PM Modi calls on citizens to join the mission for a drug-free India in Mann Ki Baat

August 30th, 11:30 am

In this month’s Mann Ki Baat, PM Modi highlighted key events of August, including National Handloom Day, Independence Day and the Quit India Movement, along with upcoming festivals such as Janmashtami and Vishwakarma Puja, strengthening the resolve of patriotism and Vocal for Local. He also touched upon several important themes, including forest conservation, Indian history, cleanliness, women empowerment and more.

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

August 07th, 11:14 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତର ସମୃଦ୍ଧ ଏବଂ ଜୀବନ୍ତ ହସ୍ତତନ୍ତ ଐତିହ୍ୟକୁ ପାଳନ କରିଛନ୍ତି। ସେ ଦେଶର ବୁଣାକାର ଏବଂ କାରିଗରମାନଙ୍କ ଦକ୍ଷତା, ସୃଜନଶୀଳତା ଏବଂ ଉତ୍ସର୍ଗୀକୃତତାକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ସେମାନେ ପିଢ଼ି ପିଢ଼ି ଧରି ସେମାନଙ୍କ କାରିଗରୀ ମାଧ୍ୟମରେ ଭାରତର କାଳଜୟୀ ପରମ୍ପରାକୁ ସଂରକ୍ଷିତ ଏବଂ ସମୃଦ୍ଧ କରିଛନ୍ତି।

ଭାରତର ସମୃଦ୍ଧ ହସ୍ତତନ୍ତ ଐତିହ୍ୟକୁ ପ୍ରଦର୍ଶିତ କରି ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବାକୁ ଜନସାଧାରଣଙ୍କୁ ଆହ୍ୱାନ କରିଛନ୍ତି ପ୍ରଧାନମନ୍ତ୍ରୀ

August 06th, 10:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସମୃଦ୍ଧ ଏବଂ ବିବିଧ ହସ୍ତତନ୍ତ ପରମ୍ପରାକୁ ପ୍ରୋତ୍ସାହିତ କରି ଅଗଷ୍ଟ ୭ ତାରିଖରେ ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବାକୁ ନାଗରିକମାନଙ୍କୁ ଆହ୍ୱାନ କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତରେ ଭାରତର ପ୍ରତିରକ୍ଷା ଶକ୍ତି, ନବସୃଜନ ଏବଂ ସାମୂହିକ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି

July 26th, 11:30 am

Prime Minister Narendra Modi addressed the nation through Mann Ki Baat. In his speech, he highlighted important topics such as Kargil Vijay Diwas, Catch the Rain campaign, India's space sector prowess, Science Olympiads, Environmental conservation, Khadi and more. He called upon the citizens to share their ideas and suggestions for Independence Day through MyGov.

ଜାତୀୟ ହସ୍ତତନ୍ତ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

August 07th, 03:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଆଜି ଆମର ସମୃଦ୍ଧ ବୟନ ପରମ୍ପରାକୁ ପାଳନ କରିବାର ଦିନ, ଯାହା ଆମ ଲୋକଙ୍କ ସୃଜନଶୀଳତାକୁ ପରିଦର୍ଶିତ କରେ । ଆମେ ଭାରତର ହସ୍ତତନ୍ତ ବିବିଧତା, ଜୀବିକା ଏବଂ ସମୃଦ୍ଧିକୁ ବଢ଼ାଇବାରେ ଏହାର ଭୂମିକା ପାଇଁ ଗର୍ବିତ ବୋଲି ସେ କହିଛନ୍ତି।

ନୂଆଦିଲ୍ଲୀରେ ଏମ୍.ଏସ୍. ସ୍ୱାମୀନାଥନ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 07th, 09:20 am

ମୋର କ୍ୟାବିନେଟ ସହଯୋଗୀ ଶିବରାଜ ସିଂହ ଚୌହାନ , ଏମ.ଏସ. ସ୍ୱାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ଅଧ୍ୟକ୍ଷ ଡକ୍ଟର ସୌମ୍ୟ ସ୍ୱାମୀନାଥନ , ନୀତି ଆୟୋଗର ସଦସ୍ୟ ଡକ୍ଟର ରମେଶ ଚାନ୍ଦ , ମୁଁ ଦେଖୁଛି ଯେ ସ୍ୱାମୀନାଥନଙ୍କ ପରିବାରର ସମସ୍ତ ସଦସ୍ୟ ଏଠାରେ ଉପସ୍ଥିତ ଅଛନ୍ତି, ମୁଁ ସେମାନଙ୍କୁ ମଧ୍ୟ ପ୍ରଣାମ ଜଣାଉଛି । ସମସ୍ତ ବୈଜ୍ଞାନିକ, ଅନ୍ୟାନ୍ୟ ମହାନ ବ୍ୟକ୍ତି, ମହିଳା ଏବଂ ସଜ୍ଜନଙ୍କୁ ମୋର ଶୁଭେଚ୍ଛା ଜଣାଉଛି !

