ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।RJD forced Congress to surrender its CM claim at gunpoint: PM Modi in Bhagalpur, Bihar
November 06th, 12:01 pm
In the Bhagalpur rally, PM Modi criticised RJD and Congress for never understanding the value of self-reliance or Swadeshi. He reminded the people that the Congress can never erase the stain of the Bhagalpur riots. Outlining NDA’s roadmap for progress, PM Modi said the government is working to make Bihar a hub for textiles, tourism and technology.No IIT, no IIM, no National Law University — a whole generation’s future was devoured by RJD’s leadership: PM Modi in Araria, Bihar
November 06th, 11:59 am
PM Modi addressed a large public gathering in Araria, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’PM Modi stirs up massive rallies with his addresses in Araria & Bhagalpur, Bihar
November 06th, 11:35 am
PM Modi addressed large public gatherings in Araria & Bhagalpur, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’Cabinet approves Minimum Support Prices (MSP) for Rabi Crops for Marketing Season 2026-27
October 01st, 03:31 pm
The Cabinet Committee on Economic Affairs (CCEA) chaired by PM Modi, has approved the increase in the Minimum Support Prices (MSP) for all mandated Rabi Crops for Marketing Season 2026-27. In line with the Union Budget 2018-19, this increase will ensure remunerative prices to the farmers and incentivise crop persification.୭୯ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣର ମୁଖ୍ୟାଂଶ
August 15th, 03:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଲାଲକିଲ୍ଲାରୁ ୭୯ତମ ସ୍ୱାଧୀନତା ଦିବସରେ ଦେଶକୁ ସମ୍ବୋଧିତ କରିଛନ୍ତି। ଶ୍ରୀ ମୋଦୀଙ୍କ ଅଭିଭାଷଣ ଲାଲକିଲ୍ଲାରୁ ସବୁଠାରୁ ଲମ୍ବା ଏବଂ ନିର୍ଣ୍ଣାୟକ ଅଭିଭାଷଣ ଥିଲା, ଯାହା ୧୦୩ ମିନିଟ୍ ଧରି ଥିଲା, ଯେଉଁଥିରେ ସେ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଆତ୍ମନିର୍ଭରଶୀଳତା, ନବସୃଜନ ଏବଂ ନାଗରିକ ସଶକ୍ତିକରଣ ଉପରେ ଧ୍ୟାନ କେନ୍ଦ୍ରିତ କରିଥିଲା । ଏହା ମଧ୍ୟ ଅନ୍ୟ ଉପରେ ନିର୍ଭରଶୀଳ ଦେଶରୁ ବିଶ୍ୱସ୍ତରୀୟ ଆତ୍ମବିଶ୍ୱାସୀ, ପ୍ରଯୁକ୍ତିବିଦ୍ୟା ଦୃଷ୍ଟିରୁ ଉନ୍ନତ ଏବଂ ଆର୍ଥିକ ଦୃଷ୍ଟିରୁ ସ୍ଥିର ଦେଶ ହେବା ପାଇଁ ଭାରତର ଯାତ୍ରାକୁ ଆଲୋକପାତ କରିଥିଲା।୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 07:00 am
ସ୍ୱାଧୀନତାର ଏହି ମହାନ ପର୍ବ ହେଉଛି ୧୪୦ କୋଟି ଭାରତୀୟଙ୍କ ସଂକଳ୍ପର ପର୍ବ। ସ୍ୱାଧୀନତାର ଏହି ପର୍ବ ସାମୂହିକ ସିଦ୍ଧି ଓ ଗୌରବର ମୁହୂର୍ତ୍ତ ଏବଂ ଏହା ସମସ୍ତଙ୍କ ହୃଦୟକୁ ଉତ୍ସାହରେ ପରିପୂର୍ଣ୍ଣ କରି ଦେଇଛି। ଦେଶ ଏକତାର ଭାବନାକୁ ଏହା ନିରନ୍ତର ମଜବୁତ କରୁଛି। ଆଜି, ୧୪୦ କୋଟି ଦେଶବାସୀ ତ୍ରିରଙ୍ଗା ରଙ୍ଗରେ ରଙ୍ଗିତ। ଘରେ ଘରେ ତ୍ରିରଙ୍ଗା, ଭାରତର ପ୍ରତ୍ୟେକ କୋଣରୁ, ତାହା ମରୁଭୂମି ହେଉ ଅବା ହିମାଳୟର ଶିଖର ହେଉ, ସମୁଦ୍ର କୂଳ ହେଉ ଅବା ଘନ ଜନବସତି ଅଞ୍ଚଳ, ସବୁଠି ସମାନ ପ୍ରତିଧ୍ୱନି ଓ ସମାନ ଜୟଗାନ ଶୁଭୁଛି । ଆମ ପାଇଁ ଆମ ଜୀବନଠାରୁ ଅଧିକ ପ୍ରିୟ ମାତୃଭୂମିର ଜୟଗାନ ଚାରିଆଡ଼େ ଶୁଭୁଛି ।India celebrates 79th Independence Day
