ରୋଜଗାର ମେଳା ଅନ୍ତର୍ଗତ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:15 am
ଆଜି ଦେଶବ୍ୟାପୀ ହଜାର ହଜାର ଯୁବକ ଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ।ଆଜି ୫୧ ହଜାରରୁ ଅଧିକ ଯୁବକ-ଯୁବତୀ ସରକାରୀ ଚାକିରିର ନିଯୁକ୍ତିପତ୍ର ପାଇଛନ୍ତି। ଆଜି, ଆପଣମାନେ ସମସ୍ତେ ଦେଶର ବିକାଶ ଯାତ୍ରାରେ ଗୁରୁତ୍ୱପୂର୍ଣ୍ଣ ଏବଂ ଦାୟିତ୍ବପୂର୍ଣ୍ଣ ଅଂଶୀଦାର ହେବାକୁ ଯାଉଛନ୍ତି। ଆପଣମାନେ ରେଳବାଇ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଆହୁରି ଅନେକ କ୍ଷେତ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ଏକ ବିକଶିତ ଭାରତ ପାଇଁ ସଂକଳ୍ପ ପୂରଣ କରିବାରେ ଆପଣମାନେ ସମସ୍ତେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।ରୋଜଗାର ମେଳା ଅବସରରେ ନବନିଯୁକ୍ତ ୫୧,୦୦୦ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 11:00 am
୧୯ତମ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଏବଂ ପ୍ରତିଷ୍ଠାନରେ ନୂଆକରି ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧିତ କରି ସେ ଏହି ଅବସରକୁ ସାରା ଦେଶର ହଜାର ହଜାର ଯୁବକଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କହିଥିଲେ। ସରକାରୀ ସେବାରେ ନୂତନ ପ୍ରବେଶକାରୀଙ୍କୁ ସ୍ୱାଗତ କରି, ସେ ରେଳ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ସମେତ ଭାରତର ବିକାଶରେ ସେମାନଙ୍କର ଆଗାମୀ ଅବଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ବର୍ଷଗୁଡ଼ିକରେ, ଆପଣମାନେ ସମସ୍ତେ ଏକ ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ, ଶ୍ରୀ ମୋଦୀ ଆଶା ପ୍ରକାଶ କରିଥିଲେ।ରୋଜଗାର ମେଳାରେ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
May 22nd, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ମଇ ୨୦୨୬ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ରୋଜଗାର ମେଳାରେ ଯୋଗଦେଇ ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ନବନିଯୁକ୍ତ ଯୁବକ-ଯୁବତୀମାନଙ୍କୁ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।ସେବା ସଂକଳ୍ପ ପ୍ରସ୍ତାବ
February 24th, 04:53 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ, କେନ୍ଦ୍ର କ୍ୟାବିନେଟର ଐତିହାସିକ ପ୍ରଥମ ବୈଠକ ପ୍ରଧାନମନ୍ତ୍ରୀଙ୍କ ନୂତନ କାର୍ଯ୍ୟାଳୟ 'ସେବା ତୀର୍ଥ'ରେ ଆୟୋଜନ କରାଯାଉଛି।ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 24th, 11:20 am
