‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine

December 19th, 08:11 pm

PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.

Prime Minister Shri Narendra Modi addresses Closing Ceremony of the Second WHO Global Summit on Traditional Medicine

December 19th, 07:07 pm

PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.

ଭାରତ-ଜୋର୍ଡାନ ବ୍ୟବସାୟିକ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

December 16th, 12:24 pm

ଗତକାଲି ମହାମହିମଙ୍କ ସହିତ ମୋର ଆଲୋଚନାର ସାରାଂଶ ମଧ୍ୟ ଏହା ଥିଲା। ଆମେ ଭୂଗୋଳକୁ କିପରି ସୁଯୋଗରେ ଏବଂ ସୁଯୋଗକୁ କିପରି ବିକାଶରେ ପରିଣତ କରାଯାଇପାରିବା ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲୁ।

ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ବୋଧନ

December 16th, 12:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଆଜି ଅମ୍ମାନରେ ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ଏହି ବୈଠକରେ ଜୋର୍ଡାନର କ୍ରାଉନ ପ୍ରିନ୍ସ ହୁସେନ ଏବଂ ସେଠାକାର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ତଥା ନିବେଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ରାଜା ଅବଦୁଲ୍ଲା ଦ୍ୱିତୀୟ ଏବଂ ପ୍ରଧାନମନ୍ତ୍ରୀ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ସମ୍ପର୍କକୁ ସୁଦୃଢ଼ କରିବାର ଗୁରୁତ୍ୱକୁ ସ୍ୱୀକାର କରିଥିଲେ। ଉଭୟ ନେତା ପ୍ରଗତି ଏବଂ ସମୃଦ୍ଧି ହାସଲ କରିବା ପାଇଁ ଏହି କ୍ଷେତ୍ରରେ ସମ୍ଭାବନା ଏବଂ ସୁଯୋଗକୁ ଉପଯୋଗ କରିବାକୁ ଉଭୟ ପକ୍ଷର ଶିଳ୍ପପତିମାନଙ୍କୁ ଆହ୍ୱାନ କରିଛନ୍ତି। ରାଜା ଅବଦୁଲ୍ଲା ଦ୍ୱିତୀୟ କହିଛନ୍ତି ଯେ, ଜୋର୍ଡାନର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏବଂ ଭାରତର ଆର୍ଥିକ ଶକ୍ତିକୁ ମିଶ୍ରଣ କରି ଦକ୍ଷିଣ ଏସିଆ ଏବଂ ପଶ୍ଚିମ ଏସିଆ ତଥା ଅନ୍ୟ ଅନ୍ତର୍ଜାତୀୟ ସ୍ତରରେ ଏକ ଆର୍ଥିକ କରିଡର ସୃଷ୍ଟି କରାଯାଇପାରିବ।

ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 21st, 06:09 pm

ଶକ୍ତି ପୂଜାର ପର୍ବ ନବରାତ୍ରୀ, ଆସନ୍ତାକାଲିଠାରୁ ଆରମ୍ଭ ହେଉଛି। ଆପଣମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା! ନବରାତ୍ରୀର ପ୍ରଥମ ଦିନରୁ, ଦେଶ ଆତ୍ମନିର୍ଭରଶୀଳ ଭାରତ ଅଭିଯାନ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଏବଂ ବଡ଼ ପଦକ୍ଷେପ ନେଉଛି। ଆସନ୍ତାକାଲି, ସେପ୍ଟେମ୍ବର 22 ତାରିଖ ସୂର୍ଯ୍ୟୋଦୟ ସହିତ ନବରାତ୍ରୀର ପ୍ରଥମ ଦିନଠାରୁ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର କାର୍ଯ୍ୟକାରୀ ହେବ। ଅନ୍ୟ ଅର୍ଥରେ କହିବାକୁ ଗଲେ ଆସନ୍ତାକାଲିଠାରୁ ଦେଶରେ ଏକ ଜିଏସଟି ସଞ୍ଚୟ ମହୋତ୍ସବ ଆରମ୍ଭ ହେବାକୁ ଯାଉଛି। ଏହି ଜିଏସଟି ସଞ୍ଚୟ ମହୋତ୍ସବ ଆପଣଙ୍କର ସଞ୍ଚୟ ବୃଦ୍ଧି କରିବ ଏବଂ ଆପଣ ଚାହୁଁଥିବା ଜିନିଷଗୁଡ଼ିକୁ ଅଧିକ ସହଜରେ କିଣିପାରିବେ। ଆମ ଦେଶର ଗରିବ, ମଧ୍ୟବିତ୍ତ ବର୍ଗର ଲୋକ, ନବମଧ୍ୟବିତ୍ତ ବର୍ଗ, ଯୁବବର୍ଗ, କୃଷକ, ମହିଳା, ଦୋକାନୀ, ବ୍ୟବସାୟୀ, ଉଦ୍ୟୋଗୀ, ସମସ୍ତେ ଏହି ସଞ୍ଚୟ ମହୋତ୍ସବରୁ ବହୁତ ଲାଭ ପାଇବେ। ଏହାର ଅର୍ଥ ହେଉଛି ଏହି ପାର୍ବଣ ଋତୁରେ ସମସ୍ତଙ୍କୁ କିଛି ମିଠା ଖାଇବାକୁ ମିଳିବ ଏବଂ ଦେଶର ପ୍ରତ୍ୟେକ ପରିବାର ଆଶୀର୍ବାଦ ପାଇବେ। ମୁଁ ଆଗାମୀ ପିଢ଼ିର ଜିଏସଟି ସଂସ୍କାର ଏବଂ ଏହି ସଞ୍ଚୟ ମହୋତ୍ସବ ପାଇଁ ଦେଶର କୋଟି କୋଟି ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ଏହି ସଂସ୍କାରଗୁଡ଼ିକ ଭାରତର ଅଭିବୃଦ୍ଧି କାହାଣୀକୁ ତ୍ୱରାନ୍ୱିତ କରିବ, ବ୍ୟବସାୟ କରିବା ସହଜ ହେବ, ନିବେଶ ଅଧିକ ଆକର୍ଷଣୀୟ ହେବ ଏବଂ ବିକାଶ ଦୌଡ଼ରେ ପ୍ରତ୍ୟେକ ରାଜ୍ୟକୁ ସମାନ ଅଂଶୀଦାର କରିବ।

ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 21st, 05:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ସେ ଶକ୍ତି ଉପାସନାର ପର୍ବ ନବରାତ୍ରୀ ପ୍ରାରମ୍ଭରେ ସବୁ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ନବରାତ୍ରୀର ପ୍ରଥମ ଦିନରୁ ଦେଶ ଆତ୍ମନିର୍ଭର ଭାରତ ଅଭିଯାନରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛି। 22 ସେପ୍ଟେମ୍ବର ସୂର୍ଯ୍ୟୋଦୟ ଠାରୁ ଦେଶ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର କାର୍ଯ୍ୟକାରୀ କରିବ। ଏହାସହିତ ସମଗ୍ର ଭାରତରେ ‘ଜିଏସଟି ବଚତ’ ଉତ୍ସବ (ସଞ୍ଚୟ ମହୋତ୍ସବ)ର ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ସେ ଜୋର ଦେଇ କହିଥିଲେ ଯେ ଏହି ପର୍ବ ସଞ୍ଚୟକୁ ବୃଦ୍ଧି କରିବ ଏବଂ ଲୋକଙ୍କ ପାଇଁ ସେମାନଙ୍କର ପସନ୍ଦର ଜିନିଷ କିଣିବାକୁ ସହଜ କରିବ। ଏହି ସଞ୍ଚୟ ମହୋତ୍ସବର ଲାଭ ଗରିବ, ମଧ୍ୟବିତ୍ତ, ନବମଧ୍ୟବିତ୍ତ ବର୍ଗ, ଯୁବକ, କୃଷକ, ମହିଳା, ଦୋକାନୀ, ବ୍ୟବସାୟୀ ଏବଂ ଉଦ୍ୟୋଗୀମାନଙ୍କ ନିକଟରେ ପହଞ୍ଚିବ। ସେ ଆହୁରି କହିଛନ୍ତି, ଏହି ପାର୍ବଣ ଋତୁରେ ପ୍ରତ୍ୟେକ ପରିବାରର ସୁଖ ଏବଂ ମଧୁରତା ବୃଦ୍ଧି ପାଇବ। ପ୍ରଧାନମନ୍ତ୍ରୀ ଦେଶର କୋଟି କୋଟି ପରିବାରକୁ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର ଏବଂ ଜିଏସଟି ସଞ୍ଚୟ ମହୋତ୍ସବ ପାଇଁ ଶୁଭକାମନା ଜଣାଇଥିଲେ। ସେ କହିଥିଲେ, ଏହି ସଂସ୍କାରଗୁଡ଼ିକ ଭାରତର ଅଭିବୃଦ୍ଧି କାହାଣୀକୁ ତ୍ୱରାନ୍ୱିତ କରିବ, ବ୍ୟବସାୟିକ କାର୍ଯ୍ୟକୁ ସରଳ କରିବ, ନିବେଶକୁ ଅଧିକ ଆକର୍ଷଣୀୟ କରିବ ଏବଂ ବିକାଶ ଦୌଡ଼ରେ ପ୍ରତ୍ୟେକ ରାଜ୍ୟ ସମାନ ଅଂଶୀଦାର ହେବ।

