ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।ସେବା ତୀର୍ଥ ଏବଂ କାର୍ତ୍ତବ୍ୟ ଭବନ-୧ ଏବଂ ୨ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 13th, 06:55 pm
ଆଜି, ଆମେ ସମସ୍ତେ ଏକ ନୂତନ ଇତିହାସ ସୃଷ୍ଟି ହେବାର ଦେଖୁଛୁ । ଆଜି ବିକ୍ରମ ସଂବତ୍ ଦୁଇ ହଜାର ବୟାଅଶୀ, ଫାଲଗୁନ କୃଷ୍ଣ ପକ୍ଷ ,ବିଜୟା ଏକାଦଶୀ ,ଏହି ପବିତ୍ର ଦିନରେ, ଯାହା ମାଘ ଚବିଶ, ଶାକ ସଂବତ୍ ଉଣେଇଶ ଶହ ସତଚାଳିଶର ପୂଣ୍ୟ ଅବସର, ଏବଂ ଆଜିର ପ୍ରଚଳିତ ଭାଷାରେ ମୁଁ ଯଦି କହିବି ତେବେ, ସାଧାରଣ କ୍ୟାଲେଣ୍ଡରରେ ଫେବୃଆରୀ ୧୩ର ଏହି ଦିନ, ଭାରତର ବିକାଶ ଯାତ୍ରାରେ ଏକ ନୂତନ ଆରମ୍ଭରେ ସାକ୍ଷି ହୋଇ ରହୁଛି । ଆମର ଏଠାରେ ଶାସ୍ତ୍ରରେ ବିଜୟା ଏକାଦଶୀର ବହୁତ ମହତ୍ତ୍ୱ ରହିଛି, ଏହି ଦିନରେ ଯେଉଁ ସଂକଳ୍ପ ନେଇ ଆଗକୁ ବଢିଥାଉ, ସେଥିରେ ବିଜୟ ଅବଶ୍ୟ ହୋଇଥାଏ । ଆଜି, ଆମେ ମଧ୍ୟ ଏକ ବିକଶିତ ଭାରତର ସଂକଳ୍ପ ସହିତ ସେବା ତୀର୍ଥ ଏବଂ କାର୍ତ୍ତବ୍ୟ ଭବନରେ ପ୍ରବେଶ କରୁଛୁ। ଆମ ମିଶନରେ ବିଜୟର ଦିବ୍ୟ ଆଶୀର୍ବାଦ ଆମ ସହିତ ଅଛି। ସେବା ତୀର୍ଥ ଏବଂ ନୂତନ କୋଠାର ଉଦଘାଟନ ପାଇଁ ମୁଁ ଆପଣସମସ୍ତଙ୍କୁ, ପିଏମଓଙ୍କର ସମସ୍ତ ଦଳକୁ, କ୍ୟାବିନେଟ ସଚିବାଳୟ ଏବଂ ବିଭିନ୍ନ ବିଭାଗର ସମସ୍ତ କର୍ମଚାରୀମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି। ଏହାର ନିର୍ମାଣରେ ଯୋଗଦାନ ଦେଇଥିବା ଇଞ୍ଜିନିୟର ଏବଂ ଶ୍ରମିକମାନଙ୍କୁ ମଧ୍ୟ ମୁଁ ମୋର କୃତଜ୍ଞତା ଜଣାଉଛି।ନୂଆଦିଲ୍ଲୀରେ ସେବା ତୀର୍ଥ ଏବଂ କର୍ତ୍ତବ୍ୟ ଭବନ - ୧ ଏବଂ ୨ ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 13th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ସେବା ତୀର୍ଥ ଏବଂ କର୍ତ୍ତବ୍ୟ ଭବନ - ୧ ଏବଂ ୨ର ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ ଆଜି ସମସ୍ତେ ଏକ ନୂତନ ଇତିହାସ ସୃଷ୍ଟିର ସାକ୍ଷୀ ହେଉଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ୨୦୮୨ ବିକ୍ରମ ସମ୍ବତ୍, ଫାଲଗୁନ କୃଷ୍ଣ ପକ୍ଷ ସମୟରେ, ବିଜୟା ଏକାଦଶୀର ପବିତ୍ର ଅବସରରେ, ମାଘ ୨୪ ଏବଂ ୧୯୪୭ ଶାକ ସମ୍ୱତ, ଯାହା ବର୍ତ୍ତମାନର କ୍ୟାଲେଣ୍ଡରରେ ୨୦୨୬ ଫେବୃଆରୀ ୧୩, ଦିନଟି ଭାରତର ବିକାଶ ଯାତ୍ରାରେ ଏକ ନୂତନ ଆରମ୍ଭର ସାକ୍ଷୀ ହୋଇଛି। ଶାସ୍ତ୍ରରେ ବିଜୟା ଏକାଦଶୀର ବହୁତ ମହତ୍ତ୍ୱ ରହିଛି, କାରଣ ଏହି ଦିନରେ ନିଆଯାଇଥିବା ସଂକଳ୍ପ ସର୍ବଦା ବିଜୟ ଆଡ଼କୁ ନେଇଥାଏ। ଆଜି, ଏକ ବିକଶିତ ଭାରତର ସଂକଳ୍ପ ସହିତ, ସମସ୍ତେ ସେବା ତୀର୍ଥ ଏବଂ କର୍ତ୍ତବ୍ୟ ଭବନରେ ପ୍ରବେଶ କରୁଛନ୍ତି ବୋଲି ଶ୍ରୀ ମୋଦୀ କହିଥିଲେ। ଏହି ଲକ୍ଷ୍ୟରେ ବିଜୟ ପାଇଁ ଦିବ୍ୟ ଆଶୀର୍ବାଦ ସେମାନଙ୍କ ସହିତ ଅଛି। ସେ ସେବା ତୀର୍ଥ ଏବଂ ନୂତନ କୋଠା ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, କ୍ୟାବିନେଟ ସଚିବାଳୟ ଏବଂ ବିଭିନ୍ନ ବିଭାଗର କର୍ମଚାରୀଙ୍କ ସମେତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ନିର୍ମାଣ ସହିତ ଜଡିତ ସମସ୍ତ ଇଞ୍ଜିନିୟର ଏବଂ ଶ୍ରମିକ ସହକର୍ମୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।ନୂଆଦିଲ୍ଲୀରେ ଆୟୋଜିତ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମେଳନ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 31st, 07:00 pm
ସର୍ବପ୍ରଥମେ, ମୁଁ ବିଳମ୍ବରେ ପହଞ୍ଚିଥିବା ପାଇଁ କ୍ଷମା ପ୍ରାର୍ଥନା କରୁଛି । ଆଜି ସର୍ଦ୍ଦାର ସାହେବଙ୍କ ଜନ୍ମବାର୍ଷିକୀ ଥିଲା, ତାଙ୍କର ୧୫୦ତମ ଜନ୍ମବାର୍ଷିକୀ। ଏକତା ନଗରର ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ତାଙ୍କର ଏକ କାର୍ଯ୍ୟକ୍ରମ ଥିଲା ଏବଂ ସେଥିପାଇଁ, ମୁଁ ଠିକ୍ ସମୟରେ ପହଞ୍ଚି ପାରିଲି ନାହିଁ। ଏଥିପାଇଁ ମୁଁ ପୁନର୍ବାର କ୍ଷମା ପ୍ରାର୍ଥନା କରୁଛି। ଆରମ୍ଭରେ ଆମେ ସମସ୍ତେ ଯେଉଁ ମନ୍ତ୍ରଗୁଡ଼ିକ ଶୁଣିଥିଲୁ, ସେହି ମନ୍ତ୍ରଗୁଡିକର ଶକ୍ତି ଏବେ ମଧ୍ୟ ଆମେ ଅନୁଭବ କରୁଛେ । ଯେତେବେଳେ ମୋତେ ଆପଣମାନଙ୍କ ପାଖକୁ ଆସିବାର ସୁଯୋଗ ମିଳେ ଏବଂ ଯେବେ ଯେବେ ମୁଁ ଏଠାକୁ ଆସିଛି ଦିବ୍ୟ ଅଭିଜ୍ଞତା ଏବଂ ଆଶ୍ଚର୍ଯ୍ୟଜନକ ଅନୁଭୂତି ପାଇଛି । ସ୍ୱାମୀ ଦୟାନନ୍ଦଙ୍କ ଆଶୀର୍ବାଦ, ତାଙ୍କ ଆଦର୍ଶ ପ୍ରତି ଆମର ଶ୍ରଦ୍ଧା ଏବଂ ଆପଣମାନଙ୍କ ସହିତ ଦଶନ୍ଧି ଧରି ରହିଥିବା ସମ୍ପର୍କ ମୋତେ ବାରମ୍ବାର ଆପଣଙ୍କ ମଧ୍ୟରେ ରହିବାର ସୁଯୋଗ ଦେଉଛି। ଆଉ ଯେତେବେଳେ ମୁଁ ଆପଣମାନଙ୍କୁ ଭେଟିଥାଏ ଏବଂ ଆପଣମାନଙ୍କୁ ସହିତ କଥାବାର୍ତ୍ତା କରେ, ମୁଁ ଏକ ଅନନ୍ୟ ଶକ୍ତି ଏବଂ ପ୍ରେରଣାରେ ପରିପୂର୍ଣ୍ଣ ହୋଇଯାଏ। ମୋତେ ଏହା ମଧ୍ୟ ସୂଚନା ଦିଆଯାଇଛି ଯେ ଏହିପରି ନଅଟି ସଭାଗୃହ ନିର୍ମାଣ କରାଯାଇଛି, ଯେଉଁଠାରେ ଆମର ସମସ୍ତ ଆର୍ଯ୍ୟ ସମାଜର ସଦସ୍ୟ ଭିଡିଓ ଲିଙ୍କ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଦେଖୁଛନ୍ତି। ଯଦିଓ ମୁଁ ସେମାନଙ୍କୁ ଦେଖିପାରୁ ନାହିଁ, ମୁଁ ଏଠାରୁ ମଧ୍ୟ ସେମାନଙ୍କୁ ମୋର ପ୍ରଣାମ ଜଣାଉଛି।କେଭାଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 09:00 am
ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀର ଐତିହାସିକ ଅବସରରେ, ଏକତାନଗରର ଏହି ଦିବ୍ୟ ପ୍ରଭାତ, ଏହି ମନୋରମ ଦୃଶ୍ୟ, ସର୍ଦ୍ଦାର ସାହେବଙ୍କ ପାଦତଳେ ଆମର ଉପସ୍ଥିତି, ଆଜି ଆମେ ସମସ୍ତେ ଏକ ମହାନ ମୁହୂର୍ତ୍ତର ସାକ୍ଷୀ ହେଉଛୁ। ସମଗ୍ର ଦେଶରେ ଚାଲିଥିବା ଏକତା ଦୌଡ଼, ରନ ଫର ୟୁନିଟି, କୋଟି କୋଟି ଭାରତୀୟଙ୍କ ଉତ୍ସାହ, ଆମେ ଏକ ନୂତନ ଭାରତର ସଂକଳ୍ପ ଶକ୍ତିକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରୁଛୁ। ବର୍ତ୍ତମାନ ଏଠାରେ ଯେଉଁସବୁ କାର୍ଯ୍ୟକ୍ରମ ହୋଇଛି, ଗତକାଲି ସନ୍ଧ୍ୟାରେ ଯେଉଁସବୁ ଚମତ୍କାର ପ୍ରସ୍ତୁତି ହୋଇଛି, ସେଥିରେ ମଧ୍ୟ, ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ବୀରତ୍ଵ ଏବଂ ଭବିଷ୍ୟତର ସଫଳତାର ଝଲକ ମଧ୍ୟ ରହିଛି। ସର୍ଦ୍ଦାର ସାହେବଙ୍କ ଏକ ଶହ ପଚାଶତମ ଜୟନ୍ତୀ ଉପଲକ୍ଷେ ସ୍ମାରକୀ ମୁଦ୍ରା ଏବଂ ସ୍ୱତନ୍ତ୍ର ଡାକ ଟିକଟ ମଧ୍ୟ ଜାରି କରାଯାଇଛି। ସର୍ଦ୍ଦାର ସାହେବଙ୍କ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ୧୪୦ କୋଟି ଦେଶବାସୀଙ୍କୁ ବହୁତ-ବହୁତ ଶୁଭେଚ୍ଛା, ଅନେକ ଅନେକ ଶୁଭକାମନା ଜଣାଉଛି।ରାଷ୍ଟ୍ରୀୟ ଏକତା ଦିବସରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଭାରତର ସୁରକ୍ଷା କିମ୍ବା ଲୌହ ମାନବଙ୍କ ଆତ୍ମସମ୍ମାନ ସହିତ ଦେଶ ସାଲିସ କରିବ ନାହିଁ
October 31st, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆ ଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ହେଉଛି ଏକ ଐତିହାସିକ ଅବସର। ଏକତା ନଗରର ସକାଳର ଦିବ୍ୟ ଏବଂ ମନୋରମ ଦୃଶ୍ୟକୁ ଆଶ୍ଚର୍ଯ୍ୟଜନକ ବୋଲି ବର୍ଣ୍ଣନା କରି ଶ୍ରୀ ମୋଦୀ ସର୍ଦ୍ଦାର ପଟେଲଙ୍କ ପାଦତଳେ ସାମୂହିକ ଉପସ୍ଥିତି ସମ୍ପର୍କରେ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଦେଶ ଏକ ମହାନ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଦେଶବ୍ୟାପୀ ଏକତା ଦୌଡ଼ ଏବଂ ଏଥିରେ କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣ ଉପରେ ଆଲୋକପାତ କରିଥିଲେ ଏବଂ ଗୁରୁତ୍ୱାରୋପ କରିଥିଲେ ଯେ ଏକ ନୂତନ ଭାରତ ପାଇଁ ସଂକଳ୍ପ ସ୍ପଷ୍ଟ ଭାବରେ ଅନୁଭୂତ ହେଉଛି। ପୂର୍ବରୁ ଅନୁଷ୍ଠିତ କାର୍ଯ୍ୟକ୍ରମ ଏବଂ ପୂର୍ବ ସନ୍ଧ୍ୟାର ଉଲ୍ଲେଖନୀୟ ଉପସ୍ଥାପନାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ , ଏହା ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ପରାକ୍ରମ ଏବଂ ଭବିଷ୍ୟତର ସଫଳତାର ଏକ ଝଲକକୁ ପ୍ରତିଫଳିତ କରେ। ସେ ସୂଚନା ଦେଇଥିଲେ ଯେ , ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ସ୍ମାରକୀ ମୁଦ୍ରା ଏବଂ ଏକ ସ୍ୱତନ୍ତ୍ର ଡାକ ଟିକେଟ ଜାରି କରାଯାଇଛି।