ହିନ୍ଦୁସ୍ଥାନ ଟାଇମ୍ସ ନେତୃତ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
December 06th, 08:14 pm
ହିନ୍ଦୁସ୍ଥାନ ଟାଇମ୍ସର ଏହି ନେତୃତ୍ୱ ସମ୍ମିଳନୀରେ ଦେଶ ବିଦେଶରୁ ବହୁ ମାନ୍ୟ ଗଣ୍ୟ ଅତିଥି ଯୋଗ ଦେଇଛନ୍ତି । ଆୟୋଜକ ତଥା ନିଜ ମତ ରଖିଥିବା ସମସ୍ତ ମହାନୁଭବଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏବେ ଶୋଭନାଜୀ ଦୁଇଟି କଥା କହିଲେ ଯାହା ମୁଁ ଅନୁଧ୍ୟାନ କରିଛି । ଗୋଟିଏ ହେଲା, ଗତଥର ମୋଦୀ ଆସିଥିଲେ ଓ ଏହି ପ୍ରସ୍ତାବ ଦେଇଥିଲେ । ଏହି ଦେଶରେ ମିଡିଆ ହାଉସକୁ କେହି କିଛି କାମ କହିବାକୁ ସାହାସ କରନ୍ତିନି । କିନ୍ତୁ ମୁଁ କରିଲି । ମୋ ପାଇଁ ଏହା ଏକ ଶୁଭ ଖବର ଯେ, ଶୋଭନାଜୀ ଓ ତାଙ୍କ ଟିମ ଅତି ଆଗ୍ରହର ସହ ଏହି କାମ ସମ୍ପନ୍ନ କରିଛନ୍ତି । ମୁଁ ପ୍ରଦର୍ଶନୀ ଦେଖି ଆସିବା ପରେ ସମସ୍ତେ ଏହା ଦେଖିବା ଲାଗି ମୁଁ ଅନୁରୋଧ କରିବି । ଫଟୋଗ୍ରାଫର ବନ୍ଧୁମାନେ ସ୍ମୃତି ସବୁକୁ ଏମିତି ଜାବୁଡି ଧରି ରଖିପାରିଛନ୍ତି ଯେ ସେହି ମୁହୂର୍ତ ସବୁ ଅମରତ୍ୱ ଲାଭ କରିପାରିଛି । ଦେଶ ମାତୃକାର ସେବା ଆଗକୁ ଏମିତି ଜାରି ରଖିବା ନେଇ ହିନ୍ଦୁସ୍ଥାନ ଟାଇମ୍ସ କହିବା ପରେ ମୁଁ ବିଶେଷ ଭାବରେ ଏନେଇ ଧନ୍ୟବାଦ ଜଣାଉଛି ।ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
December 06th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ଶୋଭନା ଜୀ ଦୁଇଟି ବିନ୍ଦୁ ଉଲ୍ଲେଖ କରିଥିଲେ ଯାହାକୁ ସେ ଭଲଭାବେ ହୃଦୟଙ୍ଗମ କରିଛନ୍ତି। ପ୍ରଥମଟି ଥିଲା ତାଙ୍କର ପୂର୍ବ ଗସ୍ତର ଉଲ୍ଲେଖ, ଯେତେବେଳେ ସେ ଏକ ପରାମର୍ଶ ଦେଇଥିଲେ, ଯାହା ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହିତ ବହୁତ କମ୍ କରାଯାଇଥାଏ, କିନ୍ତୁ ସେ ତାହା କରିଥିଲେ। ଶୋଭନା ଜୀ ଏବଂ ତାଙ୍କ ଦଳ ଏହାକୁ ଉତ୍ସାହର ସହିତ କାର୍ଯ୍ୟକାରୀ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଦର୍ଶନୀ ପରିଦର୍ଶନ କରିବା ସମୟରେ ସେ ଦେଖିଥିଲେ ଯେ ଫଟୋଗ୍ରାଫରମାନେ ଏପରି ମୁହୂର୍ତ୍ତଗୁଡ଼ିକୁ କ୍ୟାମେରାରେ କଏଦ କରିଛନ୍ତି ଯାହା ଅମର ହୋଇଯାଇଛି । ସମସ୍ତଙ୍କୁ ଏହା ଦେଖିବାକୁ ସେ ଅନୁରୋଧ କରିଥିଲେ। ଶୋଭନା ଜୀଙ୍କ ଦ୍ୱିତୀୟ ବିନ୍ଦୁ ଉପରେ ପ୍ରଧାନମନ୍ତ୍ରୀ ମତ ରଖିଥିଲେ। ସେ କହିଥିଲେ, ଦେଶର ସେବା କରିବା କେବଳ ତାଙ୍କର ଇଚ୍ଛା ନୁହେଁ ବରଂ ହିନ୍ଦୁସ୍ତାନ ଟାଇମ୍ସ ମଧ୍ୟ ଚାହୁଁଛି ଯେ ସେ ଏହି ସେବା କରିବା ଜାରି ରଖିବା ଆବଶ୍ୟକ। ଏଥିପାଇଁ ପ୍ରଧାନମନ୍ତ୍ରୀ ବିଶେଷ ଭାବେ କୃତଜ୍ଞତା ପ୍ରକଟ କରିଥିଲେ।ହାଇଦ୍ରାବାଦରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 10:10 am
