ଗଙ୍ଗା ତାଲାବ ବୁଲିରେ ପ୍ରଧାନମନ୍ତ୍ରୀ
March 12th, 05:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସରେ ଗଙ୍ଗା ତାଲାବ ବୁଲିଛନ୍ତି । ସେ ସେଠାରେ ପ୍ରାର୍ଥନା କରିବା ସହ ପବିତ୍ର ତ୍ରିବେଣୀ ସଙ୍ଗମରୁ ନେଇଥିବା ପବିତ୍ର ଗଙ୍ଗା ଜଳ ବିସର୍ଜନ କରିଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍ ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମ ମରିସସରେ ଅଟଳ ବିହାରୀ ବାଜପେୟୀ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ସର୍ଭିସ୍ ଆଣ୍ଡ ଇନୋଭେସନକୁ ମିଳିତ ଭାବେ ଉଦଘାଟନ କରିଛନ୍ତି
March 12th, 03:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମ ଆଜି ମରିସସର ରେଡୁଇଟ୍ ଠାରେ ଅଟଳ ବିହାରୀ ବାଜପେୟୀ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ସର୍ଭିସ୍ ଆଣ୍ଡ ଇନୋଭେସନକୁ ମିଳିତ ଭାବେ ଉଦଘାଟନ କରିଛନ୍ତି । ଭାରତ-ମରିସସ୍ ବିକାଶ ଭାଗିଦାରୀ ଅଧୀନରେ କାର୍ଯ୍ୟକାରୀ ହୋଇଥିବା ଏହି ଐତିହାସିକ ପ୍ରକଳ୍ପ ମରିସସରେ ଦକ୍ଷତା ବିକାଶ ପାଇଁ ଭାରତର ପ୍ରତିବଦ୍ଧତାକୁ ଦର୍ଶାଉଛି।ମରିସସ ଜାତୀୟ ଦିବସ ସମାରୋହରେ ସେଠାକାର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
March 12th, 03:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସ୍ ସାଧାରଣତନ୍ତ୍ରର ୫୭ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।ଗ୍ରାଣ୍ଡ କମାଣ୍ଡର୍ ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର୍ ଆଣ୍ଡ କି ଅଫ୍ ଦ ଇଣ୍ଡିଆନ ଓସନ୍ (ଜିସିଏସକେ) ପୁରସ୍କାରରେ ସମ୍ମାନିତ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
March 12th, 03:00 pm
ମରିସସର ସର୍ବୋଚ୍ଚ ଜାତୀୟ ପୁରସ୍କାର ପାଇଥିବାରୁ ମୁଁ ହାର୍ଦ୍ଦିକ କୃତଜ୍ଞତା ବ୍ୟକ୍ତ କରୁଛି। ଏହି ସମ୍ମାନ କେବଳ ମୋ ପାଇଁ ନୁହେଁ। ଏହା ୧୪୦ କୋଟି ଭାରତୀୟଙ୍କ ସମ୍ମାନ। ଏହା ଭାରତ ଏବଂ ମରିସସ୍ ମଧ୍ୟରେ ଶହ ଶହ ବର୍ଷ ପୁରୁଣା ସାଂସ୍କୃତିକ ଏବଂ ଐତିହାସିକ ଆତ୍ମୀୟ ବନ୍ଧନ ପ୍ରତି ଏକ ସମ୍ମାନ। ଏହା ହେଉଛି ଆଞ୍ଚଳିକ ଶାନ୍ତି, ପ୍ରଗତି, ସୁରକ୍ଷା ଏବଂ ଦୀର୍ଘସ୍ଥାୟୀ ବିକାଶ ପ୍ରତି ଆମର ସହଭାଗୀ ପ୍ରତିବଦ୍ଧତାର ସ୍ୱୀକୃତି। ଆଉ ଏହା ଗ୍ଲୋବାଲ ସାଉଥ୍ ର ସହଭାଗୀ ଆଶା ଓ ଆକାଂକ୍ଷାର ପ୍ରତୀକ। ମୁଁ ଏହି ପୁରସ୍କାରକୁ ସମ୍ପୂର୍ଣ୍ଣ ବିନମ୍ରତା ଏବଂ କୃତଜ୍ଞତାର ସହ ଗ୍ରହଣ କରୁଛି। ଶହ ଶହ ବର୍ଷ ପୂର୍ବେ ଭାରତରୁ ମରିସସକୁ ଆସିଥିବା ଆପଣମାନଙ୍କ ପୂର୍ବପୁରୁଷମାନଙ୍କୁ ଏବଂ ସେମାନଙ୍କ ସମସ୍ତ ପିଢ଼ିକୁ ମୁଁ ଏହାକୁ ଉତ୍ସର୍ଗ କରୁଛି। ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା, ସେମାନେ ମରିସସର ବିକାଶରେ ଏକ ସୁବର୍ଣ୍ଣ ଅଧ୍ୟାୟ ଲେଖିଥିଲେ ଏବଂ ଏହାର ଜୀବନ୍ତ ବିବିଧତାରେ ଯୋଗଦାନ କରିଥିଲେ। ମୁଁ ମଧ୍ୟ ଏହି ସମ୍ମାନକୁ ଏକ ଦାୟିତ୍ୱ ଭାବେ ଗ୍ରହଣ କରୁଛି। ଆମେ ଭାରତ-ମରିସସ୍ ରଣନୀତିକ ଭାଗିଦାରୀକୁ ଅଧିକ ଉପରକୁ ନେଇଯିବା ଲାଗି ପ୍ରୟାସ ଜାରି ରଖିବୁ, ଏଥିପାଇଁ ମୁଁ ଆମର ପ୍ରତିବଦ୍ଧତାକୁ ଦୋହରାଉଛି।India-Mauritius Joint Vision for an Enhanced Strategic Partnership
March 12th, 02:13 pm
