TMC government is run either by goons or only after High Court and Supreme Court orders: PM Modi in Arambagh, West Bengal
April 26th, 01:50 pm
Addressing a Vijay Sankalp rally in Arambagh, West Bengal, PM Modi remarked that after 15 years of intimidation, the people of Bengal are now determined to defeat injustice. He noted that the TMC government acts only after the court intervention. He concluded by urging people to vote decisively for BJP, stating that only a government free from fear, corruption and syndicate control can unlock Bengal’s true potential.The expiry date of this 15-year syndicate TMC raj is 4 May: PM Modi in Bangaon, West Bengal
April 26th, 01:30 pm
Addressing a massive public rally in Bangaon, West Bengal, PM Modi delivered a sharp message against TMC’s corruption, syndicate raj and fear politics. Stating that “Nari Shakti” has been the worst affected under TMC rule, he called upon women to lead the change. He also outlined BJP’s roadmap for development, security and prosperity in West Bengal and recalled the legacy of Syama Prasad Mookerjee.PM Modi’s impactful rallies in Bangaon and Arambagh, West Bengal
April 26th, 01:24 pm
PM Modi addressed massive public gatherings in Bangaon and Arambagh, delivering a sharp message against TMC’s corruption, syndicate raj and fear politics, while presenting BJP’s roadmap for development, security and prosperity in West Bengal.ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।ନୂଆଦିଲ୍ଲୀରେ ଆୟୋଜିତ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମେଳନ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 31st, 07:00 pm
ସର୍ବପ୍ରଥମେ, ମୁଁ ବିଳମ୍ବରେ ପହଞ୍ଚିଥିବା ପାଇଁ କ୍ଷମା ପ୍ରାର୍ଥନା କରୁଛି । ଆଜି ସର୍ଦ୍ଦାର ସାହେବଙ୍କ ଜନ୍ମବାର୍ଷିକୀ ଥିଲା, ତାଙ୍କର ୧୫୦ତମ ଜନ୍ମବାର୍ଷିକୀ। ଏକତା ନଗରର ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ତାଙ୍କର ଏକ କାର୍ଯ୍ୟକ୍ରମ ଥିଲା ଏବଂ ସେଥିପାଇଁ, ମୁଁ ଠିକ୍ ସମୟରେ ପହଞ୍ଚି ପାରିଲି ନାହିଁ। ଏଥିପାଇଁ ମୁଁ ପୁନର୍ବାର କ୍ଷମା ପ୍ରାର୍ଥନା କରୁଛି। ଆରମ୍ଭରେ ଆମେ ସମସ୍ତେ ଯେଉଁ ମନ୍ତ୍ରଗୁଡ଼ିକ ଶୁଣିଥିଲୁ, ସେହି ମନ୍ତ୍ରଗୁଡିକର ଶକ୍ତି ଏବେ ମଧ୍ୟ ଆମେ ଅନୁଭବ କରୁଛେ । ଯେତେବେଳେ ମୋତେ ଆପଣମାନଙ୍କ ପାଖକୁ ଆସିବାର ସୁଯୋଗ ମିଳେ ଏବଂ ଯେବେ ଯେବେ ମୁଁ ଏଠାକୁ ଆସିଛି ଦିବ୍ୟ ଅଭିଜ୍ଞତା ଏବଂ ଆଶ୍ଚର୍ଯ୍ୟଜନକ ଅନୁଭୂତି ପାଇଛି । ସ୍ୱାମୀ ଦୟାନନ୍ଦଙ୍କ ଆଶୀର୍ବାଦ, ତାଙ୍କ ଆଦର୍ଶ ପ୍ରତି ଆମର ଶ୍ରଦ୍ଧା ଏବଂ ଆପଣମାନଙ୍କ ସହିତ ଦଶନ୍ଧି ଧରି ରହିଥିବା ସମ୍ପର୍କ ମୋତେ ବାରମ୍ବାର