ଏମ୍.ଏସ୍. ସ୍ୱାମୀନାଥନ୍‌ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 07th, 09:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଆଇସିଏଆର୍ ପୁସାରେ ଆୟୋଜିତ ଏମ୍. ଏସ୍. ସ୍ୱାମୀନାଥନ୍ ଜନ୍ମ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମେଳନର ଉଦ୍‌ଘାଟନ କରି ଏହି ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ପ୍ରଫେସର ଏମ୍‌.ଏସ୍‌. ସ୍ୱାମୀନାଥନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ତାଙ୍କୁ ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଥିଲେ, ଯାହାଙ୍କ ଅବଦାନ ଯୁଗାନ୍ତକାରୀ । ସେ ଆହୁରି ମଧ୍ୟ କହିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଜଣେ ମହାନ ବୈଜ୍ଞାନିକ ଥିଲେ ଯିଏ ବିଜ୍ଞାନକୁ ଜନସେବାର ମାଧ୍ୟମରେ ପରିଣତ କରିଥିଲେ । ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଦେଶରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ । ପ୍ରଫେସର ସ୍ୱାମୀନାଥନ ଏକ ଜ୍ଞାନଚେତନା ଜାଗ୍ରତ କରିଥିଲେ ଯାହା ଆଗାମୀ ଶତାବ୍ଦୀ ପାଇଁ ଭାରତର ନୀତି ଏବଂ ପ୍ରାଥମିକତାକୁ ମାର୍ଗଦର୍ଶନ କରିବ । ପ୍ରଧାନମନ୍ତ୍ରୀ ସ୍ୱାମୀନାଥନ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ ।

2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

July 27th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।

ଜାତୀୟ ହସ୍ତତନ୍ତ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 07th, 10:14 am

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଭାରତୀୟ କାରିଗରମାନଙ୍କର ଉଦ୍ୟମକୁ ପ୍ରଶଂସା କରିବା ସହ ସେ ‘ଭୋକାଲ୍ ଫର୍ ଲୋକାଲ୍‌’ ପଦକ୍ଷେପ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ।

ତ୍ରିରଙ୍ଗାର ଗୌରବ ବଜାୟ ରଖିବାରେ 'ହର ଘର ତିରଙ୍ଗା ଅଭିଯାନ' ଏକ ଅନନ୍ୟ ପର୍ବ ପାଲଟିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

July 28th, 11:30 am

ବନ୍ଧୁଗଣ, କ୍ରୀଡ଼ା ଜଗତର ଏହି ଅଲମ୍ପିକ୍ସ ଭିନ୍ନ, କିଛିଦିନ ପୂର୍ବରୁ ଗଣିତ ଜଗତରେ ମଧ୍ୟ ଗୋଟିଏ ଅଲମ୍ପିକ୍ସ ଅନୁଷ୍ଠିତ ହୋଇଯାଇଛି – International Mathematics Olympiad. ଏହି ଅଲିମ୍ପିଆଡରେ ଭାରତର ପ୍ରତିଯୋଗୀମାନେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ଏଥିରେ ଆମ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଚାରୋଟି ସ୍ୱର୍ଣ୍ଣପଦକ ଏବଂ ଗୋଟିଏ ରୌପ୍ୟପଦକ ଜିତିଛି । International Mathematics Olympiad – ଏଥିରେ ୧୦୦ରୁ ଅଧିକ ଦେଶର ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିଥାନ୍ତି ଏବଂ ମୋଟ ପଦକ ତାଲିକାରେ ଆମ ଦଳ ସର୍ବଶ୍ରେଷ୍ଠ ପାଞ୍ଚଟି ଦଳ ମଧ୍ୟରେ ସ୍ଥାନ ପାଇବାରେ ସଫଳତା ଲାଭ କରିଛି । ଦେଶର ନାଁ ଉଜ୍ଜ୍ୱଳ କରିଥିବା ଏହି ଛାତ୍ରମାନଙ୍କ ନାମ ହେଉଛି - ପୁଣେର ଆଦିତ୍ୟ ଭେଙ୍କଟ ଗଣେଶ, ସେହି ପୁଣେର ସିଦ୍ଧାର୍ଥ ଚୋପ୍ଡ଼ା, ଦିଲ୍ଲୀର ଅର୍ଜୁନ ଗୁପ୍ତା, ଗ୍ରେଟର୍ ନଏଡାର କନବ ତଲୱାର, ମୁମ୍ବାଇର ରୁଷିଲ୍ ମାଥୁର୍ ଏବଂ ଗୁଆହାଟିର ଆନନ୍ଦୋ ଭାଦୁରୀ ।

ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 07th, 04:16 pm

କିଛି ଦିନ ପୂର୍ବେ ହିଁ ଭାରତ ମଣ୍ଡପମ୍ ର ଭବ୍ୟ ଲୋକାର୍ପଣ କରାଯାଇଛି । ଆପଣମାନଙ୍କ ମଧ୍ୟରୁ ବହୁତ ଲୋକ ଅଛନ୍ତି ଯେଉଁମାନେ ପୂର୍ବରୁ ମଧ୍ୟ ଏଠାକୁ ଆସୁଥିଲେ ଆଉ ତମ୍ବୁ ଟାଣି ନିଜର ଦୁନିଆ ଠିଆ କରୁଥିଲେ । ତେବେ ଆଜି ଆପଣ ପରିବର୍ତିତ ହୋଇଥିବା ଦେଶ ଏହିଠାରେ ଦେଖିଥିବେ । ଆଉ ଆଜି ଆମେ ଏହି ଭାରତ ମଣ୍ଡପମ୍‌ରେ ଜାତୀୟ ହସ୍ତତନ୍ତ ଦିବସ- ରାଷ୍ଟ୍ରୀୟ ହସ୍ତତନ୍ତ ଦିବସ ପାଳନ କରୁଛେ । ଭାରତ ମଣ୍ଡପମ୍ ର ଏହି ଭବ୍ୟତାରେ ମଧ୍ୟ, ଭାରତର ହସ୍ତତନ୍ତ ଉଦ୍ୟୋଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ପୁରାତନର ନୂତନ ସହିତ ଏହି ସଙ୍ଗମ ଆଜିକାର ଭାରତକୁ ପରିଭାଷିତ କରୁଛି । ଆଜିକାର ଭାରତ, ଲୋକାଲ ପ୍ରତି କେବଳ ଭୋକାଲ ହିଁ ନୁହେଁ, ବରଂ ତାହାକୁ ଗ୍ଲୋବାଲ କରିବା ପାଇଁ ବିଶ୍ୱସ୍ତରୀୟ ମଂଚ ମଧ୍ୟ ପ୍ରଦାନ କରୁଛି । କିଛି ସମୟ ପୂର୍ବରୁ ହିଁ ମୋତେ କିଛି ବୁଣାକାର ସାଥୀମାନଙ୍କ ସହିତ କଥା ହେବାର ସୁଯୋଗ ମିଳିଛି । ସାରା ଦେଶରେ ଅନେକଗୁଡ଼ିଏ ହସ୍ତତନ୍ତ କ୍ଲଷ୍ଟରଗୁଡ଼ିକରେ ମଧ୍ୟ ଆମର ବୁଣାକାର ଭାଇ- ଭଉଣୀ ଦୂର- ଦୂରାନ୍ତରରୁ ଆସିଛନ୍ତି ଆମ ସହିତ ଯୋଡ଼ି ହୋଇଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଏହି ବିଶାଳ ସମାରୋହକୁ ହୃଦୟର ସହିତ ସ୍ୱାଗତ କରୁଛି, ମୁଁ ଆପଣଙ୍କୁ ଅଭିନନ୍ଦନ ଜଣାଉଛି ।

ନୂଆଦିଲ୍ଲୀରେ ଅନୁଷ୍ଠିତ ଜାତୀୟ ହସ୍ତତନ୍ତ ଦିବସ ଉତ୍ସବକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

August 07th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଭାରତ ମଣ୍ଡପମ୍ ଠାରେ ଜାତୀୟ ହସ୍ତତନ୍ତ ଦିବସ ପାଳନ ଉତ୍ସବକୁ ସମ୍ବୋଧିତ କରିଛନ୍ତି ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଫ୍ୟାଶନ୍ ଟେକ୍ନୋଲୋଜି ଦ୍ୱାରା କପଡା ଏବଂ ଶିଳ୍ପ ଭଣ୍ଡାରକୁ ନେଇ ବିକଶିତ ଇ-ପୋର୍ଟାଲ୍ ‘ଭାରତୀୟ ବସ୍ତ୍ର ଏବଂ ଶିଳ୍ପ କୋଷ'ର ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ଅବସରରେ ପ୍ରଦର୍ଶନୀ ପରିଦର୍ଶନ କରି ବୁଣାକାରମାନଙ୍କ ସହ ଆଲୋଚନା କରିଥିଲେ ।

