ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ

January 03rd, 12:00 pm

କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।

ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 03rd, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।

ନେପାଳରେ ୨୫୬୬ତମ ବୁଦ୍ଧ ଜୟନ୍ତୀ ଏବଂ ଲୁମ୍ବିନୀ ଦିବସ ୨୦୨୨ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ପ୍ରଦତ୍ତ ଅଭିଭାଷଣ

May 16th, 09:45 pm

କିଛି ସମୟ ପୂର୍ବରୁ ମାୟାଦେବୀ ମନ୍ଦିରରେ ଦର୍ଶନ କରିବାର ଯେଉଁ ସୁଯୋଗ ମୋତେ ପ୍ରାପ୍ତ ହୋଇଛି, ତାହା ମଧ୍ୟ ମୋ ପାଇଁ ଅବିସ୍ମରଣୀୟ ହୋଇ ରହିବ । ସେହି ସ୍ଥାନ ଯେଉଁଠାରେ ସ୍ୱୟଂ ଭଗବାନ ବୁଦ୍ଧ ଜନ୍ମଗ୍ରହଣ କରିଥିଲେ, ସେଠାକାର ଶକ୍ତି, ସେଠାକାର ଚେତନା, ତାହା ଏକ ସଂପୂର୍ଣ୍ଣ ଭିନ୍ନ ଧରଣର ଅନୁଭବ । ଏକଥା ଦେଖି ମଧ୍ୟ ମୁଁ ଖୁବ୍‌ ଆନନ୍ଦିତ ଯେ ଏହି ସ୍ଥାନ ନିମନ୍ତେ ୨୦୧୪ ମସିହାରେ ମୁଁ ମହାବୋଧି ବୃକ୍ଷର ଯେଉଁ ଚାରା ପ୍ରଦାନ କରିଥିଲି, ତାହା ଏବେ ବିକଶିତ ହୋଇ ଏକ ବୃକ୍ଷରେ ପରିଣତ ହୋଇଛି ।

ନେପାଳର ଲୁମ୍ବିନୀରେ ବୁଦ୍ଧଜୟନ୍ତୀ ସମାରୋହ

May 16th, 03:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳର ଲୁମ୍ବିନୀସ୍ଥିତ ଆନ୍ତର୍ଜାତିକ ଅଧିବେଶନ କେନ୍ଦ୍ର ଓ ଧ୍ୟାନ ଭବନରେ ୨୫୬୬ତମ ବୁଦ୍ଧ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି । ତାଙ୍କ ସହିତ ନେପାଳ ପ୍ରଧାନମନ୍ତ୍ରୀ ସମ୍ମାନନୀୟ ଶେର ବାହାଦୁର ଦେଉବା ଓ ତାଙ୍କ ପତ୍ନୀ ଡକ୍ଟର ଆରଜୁ ରାନା ଦେଉବା ମଧ୍ୟ ଯୋଗଦେଇଥିଲେ ।

ନେପାଳର ଲୁମ୍ବିନି ସ୍ଥିତ ମାୟାଦେବୀ ମନ୍ଦିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

May 16th, 11:59 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦିନିକିଆ ଲୁମ୍ବିନି ଗସ୍ତ ଅବସରରେ ୨୦୨୨ ମସିହା ମେ ୧୬ ରେ ନେପାଳର ଲୁମ୍ବିନିରେ ଥିବା ମାୟାଦେବୀ ମନ୍ଦିର ପରିଦର୍ଶନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ସହ ନେପାଳ ପ୍ରଧାନମନ୍ତ୍ରୀ ମାନ୍ୟବର ଶେର୍ ବାହାଦୂର ଦେଓବା ଏବଂ ତାଙ୍କ ପତ୍ନୀ ଡକ୍ଟର ଅର୍ଜୁ ରାଣା ଦେଓବା ରହିଥିଲେ ।