ମା' ସିଦ୍ଧିଦାତ୍ରୀଙ୍କ ଆଶୀର୍ବାଦ ଲୋଡିବା ସହିତ ଏକ ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ

March 27th, 10:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମା 'ସିଦ୍ଧିଦାତ୍ରୀଙ୍କ ଆଶୀର୍ବାଦ ଲୋଡିଥିଲେ ଏବଂ ତାଙ୍କ ସମସ୍ତ ଭକ୍ତଙ୍କୁ ସେମାନଙ୍କ ଲକ୍ଷ୍ୟ ହାସଲ ପାଇଁ ଆଶୀର୍ବାଦ ଦେବା ପାଇଁ ପ୍ରାର୍ଥନା କରିଥିଲେ।

Prime Minister shares Sanskrit Subhashitam, seeks blessings of Maa Mahagauri

March 26th, 08:13 am

PM Modi sought the blessings of Maa Mahagauri and offered his salutations at her pine feet. He prayed that her pine radiance brings happiness, prosperity and good health into everyone’s life.

Prime Minister shares Sanskrit Subhashitam, seeks blessings of Maa Kaalratri

March 25th, 09:00 am

PM Modi sought the blessings of Maa Kaalratri and prayed that her grace enriches everyone’s life with courage, resolve and success. The PM said that the worship of the Goddess instils renewed self-confidence among devotees and fills everyone with a new sense of energy.

ନବରାତ୍ରୀ ସମୟରେ ଭକ୍ତିର ଅପାର ଶକ୍ତି ବିଷୟରେ ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ

March 22nd, 09:12 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନବରାତ୍ରିର ଆଧ୍ୟାତ୍ମିକ ଗୁରୁତ୍ୱ ଉପରେ ନିଜର ମତବ୍ୟକ୍ତ କରି ମାତା ଦେବୀଙ୍କ ପ୍ରତି ଭକ୍ତିରୁ ମିଳୁଥିବା ଗଭୀର ଶକ୍ତି ଏବଂ ଦକ୍ଷତା ଉପରେ ଗୁରୁତ୍ୱାରୋପ କରିଛନ୍ତି।

Prime Minister reflects on Navratri’s journey of unwavering faith

March 21st, 08:49 am

Prime Minister Shri Narendra Modi shared his reflections today on the spiritual significance of the holy festival of Navratri, highlighting the transformative power of faith in the Mother Goddess.Shri Modi shared a devotional hymn dedicated to the Goddess on this occasion.

ଦେବୀ ଚନ୍ଦ୍ରଘଣ୍ଟାଙ୍କ ଦିବ୍ୟ ଏବଂ ପରୋପକାରୀ କୃପା ଉପରେ ଆଲୋକପାତ କରିଛନ୍ତି ଏକ ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ

March 21st, 08:05 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେବୀ ଚନ୍ଦ୍ରଘଣ୍ଟାଙ୍କ ଦିବ୍ୟ ଏବଂ ପରୋପକାରୀ କୃପା ଉପରେ ଆଲୋକପାତ କରି ଏକ ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି ।

An RSS shakha is a ground of inspiration, where the journey from 'me' to 'we' begins: PM Modi

October 01st, 10:45 am

In his address at the centenary celebrations of the Rashtriya Swayamsevak Sangh (RSS), PM Modi extended his best wishes to the countless swayamsevaks dedicated to the resolve of national service. He announced that, to commemorate the occasion, the GoI has released a special postage stamp and a coin. Highlighting the RSS’ five transformative resolutions, the PM remarked that in times of calamity, swayamsevaks are among the first responders.

