Barak Valley will become a major logistics and trade hub for the North East: PM Modi in Silchar, Assam

March 14th, 11:10 am

Launching multiple development projects worth ₹23,550 crore in Silchar, Assam, PM Modi said the projects will further empower Barak Valley as a logistics hub for the entire North East. He laid the foundation stone for the Shillong–Silchar High-Speed Corridor, noting it will boost local industry, agriculture and tourism. He cautioned that the hard-won era of peace and progress must be protected from regressive forces.

ସିଲଚରରେ ₹୨୩,୫୫୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 14th, 10:45 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଲଚରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ ସଂସ୍କୃତି ଓ ପ୍ରାଣବନ୍ତ ପରମ୍ପରାରେ ସମୃଦ୍ଧ ବରାକ ଉପତ୍ୟକା ପରିଦର୍ଶନ ସଦା ତାଙ୍କ ପାଇଁ ଏକ ବିଶେଷ ଅଭିଜ୍ଞତା। ସେ ଉଲ୍ଲେଖ କରିଥିଲେ ଯେ ସିଲଚର ଏହି ଉପତ୍ୟକାର ପ୍ରବେଶଦ୍ୱାର ଭାବେ ପରିଚିତ, ଯେଉଁଠାରେ ଇତିହାସ ଓ ଭାଷା ମିଶି ଏକ ବିଶିଷ୍ଟ ଆଞ୍ଚଳିକ ପରିଚୟ ଗଢ଼ିଉଠିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଅଞ୍ଚଳର ଶକ୍ତି ଏହାର ବିବିଧତାରେ ନିହିତ, ଯେଉଁଠାରେ ବଙ୍ଗଳା, ଆସାମିଆ ଓ ଆଦିବାସୀ ପରମ୍ପରାର ସମନ୍ୱୟ ଏକତ୍ର ପ୍ରତିଫଳିତ ହୁଏ। “ବରାକ ଉପତ୍ୟକାର ବିବିଧତା ଏହାର ସର୍ବଶ୍ରେଷ୍ଠ ସମ୍ପଦ, ଯାହା ଏଠାର ଲୋକମାନଙ୍କ ମଧ୍ୟରେ ଭାଇଚାରାର ଭାବନାକୁ ଶକ୍ତିଶାଳୀ କରେ,” ବୋଲି ସେ କହିଥିଲେ।

ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ମିଜୋରାମବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

February 20th, 09:33 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଜୋରାମର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଶ୍ରୀ ସ୍ୱରାଜ କୌଶଲଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

December 04th, 06:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ସ୍ୱରାଜ କୌଶଲ ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଶ୍ରୀ ସ୍ୱରାଜ କୌଶଲ ଜୀ ଜଣେ ଓକିଲ ଏବଂ ଜଣେ ବ୍ୟକ୍ତି ଭାବେ ନିଜକୁ ପ୍ରତିଷ୍ଠିତ କରିଥିଲେ, ଯିଏକି ଆଇନ ବୃତ୍ତିର ଉପଯୋଗ କରି ଅବହେଳିତଙ୍କ ଜୀବନରେ ଉନ୍ନତି ଆଣିବାରେ ବିଶ୍ୱାସ କରୁଥିଲେ। ସେ ଭାରତର ସର୍ବକନିଷ୍ଠ ରାଜ୍ୟପାଳ ହୋଇଥିଲେ ଏବଂ ତାଙ୍କ ରାଜ୍ୟପାଳ କାର୍ଯ୍ୟକାଳରେ ମିଜୋରାମର ଲୋକଙ୍କ ଉପରେ ଏକ ସ୍ଥାୟୀ ଛାପ ଛାଡ଼ିଥିଲେ। ଜଣେ ସାଂସଦ ଭାବେ ତାଙ୍କର ଅନ୍ତର୍ଦୃଷ୍ଟି ମଧ୍ୟ ଉଲ୍ଲେଖନୀୟ ଥିଲା ବୋଲି ଶ୍ରୀ ମୋଦୀ କହିଛନ୍ତି।

ଅରୁଣାଚଳ ପ୍ରଦେଶର ଇଟାନଗରରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 22nd, 11:36 am

ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ କେ.ଟି ପରନାୟକ ଜୀ, ରାଜ୍ୟର ଲୋକପ୍ରିୟ ଏବଂ ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, କିରେନ ରିଜିଜୁ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୋର ସାଥୀ ସାଂସଦ ନବମ ରେବିଆ ଜୀ ଏବଂ ତାପିର ଗାଓ ଜୀ, ସମସ୍ତ ବିଧାୟକଗଣ, ଅନ୍ୟ ଜନ ପ୍ରତିନିଧିଗଣ, ଏବଂ ଅରୁଣାଚଳ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ଅରୁଣାଚଳ ପ୍ରଦେଶ ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 22nd, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଅରୁଣାଚଳ ପ୍ରଦେଶର ଇଟାନଗରରେ ପ୍ରାୟ ୫୧୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧନ କରି, ସେ ପରମାତ୍ମା ଡୋନୟି ପୋଲୋଙ୍କୁ ସ୍ମରଣ କରିବା ସହ ସମସ୍ତଙ୍କ ଉପରେ ତାଙ୍କର କୃପା ରହୁ ବୋଲି ପ୍ରାର୍ଥନା କରିଥିଲେ।

