ରୋଜଗାର ମେଳାରେ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

May 22nd, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ମଇ ୨୦୨୬ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ରୋଜଗାର ମେଳାରେ ଯୋଗଦେଇ ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ନବନିଯୁକ୍ତ ଯୁବକ-ଯୁବତୀମାନଙ୍କୁ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।

“କେରଳ”ର ନାମ ପରିବର୍ତ୍ତନ କରି “କେରଳମ” କରିବା ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

February 24th, 03:20 pm

କେନ୍ଦ୍ର କ୍ୟାବିନେଟର ଅନୁମୋଦନ ପରେ, ରାଷ୍ଟ୍ରପତି ଭାରତୀୟ ସମ୍ବିଧାନର ଧାରା ୩ର ସର୍ତ୍ତାବଳୀ ଅନୁଯାୟୀ ନିଜର ମତାମତ ପ୍ରକାଶ କରିବା ପାଇଁ କେରଳ (ନାମ ପରିବର୍ତ୍ତନ) ବିଲ୍, ୨୦୨୬ ନାମକ ବିଧେୟକକୁ କେରଳ ରାଜ୍ୟ ବିଧାନସଭାକୁ ପଠାଇବେ। କେରଳ ରାଜ୍ୟ ବିଧାନସଭାର ମତାମତ ଗ୍ରହଣ କରିବା ପରେ, ଭାରତ ସରକାର ପରବର୍ତ୍ତୀ ପଦକ୍ଷେପ ନେବେ ଏବଂ ସଂସଦରେ ‘କେରଳ’ ରାଜ୍ୟର ନାମ ‘କେରଳମ’ କରିବା ପାଇଁ କେରଳ (ନାମ ପରିବର୍ତ୍ତନ) ବିଲ୍, 2026 ଆଗତ କରିବା ପାଇଁ ରାଷ୍ଟ୍ରପତିଙ୍କ ସୁପାରିସ ଗ୍ରହଣ କରାଯିବ।

Prime Minister Narendra Modi to distribute over 61,000 appointment letters under Rozgar Mela

January 23rd, 05:46 pm

PM Modi will distribute more than 61,000 appointment letters to newly appointed youth at the 18th Rozgar Mela on 24th January, 2026. Since its inception, more than 11 lakh recruitment letters have been issued through Rozgar Melas organised across the country. It is a key initiative aimed at translating the vision of employment generation into action.

ସଶସ୍ତ୍ର ସୀମା ବଳର ପ୍ରତିଷ୍ଠା ଦିବସରେ ଯବାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 20th, 11:29 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଶସ୍ତ୍ର ସୀମା ବଳର ପ୍ରତିଷ୍ଠା ଦିବସରେ ତାଙ୍କ ସହିତ ଜଡିତ ସମସ୍ତ ଯବାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 04th, 05:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୬ ଅଗଷ୍ଟ ପ୍ରାୟ ୧୨.୧୫ ସମୟରେ ଦିଲ୍ଲୀର କର୍ତ୍ତବ୍ୟ ପଥସ୍ଥିତ କର୍ତ୍ତବ୍ୟ ଭବନ ପରିଦର୍ଶନ କରି ଏହାର ଉଦଘାଟନ କରିବେ। ଏହା ପରେ ସନ୍ଧ୍ୟା ପ୍ରାୟ ୬.୩୦ ସମୟରେ ସେ କର୍ତ୍ତବ୍ୟ ପଥଠାରେ ଏକ ସାଧାରଣ କାର୍ଯ୍ୟକ୍ରମରେ ସମ୍ବୋଧିତ କରିବେ।

ଭାରତ ସରକାରଙ୍କ ସଚିବମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ ମୋଦୀ

May 08th, 02:17 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗର ସଚିବମାନଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ସାମ୍ପ୍ରତିକ ଘଟଣାକ୍ରମକୁ ଦୃଷ୍ଟିରେ ରଖି ବୈଠକରେ ଜାତୀୟ ପ୍ରସ୍ତୁତି ଏବଂ ଆନ୍ତଃମନ୍ତ୍ରିସ୍ତରୀୟ ସମନ୍ୱୟର ସମୀକ୍ଷା କରାଯାଇଛି ।

"ତିନୋଟି ନୂତନ ଅପରାଧିକ ଆଇନ"ର ସଫଳ ରୂପାୟନକୁ ଦେଶକୁ ସମର୍ପଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 03rd, 12:15 pm