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କର୍ତ୍ତବ୍ୟ ଭବନର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 06th, 07:00 pm
କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସହଯୋଗୀଗଣ, ଉପସ୍ଥିତ ମାନ୍ୟବର ସାଂସଦଗଣ, ସରକାରଙ୍କ ସମସ୍ତ କର୍ମଚାରୀଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ଭଦ୍ରବ୍ୟକ୍ତିଗଣ!ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 06th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ-୩ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି, ଅଗଷ୍ଟ ମାସ ହେଉଛି ବିପ୍ଳବର ମାସ। ଅଗଷ୍ଟ ୧୫ ତାରିଖ ପୂର୍ବରୁ ଆଉ ଏକ ଐତିହାସିକ ମାଇଲଖୁଣ୍ଟ ଆସିଛି। ଭାରତ ଏକ ଆଧୁନିକ ଭାରତ ଗଠନ ସହିତ ଜଡିତ ଅନେକ ପ୍ରମୁଖ ସଫଳତାକୁ ଦେଖୁଛି। ନୂଆଦିଲ୍ଲୀ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ ନିକଟରେ ହୋଇଥିବା ଭିତ୍ତିଭୂମି ସମ୍ବନ୍ଧୀୟ ସ୍ଥାନଗୁଡ଼ିକର ତାଲିକା ଦେଇଥିଲେ। କର୍ତ୍ତବ୍ୟ ପଥ, ନୂତନ ସଂସଦ ଭବନ, ନୂତନ ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ, ଭାରତ ମଣ୍ଡପମ୍, ଯଶୋଭୂମି, ସହିଦମାନଙ୍କ ପାଇଁ ଉତ୍ସର୍ଗୀକୃତ ଜାତୀୟ ଯୁଦ୍ଧ ସ୍ମାରକୀ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଏବଂ ବର୍ତ୍ତମାନର କର୍ତ୍ତବ୍ୟ ଭବନ ବିଷୟରେ ସେ କହିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଏଗୁଡ଼ିକ କେବଳ ନୂତନ କୋଠା କିମ୍ବା ନିୟମିତ ଭିତ୍ତିଭୂମି ନୁହେଁ । ଅମୃତ କାଳରେ, ଏକ ବିକଶିତ ଭାରତକୁ ଗଢ଼ି ତୋଳିବା ପାଇଁ ନୀତିଗୁଡ଼ିକ ଏହି ଢାଞ୍ଚାଗୁଡ଼ିକରେ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ଦଶନ୍ଧିରେ ଦେଶର ଗତିପଥ ଏହି ଅନୁଷ୍ଠାନଗୁଡ଼ିକରୁ ସ୍ଥିର କରାଯିବ। ସେ କର୍ତ୍ତବ୍ୟ ଭବନର ଉଦ୍ଘାଟନରେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏହାର ନିର୍ମାଣରେ ସମ୍ପୃକ୍ତ ଥିବା ଇଞ୍ଜିନିୟର ଏବଂ ଶ୍ରମଜୀବୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।Every citizen of Delhi is saying – AAP-da Nahin Sahenge…Badal Ke Rahenge: PM Modi
