ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୯ତମ ସ୍ୱାଧୀନତା ଦିବସ ଅଭିଭାଷଣ : ବିକଶିତ ଭାରତ ୨୦୪୭ ପାଇଁ ଏକ ଦୂରଦୃଷ୍ଟି

August 15th, 11:58 am

୭୯ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ ତାଙ୍କର ଦୀର୍ଘତମ ଏବଂ ନିର୍ଣ୍ଣାୟକ ଅଭିଭାଷଣ ପ୍ରଦାନ କରିଥିଲେ, ଯାହା ୧୦୩ ମିନିଟ ପର୍ଯ୍ୟନ୍ତ ଚାଲିଥିଲା ଏବଂ ୨୦୪୭ ମସିହା ସୁଦ୍ଧା ଏକ ସମୃଦ୍ଧ ଭାରତ ପାଇଁ ଏକ ସାହସିକ ରୋଡମ୍ୟାପ ପ୍ରସ୍ତୁତ କରିଥିଲା। ଆତ୍ମନିର୍ଭରଶୀଳତା, ନବସୃଜନ ଏବଂ ନାଗରିକ ସଶକ୍ତିକରଣ ଉପରେ ତୀକ୍ଷ୍ଣ ଧ୍ୟାନ ଦେଇ ପ୍ରଧାନମନ୍ତ୍ରୀ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ରାଷ୍ଟ୍ରରୁ ବିଶ୍ୱ ସ୍ତରରେ ଆତ୍ମବିଶ୍ୱାସୀ, ବୈଷୟିକ ଦୃଷ୍ଟିରୁ ଉନ୍ନତ ଏବଂ ଆର୍ଥିକ ଦୃଷ୍ଟିରୁ ସଶକ୍ତ ଦେଶ ଭାବେ ଭାରତର ଯାତ୍ରା ଉପରେ ଆଲୋକପାତ କରିଥିଲେ।

ଆତ୍ମନିର୍ଭର ଭାରତ : ଏକ ସଶକ୍ତ ଏବଂ ବିକଶିତ ଭାରତର ଭିତ୍ତିଭୂମି

August 15th, 10:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସ ଅବସରରେ, ଆତ୍ମନିର୍ଭର ଭାରତକୁ ବିକଶିତ ଭାରତର ଏକ ପ୍ରମୁଖ ଭିତ୍ତିଭୂମି ଭାବରେ ରେଖାଙ୍କିତ କରି ପ୍ରତିରକ୍ଷା, ପ୍ରଯୁକ୍ତିବିଦ୍ୟା, ଶକ୍ତି, ମହାକାଶ ଏବଂ ଉତ୍ପାଦନ କ୍ଷେତ୍ରରେ ଭାରତର ଅଗ୍ରଗତି ସମ୍ପର୍କରେ ଉଲ୍ଲେଖ କରିଥିଲେ। ଅପରେସନ ସିନ୍ଦୂର ଉପରେ ଆଲୋକପାତ କରି ସେ କହିଥିଲେ ଯେ, ରଣନୈତିକ ଆତ୍ମନିର୍ଭରଶୀଳତା ଏବଂ ସ୍ୱଦେଶୀ କ୍ଷମତାଗୁଡିକ ବିପଦକୁ ନିର୍ଣ୍ଣାୟକ ଭାବରେ ମୁକାବିଲା କରିବା, ସ୍ୱାବଲମ୍ବନଶୀଳତାକୁ ଜାତୀୟ ଶକ୍ତି, ମର୍ଯ୍ୟାଦାର ଆଧାର କରିବା ଏବଂ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ଯାତ୍ରାର ମୂଳଦୁଆ କରିବା ପାଇଁ ମହତ୍ଵପୂର୍ଣ୍ଣ ଅଟେ।