ଭୁବନେଶ୍ୱର ସମେତ ଦେଶର ୫ଟି ସ୍ଥାନରେ ଦକ୍ଷତା ବିକାଶ ପାଇଁ ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠାକୁ କ୍ୟାବିନେଟ ମଞ୍ଜୁରି

May 07th, 02:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲାଗି ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରାଯାଇଛି। ଦେଶରେ ଥିବା ଶିଳ୍ପ ତାଲିମ ପ୍ରତିଷ୍ଠାନଗୁଡ଼ିକର ଉନ୍ନତିକରଣ ପାଇଁ ଏକ ଜାତୀୟ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି ମିଳିଛି। ସେହିପରି କେନ୍ଦ୍ର ପ୍ରାୟୋଜିତ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମଧ୍ୟ ଅନୁମୋଦନ କରାଯାଇଛି। ଭୁବନେଶ୍ୱରରେ ମଧ୍ୟ ଗୋଟିଏ କେନ୍ଦ୍ର ପ୍ରତିଷ୍ଠା ହେବ।