January 05th, 01:15 pm
Prime Minister Narendra Modi addressed a massive and enthusiastic rally in Rohini, Delhi today, laying out a compelling vision for the city’s future under BJP’s governance. With resounding cheers from the crowd, the Prime Minister called upon the people of Delhi to usher in an era of good governance by ending a decade of administrative failures and empowering a “double-engine government” to transform the capital into a global model of urban development.PM Modi Calls for Transforming Delhi into a World-Class City, Highlights BJP’s Vision for Good Governance
January 05th, 01:00 pm
Prime Minister Narendra Modi addressed a massive and enthusiastic rally in Rohini, Delhi today, laying out a compelling vision for the city’s future under BJP’s governance. With resounding cheers from the crowd, the Prime Minister called upon the people of Delhi to usher in an era of good governance by ending a decade of administrative failures and empowering a “double-engine government” to transform the capital into a global model of urban development.Workers of all family-run parties in country are at peak of despair: PM Modi in Kendrapara, Odisha
May 29th, 01:45 pm
Addressing his final rally for the 2024 elections in Odisha, PM Modi addressed a massive gathering in Kendrapara, highlighting the transformative journey ahead for the state. PM Modi expressed his confidence in ushering in a new era of development in Odisha post-June 4th. He said, On June 10th, Odisha will witness the historic oath-taking of the first BJP Chief Minister, who will be a son or daughter of Odisha. He stressed the need for a double-engine government to accelerate Odisha's growth, mirroring the national endorsement of a strong BJP-led government for the third consecutive term.PM Modi addresses public meetings in Mayurbhanj, Balasore and Kendrapara, Odisha
