ଜି୨୦ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

November 23rd, 04:05 pm

ଯେତେବେଳେ ଆଜିର ଦୁନିଆରେ ପ୍ରଯୁକ୍ତି ଦିନକୁ ଦିନ ଆଗକୁ ଅଗ୍ରଗତି କରିଚାଲିଛି, ଉଭୟ ସୁଯୋଗ ଏବଂ ସମ୍ପଦ କିଛି ମାତ୍ର ଲୋକଙ୍କ ହାତରେ ଅଧିକ ମାତ୍ରାରେ ଠୁଳ ହେବାରେ ଲାଗିଛି। ସମଗ୍ର ବିଶ୍ୱରେ, ଜଟିଳ ପ୍ରଯୁକ୍ତି ନିମନ୍ତେ ପ୍ରତିଯୋଗିତା ତୀବ୍ରତର ହେବାରେ ଲାଗିଛି। ଏହା ମାନବ ସମାଜ ପାଇଁ ଚିନ୍ତାର ବିଷୟ ପାଲଟିଛି, ଏବଂ ଏହା ମଧ୍ୟ ନବାଚାର କ୍ଷେତ୍ରରେ ପ୍ରତିବନ୍ଧକ ଭାବରେ ଉଭା ହୋଇଛି। ଏହି ସମସ୍ୟାର ମୁକାବିଲା ନିମନ୍ତେ, ଆମକୁ ଆମର ଆଭିମୁଖ୍ୟ ଓ କାର୍ଯ୍ୟପନ୍ଥାରେ ମୌଳିକ ପରିବର୍ତ୍ତନ ଆଣିବା ଜରୁରୀ ହୋଇପଡ଼ିଛି।

"ସମସ୍ତଙ୍କ ପାଇଁ ଏକ ନିରପେକ୍ଷ ଏବଂ ନ୍ୟାୟପୂର୍ଣ୍ଣ ଭବିଷ୍ୟତ" ବିଷୟ ଉପରେ ଜି-୨୦ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 23rd, 04:02 pm

ପ୍ରଧାନମନ୍ତ୍ରୀ ଆଜି ସମସ୍ତଙ୍କ ପାଇଁ ଏକ ନିରପେକ୍ଷ ଏବଂ ନ୍ୟାୟପୂର୍ଣ୍ଣ ଭବିଷ୍ୟତ-ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ; ଉତ୍ତମ କାର୍ଯ୍ୟ; କୃତ୍ରିମ ବୁଦ୍ଧିମତା ଉପରେ ଜି-୨୦ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତିବିଦ୍ୟାକୁ ପ୍ରୋତ୍ସାହିତ କରିବାର ଉପାୟରେ ଏକ ମୌଳିକ ପରିବର୍ତ୍ତନ ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଭଳି ବୈଷୟିକ ପ୍ରୟୋଗଗୁଡ଼ିକ 'ଅର୍ଥ-କୈନ୍ଦ୍ରିକ’ ପରିବର୍ତ୍ତେ 'ମାନବ-କୈନ୍ଦ୍ରିକ’, 'ଜାତୀୟ’ ପରିବର୍ତ୍ତେ 'ବିଶ୍ୱସ୍ତରୀୟ’ ଏବଂ 'ଏକ୍ସକ୍ଲୁସିଭ୍ ମଡେଲ୍’ ପରିବର୍ତ୍ତେ ‘ମୁକ୍ତ ଉତ୍ସ’ ଉପରେ ଆଧାରିତ ହେବା ଆବଶ୍ୟକ। ସେ ବିସ୍ତୃତ ଭାବେ କହିଥିଲେ ଯେ ଏହି ପରିକଳ୍ପନାକୁ ଭାରତର ପ୍ରଯୁକ୍ତିବିଦ୍ୟା ଇକୋସିଷ୍ଟମରେ ଏକୀକୃତ କରାଯାଇଛି ଏବଂ ଏହାର ଫଳସ୍ୱରୂପ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିଛି, ତାହା ମହାକାଶ ପ୍ରୟୋଗ ହେଉ, କୃତ୍ରିମ ବୁଦ୍ଧିମତା ହେଉ, କିମ୍ବା ଡିଜିଟାଲ୍ ପେମେଣ୍ଟ ହେଉ, ଯେଉଁଠି ଏହା ବିଶ୍ୱରେ ଅଗ୍ରଣୀ ରହିଛି।