ମୋ ପାଖରେ ସମୟ କମ ରହିଛି କାରଣ ମୋତେ ସଂସଦରେ ପହଞ୍ଚିବାକୁ ପଡିବ । ସେଠାରେ ରାଷ୍ଟ୍ରପତିଙ୍କ ସହ ଏକ ବୈଠକ ରହିଛି । ସେଥିପାଇଁ ଭାଷଣକୁ ଲମ୍ବା ନକରି କେବଳ କିଛି ବିନ୍ଦୁ ଉପରେ ମୁଁ ମୋ କଥାକୁ ସମାପନ କରିବି । ଆଜିଠାରୁ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରର ଉନ୍ନତି ହେବ । ସଫ୍ରାନର ଏହି ନୂଆ ଉଦ୍ୟମ ଭାରତକୁ ଏକ ବୈଶ୍ୱିକ ଏମଆରଓ ହବରେ ପରିଣତ କରିପାରିଛି । ବିଶ୍ୱର ଏରୋସ୍ପେଶ ସେକ୍ଟରରେ ଏହି ଏମଆରଓ ସୁବିଧା ଯୁବକମାନଙ୍କ ଲାଗି ନୂଆ ସୁଯୋଗ ସୃଷ୍ଟି କରିବ । ୨୪ ନଭେମ୍ବର ୨୦୨୫ରେ ମୁଁ ସଫ୍ରାନ ବୋର୍ଡ ଓ ପରିଚାଳନା କମିଟିକୁ ସାକ୍ଷାତ କରିଥିଲି । ପୂର୍ବରୁ ବି ସାକ୍ଷାତ କରିଥିଲି । ପ୍ରତି ସାକ୍ଷାତରେ ଭାରତକୁ ନେଇ ସେମାନଙ୍କର ଆଶା ଓ ବିଶ୍ୱାସ ରହିଛି ବୋଲି ମୁଁ ଅନୁଭବ କଲି । ମୋର ବିଶ୍ୱାସ ରହିଛି ଯେ ଭାରତବର୍ଷରେ ସାଫ୍ରନର ପୁଞ୍ଜି ନିବେଶ ଆଗକୁ ବି ଜାରି ରହିବ । ଏହି ସୁବିଧା ପାଇଁ ଟିମ ସଫ୍ରାନକୁ ମୁଁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦରେ ସଫରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦଘାଟନ କରିଛନ୍ତି
November 26th, 10:00 am
୨୬.୧୧.୨୦୨୫ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଜିଏମଆର ଏରୋସ୍ପେସ୍ ଏବଂ ଇଣ୍ଡଷ୍ଟ୍ରିଆଲ୍ ପାର୍କ – ଏସଇଜେଡରେ ଅବସ୍ଥିତ ସଫରାନ୍ ଏୟାରକ୍ରାଫ୍ଟ ଇଞ୍ଜିନ୍ ସର୍ଭିସେସ୍ ଇଣ୍ଡିଆ (ଏସଏଇଏସଆଇ) ସୁବିଧାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, ଆଜିଠାରୁ ଭାରତର ବିମାନ ଚଳାଚଳ କ୍ଷେତ୍ର ଏକ ନୂତନ ଉଡ଼ାଣ ନେଉଛି। ସଫରାନର ନୂତନ ସୁବିଧା ଭାରତକୁ ଏକ ବିଶ୍ୱସ୍ତରୀୟ ମେଣ୍ଟେନାନ୍ସ, ରିପେୟାର ଏବଂ ଓଭରହଲ୍ (ଏମଆରଓ) ହବ୍ ଭାବରେ ପ୍ରତିଷ୍ଠା କରିବାରେ ସାହାଯ୍ୟ କରିବ। ପ୍ରଧାନମନ୍ତ୍ରୀ ରେଖାଙ୍କିତ କରିଥିଲେ ଯେ ଏହି ଏମଆରଓ ସୁବିଧା ଉଚ୍ଚ-ପ୍ରଯୁକ୍ତିବିଦ୍ୟା ମହାକାଶ କ୍ଷେତ୍ରରେ ଯୁବପିଢ଼ି ପାଇଁ ନୂତନ ସୁଯୋଗ ସୃଷ୍ଟି କରିବ। ସେ ମନେ ପକାଇଥିଲେ ଯେ, ସେ ୨୪ ନଭେମ୍ବରରେ ସଫରାନ ବୋର୍ଡ ଏବଂ ପରିଚାଳନାକୁ ଭେଟିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ପୂର୍ବରୁ ମଧ୍ୟ ସେମାନଙ୍କ ସହିତ ପ୍ରତ୍ୟେକ ଆଲୋଚନାରେ ସେ ଭାରତ ସମ୍ପର୍କରେ ସେମାନଙ୍କର ଆତ୍ମବିଶ୍ୱାସ ଏବଂ ଆଶା ଦେଖିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଭାରତରେ ସଫରାନ ର ନିବେଶ ସମାନ ଗତିରେ ଜାରି ରହିବ। ତାଙ୍କର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ଏହି ନୂତନ ସୁବିଧା ପାଇଁ ଟିମ୍ ସଫରାନକୁ ଅଭିନନ୍ଦନ ଜଣାଇଥିଲେ।Cabinet approves Credit Guarantee Scheme for Exporters (CGSE)
November 12th, 08:23 pm
The Union Cabinet, chaired by PM Modi has approved the introduction of the Credit Guarantee Scheme for Exporters (CGSE) to provide 100% credit guarantee coverage. The scheme will strengthen liquidity, ensure smooth business operations, reinforce India’s progress towards achieving the USD 1 trillion export target and further India’s journey towards Aatmanirbhar Bharat.Cabinet approves Export Promotion Mission to strengthen India’s export ecosystem with an outlay of Rs.25,060 crore
November 12th, 08:15 pm
The Union Cabinet chaired by PM Modi has approved the Export Promotion Mission (EPM) with a total outlay of Rs.25,060 crore for FY 2025–26 to FY 2030–31 to strengthen India’s export competitiveness. EPM represents a forward-looking effort to make India’s export framework more inclusive, technology-enabled and globally competitive, aligning with the vision of Viksit Bharat @2047.ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରଜତ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
November 09th, 01:00 pm
ଦେବଭୂମି ଉତ୍ତରାଖଣ୍ଡର ମୋର ଭାଇ-ବନ୍ଧୁ, ବଡ଼ ଭଉଣୀ-ସାନ ଭଉଣୀ, ବୟସ୍କ-ଯୁବକ । ଆପଣ ସମସ୍ତଙ୍କୁ ମୋର ନମସ୍କାର ।ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରୌପ୍ୟ ଜୟନ୍ତୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 09th, 12:30 pm