ପରବର୍ତ୍ତୀ ଦଶନ୍ଧି ପାଇଁ ଭାରତ- ଜାପାନ ମିଳିତ ପରିକଳ୍ପନା : ଏହି ସ୍ୱତନ୍ତ୍ର ରଣନୀତିକ ଏବଂ ବୈଶ୍ୱିକ ସହଭାଗିତା ବୃଦ୍ଧି ନିମନ୍ତେ ଆଠଗୋଟି ଦିଗ

August 29th, 07:11 pm

ଆଇନର ଶାସନ ଉପରେ ଆଧାରିତ ଏକ ମୁକ୍ତ, ଶାନ୍ତିପୂର୍ଣ୍ଣ ସମୃଦ୍ଧି ଏବଂ ବଳପୂର୍ବକ ଦଖଲମୁକ୍ତ ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସମାନ ଦୃଷ୍ଟିକୋଣ ସହିତ ଭାରତ ଏବଂ ଜାପାନ, ପରିପୂରକ ସମ୍ବଳ ପ୍ରଦାନ, ପ୍ରଯୁକ୍ତିବିଦ୍ୟାର ଶକ୍ତି ଏବଂ ମୂଲ୍ୟ ପ୍ରତିଯୋଗିତା ସହିତ ଦୁଇ ଦେଶର ଅର୍ଥନୀତି ଏବଂ ବନ୍ଧୁତା ତଥା ପାରସ୍ପରିକ ସଦ୍ଭାବନାର ଦୀର୍ଘ ପରମ୍ପରା ସହିତ ଉଭୟ ରାଷ୍ଟ୍ର, ଆଗାମୀ ଏକ ଦଶନ୍ଧି ମଧ୍ୟରେ ନିଜ ନିଜର ରାଷ୍ଟ୍ର ଏବଂ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ତଥା ସୁଯୋଗମାନଙ୍କୁ ମିଳିତ ଭାବରେ ସନ୍ଧାନ କରିବା ନିମନ୍ତେ ପରସ୍ପରର ଅଭିପ୍ରାୟ ବ୍ୟକ୍ତ କରୁଛ, ଯାହା ଉଭୟ ରାଷ୍ଟ୍ରର ଘରୋଇ ଲକ୍ଷ୍ୟ ହାସଲ କରିବା ଦିଗରେ ସହାୟକ ଏବଂ ନିଜ ନିଜ ରାଷ୍ଟ୍ର ଏବଂ ପରବର୍ତ୍ତୀ ପିଢ଼ିର ଲୋକମାନଙ୍କୁ ପୂର୍ବାପେକ୍ଷା ଅଧିକ ନିକଟତର କରାଇବ ।

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ନାମିବିୟା ଗସ୍ତ

July 09th, 08:17 pm

ନାମିବିୟାର ଉଦ୍ୟୋଗୀତା ବିକାଶ କେନ୍ଦ୍ର ସ୍ଥାପନ ପାଇଁ ବୁଝାମଣାପତ୍ର

ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ

March 16th, 11:47 pm

ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।

ଏକ ପଡ୍‌କାଷ୍ଟରେ ଲେକ୍ସ ଫ୍ରିଡ୍‌ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର

March 16th, 05:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍‌କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।

ବଜେଟ ପରେ ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ସୃଷ୍ଟିକୁ ପ୍ରୋତ୍ସାହିତ କରିବା ଉପରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।

March 05th, 01:35 pm

ଏହି ଗୁରୁତ୍ୱପୂର୍ଣ୍ଣ ବଜେଟ୍ ୱେବିନାରରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ । ଲୋକ, ଅର୍ଥନୀତି ଏବଂ ଉଦ୍ଭାବନ କ୍ଷେତ୍ରରେ ପୁଞ୍ଜିନିବେଶ ହେଉଛି ଏକ ବିଷୟବସ୍ତୁ ଯାହା ଏକ ବିକଶିତ ଭାରତର ରୋଡମ୍ୟାପ୍ କୁ ନିର୍ଦ୍ଧାରଣ କରେ | ଚଳିତ ବର୍ଷବଜେଟରେ ଏହାର ପ୍ରଭାବ ବହୁତ ବଡ ଧରଣର ଦେଖିବାକୁ ମିଳିବ । ତେଣୁ ଏହି ବଜେଟ୍ ଭାରତର ଭବିଷ୍ୟତ ପାଇଁ ବ୍ଲୁ ପ୍ରିଣ୍ଟ ଭାବେ ଉଭା ହୋଇଛି। ଭିତ୍ତିଭୂମି ଏବଂ ଶିଳ୍ପରେ ପୁଞ୍ଜିନିବେଶକୁ ଆମେ ଯେତିକି ପ୍ରାଥମିକତା ଦେଇଛୁ, ସେତିକି ଲୋକ, ଅର୍ଥନୀତି ଓ ଉଦ୍ଭାବନକୁ ମଧ୍ୟ ପ୍ରାଥମିକତା ଦେଇଛୁ। ଆପଣ ସମସ୍ତେ ଜାଣନ୍ତି ଯେ ଦକ୍ଷତା ବୃଦ୍ଧି ଏବଂ ପ୍ରତିଭା ବିକାଶ ଦେଶର ପ୍ରଗତିର ଭିତ୍ତିପ୍ରସ୍ତର ଭାବରେ କାର୍ଯ୍ୟ କରେ । ତେଣୁ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ଆମକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ କରିବାକୁ ପଡ଼ିବ। ଏଥିପାଇଁ ସମସ୍ତ ହିତାଧିକାରୀ ଆଗେଇ ଆସିବା ଦରକାର। କାରଣ ଦେଶର ଅର୍ଥନୈତିକ ସଫଳତା ପାଇଁ ଏହା ଜରୁରୀ । ଏଥିସହିତ ଏହା ହିଁ ପ୍ରତ୍ୟେକ ସଂଗଠନର ସଫଳତାର ଆଧାର ମଧ୍ୟ।

‘ନିଯୁକ୍ତି ସୁଯୋଗ ବୃଦ୍ଧି- ଜନତା, ଅର୍ଥବ୍ୟବସ୍ଥା ଏବଂ ନବସୃଜନରେ ନିବେଶ’ ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 05th, 01:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ୱେବିନାରର ବିଷୟବସ୍ତୁ ଜନତା, ଅର୍ଥନୀତି ଏବଂ ନବସୃଜନରେ ନିବେଶ ର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, ଯାହା ବିକାଶିତ ଭାରତ ପାଇଁ ରୋଡମ୍ୟାପକୁ ବ୍ୟାଖ୍ୟା କରେ। ସେ କହିଥିଲେ ଯେ ଚଳିତ ବର୍ଷର ବଜେଟ୍ ଏହି ବିଷୟବସ୍ତୁକୁ ବ୍ୟାପକ ସ୍ତରରେ ପ୍ରତିଫଳିତ କରୁଛି ଏବଂ ଭାରତର ଭବିଷ୍ୟତ ପାଇଁ ଏକ ବ୍ଲୁପ୍ରିଣ୍ଟ ଭାବେ କାର୍ଯ୍ୟ କରୁଛି। ଭିତ୍ତିଭୂମି, ଶିଳ୍ପ, ଲୋକ, ଅର୍ଥନୀତି ଏବଂ ନବସୃଜନ କ୍ଷେତ୍ରରେ ନିବେଶକୁ ସମାନ ପ୍ରାଥମିକତା ଦିଆଯାଇଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ଦେଶର ପ୍ରଗତି ପାଇଁ ସାମର୍ଥ୍ୟ ନିର୍ମାଣ ଏବଂ ପ୍ରତିଭାର ବିକାଶ ମୂଳଦୁଆ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ ସମସ୍ତ ଅଂଶୀଦାରମାନଙ୍କୁ ଆଗକୁ ବଢ଼ିବା ଏବଂ ବିକାଶର ପରବର୍ତ୍ତୀ ପର୍ଯ୍ୟାୟର ଆବଶ୍ୟକତା ଅନୁଯାୟୀ ଏହି କ୍ଷେତ୍ରରେ ଅଧିକ ନିବେଶ କରିବା ପାଇଁ ଅନୁରୋଧ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଦେଶର ଆର୍ଥିକ ସଫଳତା ପାଇଁ ଏହା ଅପରିହାର୍ଯ୍ୟ ଏବଂ ପ୍ରତ୍ୟେକ ସଙ୍ଗଠନର ସଫଳତାର ଆଧାରକୁ ଗଠନ କରିଥାଏ।