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 01st, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଡକ୍ଟର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଶତବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମ୍ବୋଧିତ କରିଛନ୍ତି। ଏହି ଅବସରରେ, ଶ୍ରୀ ମୋଦୀ ସମସ୍ତ ନାଗରିକଙ୍କୁ ନବରାତ୍ରିର ଶୁଭେଚ୍ଛା ଜଣାଇ କହିଥିଲେ ଯେ ଆଜି ମହାନବମୀ ଏବଂ ଦେବୀ ସିଦ୍ଧିଦାତ୍ରୀଙ୍କ ଦିବସ। ସେ ଉଲ୍ଲେଖ କରିଥିଲେ ଯେ ଆସନ୍ତାକାଲି ବିଜୟାଦଶମୀର ମହାନ ପର୍ବ, ଯାହା ଭାରତୀୟ ସଂସ୍କୃତିର ଚିରନ୍ତନ ଘୋଷଣାର ପ୍ରତୀକ: ଅନ୍ୟାୟ ଉପରେ ନ୍ୟାୟ, ମିଥ୍ୟା ଉପରେ ସତ୍ୟ ଏବଂ ଅନ୍ଧାର ଉପରେ ଆଲୋକର ବିଜୟ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ୧୦୦ ବର୍ଷ ପୂର୍ବେ ଏପରି ଏକ ପବିତ୍ର ଅବସରରେ ପ୍ରତିଷ୍ଠିତ ହୋଇଥିଲା ଏବଂ କହିଛନ୍ତି ଯେ ଏହା କୌଣସି ସଂଯୋଗ ନୁହେଁ। ସେ କହିଛନ୍ତି ଯେ ଏହା ହଜାର ହଜାର ବର୍ଷ ପୁରୁଣା ଏକ ପ୍ରାଚୀନ ପରମ୍ପରାର ପୁନରୁଦ୍ଧାର, ଯେଉଁଥିରେ ଜାତୀୟ ଚେତନା ପ୍ରତ୍ୟେକ ଯୁଗର ଚ୍ୟାଲେଞ୍ଜର ମୁକାବିଲା କରିବା ପାଇଁ ନୂତନ ରୂପରେ ନିଜକୁ ପ୍ରକାଶ କରେ। ସେ କହିଛନ୍ତି ଯେ ଏହି ଯୁଗରେ, ସଂଘ ସେହି ଅନନ୍ତ ଜାତୀୟ ଚେତନାର ଏକ ସଦ୍ଗୁଣ ପ୍ରତିମୂର୍ତ୍ତି।

ଝାରସୁଗୁଡାରେ ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 27th, 11:45 am

ଏଠାକାର କିଛି ଯୁବ ବନ୍ଧୁ ଅନେକ କଳାକୃତି ସାଥିରେ ନେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ କଳା ପ୍ରତି ଥିବା ଅନୁରାଗ ବିଶ୍ୱ ପ୍ରସିଦ୍ଧ। ମୁଁ ଆପଣ ସମସ୍ତଙ୍କଠାରୁ ଏହି ଉପହାର ଗ୍ରହଣ କରୁଛି ଏବଂ ମୋର ଏସ୍‌ପିଜି ସହକର୍ମୀମାନଙ୍କୁ ଅନୁରୋଧ କରୁଛି ଯେ, ସେମାନେ ସେଗୁଡ଼ିକୁ ଆପଣଙ୍କଠାରୁ ସଂଗ୍ରହ କରିନିଅନ୍ତୁ। ଯଦି ଆପଣମାନେ ପଛରେ ଆପଣଙ୍କର ନାମ ଏବଂ ଠିକଣା ଲେଖିଥିବେ, ତେବେ ଆପଣ ନିଶ୍ଚିତ ଭାବରେ ମୋଠାରୁ ଏକ ଚିଠି ପାଇବେ। ସେଠାରେ, ପଛରେ ମଧ୍ୟ ଏକ ପିଲା କିଛି ଧରି ଠିଆ ହୋଇଛି; ତାଙ୍କ ହାତ ଯନ୍ତ୍ରଣା କରୁଥିବ। ସେ ବହୁ ସମୟ ହେଲା ଏହାକୁ ଧରି ଠିଆ ହୋଇଛି। ଦୟାକରି ତାହା ମଧ୍ୟ ସଂଗ୍ରହ କରିନିଅନ୍ତୁ, ଭାଇ। ଦୟାକରି ତାଙ୍କୁ ସାହାଯ୍ୟ କରନ୍ତୁ। ଯଦି ଆପଣ ପଛରେ ଆପଣଙ୍କର ନାମ ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଚିଠି ଲେଖିବି। ଆପଣ ଆତ୍ମୀୟତାର ସହିତ ଏହି କଳାକୃତି ସୃଷ୍ଟି କରିଥିବାରୁ ମୁଁ ସମସ୍ତ ଯୁବକ, ମହିଳା ଏବଂ ଛୋଟ ପିଲାମାନଙ୍କୁ ମୋର ଆନ୍ତରିକ କୃତଜ୍ଞତା ଜଣାଉଛି।

ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 27th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରି ସେଠାରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ବର୍ତ୍ତମାନ ନବରାତ୍ରି ପର୍ବ ପାଳନ କରାଯାଉଛି । ଏହି ପବିତ୍ର ଦିନରେ ମା’ ସମଲେଇ ଏବଂ ମା’ ରାମଚଣ୍ଡୀଙ୍କ ପବିତ୍ର ଭୂମିକୁ ଆସିବା ଏବଂ ଆଜିର କାର୍ଯ୍ୟକ୍ରମରେ ସମବେତ ଲୋକମାନଙ୍କୁ ଭେଟିବାର ସୌଭାଗ୍ୟ ତାଙ୍କୁ ମିଳିଛି। ସେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମା’ ଏବଂ ଭଉଣୀଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରି କହିଥିଲେ, ସେମାନଙ୍କର ଆଶୀର୍ବାଦ ହିଁ ଶକ୍ତିର ପ୍ରକୃତ ଉତ୍ସ। ଏହି ଅବସରରେ ସବୁ ଲୋକମାନଙ୍କୁ ସେ ପ୍ରଣାମ ଜଣାଇଥିଲେ।

ଅରୁଣାଚଳ ପ୍ରଦେଶର ଇଟାନଗରରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 22nd, 11:36 am

ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ କେ.ଟି ପରନାୟକ ଜୀ, ରାଜ୍ୟର ଲୋକପ୍ରିୟ ଏବଂ ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, କିରେନ ରିଜିଜୁ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୋର ସାଥୀ ସାଂସଦ ନବମ ରେବିଆ ଜୀ ଏବଂ ତାପିର ଗାଓ ଜୀ, ସମସ୍ତ ବିଧାୟକଗଣ, ଅନ୍ୟ ଜନ ପ୍ରତିନିଧିଗଣ, ଏବଂ ଅରୁଣାଚଳ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ଅରୁଣାଚଳ ପ୍ରଦେଶ ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 22nd, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଅରୁଣାଚଳ ପ୍ରଦେଶର ଇଟାନଗରରେ ପ୍ରାୟ ୫୧୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧନ କରି, ସେ ପରମାତ୍ମା ଡୋନୟି ପୋଲୋଙ୍କୁ ସ୍ମରଣ କରିବା ସହ ସମସ୍ତଙ୍କ ଉପରେ ତାଙ୍କର କୃପା ରହୁ ବୋଲି ପ୍ରାର୍ଥନା କରିଥିଲେ।

ମଧ୍ୟପ୍ରଦେଶର ଧାରଠାରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 17th, 11:20 am

ମଧ୍ୟ ପ୍ରଦେଶର ରାଜ୍ୟପାଳ ମଙ୍ଗୁଭାଇ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ମୋହନ ଯାଦବ ଜୀ, କେନ୍ଦ୍ରରେ ମୋର ସହଯୋଗୀ ଭଉଣୀ ସାବିତ୍ରୀ ଠାକୁର ଜୀ, ଦେଶର କୋଣ ଅନୁକୋଣରୁ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସିଥିବା ସମସ୍ତ କେନ୍ଦ୍ର ମନ୍ତ୍ରୀଗଣ, ରାଜ୍ୟମାନଙ୍କର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଗଣ, ମଞ୍ଚ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ ଏବଂ ଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ!

ମଧ୍ୟପ୍ରଦେଶର ଧାରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 17th, 11:19 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଧାରରେ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଜ୍ଞାନର ଦେବୀ - ଧାର ଭୋଜଶାଳାର ପୂଜ୍ୟ ମାତା - ବାଗ୍ଦେବୀଙ୍କ ପାଦ ତଳେ ପ୍ରଣାମ କରିଥିଲେ। ଆଜି ଦିବ୍ୟ ସ୍ଥପତି , କୌଶଳ ଏବଂ ସୃଷ୍ଟିର ଦେବତା ଭଗବାନ ବିଶ୍ୱକର୍ମାଙ୍କ ଜନ୍ମବାର୍ଷିକୀ। ଏହା ସହିତ ପ୍ରଧାନମନ୍ତ୍ରୀ ଭଗବାନ ବିଶ୍ୱକର୍ମାଙ୍କ ପ୍ରତି ପ୍ରଣାମ ଜଣାଇ, କୋଟି କୋଟି ଭାଇଭଉଣୀଙ୍କୁ ମଧ୍ୟ ସମ୍ମାନ ଜଣାଇଥିଲେ । ଯେଉଁମାନେ ନିଜର କାରିଗରୀ ଏବଂ ସମର୍ପଣ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ନିୟୋଜିତ ଅଛନ୍ତି।