ପ୍ରଧାନମନ୍ତ୍ରୀ କହିଥିଲେ ଯେ ନଭେମ୍ବର ୯ ତାରିଖ ହେଉଛି ଏକ ଦୀର୍ଘ ଏବଂ ଉତ୍ସର୍ଗୀକୃତ ସଂଘର୍ଷର ପରିଣାମ । ଏହି ଦିନ ଆମ ସମସ୍ତଙ୍କ ମଧ୍ୟରେ ଗର୍ବର ଗଭୀର ଭାବନା ସୃଷ୍ଟି କରେ। ସେ କହିଥିଲେ ଯେ ଉତ୍ତରାଖଣ୍ଡର ଦେବତୁଲ୍ୟ ଲୋକମାନେ ଏକ ସ୍ୱପ୍ନ ଦେଖିଥିଲେ, ଯାହା ୨୫ ବର୍ଷ ପୂର୍ବେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱରେ ପୂରଣ ହୋଇଥିଲା। ଗତ ୨୫ ବର୍ଷର ଯାତ୍ରା ଉପରେ ପ୍ରତିଫଳିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଉତ୍ତରାଖଣ୍ଡ ଯେଉଁ ଉଚ୍ଚତାରେ ପହଞ୍ଚିଛି ତାହା ଦେଖି, ଏହି ସୁନ୍ଦର ରାଜ୍ୟ ନିର୍ମାଣ ପାଇଁ ସଂଘର୍ଷ କରୁଥିବା ପ୍ରତ୍ୟେକଙ୍କ ପାଇଁ ଆନନ୍ଦିତ ହେବା ସ୍ୱାଭାବିକ। ସେ କହିଥିଲେ ଯେ ଯେଉଁମାନେ ପର୍ବତକୁ ଭଲ ପାଆନ୍ତି, ଉତ୍ତରାଖଣ୍ଡର ସଂସ୍କୃତି, ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆଦର କରନ୍ତି ଏବଂ ଦେବଭୂମିର ଲୋକଙ୍କ ପ୍ରତି ସ୍ନେହ ରଖନ୍ତି, ସେମାନେ ଆଜି ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ।ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 24th, 11:20 am
ଏଥର ଆଲୋକର ପର୍ବ ଦୀପାବଳି ଆପଣ ସମସ୍ତଙ୍କ ଜୀବନରେ ନୂଆ ଆଲୋକ ଆଣିଛି। ଉତ୍ସବ ମଧ୍ୟରେ ସ୍ଥାୟୀ ଚାକିରି ପାଇଁ ନିଯୁକ୍ତି ପତ୍ର ପାଇବା, ଅର୍ଥାତ୍ ଉତ୍ସବର ଆନନ୍ଦ ଏବଂ ସଫଳତାର ଦ୍ୱିଗୁଣିତ ଖୁସି, ଏହି ଖୁସି ଆଜି ଦେଶର 51 ହଜାରରୁ ଅଧିକ ଯୁବକମାନଙ୍କୁ ମିଳିଛି। ମୁଁ ଅନୁଭବ କରିପାରୁଛି , ଆପଣ ସମସ୍ତଙ୍କ ପରିବାରରେ କେତେ ଖୁସି ଥିବ। ମୁଁ ଆପଣ ସମସ୍ତଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୀବନର ଏହି ନୂତନ ଆରମ୍ଭ ପାଇଁ ମୁଁ ମୋର ଶୁଭକାମନା ଜଣାଉଛି।ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧନ କରିଛନ୍ତି । ନିଜର ଏହି ସମ୍ବୋଧନରେ ସେ କହିଥିଲେ ଯେ, ଚଳିତ ବର୍ଷର ଦୀପାବଳି ସମସ୍ତଙ୍କ ଜୀବନକୁ ଆଲୋକିତ କରିଛି । ପାର୍ବଣର ଆନନ୍ଦ ମଧ୍ୟରେ ସ୍ଥାୟୀ ନିଯୁକ୍ତି ପାଇଁ ନିଯୁକ୍ତିପତ୍ର ପାଇବା ଏହି ଆନନ୍ଦକୁ ଦ୍ବିଗୁଣିତ କରିଛି – ଅର୍ଥାତ୍ ଉଭୟ ପାର୍ବଣ ଓ ନିଯୁକ୍ତି ସଫଳତାର ଆନନ୍ଦ । ଏହି ଆନନ୍ଦ ଆଜି ଦେଶର ୫୧ ହଜାର ଯୁବକଯୁବତୀଙ୍କ ନିକଟରେ ପହଞ୍ଚିଛି ଏବଂ ସେମାନଙ୍କ ପରିବାର ପାଇଁ ଅପାର ଆନନ୍ଦ ଆଣିଦେଇଛି । ଜୀବନରେ ନୂତନ ଆରମ୍ଭ ଲାଗି ପ୍ରଧାନମନ୍ତ୍ରୀ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ଭାରତ-ବ୍ରିଟେନ ସି.