ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି
November 23rd, 12:45 pm
ଜୋହାନ୍ସବର୍ଗ” ଭଳି ଏକ ଜୀବନ୍ତ ଏବଂ ସୁନ୍ଦର ନଗରୀରେ ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକରେ ଅଂଶଗ୍ରହଣ କରିବା ମୋ ପାଇଁ ଏକ ଅତ୍ୟନ୍ତ ଆନନ୍ଦର ବିଷୟ ବୋଲି ମୁଁ କହିବାକୁ ଚାହେଁ। ଏହି କାର୍ଯ୍ୟକ୍ରମ ନିମନ୍ତେ ମୁଁ 'ଇବସା'ର ଅଧ୍ୟକ୍ଷ, ରାଷ୍ଟ୍ରପତି ଲୁଲାଙ୍କୁ ମୋର ହୃଦୟରୁ କୃତଜ୍ଞତା ବ୍ୟକ୍ତ କରୁଛି। ଏବଂ ଶ୍ରୀ ରାମାଫୋସାଙ୍କ ଭବ୍ୟ ଆତିଥ୍ୟ ସତ୍କାର ନିମନ୍ତେ ତାଙ୍କୁ ମଧ୍ୟ ମୋର ଧନ୍ୟବାଦ ପ୍ରଦାନ କରୁଛି।ଜୋହାନ୍ସବର୍ଗରେ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
November 23rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ବୈଠକ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିୟୋ ଲୁଲା ଦା ସିଲଭା ଏଥିରେ ଯୋଗ ଦେଇଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ କଲେ ବ୍ରାଜିଲ ରାଷ୍ଟ୍ରପତି
August 07th, 09:27 pm
ବ୍ରାଜିଲର ରାଷ୍ଟ୍ରପତି ମହାମହିମ ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କ ଠାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫୋନ୍ କଲ ପାଇଛନ୍ତି ।ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 09th, 06:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାସିଲିଆର ଏକ ସରକାରୀ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ସେ ଆଜି ବ୍ରାଜିଲର ଅଲ୍ଭୋରାଡା ପ୍ୟାଲେସରେ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କ ସହ ସାକ୍ଷାତ କରିଛନ୍ତି । ପହଞ୍ଚିବା ପରେ, ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ରାଷ୍ଟ୍ରପତି ଲୁଲା ତାଙ୍କର ଭବ୍ୟ ସ୍ୱାଗତ କରିଥିଲେ ।ମିଳିତ ଘୋଷଣାନାମା: ଭାରତ ଓ ବ୍ରାଜିଲ – ଉଚ୍ଚତର ହିତ ସାଧନ ନିମନ୍ତେ ଦୁଇ ମହାନ୍ ରାଷ୍ଟ୍ର
July 09th, 05:55 am
ଭାରତ ସାଧାରଣତନ୍ତ୍ରର ପ୍ରଧାନମନ୍ତ୍ରୀ ମହାନୁଭବ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୮, ୨୦୨୫ ତାରିଖ ଦିନ ବ୍ରାଜିଲ ଗସ୍ତ କରିଥିଲେ । ବ୍ରାଜିଲ ସଂଘୀୟ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ମହାନୁଭବ ଶ୍ରୀ ଲୁଇଜ୍ ଇନାସିଓ ଲୁଲା ଦା ସିଲଭାଙ୍କ ଆମନ୍ତ୍ରଣକ୍ରମେ ଶ୍ରୀ ମୋଦୀ ଏହି ଗସ୍ତରେ ଆସିଥିଲେ । ଉଭୟ ରାଷ୍ଟ୍ରଙ୍କ ମଧ୍ୟରେ ନିବିଡ଼ ବନ୍ଧୁତା ଓ ସମ୍ପର୍କ ଯାହାକି ବ୍ରାଜିଲ–ଭାରତ ମଧ୍ୟରେ ଦୀର୍ଘ ଆଠ ଦଶନ୍ଧି ଧରି ପ୍ରଗାଢ଼ ଭାବରେ ରହିଆସିଛି । ୨୦୦୬ ମସିହାରେ ଏହା ଏକ ରଣନୀତିକ ସମ୍ପର୍କ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲା ।ବ୍ରାଜିଲର ସର୍ବୋଚ୍ଚ ଜାତୀୟ ସମ୍ମାନ - “ଦି ଗ୍ରାଣ୍ଡ କଲାର ଅଫ୍ ଦି ନ୍ୟାସନାଲ୍ ଅର୍ଡର ଅଫ୍ ଦି ସାଉଦର୍ଣ୍ଣ କ୍ରସ୍”ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