ଭିଡିଓ କନଫରେନ୍ସିଂ ଜରିଆରେ ବିହାର ରାଜ୍ୟ ଜୀବିକା ନିଧି ସାଖ ସହକାରୀ ସଂଘ ଲିମିଟେଡର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 02nd, 01:00 pm

ବିହାରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଜୀ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଜୀ, ବିଜୟ କୁମାର ସିହ୍ନା ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବିହାରର ମୋର ଲକ୍ଷ ଲକ୍ଷ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।

ବିହାର ରାଜ୍ୟ ଜୀବିକା ନିଧି ସାଖ୍ ସହକାରୀ ସଂଘ ଲିମିଟେଡର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 02nd, 12:40 pm

ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାର ରାଜ୍ୟ ଜୀବିକା ନିଧି ସାଖ ସହକାରୀ ସଂଘ ଲିମିଟେଡର ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ପବିତ୍ର ମଙ୍ଗଳବାର ଦିନ ଏକ ଅତ୍ୟନ୍ତ ସମ୍ଭାବନାମୟ ପଦକ୍ଷେପ ଆରମ୍ଭ ହେଉଛି। ସେ ଘୋଷଣା କରିଛନ୍ତି ଯେ, ଜୀବିକା ନିଧି ସାଖ ସହକାରୀ ସଂଘ ମାଧ୍ୟମରେ ବିହାରର ମା' ଏବଂ ଭଉଣୀମାନଙ୍କୁ ଏକ ନୂତନ ସୁବିଧା ପ୍ରଦାନ କରାଯାଉଛି। ଏହି ପଦକ୍ଷେପ ଗ୍ରାମାଞ୍ଚଳରେ ଜୀବିକା ନିର୍ବାହ କାର୍ଯ୍ୟରେ ନିୟୋଜିତ ମହିଳାମାନଙ୍କୁ ସହଜରେ ଆର୍ଥିକ ସହାୟତା ପାଇବାକୁ ସକ୍ଷମ କରିବ, ଯାହା ଦ୍ୱାରା ସେମାନଙ୍କୁ ସେମାନଙ୍କର କାମ ଏବଂ ବ୍ୟବସାୟ କରିବାରେ ସାହାଯ୍ୟ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେ ଖୁସି ବ୍ୟକ୍ତ କରିଛନ୍ତି ଯେ, ଜୀବିକା ନିଧି ବ୍ୟବସ୍ଥା ସମ୍ପୂର୍ଣ୍ଣ ଡିଜିଟାଲ୍, ଯାହା ବ୍ୟକ୍ତିଗତଭାବେ ପରିଦର୍ଶନର ଆବଶ୍ୟକତାକୁ ଦୂର କରିଛି - ବର୍ତ୍ତମାନ ସବୁକିଛି ମୋବାଇଲ୍ ଫୋନ୍ ମାଧ୍ୟମରେ କରାଯାଇପାରିବ। ସେ ଜୀବିକା ନିଧି ସାଖ ସହକାରୀ ସଂଘର ଶୁଭାରମ୍ଭ ପାଇଁ ବିହାରର ମା' ଏବଂ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଏହି ଉଲ୍ଲେଖନୀୟ ପଦକ୍ଷେପ ପାଇଁ ଶ୍ରୀ ନୀତିଶ କୁମାର ଏବଂ ବିହାର ସରକାରଙ୍କୁ ପ୍ରଶଂସା କରିଥିଲେ।

'ମନ୍ କୀ ବାତ୍'ର ଶ୍ରୋତାମାନେ ହିଁ ଏହି କାର୍ଯ୍ୟକ୍ରମର ପ୍ରକୃତ ଉପସ୍ଥାପକ: ପ୍ରଧାନମନ୍ତ୍ରୀ ମୋଦୀ