ଚଣ୍ଡିଗଡ଼ ଆସିବା ପରେ ମୋତେ ଲାଗୁଛି ମୁଁ ମୋ ପ୍ରିୟଜନଙ୍କ ମଧ୍ୟକୁ ଆସିଯାଇଛି । ଚଣ୍ଡିଗଡ଼ର ପରିଚୟ ଶକ୍ତି-ସ୍ୱରୂପା ମାଚଣ୍ଡିକାଙ୍କ ନାମ ସହିତ ଯୋଡି ହୋଇଛି । ମା’ଚଣ୍ଡି, ଅର୍ଥାତ୍ ଶକ୍ତିର ସେହି ସ୍ୱରୂପ ଯାହା ଦ୍ୱାରା ସତ୍ୟ ଓ ନ୍ୟାୟ ପ୍ରତିଷ୍ଠିତ ହୋଇଥାଏ । ଏହା ଭାବନା ଭାରତୀୟ ନ୍ୟାୟ ସଂହିତା, ନାଗରିକ ସୁରକ୍ଷା ସଂହିତାର ସମ୍ପୂର୍ଣ୍ଣ ପ୍ରାରୁପର ଆଧାର ମଧ୍ୟ ଅଟେ । ବିକଶିତ ଭାରତର ସଂକଳ୍ପ ନେଇ ଏମିତି ସମୟରେ ଦେଶ ଆଗକୁ ବଢ଼ୁଛି, ଯେତେବେଳେ ବେଳେ ସମ୍ବିଧାନର ୭୫ ବର୍ଷ ବିତିଗଲାଣି... ତା'ପରେ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା ପ୍ରଭାବ ଆରମ୍ଭ ହେବା, ତାହାର ପ୍ରଭାବରେ ଆସିବା ଏହା ଏକ ବହୁତ ବଡ ପ୍ରାରମ୍ଭ । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ରେ ପରିକଳ୍ପନା କରାଯାଇଥିବା ଆଦର୍ଶକୁ ପୂରଣ କରିବା ପାଇଁ ଏହା ଏକ ସମନ୍ୱିତ ପ୍ରୟାସ । ଏହି ଆଇନଗୁଡ଼ିକ କିପରି କାର୍ଯ୍ୟକାରୀ ହେବ ତାହାର ଲାଇଭ୍ ଡେମୋ ଦେଖୁଥିଲି। ଏବଂ ମୁଁ ଏଠାରେ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ସେମାନେ ସମୟ ବାହାର କରନ୍ତୁ ଏବଂ ଏହି ଲାଇଭ୍ ଡେମୋକୁ ନିଶ୍ଚିତ ଦେଖନ୍ତୁ । ଆଇନର ଛାତ୍ରଛାତ୍ରୀମାନେ, ବାରର ସାଥିମାନେ ଦେଖନ୍ତୁ, ନ୍ୟାୟପାଳିକାର ସାଥିମାନଙ୍କୁ ଯଦି ସୁବିଧା ହେବ, ସେମାନେ ମଧ୍ୟ ଦେଖନ୍ତୁ, ଏହି ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଭାରତୀୟ ନ୍ୟାୟ ସଂହିତା, ନାଗରିକ ସଂହିତାର ଲାଗୁ ହେବା ପାଇଁ ଶୁଭେଚ୍ଛା ଜଣାଉଛି। ଏବଂ ମୁଁ ଚଣ୍ଡିଗଡ଼ ପ୍ରଶାସନ ସହ ଜଡିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।

ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 03rd, 11:47 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚଣ୍ଡିଗଡ଼ଠାରେ ତିନୋଟି ରୂପାନ୍ତରିତ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସମବେତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଚଣ୍ଡିଗଡ଼ର ପରିଚୟ ଦେବୀ ମା' ଚଣ୍ଡୀଙ୍କ ସହ ଜଡ଼ିତ, ଯିଏ ସତ୍ୟ ଓ ନ୍ୟାୟ ପ୍ରତିଷ୍ଠା କରୁଥିବା ଶକ୍ତିର ଏକ ରୂପ । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମାନ ଦର୍ଶନ ଭାରତୀୟ ନ୍ୟାୟ ସଂହିତା ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ସମଗ୍ର ଫର୍ମାଟର ଆଧାର ଥିଲା । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତୀୟ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରୀ ହେବା ଏକ ଚମତ୍କାର ମୁହୂର୍ତ୍ତ, କାରଣ ଦେଶ ବିକଶିତ ଭାରତର ସଂକଳ୍ପ ସହିତ ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଗକୁ ବଢ଼ିବାର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ରହିଛି । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ଯେଉଁ ଆଦର୍ଶର ପରିକଳ୍ପନା କରିଛି ତାହାକୁ ପୂରଣ କରିବା ଦିଗରେ ଏହା ଏକ ଠୋସ୍ ପ୍ରୟାସ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହାର ସିଧା ପ୍ରଦର୍ଶନ ଦ୍ୱାରା କିପରି ଆଇନ କାର୍ଯ୍ୟକାରୀ ହେବ ତାହାର ଝଲକ ସେ ନିକଟରେ ପାଇଛନ୍ତି। ଏହି ଆଇନର ସିଧା ପ୍ରଦର୍ଶନ ପରିଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନ ଅବସରରେ ସେ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଚଣ୍ଡିଗଡ଼ ପ୍ରଶାସନର ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ

November 29th, 09:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।

PM reviews preparedness for cyclone “Remal”

May 26th, 09:20 pm

Prime Minister Shri Narendra Modi chaired a meeting to review the preparedness for cyclone “Remal” over North Bay of Bengal at his residence at 7, Lok Kalyan Marg earlier today.

ରୋଜଗାର ମେଳାରେ ବଣ୍ଟାହେବ ୫୧ହଜାର ନିଯୁକ୍ତିପତ୍ର

October 27th, 03:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ଅକ୍ଟୋବର ୨୮ତାରିଖ ଅପରାହ୍ନ ଗୋଟାଏ ବେଳେ ୫୧ହଜାରରୁ ଅଧିକ ନିଯୁକ୍ତିପତ୍ର ନବନିଯୁକ୍ତମାନଙ୍କୁ ଆଭାସୀ ମାଧ୍ୟମରେ ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ନିଜର ଅଭିଭାଷଣ ରଖିବେ ।

2023 ରୁ 2027 ପର୍ଯ୍ୟନ୍ତ ନୂତନତା, ସମନ୍ବିତକରଣ ଏବଂ ସ୍ଥାୟୀତ୍ବ 2.0 (CITIIS 2.0) କୁ ବଜାୟ ରଖିବା ପାଇଁ ସହର ନିବେଶକୁ କ୍ୟାବିନେଟ୍ ମଞ୍ଜୁରି

May 31st, 09:21 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ଇନୋଭେଟ୍, ଇଣ୍ଟିଗ୍ରେଟ୍ ଏବଂ ସଷ୍ଟେନ 2.0 (ସିଟିସ୍ 2.0) ପାଇଁ ସହର ନିବେଶକୁ ମଞ୍ଜୁରି ପ୍ରଦାନ କରିଛି। ସିଟିସ୍ 2.0 ହେଉଛି ଏକ କାର୍ଯ୍ୟକ୍ରମ ଯାହାକି ଗୃହ ଏବଂ ନଗର ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ) ଦ୍ୱାରା ଫ୍ରେଞ୍ଚ ଡେଭଲପମେଣ୍ଟ ଏଜେନ୍ସି (ଏଏଫଡି), କ୍ରେଡିଟାନଷ୍ଟାଲ୍ଟ ଫୁର ୱିଡେରାଫବାଉ (କେଏଫଡବ୍ଲୁ), ୟୁରୋପୀୟ ୟୁନିଅନ (ଇୟୁ) ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଅର୍ବାନ୍ ଆଫେୟାର୍ସ (ଏନଆଇୟୁଏ) ଙ୍କ ସହଭାଗିତାରେ ଏକ କାର୍ଯ୍ୟକ୍ରମ ଅଟେ ) ଏହି କାର୍ଯ୍ୟକ୍ରମ ଚାରି ବର୍ଷ ପାଇଁ ଯଥା 2023 ରୁ 2027 ପର୍ଯ୍ୟନ୍ତ ଚାଲୁ ରହିବ।

ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା “ତାଉତେ” ପାଇଁ ପ୍ରସ୍ତୁତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠ

