ନୌବାଣିଜ୍ୟ ନେତାଙ୍କ ମୁମ୍ବାଇ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 29th, 04:09 pm

ମହାରାଷ୍ଟ୍ର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଜୀ, କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶାନ୍ତନୁ ଠାକୁରଜୀ, କୀର୍ତିବର୍ଦ୍ଧନ ସିଂହ ଜୀ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ସିପିଂ ଓ ଅନ୍ୟାନ୍ୟ ବିଭାଗ ସହ ଜଡିତ ନେତା, ଭଦ୍ରମଣ୍ଡଳୀ ।

ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍‌ 2025ରେ ମେରିଟାଇମ୍ ଲିଡର୍ସ କନକ୍ଲେଭକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

October 29th, 04:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍‌ ବା ଭାରତ ସାମୁଦ୍ରିକ ସପ୍ତାହ 2025 କାର୍ଯ୍ୟକ୍ରମ ଅନ୍ତର୍ଗତ ମେରିଟାଇମ୍ ଲିଡର୍ସ କନକ୍ଲେଭ (ସାମୁଦ୍ରିକ ନେତୃବର୍ଗଙ୍କ ସମ୍ମିଳନୀ)କୁ ସମ୍ବୋଧିତ କରିଛନ୍ତି । ସେ ମଧ୍ୟ ବିଶ୍ୱ ସାମୁଦ୍ରିକ କ୍ଷେତ୍ରର ବରିଷ୍ଠ ପଦାଧିକାରୀଙ୍କୁ ନେଇ ଆୟୋଜିତ ମଞ୍ଚ ଗ୍ଲୋବାଲ୍ ମେରିଟାଇମ୍ ସିଇଓ ଫୋରମର ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଗ୍ଲୋବାଲ୍ ମେରିଟାଇମ୍ ଲିଡର୍ସ କନକ୍ଲେଭରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଥିଲେ। ସେ କହିଥିଲେ, ଏହି କାର୍ଯ୍ୟକ୍ରମ 2016ରେ ମୁମ୍ବାଇରେ ଆରମ୍ଭ ହୋଇଥିଲା। ଏହା ବର୍ତ୍ତମାନ ଏକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀରେ ପରିଣତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। 85ରୁ ଅଧିକ ଦେଶର ଅଂଶଗ୍ରହଣ ଏକ ଦୃଢ଼ ବାର୍ତ୍ତା ଦେଉଛି ବୋଲି ଶ୍ରୀ ମୋଦୀ ଆଲୋକପାତ କରି କହିଥିଲେ। ସେ କାର୍ଯ୍ୟକ୍ରମରେ ଏକତ୍ରିତ ହୋଇଥିବା ପ୍ରମୁଖ ଜାହାଜ କମ୍ପାନୀ, ଷ୍ଟାର୍ଟଅପ୍, ନୀତି ନିର୍ଦ୍ଧାରକ ଏବଂ ନବସୃଜନକାରୀଙ୍କ ସିଇଓଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ସେ କ୍ଷୁଦ୍ର ଦ୍ୱୀପ ରାଷ୍ଟ୍ରର ପ୍ରତିନିଧିମାନଙ୍କ ଉପସ୍ଥିତିକୁ ପ୍ରଶଂସା କରି କହିଥିଲେ, ସେମାନଙ୍କର ସାମୂହିକ ଦୃଷ୍ଟିକୋଣ ଶିଖର ସମ୍ମିଳନୀର ସମନ୍ୱୟ ଏବଂ ଶକ୍ତିକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିଛି।

ଅକ୍ଟୋବର ୨୯ରେ ମୁମ୍ବାଇ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

October 27th, 10:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ଅକ୍ଟୋବରରେ ମୁମ୍ବାଇ ଗସ୍ତ କରିବେ । ଅପରାହ୍ନ ପ୍ରାୟ ୪ଟା ସମୟରେ ମୁମ୍ବାଇର ନେସ୍କୋ ପ୍ରଦର୍ଶନୀ କେନ୍ଦ୍ରରେ ଅନୁଷ୍ଠିତ ‘ଇଣ୍ଡିଆ ମାରିଟାଇମ ୱିକ୍-୨୦୨୫’ରେ ସେ ମାରିଟାଇମ ଲିଡର୍ସ କନକ୍ଲେଭକୁ ସମ୍ବୋଧିତ କରିବା ସହ ଗ୍ଲୋବାଲ ମାରିଟାଇମ ସିଇଓ ଫୋରମରେ ଅଧ୍ୟକ୍ଷତା କରିବେ ।

ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 09th, 02:51 pm

ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।

‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 09th, 02:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।

ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି

October 09th, 11:25 am

ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।

ମହାରାଷ୍ଟ୍ରର ମୁମ୍ୱାଇରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

October 08th, 03:44 pm

ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ଆଚାର୍ଯ୍ୟ ଦେବବ୍ରତ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଥିବା ମୋର ସହଯୋଗୀ ରାମଦାସ ଅଠାଓ୍ୱଲେ ଜୀ, କେଆର୍ ନାଇଡୁ ଜୀ, ମୁରଳୀଧର ମୋହୋଳ ଜୀ, ମହାରାଷ୍ଟ୍ର ସରକାରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାଓ୍ୱାର ଜୀ, ଅନ୍ୟ ମନ୍ତ୍ରୀଗଣ, ଭାରତରେ ଅବସ୍ଥାପିତ ଜାପାନର ରାଷ୍ଟ୍ରଦୂତ କେଇଜି ଓନୋ ଜୀ, ଅନ୍ୟ ମହାନୁଭବ, ଭାଇ ଓ ଭଉଣୀମାନେ!