July 09th, 12:58 am
ବ୍ରାଜିଲର ରାଷ୍ଟ୍ରପତି, ମହାମହିମ ଲୁଇଜ୍ ଇନାସିଓ ଲୁଲା ଡା ସିଲଭା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ବ୍ରାଜିଲର ସର୍ବୋଚ୍ଚ ଜାତୀୟ ସମ୍ମାନ - ଦି ଗ୍ରାଣ୍ଡ କଲାର ଅଫ୍ ଦି ନ୍ୟାସନାଲ୍ ଅର୍ଡର ଅଫ୍ ଦି ସାଉଦର୍ଣ୍ଣ କ୍ରସ୍ ସମ୍ମାନରେ ସମ୍ମାନୀତ କରିଛନ୍ତି ।ବ୍ରାଜିଲ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 08th, 08:30 pm
ରିଓ ଏବଂ ବ୍ରାସିଲିଆରେ ଭବ୍ୟ ସ୍ୱାଗତ ପାଇଁ ମୁଁ ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଲୁଲାଙ୍କୁ ଆନ୍ତରିକତାର ସହ ଧନ୍ୟବାଦ ଜଣାଉଛି । ଆମାଜନର ସୌନ୍ଦର୍ଯ୍ୟ ଏବଂ ଆପଣଙ୍କ ସୌଜନ୍ୟତା ଦ୍ୱାରା ଆମେ ପ୍ରକୃତରେ ଅତ୍ୟନ୍ତ ପ୍ରଭାବିତ ।ବ୍ରାଜିଲର ବ୍ରାସିଲିଆରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
July 08th, 02:55 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ବ୍ରାସିଲିଆ ଗସ୍ତରେ ଆସିଥିଲେ । ସେ ରାଷ୍ଟ୍ରପତି ଲୁଲାଙ୍କ ସହ ଭାରତ-ବ୍ରାଜିଲ ସମ୍ପର୍କର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରିବେ।ଶାନ୍ତି ଏବଂ ସୁରକ୍ଷା ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 06th, 11:07 pm
ବିଶ୍ୱ ଶାନ୍ତି ଏବଂ ସୁରକ୍ଷା କେବଳ ଏକ ଆଦର୍ଶ ନୁହେଁ, ବରଂ ଏହା ଆମର ସାଧାରଣ ସ୍ୱାର୍ଥ ଏବଂ ଭବିଷ୍ୟତର ମୂଳଦୁଆ ଅଟେ । ମାନବତାର ବିକାଶ କେବଳ ଏକ ଶାନ୍ତିପୂର୍ଣ୍ଣ ଏବଂ ସୁରକ୍ଷିତ ପରିବେଶରେ ହିଁ ସମ୍ଭବ ହୋଇପାରିବ । ଏହି ଉଦ୍ଦେଶ୍ୟ ପୂରଣ କରିବାରେ ବ୍ରିକ୍ସର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆମକୁ ଏକତ୍ରିତ ହେବାକୁ ପଡିବ ଏବଂ ଆମର ସାଧାରଣ ସମସ୍ୟାର ସମ୍ମୁଖୀନ ହେବା ପାଇଁ ଆମକୁ ସାମୂହିକ ପ୍ରୟାସ କରିବାକୁ ପଡିବ। ଆମକୁ ଆଗକୁ ଏକାଠି ହୋଇ ବଢ଼ିବାକୁ ପଡିବ।ବିଶ୍ୱ ପ୍ରଶାସନ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 06th, 09:41 pm
ସପ୍ତଦଶ ବ୍ରିକ୍ସ ଶିଖର ସମ୍ମିଳନୀକୁ ଏକ ଭବ୍ୟ ଢଙ୍ଗରେ ଆୟୋଜନ କରିଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କ ପ୍ରତି ହାର୍ଦ୍ଦିକ କୃତଜ୍ଞତା ପ୍ରକାଶ କରୁଛି। ବ୍ରାଜିଲ ଅଧ୍ୟକ୍ଷତାରେ, ବ୍ରିକ୍ସ ଅଧୀନରେ ଆମର ସହଯୋଗ ନୂତନ ଗତି ଏବଂ ଶକ୍ତି ହାସଲ କରିଛି। ଯେଉଁ ନୂତନ ଶକ୍ତି ମିଳିଛି ତାହା ଏକ ଏସପ୍ରେସୋ ନୁହେଁ, ବରଂ ଏକ ଡବଲ୍ ଏସପ୍ରେସୋ ସଟ୍! ଏଥିପାଇଁ, ମୁଁ ରାଷ୍ଟ୍ରପତି ଲୁଲାଙ୍କ ଦୂରଦୃଷ୍ଟି ଏବଂ ତାଙ୍କର ଅଟଳ ପ୍ରତିବଦ୍ଧତାକୁ ପ୍ରଶଂସା କରୁଛି। ଭାରତ ପକ୍ଷରୁ, ବ୍ରିକ୍ସ ପରିବାରରେ ଇଣ୍ଡୋନେସିଆର ଯୋଗଦାନ ପାଇଁ ମୁଁ ମୋର ବନ୍ଧୁ ରାଷ୍ଟ୍ରପତି ପ୍ରବୋବୋଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଉଛି।ବହୁପକ୍ଷୀୟତା, ଅର୍ଥନୈତିକ-ଆର୍ଥିକ ପ୍ରସଙ୍ଗ ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ କରିବା ଉପରେ ବ୍ରିକ୍ସ୍ ଅଧିବେଶନରେ ପ୍ରଧାନମନ୍ତ୍ରୀ ଅଭିଭାଷଣ
July 06th, 09:40 pm
ବର୍ଦ୍ଧିତ ବ୍ରିକ୍ସ୍ ପରିବାରର ଏହି ବୈଠକରେ ଆପଣ ସମସ୍ତ ବନ୍ଧୁମାନଙ୍କ ସହିତ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ। ବ୍ରିକ୍ସ୍ ଆଉଟ୍ରିଚ୍ ଶିଖର ସମ୍ମିଳନୀରେ ଲାଟିନ୍ ଆମେରିକା, ଆଫ୍ରିକା ଏବଂ ଏସିଆର ବନ୍ଧୁତ୍ୱପୂର୍ଣ୍ଣ ଦେଶମାନଙ୍କ ସହ ମୋର ମତ ବିନିମୟ କରିବାର ସୁଯୋଗ ଦେଇଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଉଛି।ବ୍ରାଜିଲର ରିଓ ଡି ଜେନେରିଓରେ 17ତମ ବ୍ରିକ୍ସ ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
July 06th, 09:39 pm
ପ୍ରଧାନମନ୍ତ୍ରୀ ବୈଶ୍ୱିକ ଶାସନ ସଂସ୍କାର ଏବଂ ଶାନ୍ତି ଓ ସୁରକ୍ଷା ଶୀର୍ଷକ ଉଦଘାଟନୀ ଅଧିବେଶନରେ ସମ୍ବୋଧିତ କରିଥିଲେ । ପରେ, ପ୍ରଧାନମନ୍ତ୍ରୀ ବହୁମୁଖୀ, ଅର୍ଥନୈତିକ ବ୍ୟାପାର ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ କରିବା ଶୀର୍ଷକ ଏକ ଅଧିବେଶନରେ ମଧ୍ୟ ସମ୍ବୋଧିତ କରିଥିଲେ । ଏହି ଅଧିବେଶନରେ ବ୍ରିକ୍ସ ଅଂଶୀଦାର ଏବଂ ନିମନ୍ତ୍ରିତ ଦେଶମାନେ ଅଂଶଗ୍ରହଣ କରିଥିଲେ ।ଘାନା, ତ୍ରିନିଦାଦ ଓ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ପୂର୍ବ ବିବୃତ୍ତି
July 02nd, 07:34 am
ରାଷ୍ଟ୍ରପତି ଜନ୍ ଡ୍ରାମାନି ମହାମାଙ୍କ ନିମନ୍ତ୍ରଣରେ, ୨-୩ ଜୁଲାଇରେ ମୁଁ ଘାନା ଗସ୍ତ କରିବି । ଗ୍ଲୋବାଲ୍ ସାଉଥରେ ଘାନା ଏକ ପ୍ରମୁଖ ଅଂଶୀଦାର ଏବଂ ଆଫ୍ରିକୀୟ ସଂଘ ତଥା ପଶ୍ଚିମ ଆଫ୍ରିକୀୟ ଦେଶଗୁଡିକର ଅର୍ଥନୈତିକ ସମ୍ପ୍ରଦାୟରେ ମଧ୍ୟ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଘାନା ସହିତ ଆମର ଐତିହାସିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ନିବେଶ, ଶକ୍ତି, ସ୍ୱାସ୍ଥ୍ୟ, ସୁରକ୍ଷା, କ୍ଷମତା ନିର୍ମାଣ ତଥା ବିକାଶ ସହଭାଗିତା କ୍ଷେତ୍ର ସମେତ ସହଯୋଗର ନୂତନ ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ମୋର ମତ ଆଦାନପ୍ରଦାନ ପାଇଁ ମୁଁ ଅପେକ୍ଷା କରିଛି । ସହଯୋଗୀ ଗଣତାନ୍ତ୍ରିକ ଦେଶ ଭାବରେ, ଘାନାର ସଂସଦରେ ଭାଷଣ ଦେବା ଏକ ସମ୍ମାନର ବିଷୟ ହେବ ।ପ୍ରଧାନମନ୍ତ୍ରୀଙ୍କ ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତ (ଜୁଲାଇ ୦୨-୦୯)