PM Modi, during his visit to Mauritius, held productive talks with PM Dr. Navinchandra Ramgoolam, reaffirming the deep-rooted ties between India and Mauritius, built on shared history, culture, and values. They acknowledged the growing Comprehensive Strategic Partnership across trade, infrastructure, climate, and healthcare, committed to fostering prosperity, sustainable development, and regional stability.ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ ମରିସସ୍ ଗସ୍ତ
March 12th, 01:56 pm
ସୀମାପାର କାରବାର ନିମନ୍ତେ ସ୍ଥାନୀୟ ମୁଦ୍ରା (ଆଇଏନ୍ଆର୍ କିମ୍ବା ଏମ୍ୟୁଆର୍) ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଏକ ରୂପରେଖ ପ୍ରସ୍ତୁତ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏବଂ ବ୍ୟାଙ୍କ ଅଫ୍ ମରିସସ୍ ବ୍ୟାଙ୍କ ମଧ୍ୟରେ ଚୁକ୍ତି ।Our vision for the Global South will go beyond SAGAR-it will be MAHASAGAR: PM Modi
March 12th, 12:30 pm
During his visit to Mauritius, PM Modi emphasized the deep-rooted ties between the two nations, announcing an 'Enhanced Strategic Partnership' with PM Ramgoolam. India will assist in building a new Parliament, modernizing infrastructure, and strengthening security. With a focus on digital innovation, trade, and cultural ties, PM Modi reaffirmed India’s commitment to regional growth and cooperation.PM Modi greets the people of Mauritius on their National Day
March 12th, 09:58 am
Prime Minister, Shri Narendra Modi today wished the people of Mauritius on their National Day. “Looking forward to today’s programmes, including taking part in the celebrations”, Shri Modi stated. The Prime Minister also shared the highlights from yesterday’s key meetings and programmes.ମରିସସ୍ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ନୈଶ୍ୟଭୋଜିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 06:15 am
ସର୍ବପ୍ରଥମେ ପ୍ରଧାନମନ୍ତ୍ରୀଙ୍କ ଆବେଗପୂର୍ଣ୍ଣ ଏବଂ ପ୍ରେରଣାଦାୟୀ ଚିନ୍ତାଧାରା ପାଇଁ ମୁଁ ତାଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଏହି ଭବ୍ୟ ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୁଁ ପ୍ରଧାନମନ୍ତ୍ରୀ, ମରିସସ୍ ସରକାର ଏବଂ ଏହାର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଉଛି । ମରିସସ୍ ଗସ୍ତ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପାଇଁ ସବୁବେଳେ ବିଶେଷ ହୋଇଥାଏ। ଏହା କେବଳ ଏକ କୂଟନୈତିକ ଗସ୍ତ ହୋଇନଥାଏ, ବରଂ ପରିବାରକୁ ଭେଟିବାର ସୁଯୋଗ ହୋଇଥାଏ। ମରିସସ୍ ମାଟିରେ ପାଦ ରଖିବା କ୍ଷଣି ହିଁ ମୁଁ ଏହି ଆତ୍ମୀୟତା ଅନୁଭବ କରିଥିଲି। ସବୁଆଡ଼େ ନିଜର ଭାବନା ଦେଖିବାକୁ ମିଳୁଛି। ପ୍ରୋଟୋକଲରେ କୌଣସି ପ୍ରତିବନ୍ଧକ ନାହିଁ । ମରିସସ୍ ଜାତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ପୁଣି ଥରେ ନିମନ୍ତ୍ରିତ ହେବା ମୋ ପାଇଁ ସୌଭାଗ୍ୟର ବିଷୟ। ଏହି ଅବସରରେ ମୁଁ ୧୪୦ କୋଟି ଭାରତୀୟଙ୍କ ତରଫରୁ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।ମରିସସ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