ଇ.ଓ. ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 04:41 pm
ବର୍ଷ ବର୍ଷ ଧରି ଆପଣ ସମସ୍ତ ବ୍ୟବସାୟୀ ନେତୃବର୍ଗଙ୍କ ନିରନ୍ତର ପ୍ରୟାସ ଦ୍ୱାରା, ଏହି ମଞ୍ଚ ଭାରତ-ବ୍ରିଟେନ ରଣନୈତିକ ଭାଗିଦାରୀର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଠିଆ ହୋଇଛି। ବର୍ତ୍ତମାନ ଆପଣଙ୍କ ମତାମତ ଶୁଣିବା ଦ୍ୱାରା ମୋର ବିଶ୍ୱାସ ଗଭୀର ହୋଇଛି ଯେ, ଆମେ ସ୍ୱାଭାବିକ ଅଂଶୀଦାର ଭାବରେ ଆହୁରି ଦ୍ରୁତ ଗତିରେ ଆଗକୁ ବଢିବୁ। ଆଉ ଏଥିପାଇଁ ମୁଁ ଆପଣ ସମସ୍ତଙ୍କୁ ଅଭିବାଦନ ଜଣାଉଛି।ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 02:51 pm
ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 09th, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 25th, 10:22 am
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ଉତ୍ତର ପ୍ରଦେଶ ବିଜେପି ସଭାପତି ଭୂପେନ୍ଦ୍ର ଚୌଧୁରୀ , ଶିଳ୍ପ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ।ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ -୨୦୨୫’କୁ ଉଦଘାଟନ ଏବଂ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀରେ ଯୋଗ ଦେଇଥିବା ସମସ୍ତ ବ୍ୟବସାୟୀ, ନିବେଶକ, ଉଦ୍ୟୋଗୀ ଏବଂ ଯୁବ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୨,୨୦୦ ରୁ ଅଧିକ ପ୍ରଦର୍ଶକ ସେମାନଙ୍କର ଉତ୍ପାଦ ଏବଂ ସେବା ପ୍ରଦର୍ଶନ କରୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଏହି ବାଣିଜ୍ୟ ପ୍ରଦର୍ଶନୀର ସଂସ୍କରଣ ପାଇଁ ଋଷ ଦେଶ ଅଂଶୀଦାର ବୋଲି ଆଲୋକପାତ କରିଛନ୍ତି, ଯାହା ଏକ ପରୀକ୍ଷିତ ସହଭାଗୀ ସୁଦୃଢ଼ତାର ଗୁରୁତ୍ୱ ବହନ କରୁଛି। ସେ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସରକାରୀ ସହକର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଅବସରଟି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ସହିତ ସମ୍ପୃକ୍ତ ଅଟେ, ଯିଏ ସମାଜର ସବୁଠୁ ପଛରେ ପଡ଼ିଥିବା ବ୍ୟକ୍ତିଙ୍କ ଉନ୍ନତି ପାଇଁ - ଅନ୍ତ୍ୟୋଦୟ ପଥ ଉପରେ ଦେଶକୁ ନେତୃତ୍ୱ ଦେଇଥିଲେ। ସେ ଜୋର ଦେଇ କହିଛନ୍ତି ଯେ, ଅନ୍ତ୍ୟୋଦୟ ଅର୍ଥ ହେଉଛି ବିକାଶକୁ ତ୍ରୁଣମୂଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା, ସମସ୍ତ ପ୍ରକାରର ଭେଦଭାବକୁ ଦୂର କରିବା। ସେ ଆହୁରି ମଧ୍ୟ ମନ୍ତବ୍ୟ ଦେଇଛନ୍ତି ଯେ, ଭାରତ ବର୍ତ୍ତମାନ ଏହି ସମାବେଶୀମୂଳକ ଉନ୍ନତିର ମଡେଲ୍କୁ ବିଶ୍ୱ ସାମ୍ନାରେ ଏକ ଉଦାହରଣ ଭାବରେ ପ୍ରଦର୍ଶନ କରୁଛି।ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 21st, 06:09 pm
ଶକ୍ତି ପୂଜାର ପର୍ବ ନବରାତ୍ରୀ, ଆସନ୍ତାକାଲିଠାରୁ ଆରମ୍ଭ ହେଉଛି। ଆପଣମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା! ନବରାତ୍ରୀର ପ୍ରଥମ ଦିନରୁ, ଦେଶ ଆତ୍ମନିର୍ଭରଶୀଳ ଭାରତ ଅଭିଯାନ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଏବଂ ବଡ଼ ପଦକ୍ଷେପ ନେଉଛି। ଆସନ୍ତାକାଲି, ସେପ୍ଟେମ୍ବର 22 ତାରିଖ ସୂର୍ଯ୍ୟୋଦୟ ସହିତ ନବରାତ୍ରୀର ପ୍ରଥମ ଦିନଠାରୁ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର କାର୍ଯ୍ୟକାରୀ ହେବ। ଅନ୍ୟ ଅର୍ଥରେ କହିବାକୁ ଗଲେ ଆସନ୍ତାକାଲିଠାରୁ ଦେଶରେ ଏକ ଜିଏସଟି ସଞ୍ଚୟ ମହୋତ୍ସବ ଆରମ୍ଭ ହେବାକୁ ଯାଉଛି। ଏହି ଜିଏସଟି ସଞ୍ଚୟ ମହୋତ୍ସବ ଆପଣଙ୍କର ସଞ୍ଚୟ ବୃଦ୍ଧି କରିବ ଏବଂ ଆପଣ ଚାହୁଁଥିବା ଜିନିଷଗୁଡ଼ିକୁ ଅଧିକ ସହଜରେ କିଣିପାରିବେ। ଆମ ଦେଶର ଗରିବ, ମଧ୍ୟବିତ୍ତ ବର୍ଗର ଲୋକ, ନବମଧ୍ୟବିତ୍ତ ବର୍ଗ, ଯୁବବର୍ଗ, କୃଷକ, ମହିଳା, ଦୋକାନୀ, ବ୍ୟବସାୟୀ, ଉଦ୍ୟୋଗୀ, ସମସ୍ତେ ଏହି ସଞ୍ଚୟ ମହୋତ୍ସବରୁ ବହୁତ ଲାଭ ପାଇବେ। ଏହାର ଅର୍ଥ ହେଉଛି ଏହି ପାର୍ବଣ ଋତୁରେ ସମସ୍ତଙ୍କୁ କିଛି ମିଠା ଖାଇବାକୁ ମିଳିବ ଏବଂ ଦେଶର ପ୍ରତ୍ୟେକ ପରିବାର ଆଶୀର୍ବାଦ ପାଇବେ। ମୁଁ ଆଗାମୀ ପିଢ଼ିର ଜିଏସଟି ସଂସ୍କାର ଏବଂ ଏହି ସଞ୍ଚୟ ମହୋତ୍ସବ ପାଇଁ ଦେଶର କୋଟି କୋଟି ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ଏହି ସଂସ୍କାରଗୁଡ଼ିକ ଭାରତର ଅଭିବୃଦ୍ଧି କାହାଣୀକୁ ତ୍ୱରାନ୍ୱିତ କରିବ, ବ୍ୟବସାୟ କରିବା ସହଜ ହେବ, ନିବେଶ ଅଧିକ ଆକର୍ଷଣୀୟ ହେବ ଏବଂ ବିକାଶ ଦୌଡ଼ରେ ପ୍ରତ୍ୟେକ ରାଜ୍ୟକୁ ସମାନ ଅଂଶୀଦାର କରିବ।ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ସେ ଶକ୍ତି ଉପାସନାର ପର୍ବ ନବରାତ୍ରୀ ପ୍ରାରମ୍ଭରେ ସବୁ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ନବରାତ୍ରୀର ପ୍ରଥମ ଦିନରୁ ଦେଶ ଆତ୍ମନିର୍ଭର ଭାରତ ଅଭିଯାନରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛି। 22 ସେପ୍ଟେମ୍ବର ସୂର୍ଯ୍ୟୋଦୟ ଠାରୁ ଦେଶ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର କାର୍ଯ୍ୟକାରୀ କରିବ। ଏହାସହିତ ସମଗ୍ର ଭାରତରେ ‘ଜିଏସଟି ବଚତ’ ଉତ୍ସବ (ସଞ୍ଚୟ ମହୋତ୍ସବ)ର ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ସେ ଜୋର ଦେଇ କହିଥିଲେ ଯେ ଏହି ପର୍ବ ସଞ୍ଚୟକୁ ବୃଦ୍ଧି କରିବ ଏବଂ ଲୋକଙ୍କ ପାଇଁ ସେମାନଙ୍କର ପସନ୍ଦର ଜିନିଷ କିଣିବାକୁ ସହଜ କରିବ। ଏହି ସଞ୍ଚୟ ମହୋତ୍ସବର ଲାଭ ଗରିବ, ମଧ୍ୟବିତ୍ତ, ନବମଧ୍ୟବିତ୍ତ ବର୍ଗ, ଯୁବକ, କୃଷକ, ମହିଳା, ଦୋକାନୀ, ବ୍ୟବସାୟୀ ଏବଂ ଉଦ୍ୟୋଗୀମାନଙ୍କ ନିକଟରେ ପହଞ୍ଚିବ। ସେ ଆହୁରି କହିଛନ୍ତି, ଏହି ପାର୍ବଣ ଋତୁରେ ପ୍ରତ୍ୟେକ ପରିବାରର ସୁଖ ଏବଂ ମଧୁରତା ବୃଦ୍ଧି ପାଇବ। ପ୍ରଧାନମନ୍ତ୍ରୀ ଦେଶର କୋଟି କୋଟି ପରିବାରକୁ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର ଏବଂ ଜିଏସଟି ସଞ୍ଚୟ ମହୋତ୍ସବ ପାଇଁ ଶୁଭକାମନା ଜଣାଇଥିଲେ। ସେ କହିଥିଲେ, ଏହି ସଂସ୍କାରଗୁଡ଼ିକ ଭାରତର ଅଭିବୃଦ୍ଧି କାହାଣୀକୁ ତ୍ୱରାନ୍ୱିତ କରିବ, ବ୍ୟବସାୟିକ କାର୍ଯ୍ୟକୁ ସରଳ କରିବ, ନିବେଶକୁ ଅଧିକ ଆକର୍ଷଣୀୟ କରିବ ଏବଂ ବିକାଶ ଦୌଡ଼ରେ ପ୍ରତ୍ୟେକ ରାଜ୍ୟ ସମାନ ଅଂଶୀଦାର ହେବ।India's coastlines will become gateways to the nation's prosperity: PM Modi in Bhavnagar
September 20th, 11:00 am
At the inauguration of ₹34,200 crore development works in Bhavnagar, PM Modi recalled India’s historic strength as a maritime power and shipbuilding hub. Blaming Congress for the collapse of shipbuilding ecosystem, he said that with the vision of self-reliance, the maritime sector is now advancing towards next-gen reforms. He noted that India accounts for 10% of global maritime trade and set a goal to triple this share by 2047.