ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
October 31st, 06:08 pm
ଶ୍ରୀ ମୋଦୀ ମନେ ପକାଇଛନ୍ତି ଯେ ଗତ ବର୍ଷ, ଗୁଜରାଟରେ ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କ ଜନ୍ମସ୍ଥାନରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ସେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଂଶଗ୍ରହଣ କରିଥିଲେ। ପୂର୍ବରୁ, ତାଙ୍କୁ ଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ସମାରୋହ ଉଦଘାଟନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାରେ ଉଚ୍ଚାରିତ ବୈଦିକ ମନ୍ତ୍ର ଓ ଯଜ୍ଞାନୁଷ୍ଠାନର ଉର୍ଜ୍ଜାକୁ ସେ ଏବେ ବି ଅନୁଭବ କରିପାରୁଛନ୍ତି, ଯେପରିକି ତାହା ଗତକାଲି ଅନୁଷ୍ଠିତ ହୋଇଥିଲା ।ଜୟନ୍ତୀ ଅବସରରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
February 12th, 02:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାନ ଚିନ୍ତକ, ସମାଜ ସଂସ୍କାରକ ତଥା ପ୍ରଖର ରାଷ୍ଟ୍ରବାଦୀ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।