March 11th, 04:01 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସ ରାଷ୍ଟ୍ରପତି ଧରମବୀର ଗୋକୁଲଙ୍କୁ ରାଜ ଭବନରେ ସାକ୍ଷାତ କରିଛନ୍ତି।ମରିସସ୍ ରାଷ୍ଟ୍ରପତି ଶ୍ରୀ ଧରମବୀର ଗୋକୁଳଙ୍କ ଦ୍ୱାରା ଆୟୋଜିତ ମଧ୍ୟାହ୍ନଭୋଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଟୋଷ୍ଟ
March 11th, 03:06 pm
ମରିସସର ରାଷ୍ଟ୍ରୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ପୁଣି ଥରେ ସାମିଲ ହେବା ମୋ ପାଇଁ ସୌଭାଗ୍ୟର ବିଷୟ ।ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
March 11th, 03:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପାମ୍ପଲମୋସେସ୍ର ସାର୍ ସିୱସାଗର୍ ରାମଗୁଲାମ ବୋଟାନିକ୍ ଗାର୍ଡେନ୍ରେ ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ମାଲ୍ୟାର୍ପଣ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମରିସସ୍ର ପ୍ରଧାନମନ୍ତ୍ରୀ ଶ୍ରୀ ନବୀନଚନ୍ଦ୍ର ରାମଗୁଲାମ ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ମରିସସ୍ର ପ୍ରଗତି ଏବଂ ଭାରତ-ମରିସସ୍ ସମ୍ପର୍କ ପାଇଁ ଏକ ଦୃଢ଼ ଭିତ୍ତିଭୂମି ନିର୍ମାଣରେ ଦୁଇ ନେତାଙ୍କ ଯୋଗଦାନକୁ ମନେ ପକାଇଥିଲେ ।ଦୁଇ ଦିନିଆ ମରିସସ୍ ଗସ୍ତରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
March 11th, 08:33 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସରେ କିଛି ସମୟ ପୂର୍ବରୁ ପହଞ୍ଚିଛନ୍ତି । ଦୁଇ ଦିନିଆ ଗସ୍ତରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ସେ ମରିସସର 57ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ମରିସସର ଲିଡର ଏବଂ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବେ।ମରିସସ୍ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
March 10th, 06:18 pm
ମୋର ବନ୍ଧୁ, ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣ କ୍ରମେ, ମୁଁ ମରିସସର ୫୭ତମ ଜାତୀୟ ଦିବସ ସମାରୋହରେ ଭାଗ ନେବା ପାଇଁ ମରିସସକୁ ଦୁଇ ଦିନିଆ ସରକାରୀ ଗସ୍ତରେ ବାହାରିଛି।2025 ମାର୍ଚ୍ଚ 11-12 ମଧ୍ୟରେ ମରିସସ୍ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ
March 07th, 06:17 pm
ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ଡ. ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ମୋଦୀ ମାର୍ଚ୍ଚ 11-12 ରେ ମରିସସ୍ ଗସ୍ତ କରିବେ। ଏହି ଗସ୍ତ କାଳରେ ସେ ପ୍ରମୁଖ ନେତାମାନଙ୍କୁ ଭେଟିବା, ଭାରତୀୟ ବଂଶୋଦ୍ଭବ ସମ୍ପ୍ରଦାୟ ସହ ଆଲୋଚନା କରିବା ଏବଂ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିବେ । ଏହି ଗସ୍ତ ମିଳିତ ଇତିହାସ ଏବଂ ପ୍ରଗତି ଉପରେ ଆଧାରିତ ଭାରତ-ମରିସସ୍ ଦୃଢ଼ ଭାଗିଦାରୀକୁ ଦୋହରାଇଛି।