ଏଥର ଆଲୋକର ପର୍ବ ଦୀପାବଳି ଆପଣ ସମସ୍ତଙ୍କ ଜୀବନରେ ନୂଆ ଆଲୋକ ଆଣିଛି। ଉତ୍ସବ ମଧ୍ୟରେ ସ୍ଥାୟୀ ଚାକିରି ପାଇଁ ନିଯୁକ୍ତି ପତ୍ର ପାଇବା, ଅର୍ଥାତ୍ ଉତ୍ସବର ଆନନ୍ଦ ଏବଂ ସଫଳତାର ଦ୍ୱିଗୁଣିତ ଖୁସି, ଏହି ଖୁସି ଆଜି ଦେଶର 51 ହଜାରରୁ ଅଧିକ ଯୁବକମାନଙ୍କୁ ମିଳିଛି। ମୁଁ ଅନୁଭବ କରିପାରୁଛି , ଆପଣ ସମସ୍ତଙ୍କ ପରିବାରରେ କେତେ ଖୁସି ଥିବ। ମୁଁ ଆପଣ ସମସ୍ତଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୀବନର ଏହି ନୂତନ ଆରମ୍ଭ ପାଇଁ ମୁଁ ମୋର ଶୁଭକାମନା ଜଣାଉଛି।ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧନ କରିଛନ୍ତି । ନିଜର ଏହି ସମ୍ବୋଧନରେ ସେ କହିଥିଲେ ଯେ, ଚଳିତ ବର୍ଷର ଦୀପାବଳି ସମସ୍ତଙ୍କ ଜୀବନକୁ ଆଲୋକିତ କରିଛି । ପାର୍ବଣର ଆନନ୍ଦ ମଧ୍ୟରେ ସ୍ଥାୟୀ ନିଯୁକ୍ତି ପାଇଁ ନିଯୁକ୍ତିପତ୍ର ପାଇବା ଏହି ଆନନ୍ଦକୁ ଦ୍ବିଗୁଣିତ କରିଛି – ଅର୍ଥାତ୍ ଉଭୟ ପାର୍ବଣ ଓ ନିଯୁକ୍ତି ସଫଳତାର ଆନନ୍ଦ । ଏହି ଆନନ୍ଦ ଆଜି ଦେଶର ୫୧ ହଜାର ଯୁବକଯୁବତୀଙ୍କ ନିକଟରେ ପହଞ୍ଚିଛି ଏବଂ ସେମାନଙ୍କ ପରିବାର ପାଇଁ ଅପାର ଆନନ୍ଦ ଆଣିଦେଇଛି । ଜୀବନରେ ନୂତନ ଆରମ୍ଭ ଲାଗି ପ୍ରଧାନମନ୍ତ୍ରୀ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ମରିସସ୍ର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତର ଫଳାଫଳ
September 11th, 02:10 pm
ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଓ ମରିସସ୍ର ଟର୍ସିଆରି ଶିକ୍ଷା, ବିଜ୍ଞାନ ଓ ଗବେଷଣା ମନ୍ତ୍ରାଳୟ ମଧ୍ୟରେ ବୁଝାମଣାପତ୍ରମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 12:30 pm
ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।କର୍ଣ୍ଣାଟକର ବେଙ୍ଗଲୁରରେ ବିଭିନ୍ନ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 01:30 pm
କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାଓ୍ୱରଚନ୍ଦ ଗହଲୋଟ ଜୀ, ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜୀ, କେନ୍ଦ୍ରରେ ମୋର ସହଯୋଗୀ ମନୋହରଲାଲ ଖଟ୍ଟର ଜୀ, ଏଚ୍ ଡି କୁମାରସ୍ୱାମୀ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ବି. ସୋମନ୍ନା ଜୀ, ସୁଶ୍ରୀ ଶୋଭା ଜୀ, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଜୀ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀ ବି.ସୁରେଶ ଜୀ, ବିରୋଧୀ ଦଳ ନେତା ଆର୍. ଅଶୋକ ଜୀ, ସାଂସଦ ତେଜସ୍ୱୀ ସୂର୍ଯ୍ୟା ଜୀ, ଡାକ୍ତର ମଂଜୁନାଥ ଜୀ, ଏମଏଲଏ ବିଜୟେନ୍ଦ୍ର ୟେଡିୟୁରପ୍ପା ଜୀ ଓ କର୍ଣ୍ଣାଟକର ମୋର ଭାଇ ଓ ଭଉଣୀମାନେ,କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୨୨,୮୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 10th, 01:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ପ୍ରାୟ ୭,୧୬୦ କୋଟି ଟଙ୍କା ମୂଲ୍ୟର ବାଙ୍ଗାଲୋର ମେଟ୍ରୋର ୟେଲୋ ଲାଇନର ଉଦଘାଟନ କରିଛନ୍ତି ଏବଂ ୧୫୬୧୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବାଙ୍ଗାଲୋର ମେଟ୍ରୋ ପର୍ଯ୍ୟାୟ - ୩ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେ ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ, , କର୍ଣ୍ଣାଟକର ଭୂମିରେ ପାଦ ଦେବା ପରେ ଏହି ସ୍ଥାନରେ ସେ ଆପଣାର ଭାବନାକୁ ଅନୁଭବ କରିଥିଲେ। କର୍ଣ୍ଣାଟକ ସଂସ୍କୃତିର ସମୃଦ୍ଧି, ଏହାର ଲୋକଙ୍କ ସ୍ନେହ ଏବଂ କନ୍ନଡ ଭାଷାର ମଧୁରତା, ଯାହା ହୃଦୟକୁ ଗଭୀର ଭାବରେ ସ୍ପର୍ଶ କରେ, ସେସବୁ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ବେଙ୍ଗାଲୁରୁର ଅଧିଷ୍ଠାତ୍ରୀ ଦେବୀ ଆନ୍ନାମ୍ମା ଥାଇଙ୍କ ଚରଣରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଶହ ଶହ ବର୍ଷ ପୂର୍ବେ ନାଦପ୍ରଭୁ କେମ୍ପେଗୌଡ଼ା ବେଙ୍ଗାଲୁରୁ ସହରର ମୂଳଦୁଆ ସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କେମ୍ପେଗୌଡ଼ା ପରମ୍ପରାକୁ ମୂଳରେ ରଖି ଏକ ସହରର କଳ୍ପନା କରିଥିଲେ ଏବଂ ପ୍ରଗତିର ନୂତନ ଶିଖରରେ ପହଞ୍ଚିଥିଲେ। ବେଙ୍ଗାଲୁରୁ ସର୍ବଦା ସେହି ଭାବନାକୁ ବଞ୍ଚାଇ ରଖିଛି ଏବଂ ଏହାକୁ ସଂରକ୍ଷଣ କରିଆସିଛି ଏବଂ ଆଜି, ବେଙ୍ଗାଲୁରୁ ସେହି ସ୍ୱପ୍ନକୁ ସାକାର କରୁଛି,ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କର୍ତ୍ତବ୍ୟ ଭବନର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 06th, 07:00 pm
କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସହଯୋଗୀଗଣ, ଉପସ୍ଥିତ ମାନ୍ୟବର ସାଂସଦଗଣ, ସରକାରଙ୍କ ସମସ୍ତ କର୍ମଚାରୀଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ଭଦ୍ରବ୍ୟକ୍ତିଗଣ!ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 06th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ-୩ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି, ଅଗଷ୍ଟ ମାସ ହେଉଛି ବିପ୍ଳବର ମାସ। ଅଗଷ୍ଟ ୧୫ ତାରିଖ ପୂର୍ବରୁ ଆଉ ଏକ ଐତିହାସିକ ମାଇଲଖୁଣ୍ଟ ଆସିଛି। ଭାରତ ଏକ ଆଧୁନିକ ଭାରତ ଗଠନ ସହିତ ଜଡିତ ଅନେକ ପ୍ରମୁଖ ସଫଳତାକୁ ଦେଖୁଛି। ନୂଆଦିଲ୍ଲୀ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ ନିକଟରେ ହୋଇଥିବା ଭିତ୍ତିଭୂମି ସମ୍ବନ୍ଧୀୟ ସ୍ଥାନଗୁଡ଼ିକର ତାଲିକା ଦେଇଥିଲେ। କର୍ତ୍ତବ୍ୟ ପଥ, ନୂତନ ସଂସଦ ଭବନ, ନୂତନ ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ, ଭାରତ ମଣ୍ଡପମ୍, ଯଶୋଭୂମି, ସହିଦମାନଙ୍କ ପାଇଁ ଉତ୍ସର୍ଗୀକୃତ ଜାତୀୟ ଯୁଦ୍ଧ ସ୍ମାରକୀ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଏବଂ ବର୍ତ୍ତମାନର କର୍ତ୍ତବ୍ୟ ଭବନ ବିଷୟରେ ସେ କହିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଏଗୁଡ଼ିକ କେବଳ ନୂତନ କୋଠା କିମ୍ବା ନିୟମିତ ଭିତ୍ତିଭୂମି ନୁହେଁ । ଅମୃତ କାଳରେ, ଏକ ବିକଶିତ ଭାରତକୁ ଗଢ଼ି ତୋଳିବା ପାଇଁ ନୀତିଗୁଡ଼ିକ ଏହି ଢାଞ୍ଚାଗୁଡ଼ିକରେ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ଦଶନ୍ଧିରେ ଦେଶର ଗତିପଥ ଏହି ଅନୁଷ୍ଠାନଗୁଡ଼ିକରୁ ସ୍ଥିର କରାଯିବ। ସେ କର୍ତ୍ତବ୍ୟ ଭବନର ଉଦ୍ଘାଟନରେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏହାର ନିର୍ମାଣରେ ସମ୍ପୃକ୍ତ ଥିବା ଇଞ୍ଜିନିୟର ଏବଂ ଶ୍ରମଜୀବୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।୧୨ ଜୁଲାଇ, ୨୦୨୫ରେ ରୋଜଗାର ମେଳା ଅନ୍ତର୍ଗତ ସରକାରୀ ବିଭାଗରେ ନବନିଯୁକ୍ତଙ୍କୁ ୫୧ ହଜାର ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