ଜୋହାନ୍ସବର୍ଗରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 02:18 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୋହାନ୍ସବର୍ଗରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଶ୍ରୀ ସିରିଲ ରାମଫୋସାଙ୍କୁ ଭେଟିଥିଲେ । ରାଷ୍ଟ୍ରପତି ରାମଫୋସାଙ୍କୁ ଭବ୍ୟ ଆତିଥ୍ୟ ଏବଂ ଶିଖର ସମ୍ମିଳନୀର ସଫଳ ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । ସେ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀ ସମୟରେ ନିଆଯାଇଥିବା ନିଷ୍ପତ୍ତିଗୁଡିକୁ ଆଗକୁ ନେବା ଏବଂ ସେଗୁଡିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣ ଆଫ୍ରିକାର ଜି-୨୦ ପ୍ରୟାସକୁ ପ୍ରଶଂସା କରିଥିଲେ ।

ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି

November 23rd, 12:45 pm

ଜୋହାନ୍ସବର୍ଗ” ଭଳି ଏକ ଜୀବନ୍ତ ଏବଂ ସୁନ୍ଦର ନଗରୀରେ ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକରେ ଅଂଶଗ୍ରହଣ କରିବା ମୋ ପାଇଁ ଏକ ଅତ୍ୟନ୍ତ ଆନନ୍ଦର ବିଷୟ ବୋଲି ମୁଁ କହିବାକୁ ଚାହେଁ। ଏହି କାର୍ଯ୍ୟକ୍ରମ ନିମନ୍ତେ ମୁଁ 'ଇବସା'ର ଅଧ୍ୟକ୍ଷ, ରାଷ୍ଟ୍ରପତି ଲୁଲାଙ୍କୁ ମୋର ହୃଦୟରୁ କୃତଜ୍ଞତା ବ୍ୟକ୍ତ କରୁଛି। ଏବଂ ଶ୍ରୀ ରାମାଫୋସାଙ୍କ ଭବ୍ୟ ଆତିଥ୍ୟ ସତ୍କାର ନିମନ୍ତେ ତାଙ୍କୁ ମଧ୍ୟ ମୋର ଧନ୍ୟବାଦ ପ୍ରଦାନ କରୁଛି।

ଜୋହାନ୍ସବର୍ଗରେ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍‌ଏ) ନେତାମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

November 23rd, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍‌ଏ) ନେତାମାନଙ୍କ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ବୈଠକ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିୟୋ ଲୁଲା ଦା ସିଲଭା ଏଥିରେ ଯୋଗ ଦେଇଥିଲେ ।

ଜି-୨୦ ଶିଖର ସମ୍ମିଳନୀର ଦ୍ୱିତୀୟ ଅଧିବେଶନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

November 22nd, 09:57 pm

ଏହି ଚିନ୍ତାଧାରାର ସହିତ ଭାରତ ନିଜର ଜି-୨୦ ଅଧ୍ୟକ୍ଷତା ଅବଧିରେ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟକାରୀ ଗୋଷ୍ଠୀ ସ୍ଥାପନା କରିଥିଲା। ଏହି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟସୂଚୀକୁ ପ୍ରାଥମିକତା ପ୍ରଦାନ ପୂର୍ବକ ଆଗକୁ ବଢ଼ାଇ ଥିବାରୁ ମୁଁ ଦକ୍ଷିଣ ଆଫ୍ରିକାକୁ ଅଭିନନ୍ଦନ ଜଣାଉଛି।

ଜି୨୦ ଶିଖର ସମ୍ମିଳନୀର ପ୍ରଥମ ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 22nd, 09:36 pm