୨୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 06th, 11:30 am

ନମସ୍କାର, ଦେଶର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, କାର୍ଯ୍ୟକ୍ରମରେ ଦେଶର କୋଣ ଅନୁକୋଣରୁ ଯୋଡ଼ି ହୋଇଥିବା କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟାନ୍ୟ ସଦସ୍ୟଗଣ, ବିଭିନ୍ନ ରାଜ୍ୟମାନଙ୍କର ରାଜ୍ୟପାଳଗଣ, ମୁଖ୍ୟମନ୍ତ୍ରୀଗଣ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଅନ୍ୟ ସମସ୍ତ ମହାନୁଭବ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ସମଗ୍ର ଦେଶର ୫୦୮ ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ

August 06th, 11:05 am

ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶରେ ୫୦୮ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୨୪,୪୭୦ କୋଟିରୁ ଅଧିକ ଟଙ୍କା ମୂଲ୍ୟରେ ପୁନଃ ବିକାଶ ହେବାକୁ ଥିବା ଏହି ୫୦୮ ଷ୍ଟେସନ ୨୭ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ରହିଛି, ସେଥିମଧ୍ୟରେ ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ୫୫ଟି କରି, ବିହାରରେ ୪୯, ମହାରାଷ୍ଟ୍ରରେ ୪୪, ପଶ୍ଚିମବଙ୍ଗରେ ୩୭, ମଧ୍ୟପ୍ରଦେଶରେ ୩୪, ଅ।ସାମରେ ୩୨, ଓଡିଶାରେ ୨୫, ପଞ୍ଜାବରେ ୨୨, ଗୁଜୁରାଟ ଏବଂ ତେଲେଙ୍ଗାନାରେ ୨୧ଟି କରି, ଝାଡଡଖଣ୍ଡରେ ୨୦, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ୧୮ଟି କରି, ହରିୟାଣାରେ ୧୫, କର୍ଣ୍ଣାଟକରେ ୧୩ ଟି ରହିଛି ।

ଅଗଷ୍ଟ 7 ରେ ଜାତୀୟ ହ୍ୟାଣ୍ଡଲୁମ୍ ଦିବସ ଉତ୍ସବରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

August 05th, 10:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 7 ଅଗଷ୍ଟରେ ମଧ୍ୟାହ୍ନ 12 ଟା ସମୟରେ ଦିଲ୍ଲୀର ପ୍ରଗତି ମୈଦାନରେ ଭାରତ ମଣ୍ଡପମ ଠାରେ ଜାତୀୟ ହସ୍ତତନ୍ତ ଦିବସ ଉତ୍ସବରେ ଅଂଶଗ୍ରହଣ କରିବେ।

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଭାରତର ସମୃଦ୍ଧ ସାଂସ୍କୃତିକ ବିବିଧତାକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

August 07th, 02:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଭାରତର ସମୃଦ୍ଧ ସାଂସ୍କୃତିକ ବିବିଧତା ତଥା ପାରମ୍ପରିକ କଳା କାର୍ଯ୍ୟ କରୁଥିବା ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ଷ୍ଟାର୍ଟଅପ୍ ଜଗତ ସହିତ ଜଡିତ ସମସ୍ତ ଯୁବକଙ୍କୁ ହସ୍ତତନ୍ତ ଷ୍ଟାର୍ଟଅପ୍ ଗ୍ରାଣ୍ଡ ଚ୍ୟାଲେଞ୍ଜରେ ଭାଗ ନେବାକୁ ଅନୁରୋଧ କରିଛନ୍ତି ।

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ସ୍ଥାନୀୟ ହସ୍ତତନ୍ତ ସାମଗ୍ରୀର ସମର୍ଥନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

August 07th, 01:39 pm

ହସ୍ତତନ୍ତରେ ଭାରତର ବିବିଧତା ଏବଂ ଅଗଣିତ ବୁଣାକାର ଓ ଶିଳ୍ପୀଙ୍କ ନୈପୁଣ୍ୟ ପ୍ରତିଫଳିତ ହୁଏ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିବା ସହ ସ୍ଥାନୀୟ ହସ୍ତତନ୍ତ ସାମଗ୍ରୀର ସମର୍ଥନ ପାଇଁ ଆହ୍ୱାନ ଦେଇଛନ୍ତି ।