ନଭି ମୁମ୍ବାଇର ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 08th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦଘାଟନ କରି, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଲୋକାର୍ପଣ କରିଛନ୍ତି। ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ସ୍ୱାଗତ କରି, ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ଏବେ ପାଳିତ ହୋଇଥିବା ବିଜୟା ଦଶମୀ ଏବଂ କୋଜାଗରୀ ପୂର୍ଣ୍ଣିମା ସମ୍ପର୍କରେ କହିଥିଲେ ଏବଂ ଆଗାମୀ ଦୀପାବଳି ଉତ୍ସବ ପାଇଁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।

ପାରାଗୁଏ ରାଷ୍ଟ୍ରପତିଙ୍କ ସହ ପ୍ରତିନିଧି ସ୍ତରୀୟ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ବିବୃତ୍ତିର ଓଡ଼ିଆ ଅନୁବାଦ

June 02nd, 03:00 pm

ଆମେ ଆପଣଙ୍କୁ ଏବଂ ଆପଣଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରୁଛୁ। ପାରାଗୁଏ ଦକ୍ଷିଣ ଆମେରିକାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମର ଭୌଗୋଳିକ ସ୍ଥିତି ଭିନ୍ନ ହୋଇପାରେ, କିନ୍ତୁ ଆମେ ସମାନ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବାଣ୍ଟିଥାଉ, ଏବଂ ଲୋକଙ୍କ ମଙ୍ଗଳ ପାଇଁ ଯତ୍ନବାନ।

ରାଜସ୍ଥାନର ବିକାନେରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 22nd, 12:00 pm

ରାଜସ୍ଥାନର ରାଜ୍ୟପାଳ ହରିଭାଉ ବାଗଡେ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି ଅଶ୍ୱିନୀ ବୈଷ୍ଣବ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଜୀ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥି ମଦନ ରାଠୋର ଜୀ, ଅନ୍ୟ ସାଂସଦମାନେ ଏବଂ ବିଧାୟକଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।

ରାଜସ୍ଥାନର ବିକାନେର ଠାରେ 26,000 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 22nd, 11:30 am

ରାଜସ୍ଥାନର ବିକାନେର ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 26,000 କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶକୁ ସମର୍ପଣ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ, ସେ କାର୍ଯ୍ୟକ୍ରମରେ ଉପସ୍ଥିତ ବିଶାଳ ସମାବେଶକୁ ସ୍ୱାଗତ କରିଥିଲେ, ଏବଂ 18ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଅନଲାଇନରେ ଯୋଗ ଦେଇଥିବା ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ ଅଂଶଗ୍ରହଣକୁ ସ୍ୱୀକାର କରିଥିଲେ। ସେ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ଅନ୍ୟାନ୍ୟ ଜନପ୍ରତିନିଧିଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ସମସ୍ତ ସମ୍ମାନିତ ବ୍ୟକ୍ତି ଏବଂ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 01st, 03:35 pm

ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!

ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 01st, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।

ଆସନ୍ତାକାଲି ଠାରୁ ଦୁଇ ଦିନିଆ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

April 30th, 03:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଏବଂ ୨ ତାରିଖରେ ମହାରାଷ୍ଟ୍ର, କେରଳ ଏବଂ ଆନ୍ଧ୍ରପ୍ରଦେଶକୁ ଦୁଇ ଦିନିଆ ଗସ୍ତ କରିବେ। ସେ ଆସନ୍ତାକାଲି ମୁମ୍ବାଇ ଯାତ୍ରା କରିବେ ଏବଂ ସକାଳ ପ୍ରାୟ ସାଢ଼େ ୧୦ ଟାରେ, ସେ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ (ୱେଭ୍ସ)କୁ ଉଦଘାଟନ କରିବେ।

Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela

April 26th, 11:23 am

PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.

ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 26th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।

Government, society and saints are all united in the fight against cancer: PM Modi in Madhya Pradesh

February 23rd, 06:11 pm

PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.

ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

February 23rd, 04:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

PM Modi and Trump Forge a MEGA India-US Partnership

February 14th, 06:46 pm

Prime Minister Narendra Modi’s recent visit to the United States was a momentous occasion, reflecting the deepening strategic, economic, and cultural ties between the two nations. Over his stay, PM Modi engaged in a series of high-profile meetings and discussions with U.S. leaders, business tycoons, and the Indian diaspora, covering critical areas such as defense, trade, investment, technology, and diplomacy. The visit reaffirmed the strong relationship between India and the U.S., positioning both nations as global partners in shaping a new world order.

'ଉତ୍କର୍ଷ ଓଡ଼ିଶା'ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ - ଭୁବନେଶ୍ୱରରେ ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ

January 28th, 11:30 am

ରାଜ୍ୟପାଳ ଶ୍ରୀ ହରି ବାବୁ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ମନ୍ତ୍ରୀଗଣ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ, ସାଂସଦ, ବିଧାୟକ, ଶିଳ୍ପ ଓ ବ୍ୟବସାୟ ଜଗତର ପ୍ରମୁଖ ଉଦ୍ୟୋଗୀ, ଦେଶ ଓ ବିଶ୍ୱର ନିବେଶକ ଏବଂ ଓଡ଼ିଶାର ମୋର ପ୍ରିୟ ଭାଇ ଭଉଣୀମାନେ !