ଆରମ୍ଭରେ, ମୁଁ ରାଷ୍ଟ୍ରପତି ରାମାଫୋସାଙ୍କୁ ଜି୨୦ ଶିଖର ସମ୍ମିଳନୀର ଚମତ୍କାର ଆୟୋଜନ ଏବଂ ସଫଳ ଅଧ୍ୟକ୍ଷତା ପାଇଁ ଅଭିନନ୍ଦନ ଜଣାଉଛି।

ଜୋହାନ୍ସବର୍ଗ ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

November 22nd, 09:35 pm

ଉନ୍ମୋଚନ ଅଧିବେଶନରେ ସମାବେଶୀ ଏବଂ ପୋଷଣୀୟ ଆର୍ଥିକ ବିକାଶରେ କାହାକୁ ପଛରେ ନ ଛାଡ଼ିବା' ଶୀର୍ଷକ ପ୍ରସଙ୍ଗରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ କୁଶଳୀ ସ୍ଥାନରନ୍ତଣ, ପର୍ଯ୍ୟଟନ, ଖାଦ୍ୟ ନିରାପତ୍ତା, କୃତ୍ରିମ ପ୍ରଜ୍ଞା, ଡିଜିଟାଲ ଅର୍ଥନୀତି, ନବାସାର ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହି ଗୋଷ୍ଠୀ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପ୍ରସଙ୍ଗରେ, ସେ ଉଲ୍ଲେଖ କରିଥିଲେ ଯେ ନୂଆଦିଲ୍ଲୀ ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିବା କେତେକ ଐତିହାସିକ ନିଷ୍ପତ୍ତିକୁ ଆଗକୁ ଆଗେଇ ନିଆଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଆରୋପ ପୂର୍ବକ ସୂଚାଇଥିେ ଯେ ବର୍ତ୍ତମାନ ସମୟ ଆସିଛି ଯେତେବେଳେ ଆମକୁ ବିକାଶର ନୂଆ ନୂଆ ମାପଦଣ୍ଡ ଦୃଷ୍ଟିରୁ ଦେଖିବା ଉଚିତ, ଯାହା ଫଳରେ ବିକାଶ କ୍ଷେତ୍ରରେ ଥିବା ଅସନ୍ତୁଳନକୁ ମେଣ୍ଟାଯାଇ ପାରିବ ଏବଂ ପ୍ରାକୃତିକ ସମ୍ପଦର ମାତ୍ରାତିରିକ୍ତ ଉତ୍ତୋଳନକୁ ମଧ୍ୟ ରୋକାଯାଇ ହେବ। ବିଶେଷ କରି ଯେତେବେଳେ ଜି- ୨୦ ଶିଖର ସମ୍ମିଳନୀ ପ୍ରଥମ ଥର ପାଇଁ ଆଫ୍ରିକା ଭୂଇଁରେ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ, ସେ ଦର୍ଶାଇଥିଲେ ଯେ ସାମଗ୍ରିକ ମାନବିକତା'ର ଚିନ୍ତାଧାରା ଯାହା କି ଭାରତର ସଭ୍ୟତାଗତ ପ୍ରଜ୍ଞା ଉପରେ ଆଧାରିତ ତାହା ଅଧିକ ମାତ୍ରାରେ ଉପଯୋଗ କରାଯିବା ଉଚିତ। ସାମଗ୍ରିକ ମାନବବାଦକୁ ବ୍ୟାଖ୍ୟା କରିବାକୁ ଯାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ମାନବ, ସମାଜ ଏବଂ ପ୍ରକୃତିର ସାମଗ୍ରିକ ଚିନ୍ତାଧାରାକୁ ହିଁ ଆଧାର କରି ଆଗକୁ ଅଗ୍ରସର ହୋଇଥାଏ ଏବଂ ସେଥି ନିମନ୍ତେ ପ୍ରଗତି ପଥରେ ସକଳ ପ୍ରକାର ସମନ୍ୱୟ ରକ୍ଷା କରାଯାଇଥାଏ ଏବଂ ଏହା ଧରିତ୍ରୀ ଅବଶ୍ୟ ହାସଲ କରିପାରିବ।

Joint statement by the Government of India, the Government of Australia and the Government of Canada

November 22nd, 09:21 pm

India, Australia, and Canada have agreed to enter into a new trilateral partnership: the Australia-Canada-India Technology and Innovation (ACITI) Partnership. The three sides agreed to strengthen their ambition in cooperation on critical and emerging technologies. The Partnership will also examine the development and mass adoption of artificial intelligence to improve citizens' lives.

