ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ
July 12th, 02:31 pm
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 04:16 pm
ଓଡ଼ିଶାର ରାଜ୍ୟପାଳ ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଜୀ, ପ୍ରଭାତୀ ପରିଡା ଜୀ, ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ତଥା ଓଡ଼ିଶାର ମୋର ସମସ୍ତ ଭାଇ ଓ ଭଉଣୀମାନେ!ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 04:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଜ୍ୟସ୍ତରୀୟ ସମାରୋହରେ ଅଧ୍ୟକ୍ଷତା କରିଛନ୍ତି। ଓଡ଼ିଶାର ସାମଗ୍ରିକ ବିକାଶ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ପାନୀୟ ଜଳ, ଜଳସେଚନ, କୃଷି ଭିତ୍ତିଭୂମି, ସ୍ୱାସ୍ଥ୍ୟ ଭିତ୍ତିଭୂମି, ଗ୍ରାମୀଣ ରାସ୍ତା ଏବଂ ସେତୁ, ଜାତୀୟ ରାଜପଥର କେତେକ ଖଣ୍ଡ ଏବଂ ଏକ ନୂତନ ରେଳ ଲାଇନ ସମେତ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକରେ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ
May 24th, 08:45 pm
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତିଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
January 09th, 10:15 am
ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 09th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ
December 23rd, 05:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାକ୍ଷାତ କରିଛନ୍ତି ।ନୂଆ ଓଡ଼ିଶା ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
June 12th, 09:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଶ୍ରୀ ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ଶୁଭକାମନା ଜ୍ଞାପନ କରିଛନ୍ତି ।