May 29th, 01:00 pm
Prime Minister Narendra Modi addressed enthusiastic public meetings in Mayurbhanj, Balasore and Kendrapara, Odisha with a vision of unprecedented development and transformation for the state and the country. PM Modi emphasized the achievements of the last decade under his leadership and laid out ambitious plans for the next five years, promising continued progress and prosperity for all Indians.ଦିଲ୍ଲୀରେ ଅଗ୍ରଗତି ହେଉଥିବା ବେଳେ ଇଣ୍ଡି ଆଲାଏନ୍ସ ଏହାର ବିନାଶ ପାଇଁ ଉଦ୍ୟମ କରୁଛି: ଉତ୍ତର-ପୂର୍ବ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦୀ
May 18th, 07:00 pm
ଲୋକସଭା ନିର୍ବାଚନ ୨୦୨୪ ପୂର୍ବରୁ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଉତ୍ତର-ପୂର୍ବ ଦିଲ୍ଲୀକୁ ବେଶ୍ ଉତ୍ସାହର ସହ ସମ୍ବୋଧିତ କରିଛନ୍ତି। ରାଜଧାନୀ ହିସାବରେ ଦିଲ୍ଲୀ ଏକ ଦୁର୍ନୀତିମୁକ୍ତ ରାଷ୍ଟ୍ର ଦିଗରେ ଆଗେଇ ନେବା ଦରକାର ବୋଲି ସେ ପ୍ରତିଶ୍ରୁତି ଦେଇ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରତିଶ୍ରୁତି ଦେଇଥିଲେ।ଉତ୍ତର-ପୂର୍ବ ଦିଲ୍ଲୀରେ ଏକ ଉଚ୍ଚ ଉତ୍ସାହଜନକ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 18th, 06:30 pm
ଲୋକସଭା ନିର୍ବାଚନ ୨୦୨୪ ପୂର୍ବରୁ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଉତ୍ତର-ପୂର୍ବ ଦିଲ୍ଲୀକୁ ବେଶ୍ ଉତ୍ସାହର ସହ ସମ୍ବୋଧିତ କରିଛନ୍ତି। ରାଜଧାନୀ ହିସାବରେ ଦିଲ୍ଲୀ ଏକ ଦୁର୍ନୀତିମୁକ୍ତ ରାଷ୍ଟ୍ର ଦିଗରେ ଆଗେଇ ନେବା ଦରକାର ବୋଲି ସେ ପ୍ରତିଶ୍ରୁତି ଦେଇ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରତିଶ୍ରୁତି ଦେଇଥିଲେ।The dreams of crores of women, poor and youth are Modi's resolve: PM Modi
February 18th, 01:00 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.PM Modi addresses BJP Karyakartas during BJP National Convention 2024