September 29th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆମମାନଙ୍କୁ ଏକାଠି ହେବାର ସୁଯୋଗ ମିଳିଛି । ଆଜିର ଅଧ୍ୟାୟ ମୋତେ ଭାବପ୍ରବଣ କରୁଛି, ମୋତେ ଅନେକ ପୁରୁଣା ସ୍ମୃତିଗର୍ଭକୁ ନେଇଯାଉଛି, କାରଣ ଏହା ଯେ, ‘ମନ୍ କି ବାତ୍’ର ଆମର ଏହି ଯାତ୍ରା ୧୦ ବର୍ଷ ପୂରଣ କରିଛି । ୧୦ ବର୍ଷ ପୂର୍ବେ ‘ମନ୍ କି ବାତ୍’ର ଶୁଭାରମ୍ଭ ଅକ୍ଟୋବର ୩ ତାରିଖ ବିଜୟାଦଶମୀ ଦିନ ହୋଇଥିଲା ଏବଂ ଏହା ମଧ୍ୟ ଏକ ପବିତ୍ର ସଂଯୋଗ ଯେ, ଏ ବର୍ଷ ଅକ୍ଟୋବର ୩ ତାରିଖ ଦିନ ‘ମନ୍ କି ବାତ୍’କୁ ୧୦ ବର୍ଷ ପୂରଣ ହେଉଥିବାବେଳେ ନବରାତ୍ରର ପ୍ରଥମ ଦିନ ହୋଇଥିବ । ‘ମନ୍ କି ବାତ୍’ର ଏହି ସୁଦୀର୍ଘ ଯାତ୍ରାର ଏଭଳି ଅନେକ ପର୍ଯ୍ୟାୟ ରହିଛି, ଯାହାକୁ ମୁଁ କେବେହେଲେ ଭୁଲିପାରିବି ନାହିଁ । ‘ମନ୍ କି ବାତ୍’ର କୋଟି କୋଟି ଶ୍ରୋତା ଆମର ଏହି ଯାତ୍ରାର ଏଭଳି ସାଥି, ଯେଉଁମାନଙ୍କ ଠାରୁ ମୋତେ ନିରନ୍ତର ସହଯୋଗ ମିଳିଛି । ଦେଶର କୋଣ-ଅନୁକୋଣରୁ ସେମାନେ ତଥ୍ୟ ଉପଲବ୍ଧ କରାଇଛନ୍ତି । ‘ମନ୍ କି ବାତ୍’ର ଶ୍ରୋତାମାନେ ହିଁ ହେଉଛନ୍ତି ଏହି କାର୍ଯ୍ୟକ୍ରମର ପ୍ରକୃତ ସୂତ୍ରଧର । ସାଧାରଣତଃ ଏମିତି ଗୋଟିଏ ଧାରଣା ସୃଷ୍ଟି ହୋଇଛି ଯେ, କିଛି ମସଲାଯୁକ୍ତ ଚଟପଟି କଥା, କିମ୍ବା କିଛି ନକାରାତ୍ମକ କଥା ନ ଥିବା ଯାଏ ତାହାକୁ ଗୁରୁତ୍ୱ ଦିଆଯାଇନଥାଏ । କିନ୍ତୁ, ‘ମନ୍ କି ବାତ୍’ ଏହା ପ୍ରମାଣିତ କରିଛି ଯେ, ଦେଶର ଲୋକେ ସକାରାତ୍ମକ ତଥ୍ୟ ଜାଣିବା ପାଇଁ କେତେ ଅଧିକ ଉତ୍ସୁକ । ସକାରାତ୍ମକ କଥା, ପ୍ରେରଣାଦାୟୀ ଉଦାହରଣ, ପ୍ରୋତ୍ସାହିତ କରୁଥିବା କଥା ଲୋକଙ୍କୁ ବେଶ୍ ଭଲ ଲାଗିଥାଏ । ଯେମିତିକି ଗୋଟିଏ ପକ୍ଷୀ, ଯାହାର ନାଁ ଚକୋର । ତା’ ବିଷୟରେ କୁହାଯାଏ ଯେ, ସେ କେବଳ ବର୍ଷାଜଳ ପାନ କରିଥାଏ । ‘ମନ୍ କି ବାତ୍’ରେ ଆମେ ଦେଖିଲୁ ଯେ, ଲୋକେ ମଧ୍ୟ ଚକୋର ପକ୍ଷୀ ଭଳି ଦେଶର ଉପଲବ୍ଧି କଥା, ଲୋକଙ୍କ ସାମୁହିକ ଉପଲବ୍ଧି କଥା କେତେ ଗର୍ବର ସହିତ ଶୁଣୁଛନ୍ତି । ‘ମନ୍ କି ବାତ୍’ର ୧୦ ବର୍ଷର ଯାତ୍ରା ଏଭଳି ଏକ ମାଳ ଗୁନ୍ଥିଦେଇଛି, ଯେଉଁଥିରେ ପ୍ରତ୍ୟେକ ଅଧ୍ୟାୟ ସହ ନୂଆ କାହାଣୀ, ନୂଆ କୀର୍ତ୍ତିମାନ, ନୂତନ ବ୍ୟକ୍ତିତ୍ୱ ଯୋଡ଼ି ହୋଇଚାଲିଛନ୍ତି । ଆମ ସମାଜରେ ସାମୂହିକତାର ଭାବନା ସହ ଯାହା କିଛି କାର୍ଯ୍ୟ ହେଉଛି, ତାହାକୁ ‘ମନ୍ କି ବାତ୍’ ଜରିଆରେ ସମ୍ମାନ ପ୍ରାପ୍ତ ହୋଇଛି । ‘ମନ୍ କି ବାତ୍’ ପାଇଁ ଆସିଥିବା ଚିଠିଗୁଡ଼ିକ ପଢ଼ିବା ସମୟରେ ମୋ ମନ ବି ଗର୍ବରେ ଭରିଯାଏ । ଆମ ଦେଶରେ ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଅଛନ୍ତି, ଯେଉଁମାନଙ୍କ ମନରେ ଦେଶ ଓ ସମାଜସେବା କରିବାର ଉତ୍ସାହ ଭରି ରହିଛି । ସେମାନେ ନିଃସ୍ୱାର୍ଥ ଭାବରେ ଜନସାଧାରଣଙ୍କ ସେବା କରିବାରେ ନିଜର ସମ୍ପୂର୍ଣ୍ଣ ଜୀବନ ସମର୍ପି ଦେଉଛନ୍ତି । ସେମାନଙ୍କ ବିଷୟରେ ଜାଣି ମୋ ମଧ୍ୟରେ ଶକ୍ତିର ଭରପୁର ସଂଚାର ହୋଇଯାଉଛି । ‘ମନ୍ କି ବାତ୍’ର ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମୋ ପାଇଁ ମନ୍ଦିରକୁ ଯାଇ ଦେବଦର୍ଶନ କରିବା ସଦୃଶ । ‘ମନ୍ କି ବାତ୍’ର ପ୍ରତ୍ୟେକ କଥାକୁ, ପ୍ରତ୍ୟେକ ଘଟଣାକୁ, ପ୍ରତ୍ୟେକ ଚିଠିକୁ ଯେତେବେଳେ ମୁଁ ମନେପକାଉଛି, ସେତେବେଳେ ମୋତେ ଲାଗୁଛି ଯେ, ଜନତା-ଜନାର୍ଦ୍ଦନ, ଯେଉଁମାନେ ମୋ ପାଇଁ ଈଶ୍ୱର ସଦୃଶ, ମୁଁ ସେମାନଙ୍କ ଦର୍ଶନ କରୁଛି ।