ମିଜୋରାମର ବିଭିନ୍ନ ଉନ୍ନତିମୂଳକ କାମର ଶିଳାନ୍ୟାସ ଓ ଉଦଘାଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 13th, 10:30 am

ମିଜୋରାମ ରାଜ୍ୟପାଳ ଭି.କେ.ସିଂହ, ମୁଖ୍ୟମନ୍ତ୍ରୀ ଲାଲଡୁହୋମା, କେନ୍ଦ୍ର କ୍ୟାବିନେଟର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ମିଜୋରାମ ସରକାରଙ୍କ ମନ୍ତ୍ରୀବର୍ଗ, ସାଂସଦ, ଅନ୍ୟ ନିର୍ବାଚିତ ପ୍ରତିନିଧି ସମୂହ ଓ ମିଜୋରାମ ଜନତା ।

ମିଜୋରାମର ଆଇଜଲରେ ୯,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 13th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଜୋରାମର ଆଇଜଲରେ ୯୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ରେଳ, ରାସ୍ତା, ବିଦ୍ୟୁତ୍, କ୍ରୀଡା ସମେତ ଅନେକ କ୍ଷେତ୍ରକୁ ଲାଭ ପହଞ୍ଚାଇବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନୀଳ ପର୍ବତମାଳାର ଏହି ସୁନ୍ଦର ଭୂମିରେ ରାଜତ୍ୱ କରିଥିବା ପରମେଶ୍ୱର ପାଠିଆନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସେ ମିଜୋରାମର ଲାଙ୍ଗପୁଇ ବିମାନବନ୍ଦରରେ ଉପସ୍ଥିତ ଥିବାରୁ ଏବଂ ଖରାପ ପାଗ ଯୋଗୁଁ ଆଇଜଲରେ ଲୋକଙ୍କୁ ଭେଟିପାରି ନଥିବାରୁ ଦୁଃଖ ପ୍ରକାଶ କରିଥିଲେ। ଏହି ପରିସ୍ଥିତି ସତ୍ତ୍ୱେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଏହି ମାଧ୍ୟମରେ ମଧ୍ୟ ଲୋକଙ୍କ ପ୍ରେମ ଏବଂ ସ୍ନେହ ଅନୁଭବ କରିପାରିବେ।

୧୩ ରୁ ୧୫ ସେପ୍ଟେମ୍ବର: ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଓ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ

September 12th, 02:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମିଜୋରାମର ମୁଖ୍ୟମନ୍ତ୍ରୀ

July 14th, 04:48 pm

ମିଜୋରାମର ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲଦୁହୋମା ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 23rd, 11:00 am

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!

ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 23rd, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।

ମିଜୋରାମର ଜନସାଧାରଣଙ୍କୁ ସେମାନଙ୍କ ରାଜ୍ୟ ସ୍ଥାପନା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

February 20th, 04:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଜୋରାମର ଜନସାଧାରଣଙ୍କୁସେମାନଙ୍କ ରାଜ୍ୟର ସ୍ଥାପନା ଦିବସରେ ଅଶେଷ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ମିଜୋ ସଂସ୍କୃତି ଐତିହ୍ୟ ଏବଂ ସଦଭାବରଏକ ସୁନ୍ଦର ମେଳ ଦର୍ଶାଇଥାଏ । ସେ ଏହା ମଧ୍ୟ କାମନା କରିଛନ୍ତିଯେ, ମିଜୋରାମ ନିରନ୍ତର ସମୃଦ୍ଧ ହେଉ ଏବଂ ଆସନ୍ତା ଦିନରେ ଶକ୍ତି, ବିକାଶ ଓ ପ୍ରଗତିର ଯାତ୍ରା ଅଧିକ ଶୀର୍ଷକୁ ସ୍ପର୍ଶ କରୁ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମିଜୋରାମ ରାଜ୍ୟପାଳ

January 21st, 12:54 pm

ମିଜୋରାମ ରାଜ୍ୟପାଳ ଜେନେରାଲ ଭି କେ ସିଂହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 06th, 02:10 pm

ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।

ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 06th, 02:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମିଜୋରାମ ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲ ଦୁହୋମା

October 26th, 01:45 pm

ମିଜୋରାମ ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲ ଦୁହୋମା ଆଜି ପ୍ରଧାନମନ୍ତ୍ରୀଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମିଜୋରାମ ମୁଖ୍ୟମନ୍ତ୍ରୀ

July 06th, 01:25 pm

ମିଜୋରାମ ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲଡୁହୋମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ମିଜୋରାମ ଲୋକଙ୍କୁ ସେମାନଙ୍କ ରାଜ୍ୟର ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

February 20th, 10:49 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଜୋରାମବାସୀଙ୍କୁ ସେମାନଙ୍କ ରାଜ୍ୟର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି । ମିଜୋରାମର ନିରନ୍ତର ପ୍ରଗତି, ଶାନ୍ତି ଏବଂ ସମୃଦ୍ଧି ପାଇଁ ସେ ପ୍ରାର୍ଥନା କରିଛନ୍ତି ।

୭ ଗୁଣରୁ ଅଧିକ ଆୟ ବୃଦ୍ଧି କରିଥିବାରୁ ମିଜୋ ଜୈବିକ କୃଷକ ମାନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

January 08th, 03:18 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧି ମାନଙ୍କ ସମେତ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଯୋଗ ଦେଇଥିଲେ ।