ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
April 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଯେତେବେଳେ ମୁଁ ଆପଣଙ୍କ ସହିତ ମନର କଥା ହେଉଛି, ସେତେବେଳେ ମନରେ ଗଭୀର ପୀଡ଼ା ରହିଛି । ଏପ୍ରିଲ ୨୨ ତାରିଖ ଦିନ ପହଲଗାମ୍ ଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶର ପ୍ରତ୍ୟେକ ନାଗରିକକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରଙ୍କ ପ୍ରତି ପ୍ରତ୍ୟେକ ଭାରତୀୟଙ୍କ ମନରେ ଗଭୀର ସମବେଦନା ରହିଛି । ସେ ଯେକୌଣସି ରାଜ୍ୟର ହୋଇଥାଆନ୍ତୁ ନା କାହିଁକି, ଯେକୌଣସି ଭାଷାଭାଷୀ ହୋଇଥାଆନ୍ତୁ ନା କାହିଁକି, ସମସ୍ତେ ସେହିମାନଙ୍କ ଯନ୍ତ୍ରଣାକୁ ଅନୁଭବ କରୁଛନ୍ତି, ଯେଉଁମାନେ ଏହି ଆକ୍ରମଣରେ ନିଜ ପରିବାରର ଲୋକଙ୍କୁ ହରାଇଛନ୍ତି । ଆତଙ୍କବାଦୀ ଆକ୍ରମଣର ଚିତ୍ରଗୁଡ଼ିକୁ ଦେଖି ପ୍ରତ୍ୟେକ ଭାରତୀୟର ରକ୍ତ ତାତି ଉଠୁଛି, ସେ କଥା ମୁଁ ଅନୁଭବ କରିପାରୁଛି । ପହଲଗାମରେ ହୋଇଥିବା ଏହି ଆକ୍ରମଣ, ଆତଙ୍କବାଦର ପୃଷ୍ଠପୋଷକଙ୍କ ହତାଶା ଭାବକୁ ଦର୍ଶାଉଛି, ସେମାନଙ୍କ କାପୁରୁଷପଣିଆକୁ ପ୍ରଦର୍ଶିତ କରୁଛି । କାଶ୍ମୀରରେ ଶାନ୍ତି ଫେରିଆସୁଥିବା ସମୟରେ - ସ୍କୁଲ-କଲେଜମାନଙ୍କରେ ଗୋଟିଏ ଉତ୍ସାହ ଥିଲା, ନିର୍ମାଣ କାର୍ଯ୍ୟରେ ଅଭୂତପୂର୍ବ ଗତିଶୀଳତା ଆସିଥିଲା, ଗଣତନ୍ତ୍ର ଦୃଢ଼ୀଭୂତ ହେଉଥିଲା, ପର୍ଯ୍ୟଟକମାନଙ୍କ ସଂଖ୍ୟାରେ ରେକର୍ଡ଼ ବୃଦ୍ଧି ହୋଇଚାଲିଥିଲା, ଲୋକମାନଙ୍କ ଆୟ ବୃଦ୍ଧି ହେଉଥିଲା, ଯୁବବର୍ଗଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଚାଲିଥିଲା – ଏଭଳି ସମୟରେ ଦେଶର ଶତ୍ରୁ, ଜାମ୍ମୁ-କାଶ୍ମୀରର ଶତ୍ରୁମାନଙ୍କ ପକ୍ଷରେ ଏହା ଅସହ୍ୟ ହେଲା । ଆତଙ୍କବାଦୀ ଓ ଆତଙ୍କକୁ ପ୍ରଶ୍ରୟ ଦେଉଥିବା ଶକ୍ତିମାନେ ଚାହାଁନ୍ତି ଯେ, କାଶ୍ମୀର ପୁଣିଥରେ ଧ୍ୱଂସ ହେଇଯାଉ, ତେଣୁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର ଘଟାଇଲେ । ଆତଙ୍କବାଦ ବିରୁଦ୍ଧରେ ଏହି ଯୁଦ୍ଧରେ ଦେଶର ଏକତା, ୧୪୦ କୋଟି ଭାରତୀୟଙ୍କ ଏକଜୁଟପଣିଆ ଆମର ସବୁଠାରୁ ବଡ଼ ଶକ୍ତି । ଏହି ଏକତା, ଆତଙ୍କବାଦ ବିରୁଦ୍ଧରେ ଆମର ନିର୍ଣ୍ଣାୟକ ସଂଗ୍ରାମର ଆଧାର । ଦେଶ ଆଗରେ ଦେଖାଦେଇଥିବା ଏହି ଆହ୍ୱାନର ମୁକାବିଲା କରିବା ପାଇଁ ଆମକୁ ଆମ ସଂକଳ୍ପକୁ ସୁଦୃଢ଼ କରିବାକୁ ହେବ । ଗୋଟିଏ ରାଷ୍ଟ୍ର ହିସାବରେ ଆମକୁ ଦୃଢ଼ ଇଚ୍ଛାଶକ୍ତି ପ୍ରଦର୍ଶିତ କରିବାକୁ ହେବ । ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶର ସ୍ୱର ଏକ ହୋଇଥିବା କଥା ଆଜି ସାରା ବିଶ୍ୱ ଦେଖୁଛି ।ଇଣ୍ଡିଆନ ସ୍ପେଶ ଆସୋସିଏସନ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
October 11th, 11:19 am
ଦେଶର ଦୁଇ ମହାନ ସୁପୁତ୍ର, ଭାରତ ରତ୍ନ ଶ୍ରୀ ଜୟପ୍ରକାଶ ନାରାୟଣ ଜୀ ଏବଂ ଭାରତ ରତ୍ନ ଶ୍ରୀ ନାନାଜି ଦେଶମୁଖଙ୍କର ଆଜି ଜନ୍ମ ଜୟନ୍ତୀ ମଧ୍ୟ ଅଛି । ସ୍ୱାଧୀନତା ପରେ ଭାରତକୁ ମାର୍ଗ ଦେଖାଇବାରେ ଏହି ଦୁଇ ମହାନ ବ୍ୟକ୍ତିତ୍ୱଙ୍କର ବହୁତ ବଡ଼ ଭୂମିକା ରହିଛି । ସମସ୍ତଙ୍କୁ ସାଥୀରେ ନେଇ, ସମସ୍ତଙ୍କ ପ୍ରୟାସ ଦ୍ୱାରା, ଦେଶରେ କିପରି ବଡ଼-ବଡ଼ ପରିବର୍ତ୍ତନ ଆସିଥାଏ, ଏମାନଙ୍କର ଜୀବନ ଦର୍ଶନ ଆମକୁ ଆଜି ମଧ୍ୟ ଏହାର ପ୍ରେରଣା ଦେଇଥାଏ । ମୁଁ ଜୟପ୍ରକାଶ ନାରାୟଣ ଜୀ ଏବଂ ନାନାଜୀ ଦେଶମୁଖ ଜୀଙ୍କୁ ପ୍ରଣାମ କରୁଛି, ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭାରତୀୟ ମହାକାଶ ସଂଘ ଉଦ୍ଘାଟିତ
October 11th, 11:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଭାରତୀୟ ମହାକାଶ ସଂଘ (ଇସ୍ପା)କୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ମହାକାଶ ଉଦ୍ୟୋଗର ପ୍ରତିନିଧିମାନଙ୍କ ସହ ସେ ମଧ୍ୟ ମତବିନିମୟ କରି ବିଭିନ୍ନ କଥା ପଚାରି ବୁଝିଛନ୍ତି ।ଆକାଶବାଣୀରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ କାର୍ଯ୍ୟକ୍ରମ, 25.06.2017
June 25th, 12:21 pm
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଋତୁ ବଦଳୁଛି । ଏଥର ଗରମ ବି ଖୁବ୍ ପଡ଼ିଲା । କିନ୍ତୁ ଭଲ କଥା ଯେ, ବର୍ଷାଋତୁ ଠିକ୍ ସମୟରେ ନିଜ ପାଦ ଚିହ୍ନ ପକାଇ ଆଗେଇ ଚାଲିଛି । ଦେଶର ଅନେକ ଅଂଚଳରେ ଭଲ ବର୍ଷା ହୋଇଥିବା ଯୋଗୁଁ ପାଗ ବେଶ୍ ଭଲ ରହିଛି । ଗତି କିଛି ଦିନ ଧରି ବର୍ଷା ପରେ ବହୁଥିବା ଥଣ୍ଡା ପବନ ଯୋଗୁ ଆରାମ ଲାଗୁଛି । ଆମେ ସମସ୍ତେ ଜାଣିଛୁ ଯେ, ଜୀବନରେ ଯେତେ କର୍ମ ଚଞ୍ଚଳତା ଥାଉ, ଯେତେ ମାନସିକ ଚାପ ଥାଉ, ତାହା ବ୍ୟକ୍ତିଗତ କିମ୍ବା ସାର୍ବଜନୀନ ଜୀବନରେ ହେଉ, ବର୍ଷାର ଆଗମନ ମନର ସ୍ଥିତିକୁ ବଦଳାଇ ଦିଏ ।