July 11th, 11:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଜୁଲାଇ, ୨୦୨୫ରେ ପୂର୍ବାହ୍ନ ପ୍ରାୟ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଓ ସଙ୍ଗଠନରେ ନବନିଯୁକ୍ତ ୫୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବିତରଣ କରିବେ । ଏହି ଅବସରରେ ସେ ନବନିଯୁକ୍ତଙ୍କୁ ସମ୍ବୋଧିତ କରିବେ ।Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela
April 26th, 11:23 am
PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।In the past 10 years, India has moved beyond incremental change to witness impactful transformation: PM Modi on Civil Services Day
April 21st, 11:30 am
PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
April 21st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 23rd, 11:00 am
ଗତକାଲି ବିଳମ୍ବିତ ରାତିରେ ମୁଁ କୁଏତରୁ ଫେରିଥିଲି। ସେଠାରେ ମୁଁ ଭାରତର ଯୁବକ ଏବଂ ବୃତ୍ତିଜୀବୀମାନଙ୍କୁ ଭେଟିଲି, ଅନେକ କଥା ବାର୍ତ୍ତା ହୋଇଥିଲା । ଏବେ ଏଠାକୁ ଆସିବା ପରେ ଦେଶର ଯୁବପିଢ଼ିଙ୍କ ସହ ମୋର ପ୍ରଥମ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହା ଏକ ବହୁତ ଖୁସିର କଥା। ଆଜି ଦେଶର ହଜାର ହଜାର ଯୁବପିଢ଼ିଙ୍କ ପାଇଁ ଜୀବନର ଏକ ନୂଆ ଆରମ୍ଭ ହେଉଛି। ଆପଣଙ୍କର ବର୍ଷ ବର୍ଷର ସ୍ୱପ୍ନ ପୂରଣ ହୋଇଛି, ବର୍ଷ ବର୍ଷର କଠିନ ପରିଶ୍ରମ ସଫଳ ହୋଇଛି । ୨୦୨୪ର ଏହି ଅତିବାହିତ ବର୍ଷ ଆପଣଙ୍କୁ ଏବଂ ଆପଣଙ୍କ ପରିବାର ସଦସ୍ୟଙ୍କୁ ନୂଆ ଖୁସି ଦେବାକୁ ଯାଉଛି । ମୁଁ ସମସ୍ତ ଯୁବକମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ରୋଜଗାର ମେଳା ଅଧୀନରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ସଂସ୍ଥାରେ ନବନିଯୁକ୍ତ କର୍ମଚାରୀଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ଯୁବକଯୁବତୀମାନଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣ ଓ ଆତ୍ମ-ସଶକ୍ତୀକରଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।ଡିସେମ୍ବର ୨୩ରେ ରୋଜଗାର ମେଳା ଅବସରରେ ୭୧ ହଜାରରୁ ଊର୍ଦ୍ଧ୍ବ ନିଯୁକ୍ତି ପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
December 22nd, 09:48 am
ଭିଡିଓ କନଫରେନ୍ସିଂ ଯୋଗେ ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ନ ପ୍ରାୟ ସାଢେ ୧୦ଟା ବେଳକୁ ୭୧ ହଜାରରୁ ଊର୍ଦ୍ଧ୍ଵ ନିଯୁକ୍ତି ପତ୍ର ବଂଟନ କରିବେ । ରୋଜଗାର ମେଳା ଅବସରରେ ତାଙ୍କର ଉଦବୋଧନ ଦେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।