May 15th, 06:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ତଥା ଏଜେନ୍ସିମାନଙ୍କ ସହିତ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ସାମୁଦ୍ରିକ ଘୂର୍ଣ୍ଣବାତ୍ୟା “ତାଉତେ”ର ଉପଯୁକ୍ତ ମୁକାବିଲା ସକାଶେ ସମ୍ଭାବ୍ୟ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ 36ତମ ପ୍ରଗତି ବୈଠକ ଅନୁଷ୍ଠିତ

February 24th, 07:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି 36ତମ ପ୍ରଗତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ 10ଟି ପ୍ରସଙ୍ଗର ସମୀକ୍ଷା କରାଯାଇଥିଲା, ଯେଉଁଥିରେ 8ଟି ପ୍ରକଳ୍ପ ସହିତ ଗୋଟିଏ ଯୋଜନା ଓ ଗୋଟିଏ କାର୍ଯ୍ୟକ୍ରମ ସଂକ୍ରାନ୍ତ ଅଭିଯୋଗ ସାମିଲ ରହିଥିଲା। ଆଠଟି ପ୍ରକଳ୍ପ ମଧ୍ୟରୁ ତିନୋଟି ପ୍ରକଳ୍ପ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଅନ୍ତର୍ଭୂକ୍ତ ଥିବା ବେଳେ ଦୁଇଟି ରେଳ ମନ୍ତ୍ରଣାଳୟର ଥିଲା। ସେହିପରି ଶକ୍ତି, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଗୃହ ମନ୍ତ୍ରଣାଳୟ ସହ ଜଡ଼ିତ ଗୋଟିଏ ଲେଖାଏଁ ପ୍ରକଳ୍ପ ରହିଥିଲା।

PM reviews Vishakhapatnam Gas Leak Incident

May 07th, 06:35 pm

PM Modi chaired a high-level meeting to take stock of the steps being taken in response to the Vishakhapatnam gas leak incident. He discussed at length the measures being taken for the safety of the affected people as well as for securing the site affected by the disaster.

Cabinet Secretary reviews the preventive measures on “Novel Coronavirus” outbreak

January 27th, 07:32 pm

Cabinet Secretary today (27.1.2020) reviewed the situation arising out of “Novel Coronavirus” outbreak in China.

ପ୍ରଯୁକ୍ତି ପ୍ରଦର୍ଶନୀ ସ୍ଥଳ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

October 31st, 02:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟରେ କେୱଡ଼ିଆଠାରେ ଏକ ପ୍ରଯୁକ୍ତି ପ୍ରଦର୍ଶନୀ ସ୍ଥଳର ଉଦଘାଟନ କରିଛନ୍ତି ।

ଦେଶର କିଛି ଭାଗରେ ଗୁଣ୍ଡାଗିରିକୁ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ ନିନ୍ଦା;

March 07th, 10:44 am

ଦେଶର କେତେକ ଭାଗରେ ସମ୍ପ୍ରତି ଦେଖାଦେଇଥିବା ଗୁଣ୍ଡାଗିରିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ ନିନ୍ଦା କରିଛନ୍ତି ଏବଂ କହିଛନ୍ତି ଯେ ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଦେଶର କେତେକ ଭାଗରେ ପ୍ରତିମୂର୍ତ୍ତୀ ଭଙ୍ଗାଯିବା ଘଟଣା ଦୃଷ୍ଟିକୁ ଆସିଛି । ଏ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ’ଙ୍କ ସହ ଆଲୋଚନା କରି ଏହି ଘଟଣାବଳିକୁ ଦୃଢ଼ ନିନ୍ଦା କରିଛନ୍ତି । ସ୍ଵରାଷ୍ଟ୍ର ମନ୍ତ୍ରଣାଳୟ ଏହି ଗୁଣ୍ଡାଗିରିକୁ ଗୁରୁତର ଭାବେ ଗ୍ରହଣ କରିଛି ଏବଂ ଏପରି ଘଟଣାକୁ ରୋକିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ନେଇ ସଂପୃକ୍ତ ରାଜ୍ୟମାନଙ୍କୁ କହିଛି । ଏପରି ଘଟଣାରେ ସଂପୃକ୍ତ ବ୍ୟକ୍ତିମାନଙ୍କୁ ଦୃଢ଼ ଭାବେ ଦମନ କରାଯିବା ଏବଂ ଆଇନ ଅନୁଯାୟୀ ଦଣ୍ଡ ବିଧାନ କରାଯିବା ଆବଶ୍ୟକ ବୋଲି କୁହାଯାଇଛି ।