ଆପଣଙ୍କ ମଧ୍ୟରେ ରହିବାର ସୁଯୋଗ ଦେଉଛି। ଆଉ ଯେତେବେଳେ ମୁଁ ଆପଣମାନଙ୍କୁ ଭେଟିଥାଏ ଏବଂ ଆପଣମାନଙ୍କୁ ସହିତ କଥାବାର୍ତ୍ତା କରେ, ମୁଁ ଏକ ଅନନ୍ୟ ଶକ୍ତି ଏବଂ ପ୍ରେରଣାରେ ପରିପୂର୍ଣ୍ଣ ହୋଇଯାଏ। ମୋତେ ଏହା ମଧ୍ୟ ସୂଚନା ଦିଆଯାଇଛି ଯେ ଏହିପରି ନଅଟି ସଭାଗୃହ ନିର୍ମାଣ କରାଯାଇଛି, ଯେଉଁଠାରେ ଆମର ସମସ୍ତ ଆର୍ଯ୍ୟ ସମାଜର ସଦସ୍ୟ ଭିଡିଓ ଲିଙ୍କ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଦେଖୁଛନ୍ତି। ଯଦିଓ ମୁଁ ସେମାନଙ୍କୁ ଦେଖିପାରୁ ନାହିଁ, ମୁଁ ଏଠାରୁ ମଧ୍ୟ ସେମାନଙ୍କୁ ମୋର ପ୍ରଣାମ ଜଣାଉଛି।କେଭାଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 09:00 am
ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀର ଐତିହାସିକ ଅବସରରେ, ଏକତାନଗରର ଏହି ଦିବ୍ୟ ପ୍ରଭାତ, ଏହି ମନୋରମ ଦୃଶ୍ୟ, ସର୍ଦ୍ଦାର ସାହେବଙ୍କ ପାଦତଳେ ଆମର ଉପସ୍ଥିତି, ଆଜି ଆମେ ସମସ୍ତେ ଏକ ମହାନ ମୁହୂର୍ତ୍ତର ସାକ୍ଷୀ ହେଉଛୁ। ସମଗ୍ର ଦେଶରେ ଚାଲିଥିବା ଏକତା ଦୌଡ଼, ରନ ଫର ୟୁନିଟି, କୋଟି କୋଟି ଭାରତୀୟଙ୍କ ଉତ୍ସାହ, ଆମେ ଏକ ନୂତନ ଭାରତର ସଂକଳ୍ପ ଶକ୍ତିକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରୁଛୁ। ବର୍ତ୍ତମାନ ଏଠାରେ ଯେଉଁସବୁ କାର୍ଯ୍ୟକ୍ରମ ହୋଇଛି, ଗତକାଲି ସନ୍ଧ୍ୟାରେ ଯେଉଁସବୁ ଚମତ୍କାର ପ୍ରସ୍ତୁତି ହୋଇଛି, ସେଥିରେ ମଧ୍ୟ, ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ବୀରତ୍ଵ ଏବଂ ଭବିଷ୍ୟତର ସଫଳତାର ଝଲକ ମଧ୍ୟ ରହିଛି। ସର୍ଦ୍ଦାର ସାହେବଙ୍କ ଏକ ଶହ ପଚାଶତମ ଜୟନ୍ତୀ ଉପଲକ୍ଷେ ସ୍ମାରକୀ ମୁଦ୍ରା ଏବଂ ସ୍ୱତନ୍ତ୍ର ଡାକ ଟିକଟ ମଧ୍ୟ ଜାରି କରାଯାଇଛି। ସର୍ଦ୍ଦାର ସାହେବଙ୍କ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ୧୪୦ କୋଟି ଦେଶବାସୀଙ୍କୁ ବହୁତ-ବହୁତ ଶୁଭେଚ୍ଛା, ଅନେକ ଅନେକ ଶୁଭକାମନା ଜଣାଉଛି।ରାଷ୍ଟ୍ରୀୟ ଏକତା ଦିବସରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଭାରତର ସୁରକ୍ଷା କିମ୍ବା ଲୌହ ମାନବଙ୍କ ଆତ୍ମସମ୍ମାନ ସହିତ ଦେଶ ସାଲିସ କରିବ ନାହିଁ
October 31st, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆ ଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ହେଉଛି ଏକ ଐତିହାସିକ ଅବସର। ଏକତା ନଗରର ସକାଳର ଦିବ୍ୟ ଏବଂ ମନୋରମ ଦୃଶ୍ୟକୁ ଆଶ୍ଚର୍ଯ୍ୟଜନକ ବୋଲି ବର୍ଣ୍ଣନା କରି ଶ୍ରୀ ମୋଦୀ ସର୍ଦ୍ଦାର ପଟେଲଙ୍କ ପାଦତଳେ ସାମୂହିକ ଉପସ୍ଥିତି ସମ୍ପର୍କରେ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଦେଶ ଏକ ମହାନ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଦେଶବ୍ୟାପୀ ଏକତା ଦୌଡ଼ ଏବଂ ଏଥିରେ କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣ ଉପରେ ଆଲୋକପାତ କରିଥିଲେ ଏବଂ ଗୁରୁତ୍ୱାରୋପ କରିଥିଲେ ଯେ ଏକ ନୂତନ ଭାରତ ପାଇଁ ସଂକଳ୍ପ ସ୍ପଷ୍ଟ ଭାବରେ ଅନୁଭୂତ ହେଉଛି। ପୂର୍ବରୁ ଅନୁଷ୍ଠିତ କାର୍ଯ୍ୟକ୍ରମ ଏବଂ ପୂର୍ବ ସନ୍ଧ୍ୟାର ଉଲ୍ଲେଖନୀୟ ଉପସ୍ଥାପନାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ , ଏହା ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ପରାକ୍ରମ ଏବଂ ଭବିଷ୍ୟତର ସଫଳତାର ଏକ ଝଲକକୁ ପ୍ରତିଫଳିତ କରେ। ସେ ସୂଚନା ଦେଇଥିଲେ ଯେ , ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ସ୍ମାରକୀ ମୁଦ୍ରା ଏବଂ ଏକ ସ୍ୱତନ୍ତ୍ର ଡାକ ଟିକେଟ ଜାରି କରାଯାଇଛି।From seafood to tourism and trade, India is building a new ecosystem along the coastal regions: PM Modi in Bhuj, Gujarat
