେ ଏବଂ ଗୁରୁତ୍ୱାରୋପ କରିଥିଲେ ଯେ ଏକ ନୂତନ ଭାରତ ପାଇଁ ସଂକଳ୍ପ ସ୍ପଷ୍ଟ ଭାବରେ ଅନୁଭୂତ ହେଉଛି। ପୂର୍ବରୁ ଅନୁଷ୍ଠିତ କାର୍ଯ୍ୟକ୍ରମ ଏବଂ ପୂର୍ବ ସନ୍ଧ୍ୟାର ଉଲ୍ଲେଖନୀୟ ଉପସ୍ଥାପନାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ , ଏହା ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ପରାକ୍ରମ ଏବଂ ଭବିଷ୍ୟତର ସଫଳତାର ଏକ ଝଲକକୁ ପ୍ରତିଫଳିତ କରେ। ସେ ସୂଚନା ଦେଇଥିଲେ ଯେ , ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ସ୍ମାରକୀ ମୁଦ୍ରା ଏବଂ ଏକ ସ୍ୱତନ୍ତ୍ର ଡାକ ଟିକେଟ ଜାରି କରାଯାଇଛି।ହିନ୍ଦୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ସମସ୍ତ ଭାଷାକୁ ସମୃଦ୍ଧ କରିବାକୁ ଆହ୍ୱାନ
September 14th, 11:00 am
ହିନ୍ଦୀ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ, ହିନ୍ଦୀକୁ ଭାରତର ପରିଚୟ ଏବଂ ମୂଲ୍ୟବୋଧର ଜୀବନ୍ତ ପ୍ରତୀକ ଭାବେ ବର୍ଣ୍ଣନା କରିଛନ୍ତି। ସେ ଏହାର ସାଂସ୍କୃତିକ ଏବଂ ଭାବପ୍ରବଣ ମହତ୍ତ୍ୱକୁ ଉଲ୍ଲେଖ କରି, ଏକତାର ସୁତ୍ର ଭାବେ ହିନ୍ଦୀର ଭୂମିକାକୁ ଗୁରୁତ୍ୱାରୋପ କରିଛନ୍ତି। ସେ ନାଗରିକମାନଙ୍କୁ ସମସ୍ତ ଭାରତୀୟ ଭାଷାକୁ ସମୃଦ୍ଧ କରିବା ଏବଂ ସେଗୁଡିକୁ ଗର୍ବର ସହିତ ଭବିଷ୍ୟତ ପିଢ଼ିକୁ ହସ୍ତାନ୍ତର କରିବା ପାଇଁ ସାମୂହିକ ଭାବରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି ।ଫିଜି ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
August 25th, 12:30 pm
ସେହି ସମୟରେ, ଆମେ ଭାରତ - ପ୍ରଶାନ୍ତ ମହାସାଗରୀୟ ଦ୍ୱୀପପୁଞ୍ଜ ସହଯୋଗ ଫୋରମ୍, ଅର୍ଥାତ୍ 'ଫିପିକ' ଆରମ୍ଭ କରିଥିଲୁ। ସେହି ପଦକ୍ଷେପ କେବଳ ଭାରତ-ଫିଜି ସମ୍ପର୍କକୁ ନୁହେଁ ବରଂ ସମଗ୍ର ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ସହିତ ଆମର ସମ୍ପର୍କକୁ ଏକ ନୂତନ ଶକ୍ତି ଦେଇଛି। ଆଜି ପ୍ରଧାନମନ୍ତ୍ରୀ ରାବୁକାଜୀଙ୍କ ଏହି ଗସ୍ତ ସହିତ, ଆମେ ଆମର ପାରସ୍ପରିକ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡୁଛୁ।Prime Minister condoles the demise of Thiru Kumari Ananthan
April 09th, 02:05 pm
The Prime Minister, Shri Narendra Modi has expressed deep grief over the demise of veteran leader Thiru Kumari Ananthan.PM Modi’s podcast with Lex Fridman now available in multiple languages
March 23rd, 12:21 pm
The Prime Minister, Shri Narendra Modi’s recent podcast with renowned AI researcher and podcaster Lex Fridman is now accessible in multiple languages, making it available to a wider global audience.ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।Our language is the carrier of our culture: PM Modi at Akhil Bharatiya Marathi Sahitya Sammelan
February 21st, 05:00 pm
PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.PM Modi inaugurates 98th Akhil Bharatiya Marathi Sahitya Sammelan
February 21st, 04:30 pm
PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.ଡକ୍ଟର ପିଏରେ- ସିଲ୍ଭେନ୍ ଫିଲିଓଜେଟ୍ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
December 31st, 02:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡକ୍ଟର ପିଏରେ- ସିଲ୍ଭେନ୍ ଫିଲିଓଜେଟ୍ଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ବିଶେଷକରି ସାହିତ୍ୟ ଏବଂ ବ୍ୟାକରଣ କ୍ଷେତ୍ରରେ, ସଂସ୍କୃତ ଅଧ୍ୟୟନକୁ ଲୋକପ୍ରିୟ କରିବା ଦିଗରେ ତାଙ୍କର ଆଦର୍ଶ ଉଦ୍ୟମ ପାଇଁ ତାଙ୍କୁ ସ୍ମରଣ କରାଯିବ ।ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
December 29th, 11:30 am
ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 24th, 08:48 pm
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଆ ସମାଜ ଅନୁଷ୍ଠାନର ସଭାପତି ଶ୍ରୀ ସିଦ୍ଧାର୍ଥ ପ୍ରଧାନ ଜୀ, ଓଡ଼ିଆ ସମାଜର ଅନ୍ୟ କର୍ମକର୍ତ୍ତା, ଓଡିଶାର ସମସ୍ତ କଳାକାର, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ ।