‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine

December 19th, 08:11 pm

PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.

ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 19th, 07:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱସ୍ତରୀୟ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ଗତ ତିନି ଦିନ ଧରି, ପାରମ୍ପରିକ ଔଷଧ କ୍ଷେତ୍ରରେ ବିଶ୍ୱର ବିଶେଷଜ୍ଞମାନେ ଗମ୍ଭୀର ଏବଂ ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ । ଏହି ଉଦ୍ଦେଶ୍ୟରେ ଭାରତ ଏକ ଦୃଢ଼ ମଞ୍ଚ ଭାବରେ କାର୍ଯ୍ୟ କରୁଥିବାରୁ ସେ ଖୁସି ପ୍ରକାଶ କରି ଏହି ପ୍ରକ୍ରିୟାରେ ‘ହୁ’ର ସକ୍ରିୟ ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ସମ୍ମିଳନୀର ସଫଳ ଆୟୋଜନ ପାଇଁ ହୁ, ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏବଂ ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଥିଲେ।

ନୂଆଦିଲ୍ଲୀରେ ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 12th, 04:54 pm

ଆଜି ବିଜ୍ଞାନ ଭବନ ଭାରତର ସୁବର୍ଣ୍ଣ ଅତୀତର ସାକ୍ଷୀ ଭାବରେ ଦଣ୍ଡାୟମାନ । କିଛି ଦିନ ପୂର୍ବରୁ ମୁଁ ଜ୍ଞାନ ଭାରତମ୍ ମିଶନର ଘୋଷଣା କରିଥିଲି। ଏବଂ ଆଜି ଏତେ କମ୍ ସମୟ ମଧ୍ୟରେ ଆମେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରୁଛୁ। ଏହା ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା କୌଣସି ସରକାରୀ କିମ୍ବା ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ନୁହେଁ; ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଗୁରୁତ୍ଵ ବହନ କରୁଛି । ହଜାର ହଜାର ପିଢ଼ିର ଚିନ୍ତାଧାରା, ଭାରତର ବିଶିଷ୍ଟ ଋଷି , ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଗବେଷଣା, ଆମର ପାରମ୍ପରିକ ଜ୍ଞାନ ପରମ୍ପରା, ଆମର ବୈଜ୍ଞାନିକ ଐତିହ୍ୟ, ଆମେ ଜ୍ଞାନ ଭାରତମ୍ ମିଶନ ମାଧ୍ୟମରେ ସେଗୁଡ଼ିକୁ ଡିଜିଟାଇଜେସନ୍ କରିବାକୁ ଯାଉଛୁ। ଏହି ମିଶନ ପାଇଁ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଜ୍ଞାନ ଭାରତମ୍ ର ସମଗ୍ର ଦଳକୁ ଏବଂ ସଂସ୍କୃତି ମନ୍ତ୍ରଣାଳୟକୁ ମଧ୍ୟ ଶୁଭେଚ୍ଛା ଜଣାଉଛି।

‘ଜ୍ଞାନ ଭାରତମ୍’ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 12th, 04:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ, ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ବିଜ୍ଞାନ ଭବନ ଆଜି ଭାରତର ସୁବର୍ଣ୍ଣ ଅତୀତର ପୁନରୁତ୍ଥାନର ସାକ୍ଷୀ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ମାତ୍ର କିଛି ଦିନ ପୂର୍ବରୁ ସେ ଜ୍ଞାନ ଭାରତମ୍ ମିଶନ ଘୋଷଣା କରିଥିଲେ ଏବଂ ଏତେ କମ୍ ସମୟ ମଧ୍ୟରେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଶ୍ରୀ ମୋଦୀ ସୂଚନା ଦେଇଥିଲେ ଯେ, ଏହି ମିଶନ ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହା ଏକ ସରକାରୀ କିମ୍ବା ଏକାଡେମିକ୍ କାର୍ଯ୍ୟକ୍ରମ ନୁହେଁ ଦର୍ଶାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଘୋଷଣାରେ ପରିଣତ ହେବାକୁ ଯାଉଛି। ସେ ହଜାର ହଜାର ପିଢ଼ିର ଚିନ୍ତନଶୀଳ ପରମ୍ପରା ଉପରେ ଆଲୋକପାତ କରିଥିଲେ। ଭାରତର ଜ୍ଞାନ, ପରମ୍ପରା ଏବଂ ବୈଜ୍ଞାନିକ ଐତିହ୍ୟକୁ ରେଖାଙ୍କିତ କରି ସେ ଭାରତର ମହାନ ଋଷି, ଆଚାର୍ଯ୍ୟ ଏବଂ ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଅନୁସନ୍ଧାନକୁ ସ୍ୱୀକାର କରିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଜ୍ଞାନ ଭାରତମ୍ ମିଶନ ଜରିଆରେ ଏହି ଐତିହ୍ୟଗୁଡ଼ିକର ଡିଜିଟାଇଜେସନ୍ କରାଯାଉଛି। ଏହି ଅଭିଯାନ ପାଇଁ ସେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସମଗ୍ର ଜ୍ଞାନ ଭାରତମ୍ ଦଳ ତଥା ସଂସ୍କୃତି ମନ୍ତ୍ରଣାଳୟକୁ ଶୁଭେଚ୍ଛା ଜଣାଇଥିଲେ।