ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
February 12th, 10:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସେ କେବଳ ଶିକ୍ଷାକୁ ପ୍ରୋତ୍ସାହିତ କରିବାରେ ନୁହେଁ, ବରଂ ଭାରତୀୟ ସଂସ୍କୃତି ଏବଂ ପରମ୍ପରାକୁ ସମୃଦ୍ଧ କରିବାରେ ମଧ୍ୟ ଅତୁଳନୀୟ ଯୋଗଦାନ ଦେଇଛନ୍ତି। ସାମାଜିକ ସଂସ୍କାର ପାଇଁ ତାଙ୍କର ପ୍ରୟାସ ଦେଶର ଲୋକମାନଙ୍କ ପାଇଁ ପ୍ରେରଣାର ଉତ୍ସ ଭାବେ କାର୍ଯ୍ୟ ଜାରି ରଖିବୋଲି ଶ୍ରୀ ମୋଦୀ କହିଥିଲେ।ବେଦଗୁଡ଼ିକର କାଳଜୟୀ ଜ୍ଞାନ ଉପରେ ଆଲୋକପାତ କରୁଥିବା ସଂସ୍କୃତ 'ସୁଭାଷିତମ୍ ’ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
February 12th, 08:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଦଗୁଡ଼ିକର କାଳଜୟୀ ଜ୍ଞାନ ଉପରେ ଆଲୋକପାତ କରୁଥିବା ଏକ ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି ।ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
October 31st, 06:08 pm
ଶ୍ରୀ ମୋଦୀ ମନେ ପକାଇଛନ୍ତି ଯେ ଗତ ବର୍ଷ, ଗୁଜରାଟରେ ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କ ଜନ୍ମସ୍ଥାନରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ସେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଂଶଗ୍ରହଣ କରିଥିଲେ। ପୂର୍ବରୁ, ତାଙ୍କୁ ଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ସମାରୋହ ଉଦଘାଟନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାରେ ଉଚ୍ଚାରିତ ବୈଦିକ ମନ୍ତ୍ର ଓ ଯଜ୍ଞାନୁଷ୍ଠାନର ଉର୍ଜ୍ଜାକୁ ସେ ଏବେ ବି ଅନୁଭବ କରିପାରୁଛନ୍ତି, ଯେପରିକି ତାହା ଗତକାଲି ଅନୁଷ୍ଠିତ ହୋଇଥିଲା ।ଜୟନ୍ତୀ ଅବସରରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
February 12th, 02:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାନ ଚିନ୍ତକ, ସମାଜ ସଂସ୍କାରକ ତଥା ପ୍ରଖର ରାଷ୍ଟ୍ରବାଦୀ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।