୨୮ ମାର୍ଚ୍ଚରେ ଉତ୍ତର ପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 26th, 09:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ମାର୍ଚ୍ଚ ୨୦୨୬ରେ ଉତ୍ତର ପ୍ରଦେଶ ଗସ୍ତ କରିବେ । ସକାଳ ପ୍ରାୟ ୧୧:୩୦ ସମୟରେ, ସେ ଗୌତମ ବୁଦ୍ଧ ନଗରର ଜେୱରଠାରେ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ ବିଲ୍ଡିଂର ତଦାରଖ କରିବେ । ଏହା ପରେ, ପ୍ରାୟ ୧୨ଟା ସମୟରେ ପ୍ରଧାନମନ୍ତ୍ରୀ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟର ଉଦ୍ଘାଟନ କରିବେ ଏବଂ ଏହି ଅବସରରେ ଏକ ସାଧାରଣ ସମାବେଶକୁ ସମ୍ବୋଧିତ କରିବେ ।