February 18th, 12:30 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.ରାଷ୍ଟ୍ରୀୟ ସମର ସ୍ମାରକରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
January 26th, 03:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ରାଷ୍ଟ୍ରୀୟ ସମର ସ୍ମାରକରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।ନିଶା ନିବାରଣ ଅଭିଯାନରେ ଯୁବପିଢ଼ିଙ୍କ ଅଂଶଗ୍ରହଣ ବୃଦ୍ଧି ଅତ୍ୟନ୍ତ ଉତ୍ସାହଜନକ: ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ବହୁତ ବହୁତ ସ୍ୱାଗତ । ଜୁଲାଇ ମାସ ଅର୍ଥାତ୍ ମୌସୁମୀର ମାସ, ବର୍ଷାର ମାସ । ଗତ କିଛିଦିନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଉଦ୍ବେଗ ଏବଂ ଅସୁବିଧାରେ ପରିପୂର୍ଣ୍ଣ ଥିଲା । ଯମୁନା ସମେତ ଅନେକ ନଦୀରେ ବନ୍ୟା ଯୋଗୁଁ ଅନେକ ଅଞ୍ଚଳରେ ଲୋକମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି । ପାର୍ବତ୍ୟ ଅଞ୍ଚଳରେ କିଛି ଭୂସ୍ଖଳନର ଘଟଣା ମଧ୍ୟ ଘଟିଛି । ଏହି ସମୟ ମଧ୍ୟରେ ଦେଶର ପଶ୍ଚିମାଞ୍ଚଳ, ବିଶେଷକରି ଗୁଜରାଟର ପୂର୍ବ ଭାଗରେ କିଛିଦିନ ପୂର୍ବରୁ ବାତ୍ୟା ବିପର୍ଯ୍ୟୟ ମଧ୍ୟ ଆସିଥିଲା । କିନ୍ତୁ ବନ୍ଧୁଗଣ, ସାମୁହିକ ପ୍ରଚେଷ୍ଟାର ଶକ୍ତି କ’ଣ, ଏଭଳି ବିପର୍ଯ୍ୟୟଗୁଡ଼ିକ ସମୟରେ ମଧ୍ୟ ଦେଶବାସୀମାନେ ତାହା ପୁଣିଥରେ ଦେଖାଇଦେଇଛନ୍ତି । ସ୍ଥାନୀୟ ଲୋକେ, ଆମ ଏନ୍ଡିଆର୍ଏଫ୍ର ଯବାନ୍ମାନେ, ସ୍ଥାନୀୟ ପ୍ରଶାସନ ଦାୟିତ୍ୱରେ ଥିବା ବ୍ୟକ୍ତିମାନେ ଦିନ ରାତି ପରିଶ୍ରମ କରି ଏଭଳି ବିପର୍ଯ୍ୟୟଗୁଡ଼ିକର ମୁକାବିଲା କରିଛନ୍ତି । ଯେକୌଣସି ବିପତ୍ତିର ମୁକାବିଲା କରିବାରେ ଆମର ସାମର୍ଥ୍ୟ ଏବଂ ସମ୍ବଳର ବିଶେଷ ଭୂମିକା ରହିଥାଏ । କିନ୍ତୁ ଏହାସହିତ ଆମ ସମ୍ବେଦନଶୀଳତା ଏବଂ ଜଣେ ଅନ୍ୟ ଜଣକୁ ସାହାଯ୍ୟ କରିବାର ମନୋଭାବ ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ । ସର୍ବଜନ ହିତାୟର ଏହି ଭାବନା ଭାରତର ପରିଚୟ ଆଉ ଭାରତର ଶକ୍ତି ମଧ୍ୟ ଅଟେ ।ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 26th, 11:28 pm
ଏକ ଅଦ୍ଭୁତ ଦୃଶ୍ୟ ମୋ ସମ୍ମୁଖରେ ଅଛି । ହେଉଛି ଭବ୍ୟ, ହେଉଛି ବିରାଟ, ହେଉଛି ବିହଙ୍ଗମ । ଆଉ ଆଜିର ଏ ଯେଉଁ ଅବସର ଅଛି, ଏହା ପଛରେ ଯେଉଁ କଳ୍ପନା ରହିଛି, ଏବଂ ଆଜି ଆମ ଆଖି ସାମ୍ନାରେ ସେହି ସ୍ୱପ୍ନକୁ ସାକାର ହେଉଥିବା ଦେଖୁଛେ, ସେତେବେଳେ ମୋତେ ଏକ ପ୍ରସିଦ୍ଧ କବିତା ପଂକ୍ତି ଗୁଣୁଗୁଣେଇବାକୁ ଇଚ୍ଛା ହେଉଛି:-