The Genome India Project marks a defining moment in the country's biotechnology landscape: PM

January 09th, 06:38 pm

PM Modi delivered his remarks at the start of the Genome India Project. “Genome India Project is an important milestone in the biotechnology revolution”, exclaimed Shri Modi. He noted that this project has successfully created a perse genetic resource by sequencing the genomes of 10,000 inpiduals from various populations.

ଜେନୋମଇଣ୍ଡିଆ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ

January 09th, 05:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ଜେନୋମଇଣ୍ଡିଆ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ନିଜର ମତାମତ ପ୍ରଦାନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ଆଜି ଭାରତ ଗବେଷଣା କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଜେନୋମଇଣ୍ଡିଆ ପ୍ରକଳ୍ପକୁ ୫ ବର୍ଷ ପୂର୍ବେ ମଞ୍ଜୁରୀ ମିଳିଥିଲା ଏବଂ ଆମର ବୈଜ୍ଞାନିକମାନେ କୋଭିଡ ମହାମାରୀ ଦ୍ୱାରା ସୃଷ୍ଟି ହୋଇଥିବା ଆହ୍ୱାନ ସତ୍ତ୍ୱେ କଠିନ ପରିଶ୍ରମ କରି ଏହି ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରିଛନ୍ତି। ଆଇଆଇଏସସି, ଆଇଆଇଟି, ସିଏସଆଇଆର ଏବଂ ଡିବିଟି-ବ୍ରିକ୍ ଭଳି ୨୦ରୁ ଅଧିକ ପ୍ରତିଷ୍ଠିତ ଗବେଷଣା ଅନୁଷ୍ଠାନ ଏହି ଗବେଷଣାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ବୋଲି ଶ୍ରୀ ମୋଦୀ କହିଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ୧୦,୦୦୦ ଭାରତୀୟଙ୍କ ଜେନୋମ ସିକ୍ୱେନ୍ସକୁ ନେଇ ତଥ୍ୟ ଏବେ ଇଣ୍ଡିଆନ ବାୟୋଲୋଜିକାଲ ଡାଟା ସେଣ୍ଟରରେ ଉପଲବ୍ଧ ଅଛି । ଏହି ପ୍ରକଳ୍ପ ବାୟୋଟେକ୍ନୋଲୋଜି ଗବେଷଣା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିବା ସହ ପ୍ରକଳ୍ପ ସହିତ ଜଡ଼ିତ ସମସ୍ତ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।

Serving the people of Andhra Pradesh is our commitment: PM Modi in Visakhapatnam

January 08th, 05:45 pm

PM Modi laid foundation stone, inaugurated development works worth over Rs. 2 lakh crore in Visakhapatnam, Andhra Pradesh. The Prime Minister emphasized that the development of Andhra Pradesh was the NDA Government's vision and serving the people of Andhra Pradesh was the Government's commitment.

ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 08th, 05:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଭଗବାନ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ମୋଦୀ କହିଛନ୍ତି ଯେ ୬୦ ବର୍ଷ ର ବ୍ୟବଧାନ ପରେ ଲୋକଙ୍କ ଆଶୀର୍ବାଦରେ ଦେଶରେ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ର ସରକାର ନିର୍ବାଚିତ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଗଠନ ପରେ ଆନ୍ଧ୍ରପ୍ରଦେଶରେ ସରକାରୀ ଭାବେ ଏହା ତାଙ୍କର ପ୍ରଥମ କାର୍ଯ୍ୟକ୍ରମ ଥିଲା। କାର୍ଯ୍ୟକ୍ରମ ପୂର୍ବରୁ ରୋଡ୍ ସୋ' ସମୟରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିବାରୁ ଶ୍ରୀ ମୋଦୀ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ତାଙ୍କ ଭାଷଣ ସମୟରେ ଶ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରତ୍ୟେକ ଶବ୍ଦ ଏବଂ ଭାବନାକୁ ସମ୍ମାନ କରନ୍ତି । ଆନ୍ଧ୍ରପ୍ରଦେଶ ଏବଂ ଭାରତର ଜନସାଧାରଣଙ୍କ ସମର୍ଥନରେ ଶ୍ରୀ ନାଇଡୁ ତାଙ୍କ ଅଭିଭାଷଣରେ ଉଲ୍ଲେଖ କରିଥିବା ସମସ୍ତ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ ।