ଜି୨୦ ନେତାମାନଙ୍କ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 21st, 10:43 pm

ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନୀ ଆଲବାନିଜ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଜି୨୦ ନେତାଙ୍କ ଶିଖର ସମ୍ମିଳନୀ ଅବସରରେ ସାକ୍ଷାତ କରିଛନ୍ତି । ୨୦୨୦ରେ ସମ୍ପର୍କକୁ ବ୍ୟାପକ ରଣନୈତିକ ସହଭାଗୀତା ସ୍ତରରେ ପହଞ୍ଚାଇବା ପରେ, ଗତ ପାଞ୍ଚ ବର୍ଷ ମଧ୍ୟରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସହଯୋଗର ଗଭୀରତା ଏବଂ ବିବିଧତା ଉପରେ ଉଭୟ ନେତା ସନ୍ତୋଷ ପ୍ରକାଶ କରିଛନ୍ତି । ସମ୍ପ୍ରତି ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତି ସମବେଦନା ପ୍ରକାଶ କରିବା ସହ ପ୍ରଧାନମନ୍ତ୍ରୀ ଆଲବାନିଜ ଭାରତ ପ୍ରତି ତାଙ୍କର ଏକତା ଭାବନା ପ୍ରକାଶ କରିଛନ୍ତି । ଦୁଇ ନେତା ଆତଙ୍କବାଦ ବିରୁଦ୍ଧରେ ବିଶ୍ୱସ୍ତରୀୟ ଲଢ଼େଇକୁ ଅଧିକ ସଶକ୍ତ କରିବା ପାଇଁ ନିଜର ପ୍ରତିବଦ୍ଧା ଦୋହରାଇଥିଲେ ।

ଜି-20 ଶିଖର ସମ୍ମିଳନୀରେ ଭାଗ ନେବା ପାଇଁ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

November 21st, 06:25 pm

ପ୍ରଧାନମନ୍ତ୍ରୀ ମୋଦୀ କିଛି ସମୟ ପୂର୍ବରୁ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ବିଂଶତମ ଜି-20 ନେତାଙ୍କ ଶିଖର ସମ୍ମିଳନୀରେ ଯୋଗଦେବେ । ଶିଖର ସମ୍ମିଳନୀ ଅବସରରେ ସେ ବିଶ୍ୱ ନେତାମାନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ଏବଂ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସଏ) ନେତାଙ୍କ ବୈଠକରେ ମଧ୍ୟ ଅଂଶଗ୍ରହଣ କରିବେ।

Prime Minister Narendra Modi to participate in G20 Leaders’ Summit in Johannesburg, South Africa

November 19th, 10:42 pm

PM Modi will visit Johannesburg, South Africa, from 21-23 November 2025 to attend the 20th G20 Leaders’ Summit. During the Summit sessions, the PM will present India’s perspectives on key issues on the G20 agenda. On the margins of the Summit, he will hold bilateral meetings with world leaders and will also participate in the India-Brazil-South Africa (IBSA) Leaders’ Meeting being hosted by South Africa.

ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ସଂଳାପରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

August 25th, 12:12 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 24 ଅଗଷ୍ଟ 2023 ରେ ଜୋହାନ୍ସବର୍ଗ ଠାରେ ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ ସଂଳାପରେ ଭାଗ ନେଇଥିଲେ।

ପ୍ରଧାନମନ୍ତ୍ରୀଙ୍କ ସହ ଦକ୍ଷିଣ ଆଫ୍ରିକାର ଏକାଡେମୀ ଅଫ୍ ସାଇନ୍ସର ସିଇଓ ତଥା ପ୍ରସିଦ୍ଧ ଜେନେଟିକ୍ଟ ଡକ୍ଟର ହିମଲା ସୋଡିୟାଲଙ୍କ ବୈଠକ