ମଧ୍ୟପ୍ରଦେଶର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀମାନଙ୍କ ସହିତ ଭାବ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 07th, 10:55 am

ମଧ୍ୟପ୍ରଦେଶର ରାଜ୍ୟପାଳ ଏବଂ ମୋର ବହୁତ ପୁରୁଣା ପରିଚିତ ଶ୍ରୀ ମଙ୍ଗୁଭାଇ ପଟେଲ, ଯିଏ ନିଜର ସମ୍ପୂର୍ଣ୍ଣ ଜୀବନ ଆଦିବାସୀମାନଙ୍କର କଲ୍ୟାଣରେ, ଜନଜାତୀୟ ସମାଜର ଉତ୍କର୍ଷ ପାଇଁ ସେ ନିଜର ସାରା ଜୀବନ ବିତାଇଦେଇଛନ୍ତି, ଏଭଳି ଲୋକ ହେଉଛନ୍ତି ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ। ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ, ରାଜ୍ୟ ସରକାରଙ୍କର ସମସ୍ତ ଅନ୍ୟ ମନ୍ତ୍ରିଗଣ, ସାଂସଦଗଣ, ବିଧାୟକ ସାଥୀ ଏବଂ ମଧ୍ୟ ପ୍ରଦେଶର ଭିନ୍ନ ଭିନ୍ନ ଭାଗରୁ ଯୋଡି ହୋଇଥିବା ସମସ୍ତ ଭଉଣୀ ଓ ଭାଇମାନେ!

ମଧ୍ୟପ୍ରଦେଶର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏଓ୍ବାଇ) ହିତାଧିକାରୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 07th, 10:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ମଧ୍ୟପ୍ରଦେଶର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏଓ୍ବାଇ)ର ହିତାଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଯୋଜନା ସଂକ୍ରାନ୍ତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ୟାପକ ପ୍ରଚାରପ୍ରସାର କରାଯାଇଥିଲା, ଯାହାଫଳରେ କେହି ଯୋଗ୍ୟ ବ୍ୟକ୍ତି ବାଦ୍ ପଡ଼ିବେ ନାହିଁ। 7 ଅଗଷ୍ଟ 2021କୁ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଦିବସ ଭାବେ ପାଳନ କରୁଛନ୍ତି। ମଧ୍ୟପ୍ରଦେଶ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ଥିଲେ। ମଧ୍ୟପ୍ରଦେଶରେ ପାଖାପାଖି 5 କୋଟି ହିତାଧିକାରୀ ଏହି ଯୋଜନା ଦ୍ବାରା ଲାଭାନ୍ବିତ ହେଉଛନ୍ତି।

'ମନ୍ କି ବାତ୍' ରେ ରହିଛି ସକାରାତ୍ମକତା, ସମ୍ବେଦନଶୀଳତା । ଏହାର ଏକ ସମଷ୍ଟିଗତ ଚରିତ୍ର ଅଛି: ପ୍ରଧାନମନ୍ତ୍ରୀ ମୋଦୀ

July 25th, 09:44 am

ମନ୍ କି ବାତ୍ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ଦଳ ସହ ତାଙ୍କର କଥାବାର୍ତ୍ତାକୁ ସ୍ମରଣ କରି ଦେଶବାସୀଙ୍କୁ ସେମାନଙ୍କୁ ଉତ୍ସାହିତ କରିବାକୁ ଅନୁରୋଧ କରିଥିଲେ । ଅମୃତ ମହୋତ୍ସବ ବିଷୟରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ୱତନ୍ତ୍ର ୱେବସାଇଟ୍ ବିଷୟରେ ଉଲ୍ଲେଖ କରିଥିଲେ, ଯେଉଁଠାରେ ଦେଶର ନାଗରିକମାନେ ନିଜ ସ୍ୱରରେ ଜାତୀୟ ସଂଗୀତ ରେକର୍ଡ କରିପାରିବେ । ସେ ଦେଶର ବିଭିନ୍ନ ସ୍ଥାନରୁ ଅନେକ ପ୍ରେରଣାଦାୟକ କାହାଣୀ ବାଣ୍ଟିଥିଲେ, ଜଳ ସଂରକ୍ଷଣର ଗୁରୁତ୍ୱ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋକପାତ କରିଥିଲେ ।