August 15th, 06:45 am
PM Modi, in his address to the nation on the 79th Independence day paid tribute to the Constituent Assembly, freedom fighters, and Constitution makers. He reiterated that India will always protect the interests of its farmers, livestock keepers and fishermen. He highlighted key initiatives—GST reforms, Pradhan Mantri Viksit Bharat Rozgar Yojana, National Sports Policy, and Sudharshan Chakra Mission—aimed at achieving a Viksit Bharat by 2047. Special guests like Panchayat members and “Drone Didis” graced the Red Fort celebrations.Our government is working with full strength to transform the lives of farmers: PM Modi in Varanasi
August 02nd, 11:30 am
In his address while launching multiple development works in Varanasi, PM Modi said that this was his first visit to the holy city following Operation Sindoor. He asserted that during Operation Sindoor, the world witnessed the Rudra form of India. The PM announced that ₹21,000 crore had been transferred to the bank accounts of 10 crore farmers across the country under the PM-Kisan Samman Nidhi scheme.ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 02nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଶ୍ରାବଣ ମାସରେ ବାରାଣସୀର ପରିବାର ସହ ସାକ୍ଷାତ କରି ତାଙ୍କର ହୃଦୟସ୍ପର୍ଶୀ ଭାବନା ପ୍ରକାଶ କରିଛନ୍ତି । ବାରାଣସୀର ଲୋକଙ୍କ ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କକୁ ଉଲ୍ଲେଖ କରି ଶ୍ରୀ ମୋଦୀ ସହରର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ତାଙ୍କର ସୌହାର୍ଦ୍ଦ୍ୟପୂର୍ଣ୍ଣ ଶୁଭେଚ୍ଛା ଜଣାଇଛନ୍ତି । ପବିତ୍ର ଶ୍ରାବଣ ମାସରେ ଭିଡିଓ କନଫରେନ୍ସ ମାଧ୍ୟମରେ ଦେଶବ୍ୟାପୀ କୃଷକମାନଙ୍କ ସହିତ ସଂଯୋଗ ସ୍ଥାପନ କରି ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଛନ୍ତି ।PM Modi highlights the far-reaching impact of the government’s pro-farmer initiatives
June 07th, 11:40 am
The Prime Minister, Shri Narendra Modi has underlined the far-reaching impact of the government’s pro-farmer initiatives over the past 11 years, marking a significant phase of dignity and prosperity for the agricultural community.Peace, security, education and development will reach every village without any hindrance: PM Modi in Karakat, Bihar
May 30th, 11:29 am
PM Modi laid the foundation and dedicated projects worth ₹48,520 crore in Karakat, Bihar, calling it a step towards fast-tracking the state’s development. He paid tribute to Bihar’s cultural roots, honoured the strength of Indian women, and reaffirmed India’s resolve by highlighting swift justice after the Pahalgam attack.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି
May 30th, 10:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ଉଲ୍ଲେଖ କରିଥିଲେ ଯେ, ଏହି ପବିତ୍ର ଭୂମିରେ ବିହାରର ବିକାଶକୁ ତ୍ୱରାନ୍ୱିତ କରିବାର ସୌଭାଗ୍ୟ ତାଙ୍କୁ ମିଳିଛି ଏବଂ ସେ 48,000 କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କୁ ଆଶୀର୍ବାଦ ଦେବାକୁ ଆସିଥିବା ବିଶାଳ ସମାବେଶକୁ ସ୍ୱୀକାର କରିଥିଲେ ଏବଂ ବିହାର ପ୍ରତି ସେମାନଙ୍କର ସ୍ନେହ ଏବଂ ପ୍ରେମ ପାଇଁ ଗଭୀର କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସେ ସର୍ବଦା ସେମାନଙ୍କର ସମର୍ଥନକୁ ସର୍ବୋଚ୍ଚ ସମ୍ମାନରେ ରଖିବେ ବୋଲି ଗୁରୁତ୍ୱ ଦେଇଥିଲେ। ସେ ବିହାରର ମାଆ ଏବଂ ଭଉଣୀମାନଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ।2025-26 ବିପଣନ ଋତୁ ପାଇଁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) କୁ କ୍ୟାବିନେଟ ମଞ୍ଜୁରି
May 28th, 03:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି 2025-26 ବିପଣନ ଋତୁ ପାଇଁ 14ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ମଞ୍ଜୁରି ଦେଇଛନ୍ତି।ଛତିଶଗଡ଼ର ବିଳାସପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 30th, 06:12 pm
ଛତିଶଗଡ଼ର ରାଜ୍ୟପାଳ, ଶ୍ରୀ ରମେନ ଡେକା ଜୀ, ରାଜ୍ୟର ଲୋକପ୍ରିୟ ଏବଂ ସକ୍ରିୟ ମୁଖ୍ୟମନ୍ତ୍ରୀ, ଶ୍ରୀ ବିଷ୍ଣୁଦେବ ସାଇ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ଏହି ଅଞ୍ଚଳର ସାଂସଦ ତଥା କେନ୍ଦ୍ର ମନ୍ତ୍ରୀ, ତୋଖାନ ସାହୁ ଜୀ, ଛତିଶଗଡ଼ ବିଧାନସଭାର ବାଚସ୍ପତି ଏବଂ ମୋର ପ୍ରିୟ ବନ୍ଧୁ, ରମଣ ସିଂହ ଜୀ, ଉପମୁଖ୍ୟମନ୍ତ୍ରୀ, ବିଜୟ ଶର୍ମା ଜୀ, ଅରୁଣ ସାହୁ ଜୀ, ଛତିଶଗଡ଼ ସରକାରଙ୍କ ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ, ଏବଂ ଦୂର ଦୂରାନ୍ତରୁ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ !ଛତିଶଗଡର ବିଳାସପୁରରେ ୩୩,୭୦୦ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 30th, 03:30 pm
ଭିତ୍ତିଭୂମି ବିକାଶ ଏବଂ ସ୍ଥାୟୀ ଜୀବିକା ବୃଦ୍ଧି ପାଇଁ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ବିଳାସପୁର ଠାରେ ୩୩,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ, କାର୍ଯ୍ୟ ଆରମ୍ଭ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ଆଜି ନୂଆ ବର୍ଷର ଶୁଭ ଆରମ୍ଭ ଏବଂ ନବରାତ୍ରିର ପ୍ରଥମ ଦିନରେ ସେ ମା' ମହାମାୟାଙ୍କ ଭୂମି ଏବଂ ମାତା କୌଶଲ୍ୟାଙ୍କ ମାତୃଭୂମି ଭାବେ ଛତିଶଗଡ଼ର ମହତ୍ତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟ ପାଇଁ ଦେବୀଙ୍କ ପ୍ରତି ସମର୍ପିତ ଏହି ନଅ ଦିନର ବିଶେଷ ମହତ୍ତ୍ୱ ଉପରେ ସେ ଆଲୋକପାତ କରିଥିଲେ। ନବରାତ୍ରିର ପ୍ରଥମ ଦିନରେ ଛତିଶଗଡ଼ରେ ରହିବାର ସୌଭାଗ୍ୟ ସମ୍ପର୍କରେ ଉଲ୍ଲେଖ କରିବା ସହ ଭକ୍ତ ଶିରୋମଣି ମାତା କର୍ମାଙ୍କ ସମ୍ମାନରେ ନିକଟରେ ଡାକ ଟିକଟ ଜାରି ହୋଇଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ, ନବରାତ୍ରି ପର୍ବ ରାମନବମୀ ପାଳନ ସହିତ ଶେଷ ହେବ , ଏହା ସହିତ ଯେ ଛତିଶଗଡ଼ରେ ଭଗବାନ ରାମଙ୍କ ପ୍ରତି ଅନନ୍ୟ ଭକ୍ତି, ବିଶେଷ କରି ରାମନାମୀ ସମାଜର ଅସାଧାରଣ ସମର୍ପଣ, ଯିଏ କି ଭଗବାନ ରାମଙ୍କ ନାମରେ ନିଜର ସମଗ୍ର ଅସ୍ତିତ୍ୱ ଉତ୍ସର୍ଗ କରିଛନ୍ତି, ତାହା ଉପରେ ଆଲୋକପାତ କରିଥିଲେ। ସେ ଛତିଶଗଡ଼ବାସୀଙ୍କୁ ଭଗବାନ ରାମଙ୍କ ମାମୁଁ ଘର ପରିବାର ବୋଲି ଦର୍ଶାଇ ଶୁଭେଚ୍ଛା ଜଣାଇଥିଲେ।ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
February 24th, 02:30 pm
କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।