ମ୍ୟାଲେରିଆ ବିରୋଧରେ ଚମତ୍କାର ବିଜୟ, ସ୍ୱାସ୍ଥ୍ୟସେବାରେ ବିପ୍ଳବ ଆଣିଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱ: ଜେପି ନଡ୍ଡା

December 16th, 10:06 am

ଭାରତ ମ୍ୟାଲେରିଆ ମାମଲାରେ ଉଲ୍ଲେଖନୀୟ 69 ହ୍ରାସ ହାସଲ କରିଛି, ଯାହା 2017 ରେ 6.4 ନିୟୁତ ଥିବା ବେଳେ 2023 ରେ ଏହା ମାତ୍ର 2 ନିୟୁତକୁ ଖସି ଆସିଛି - ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କେନ୍ଦ୍ରୀଭୂତ ନୀତି ଏବଂ ନେତୃତ୍ୱ ପାଇଁ ଏକ ବଡ଼ ସଫଳତା ହୋଇଛି । 2030 ସୁଦ୍ଧା ମ୍ୟାଲେରିଆକୁ ମୂଳୋତ୍ପାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୃହତ ଲକ୍ଷ୍ୟର ଏକ ଅଂଶ ହେଉଛି ଏହି ମାଇଲଖୁଣ୍ଟ, ଯାହା କି 2015 ପୂର୍ବ ଏସିଆ ଶିଖର ସମ୍ମିଳନୀରେ ଦିଆଯାଇଥିବା ପ୍ରତିଶ୍ରୁତି ।

Tribal society is the one that led the fight for centuries to protect India's culture and independence: PM Modi

November 15th, 11:20 am

PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.

ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 15th, 11:00 am

ଭାରତର ବିଭିନ୍ନ ଜିଲ୍ଲାରେ ଆଦିବାସୀ ଦିବସ ସମାରୋହରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମଗ୍ର ଭାରତବର୍ଷରୁ ଅଭାସୀ ମାଧ୍ୟମରେ ଯୋଗ ଦେଇଥିବା ଅଗଣିତ ଆଦିବାସୀ ଭାଇ ଭଉଣୀଙ୍କୁ ସେ ସ୍ୱାଗତ କରିଥିଲେ । କାର୍ତ୍ତିକ ପୂର୍ଣ୍ଣମୀ, ଦେବ ଦୀପାବଳି ଏବଂ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୫ତମ ଜୟନ୍ତୀ ପାଳନ କରାଯାଉଛି ବୋଲି ଶ୍ରୀ ମୋଦୀ ଆଜିର ଦିନକୁ ଅତ୍ୟନ୍ତ ପବିତ୍ର ଦିନ ବୋଲି ବର୍ଣ୍ଣନା କରିବା ସହ ଏଥିପାଇଁ ଭାରତବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଥିବାରୁ ଆଜି ନାଗରିକଙ୍କ ପାଇଁ ଏକ ଐତିହାସିକ ଦିନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଭାରତର ନାଗରିକ ଏବଂ ବିଶେଷ କରି ଆଦିବାସୀ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଜିର ଜନଜାତୀୟ ଗୌରବ ଦିବସର ପୂର୍ବସୂଚୀ ଭାବରେ ଜାମୁଇରେ ଗତ ୩ ଦିନ ମଧ୍ୟରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ସ୍ୱଚ୍ଛତା ଅଭିଯାନ ପାଇଁ ସେ ପ୍ରଶାସନ, ଜାମୁଇର ନାଗରିକ ଏବଂ ବିଶେଷ କରି ମହିଳା ମାନଙ୍କ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 13th, 11:00 am

ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍‌-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।