ଆସାମର ନାମରୂପରେ ୟୁରିଆ ପ୍ଲାଣ୍ଟର ଭୂମି ପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 21st, 04:25 pm

ଆସାମର ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ, ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା, କେନ୍ଦ୍ର ସରକାରରେ ମୋର ସାଥୀ ଏବଂ ଏଠାରେ ଉପସ୍ଥିତ ଆପଣମାନଙ୍କର ପ୍ରତିନିଧି, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ଆସାମ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକବୃନ୍ଦ, ଅନ୍ୟ ମହାନୁଭବଗଣ, ଏବଂ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ସମସ୍ତ ଭାଇ ଓ ଭଉଣୀମାନେ । ମୁଁ ସେଠାରେ ଏହାଠାରୁ ଅଧିକ ଉତ୍ସାହୀ ଲୋକମାନଙ୍କୁ ଦେଖିପାରୁଛି ।

ଆସାମ ଭ୍ୟାଲି ଫର୍ଟିଲାଇଜର ଆଣ୍ଡ କେମିକାଲ କମ୍ପାନୀ ଲିମିଟେଡର ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 21st, 12:00 pm

ଶ୍ରୀ ମୋଦୀ କହିଥିଲେ ଯେ ସେ ଦେଖୁଛନ୍ତି ଯେ, ଆଗକୁ ବହୁ ସଂଖ୍ୟାରେ ଲୋକମାନେ ଏକାଠି ହୋଇ ସେମାନଙ୍କ ଭଲପାଇବାକୁ ବଢାଉଛନ୍ତି । ସେ ବିଶେଷ କରି ମାଆ ଏବଂ ଭଉଣୀମାନଙ୍କ ଉପସ୍ଥିତି ଉପରେ ଆଲୋକପାତ କରି କହିଥିଲେ ଯେ ସେମାନେ ଆଣିଥିବା ପ୍ରେମ ଏବଂ ଆଶୀର୍ବାଦ ଅସାଧାରଣ ଥିଲା। ସେ କହିଥିଲେ ଯେ ଅନେକ ଭଉଣୀ ଆସାମର ଚା' ବଗିଚାର ସୁଗନ୍ଧ ନେଇ ଆସିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସୁଗନ୍ଧ ଆସାମ ସହିତ ତାଙ୍କର ସମ୍ପର୍କରେ ଏକ ଅନନ୍ୟ ଅନୁଭବ ସୃଷ୍ଟି କରିଥାଏ। ସେ ଉପସ୍ଥିତ ସମସ୍ତଙ୍କୁ ପ୍ରଣାମ କରିଥିଲେ ଏବଂ ସେମାନଙ୍କ ସ୍ନେହ ଓ ଭଲପାଇବା ପାଇଁ କୃତଜ୍ଞତା ବ୍ୟକ୍ତ କରିଥିଲେ।

ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ ଚାଷ ସମ୍ମେଳନ ୨୦୨୫ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣ

November 19th, 07:01 pm

ତାମିଲନାଡୁ ରାଜ୍ୟପାଳ ଆର. ଏନ ରବିଜୀ, କେନ୍ଦ୍ର କ୍ୟାବିନେଟ ସହଯୋଗୀ ଏଲ. ମୁଗୁଗାନଜୀ, ତାମିଲନାଡୁ କୃଷି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. କେ.ରାମସ୍ୱାମୀଜୀ, ବିଭିନ୍ନ କୃଷି ଅନୁଷ୍ଠାନର ମାନ୍ୟ ଗଣ୍ୟ ପଦାଧିକାରୀ, ଜନପ୍ରତିନିଧି ଗଣ, କୃଷକ ଭାଇ ଓ ଉଭଣୀ ଏବଂ ଡିଜିଟାଲ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଯୋଡି ହୋଇଥିବା ସାରା ଦେଶର ଲକ୍ଷ ଲକ୍ଷ କୃଷକମାନେ । ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିବାଦନ ଜଣାଉଛି । ବନାକ୍କମ ଓ ନମସ୍କାର ସହ ଆପଣମାନଙ୍କୁ ମୁଁ ସ୍ୱାଗତ କରୁଛି । ପ୍ରଥମତଃ ମୁଁ ଆପଣ ସମସ୍ତଙ୍କଠାରୁ ଓ ସାରା ଦେଶର ଚାଷୀଙ୍କଠାରୁ କ୍ଷମା ପ୍ରାର୍ଥନା ମାଗୁଛି । ପୁଟ୍ଟପର୍ତୀରେ ଭଗବାନ ସତ୍ୟସାଇ ବାବାଙ୍କ କାର୍ଯ୍ୟକ୍ରମ ପାଇଁ ମୋର ଏଠାକୁ ଆସିବାକୁ ପ୍ରାୟ ଘଂଟାଏ ବିଳମ୍ବ ହୋଇଗଲା । ମୁଁ ଦେଖୁଛି ଏଇଠି ବହୁ ଲୋକ ମୋତେ ଅପେକ୍ଷା କରିଛନ୍ତି । ତେଣୁ ବିଳମ୍ବରେ ଆସିଥିବାରୁ ଆପଣମାନଙ୍କଠାରୁ ମୁଁ କ୍ଷମା ପ୍ରାର୍ଥନା କରୁଛି ।

ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 19th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ଜୈବିକ କୃଷି ସମ୍ମିଳନୀ ୨୦୨୫ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କୋଏମ୍ବାଟୁରର ପବିତ୍ର ଭୂମିରେ ମାରୁଧାମାଲାଇର ଭଗବାନ ମୁରୁଗାନଙ୍କୁ ପ୍ରଣାମ କରି ତାଙ୍କର ବକ୍ତବ୍ୟ ଆରମ୍ଭ କରିଥିଲେ। ସେ କୋଏମ୍ବାଟୁରକୁ ସଂସ୍କୃତି, କରୁଣା ଏବଂ ସୃଜନଶୀଳତାର ଭୂମି ଭାବରେ ବର୍ଣ୍ଣନା କରିଛନ୍ତି। ଏହାକୁ ଦକ୍ଷିଣ ଭାରତର ଉଦ୍ୟୋଗୀ ଶକ୍ତିର ଏକ ଶକ୍ତି କେନ୍ଦ୍ର ଭାବରେ ସ୍ୱୀକୃତି ଦେଇଛନ୍ତି। ସେ ଆଲୋକପାତ କରିଛନ୍ତି ଯେ, ସହରର ବୟନ ଶିଳ୍ପ ଜାତୀୟ ଅର୍ଥନୀତିରେ ଏକ ପ୍ରମୁଖ ଯୋଗଦାନ ଦେଇଥାଏ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, କୋଏମ୍ବାଟୁର ଏବେ ଆହୁରି ସ୍ୱତନ୍ତ୍ରତା ହାସଲ କରିଛି, କାରଣ ଏହାର ପୂର୍ବତନ ସାଂସଦ ଶ୍ରୀ ସି.ପି. ରାଧାକୃଷ୍ଣନ ଏବେ ଉପରାଷ୍ଟ୍ରପତି ଭାବରେ ଦେଶକୁ ନେତୃତ୍ୱ ଦେଉଛନ୍ତି।

ଅକ୍ଟୋବର ୧୧ରେ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନ ନୂଆଦିଲ୍ଲୀଠାରେ, ସ୍ୱତନ୍ତ୍ର କୃଷି କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ

October 10th, 06:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଅକ୍ଟୋବର, ୨୦୨୫ ସକାଳ ୧୦:୩୦ ସମୟରେ ନୂଆଦିଲ୍ଲୀର ଭାରତୀୟ କୃଷି ଗବେଷଣା ସଂସ୍ଥାନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀ କୃଷକମାନଙ୍କ ସହିତ ମତବିନିମୟ କରି, ପରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ, ଯେଉଁଠାରେ ସେ ସମାବେଶକୁ ସମ୍ବୋଧିତ କରିବେ।

କ୍ୟାବିନେଟ୍‌ ନିଷ୍ପତ୍ତି : ଜାତୀୟ ପ୍ରାକୃତିକ କୃଷି ମିଶନର ଶୁଭାରମ୍ଭ

November 25th, 08:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନରେ ଏକ ସ୍ୱତନ୍ତ୍ର କେନ୍ଦ୍ର ପ୍ରାୟୋଜିତ ଯୋଜନା ଭାବରେ ପ୍ରାକୃତିକ କୃଷି ଉପରେ ଜାତୀୟ ମିଶନ (ଏନଏମଏନଏଫ)ର ଶୁଭାରମ୍ଭକୁ ମଞ୍ଜୁରି ମିଳିଛି ।