August 24th, 11:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 24 ଅଗଷ୍ଟ 2023ରେ ଜୋହାନ୍ସବର୍ଗରେ ଦକ୍ଷିଣ ଆଫ୍ରିକାର ଏକାଡେମୀ ଅଫ୍ ସାଇନ୍ସର ସିଇଓ ତଥା ପ୍ରସିଦ୍ଧ ଜେନେଟିକ୍ଟ ଡକ୍ଟର ହିମଲା ସୋଡିୟାଲଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରସିଦ୍ଧ ରକେଟ୍ ବୈଜ୍ଞାନିକ ତଥା ଗାଲାକ୍ଟିକ୍ ଏନର୍ଜି ଭେଞ୍ଚରର ପ୍ରତିଷ୍ଠାତା ଶ୍ରୀ ସିଆବୁଲେଲା ଜୁଜାଙ୍କ ବୈଠକ

August 24th, 11:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 24 ଅଗଷ୍ଟ 2023 ରେ ଜୋହାନ୍ସବର୍ଗରେ ପ୍ରସିଦ୍ଧ ରକେଟ୍ ବୈଜ୍ଞାନିକ ତଥା ଗାଲାକ୍ଟିକ୍ ଏନର୍ଜି ଭେଞ୍ଚରର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସିଆବୁଲେଲା ଜୁଜାଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ସହ ଇଥିଓପିଆ ଗଣରାଜ୍ୟର ପ୍ରଧାନମନ୍ତ୍ରୀଙ୍କ ବୈଠକ

August 24th, 11:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୋହାନ୍ସବର୍ଗରେ 15 ତମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ 24 ଅଗଷ୍ଟ 2023 ରେ, ଇଥିଓପିଆ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମହାମହିମ ଡକ୍ଟର ଆବି ଅହମ୍ମଦ ଅଲିଙ୍କୁ ସାକ୍ଷାତ କରିଛନ୍ତି ।

ସେନେଗଲ୍ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

August 24th, 11:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 15ଶ ବ୍ରିକ୍‌ସ ଶିଖର ସମ୍ମିଳନୀ ଅବସରରେ 24 ଅଗଷ୍ଟ 2023 ରେ ଜୋହାନ୍ସବର୍ଗ ଠାରେ ସେନେଗଲ୍ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ମାକି ସାଲଙ୍କ ସହିତ ସାକ୍ଷାତ କରିଛନ୍ତି।

ଇରାନ୍ ଇସଲାମିକ୍ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

August 24th, 11:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 15ଶ ବ୍ରିକ୍‌ସ ଶିଖର ସମ୍ମିଳନୀ ଅବସରରେ 24 ଅଗଷ୍ଟ 2023 ରେ ଜୋହାନ୍ସବର୍ଗ ଠାରେ ଇରାନ୍ ଇସଲାମିକ୍ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଡା. ସୟଦ୍ ଇବ୍ରାହିମ୍ ରାଇସିଙ୍କ ସହିତ ସାକ୍ଷାତ କରିଛନ୍ତି।

ବ୍ରିକ୍ସ - ଆଫ୍ରିକା ଆଉଟ୍‌ରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ଡାଏଲଗରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

August 24th, 02:38 pm

ଆଫ୍ରିକା ମାଟିରେ ଆପଣ ସମସ୍ତ ବନ୍ଧୁ ମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ମୋତେ ବହୁତ ଆନନ୍ଦିତ କରୁଛି ।

ବ୍ରିକ୍‌ସ ସଂପ୍ରସାରଣ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

August 24th, 01:32 pm

ସର୍ବ ପ୍ରଥମେ ରାଷ୍ଟ୍ରପତି, ମୋର ମିତ୍ର ରାମାଫୋସାଜିଙ୍କୁ ବ୍ରିକ୍‌ସ ସମିଟର ସଫଳ ଆୟୋଜନ ପାଇଁ ଅନେକ ଧନ୍ୟବାଦ ଜଣାଉଛି, ତାଙ୍କର ଅଭିନନ୍ଦନ କରୁଛି।