May 26th, 05:00 pm
PM Modi launched multiple development projects in Bhuj, Gujarat. Emphasizing that Kutch has demonstrated the power of hope and relentless effort in achieving remarkable success, the PM recalled the devastating earthquake that once led many to doubt the region’s future. He cited Dhola Vira and Lothal as prime examples of India's rich heritage. He also highlighted the UNESCO recognised Smriti Van memorial.ଗୁଜରାଟର ଭୁଜରେ ୫୩,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 26th, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭୁଜରେ ୫୩,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ଗୁଡ଼ିଏ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ସହିତ ଦେଶକୁ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ସେ କଚ୍ଛର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ଏବଂ କ୍ରାନ୍ତିକାରୀ ତଥା ସହିଦମାନଙ୍କ, ବିଶେଷକରି ମହାନ ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ। ପ୍ରଧାନମନ୍ତ୍ରୀ କଚ୍ଛର ପୁଅ ଏବଂ ଝିଅମାନଙ୍କୁ ସେମାନଙ୍କର ଶୃଙ୍ଖଳା ଏବଂ ଅବଦାନକୁ ସ୍ୱୀକାର କରି ତାଙ୍କର ସମ୍ମାନ ଜଣାଇଥିଲେ।ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଏବଂ ବିହାରର ମଧୁବନିରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ
April 24th, 12:00 pm
ମୁଁ ମୋର ଭାଷଣ ଆରମ୍ଭ କରିବା ପୂର୍ବରୁ ଆପଣ ସମସ୍ତଙ୍କୁ ଅନୁରୋଧ କରିବାକୁ ଚାହେଁ, ଆପଣମାନେ ଯେଉଁଠି ବି ଅଛନ୍ତି, ସେହିଠାରେ ଆପଣଙ୍କ ସ୍ଥାନରେ ବସନ୍ତୁ, ଠିଆ ହେବାର ଆବଶ୍ୟକତା ନାହିଁ, ଆମେ ୨୨ ତାରିଖରେ ଯେଉଁ ପରିବାରବର୍ଗଙ୍କୁ ହରାଇଛୁ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ କିଛି ସମୟ ନିଜ ସ୍ଥାନରେ ବସିରହି ନିରବତା ଅବଲମ୍ବନ କରି, ନିଜ ନିଜ ଦେବତାଙ୍କୁ ସ୍ମରଣ କରି ସେ ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା। ଏହା ପରେ ମୁଁ ଆଜି ମୋର ଭାଷଣ ଆରମ୍ଭ କରିବି।ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ବିହାରର ମଧୁବନିଠାରେ ୧୩,୪୮୦ କୋଟିରୁ ଅଧିକ ଟଙ୍କାର ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 24th, 11:50 am
ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ମଧୁବନିଠାରେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି । ୨୨ ଏପ୍ରିଲ ୨୦୨୫ରେ ପହଲଗାମ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକମାନଙ୍କ ପାଇଁ ଏକ ମିନିଟ୍ ନୀରବତା ଅବଲମ୍ବନ କରିବା ସହ ଦିବଂଗତ ଆତ୍ମାମାନଙ୍କ ପାଇଁ ପ୍ରାର୍ଥନା କରିବାକୁ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ନିବେଦନ କରିଥିଲେ । ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ପଞ୍ଚାୟତିରାଜ ଦିବସ ଅବସରରେ ସମଗ୍ର ଦେଶ ମିଥିଲା ଓ ବିହାର ସହ ସଂଯୁକ୍ତ ହୋଇଛି। ବିହାରର ବିକାଶ ଉଦ୍ଦେଶ୍ୟରେ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ବୋଲି ସେ କହିଥିଲେ ଏବଂ ବିଦ୍ୟୁତ, ରେଳପଥ ଏବଂ ଭିତ୍ତିଭୂମି କ୍ଷେତ୍ରରେ ଏହି ପଦକ୍ଷେପ ବିହାରରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଗୁରୁତ୍ୱାରୋପ କରିଥିଲେ। ସେ ମହାନ କବି ତଥା ଜାତୀୟ ପ୍ରତୀକ ରାମଧାରୀ ସିଂ ଦିନକରଜୀଙ୍କୁ ତାଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।୨୪ ଅପ୍ରେଲରେ ବିହାର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
April 23rd, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୪ ଅପ୍ରେଲରେ ବିହାର ଗସ୍ତ କରିବେ । ସେ ମଧୁବଣୀ ଯାତ୍ରା କରିବେ ଏବଂ ପ୍ରାୟ ୧୧:୪୫ ସମୟରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ସେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ।ତାମିଲନାଡ଼ୁର ରାମେଶ୍ୱରମରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 06th, 02:00 pm
ତାମିଲନାଡ଼ୁର ରାଜ୍ୟପାଳ, ଶ୍ରୀ ଆର୍. ଏନ୍. ରବି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ, ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଡକ୍ଟର ଏଲ୍. ମୁରୁଗାନ ଜୀ, ତାମିଲନାଡ଼ୁ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ଅନ୍ୟ ବିଶିଷ୍ଟ ଅତିଥିଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ! ]ତାମିଲନାଡୁର ରାମେଶ୍ୱରମ ଠାରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 06th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ରାମେଶ୍ୱରମ ଠାରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଓ ସଡ଼କ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସେ ଭାରତର ପ୍ରଥମ ଭର୍ଟିକାଲ ଲିଫ୍ଟ ସମୁଦ୍ର ସେତୁ, ନୂଆ ପମ୍ବନ ରେଳ ସେତୁକୁ ଉଦଘାଟନ କରିଥିଲେ ଏବଂ ସଡକ ସେତୁରୁ ଏକ ଟ୍ରେନ ଓ ଜାହାଜକୁ ପତାକା ଦେଖାଇ ଶୁଭାରମ୍ଭ କରିଥଲେ ଏବଂ ସେତୁର ପରିଚାଳନାକୁ ନିରୀକ୍ଷଣ କରିଥିଲେ। ରାମେଶ୍ୱରମସ୍ଥିତ ରାମନାଥସ୍ୱାମୀ ମନ୍ଦିରରେ ମଧ୍ୟ ସେ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଶ୍ରୀରାମ ନବମୀର ପବିତ୍ର ଅବସର। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ ଆଜି ସକାଳେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ସୂର୍ଯ୍ୟର ଦିବ୍ୟ କିରଣ ରାମଲାଲାଙ୍କୁ ଭବ୍ୟ ତିଳକରେ ସଜ୍ଜିତ କରିଥିଲା।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 04th, 06:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା ସମୟରେ ଛାତ୍ରଛାତ୍ରୀ ଏବଂ ଟ୍ରେନ୍ ଲୋକୋ ପାଇଲଟମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
January 05th, 08:50 pm
ହମ୍ ତୋଡ ରହେ ହେଁ ଜୀ ଜୀଉରେଁ , ହମ ବଦଲ ରହେ ହେଁ, ତକଦିରେଁ