June 27th, 10:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୦୨- ୦୩, ୨୦୨୫ରେ ଘାନା ଗସ୍ତରେ ଯିବେ । ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦ୍ୱିପକ୍ଷୀୟ ଘାନା ଗସ୍ତ । ତିନି ଦଶନ୍ଧି ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ଘାନା ଗସ୍ତରେ ଯାଉଛନ୍ତି । ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଘାନାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବେ । ଦୃଢ଼ ଦ୍ୱିପାକ୍ଷିକ ସହଯୋଗର ସେ ସମୀକ୍ଷା କରିବା ସହ ଆର୍ଥିକ, ଶକ୍ତି, ପ୍ରତିରକ୍ଷା କ୍ଷେତ୍ରରେ ସମ୍ପର୍କ ଏବଂ ସହଭାଗିତା ସହଯୋଗ ବୃଦ୍ଧିର ସୁଯୋଗ ବାବଦରେ ଆଲୋଚନା କରିବେ । ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବା ଦିଗରେ ଦୁଇ ଦେଶର ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ସହ ଇକୋୱାସ (ଇକୋନୋମିକ କମୁ୍ୟନିଟି ଅଫ ୱେଷ୍ଟ ଆଫ୍ରିକା ଷ୍ଟେଟସ ) ଏବଂ ଆଫ୍ରିକାନ ୟୁନିଅନରେ ଭାରତର ସହଭାଗିତାକୁ ଦୃଢ଼ କରିବ ।Prime Minister interacts with Presidents of the South Africa and Brazil at G7 summit
June 18th, 03:05 pm
The Prime Minister Shri Narendra Modi held substantive and heartfelt conversations with President of Republic of South Africa, H.E Mr. Cyril Ramaphosa and President of Brazil, H.E Mr. Luiz Inácio Lula da Silva at the G7 Summit at Kananaskis, Canada on 17th June 2025. He reaffirmed India’s unwavering commitment to championing the cause of the Global South.ଅସ୍ତ୍ରୋପଚାର ପରେ ବ୍ରାଜିଲ ରାଷ୍ଟ୍ରପତିଙ୍କ ଉତ୍ତମ ସ୍ୱାସ୍ଥ୍ୟୃ ଓ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
December 12th, 09:50 pm
ବ୍ରାଜିଲ ରାଷ୍ଟ୍ରପତି ଲୁଲା ଦା ସିଲଭାଙ୍କ ଅସ୍ତ୍ରୋପଚାର ପରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 20th, 08:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ରେ ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ବ୍ରାଜିଲ ରାଷ୍ଟ୍ରପତି ଶ୍ରୀ ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କୁ ଭେଟିଛନ୍ତି । ବ୍ରାଜିଲର ଜି-୨୦ ଏବଂ ଆଇବିଏସଏ ଅଧ୍ୟକ୍ଷତାର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ରାଷ୍ଟ୍ରପତି ଲୁଲାଙ୍କୁ ତାଙ୍କ ଆତିଥେୟତା ପାଇଁ ଧନ୍ୟବାଦ ଜଣାଇଥିଲେ । ଦାରିଦ୍ୟ ଓ ବୁଭୁକ୍ଷୁତା ବିରୋଧରେ ବୈଶ୍ୱିକ ମେଣ୍ଟ ପ୍ରତିଷ୍ଠା ଦିଗରେ ବ୍ରାଜିଲର ପଦକ୍ଷେପକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିବା ସହ ଭାରତର ଦୃଢ଼ ସମର୍ଥନ ଜଣାଇଥିଲେ । ଜି-୨୦ ଟ୍ରୋଇକା ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ଜି-୨୦ରେ ବ୍ରାଜିଲ ଦ୍ୱାରା ଆଗତ କାର୍ଯ୍ୟସୂଚୀକୁ ସମର୍ଥନ ଜଣାଇଥିଲେ । ଏହା ଶତତ ବିକାଶ ଏବଂ ବୈଶ୍ୱିକ ପ୍ରଶାସନିକ ସଂସ୍କାର, ଯାହାକି ଗ୍ଲୋବାଲ ସାଉଥର ଉଦବେଗକୁ ଗୁରୁତ୍ୱ ଦେଇଛି ସ୍ଥାନ ପାଇଛି । ଆସନ୍ତା ବର୍ଷ ବ୍ରିକ୍ସ ଏବଂ ସିଓପି ୩୦ରେ ବ୍ରାଜିଲର ନେତୃତ୍ୱ ପାଇଁ ସେ ଶୁଭେଚ୍ଛା ଜଣାଇବା ସହ ଭାରତର ସମ୍ପର୍ଣ୍ଣ ସହାୟତା ସକାଶେ ପ୍ରତିଶ୍ରୁତି ଦେଇଥିଲେ ।ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି
November 18th, 08:00 pm
ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।ପ୍ରଧାନମନ୍ତ୍ରୀ ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ ଉପରେ ଜି-୨୦ ଅଧିବେଶନକୁ ସମ୍ବୋଧିତ କରିଛନ୍ତି
November 18th, 07:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ' ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇସ ଇନାସିଓ ଲୁଲା ଡା ସିଲଭାଙ୍କୁ ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ଏବଂ ତାଙ୍କର ଉଦାର ଆତିଥ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ନିରନ୍ତର ବିକାଶ ଲକ୍ଷ୍ୟ ଉପରେ ଗୁରୁତ୍ୱ ଦେଇ ବ୍ରାଜିଲର ଜି-୨୦ ଏଜେଣ୍ଡାକୁ ସେ ପ୍ରଶଂସା କରି କହିଥିଲେ ଯେ ଏହି ଆଭିମୁଖ୍ୟ ଦକ୍ଷିଣ ବିଶ୍ୱର ସମସ୍ୟାଗୁଡିକ ଉପରେ ଆଲୋକପାତ କରିଛି ଏବଂ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ଲୋକାଭିମୁଖୀ ନିଷ୍ପତ୍ତିକୁ ଆଗେଇ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଜି-୨୦ ଅଧ୍ୟକ୍ଷତାରେ 'ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ' ଆହ୍ୱାନ ରିଓ ଆଲୋଚନାରେ ପ୍ରତିଫଳିତ ହେଉଛି।ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ପ୍ରସ୍ଥାନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
November 16th, 12:45 pm
ରାଷ୍ଟ୍ରପତି ବୋଲା ଅହମ୍ମଦ ତିନୁବୁଙ୍କ ଆମନ୍ତ୍ରଣ କ୍ରମେ ଏହା ମୋର ପ୍ରଥମ ନାଇଜେରିଆ ଗସ୍ତ, ଯିଏକି ପଶ୍ଚିମ ଆଫ୍ରିକା ଅଞ୍ଚଳରେ ଘନିଷ୍ଠ ସହଯୋଗୀ । ଆମର ରଣନୀତିକ ସହଭାଗିତା ଯାହାକି ଗଣତନ୍ତ୍ର ଓ ବହୁଳବାଦର ପାରସ୍ପରିକ ବିଶ୍ୱାସ ଆଧାରିତ ତାକୁ ସୁଦୃଢ଼ କରିବା ପାଇଁ ମୋର ଗସ୍ତ ଏକ ସୁଯୋଗ । ନାଇଜେରିଆରୁ ହିନ୍ଦୀରେ ମୋତେ ସ୍ୱାଗତମ ବାର୍ତ୍ତା ପଠାଇଥିବା ଭାରତୀୟ ସମୁଦାୟ ଓ ବନ୍ଧୁମାନଙ୍କୁ ଭେଟିବାକୁ ମଧ୍ୟ ମୁଁ ବ୍ୟଗ୍ରତାର ସହ ଅପେକ୍ଷା କରି ରହିଛି ।