Our Sankalp Patra is a reflection of the young aspirations of Yuva Bharat: PM Modi at BJP HQ

April 14th, 09:02 am

Releasing the BJP Sankalp Patra at Party headquarters today, PM Modi stated, The entire nation eagerly awaits the BJP's manifesto. There is a significant reason for this. Over the past 10 years, the BJP has implemented every point of its manifesto as a guarantee. The BJP has once again demonstrated the integrity of its manifesto. Our Sankalp Patra empowers 4 strong pillars of developed India - Youth, women, poor and farmers.”

PM Modi delivers key address during BJP Sankalp Patra Release at Party HQ

April 14th, 09:01 am

Releasing the BJP Sankalp Patra at Party headquarters today, PM Modi stated, The entire nation eagerly awaits the BJP's manifesto. There is a significant reason for this. Over the past 10 years, the BJP has implemented every point of its manifesto as a guarantee. The BJP has once again demonstrated the integrity of its manifesto. Our Sankalp Patra empowers 4 strong pillars of developed India - Youth, women, poor and farmers.”

ଭାରତର ପ୍ରଥମ ଆଞ୍ଚଳିକ ରାପିଡ୍ ଟ୍ରାନଜିଟ୍ ସିଷ୍ଟମ କରିଡର ଏବଂ ନମୋ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 20th, 04:35 pm

ଆଜି ସମଗ୍ର ଦେଶ ପାଇଁ ହେଉଛି ଏକ ଐତିହାସିକ କ୍ଷଣ ।ଆଜି ଭାରତର ପ୍ରଥମ ରାପିଡ ରେଳ ସେବା, ନମୋ ଭାରତଟ୍ରେନ, ରାଷ୍ଟ୍ରକୁ ସମର୍ପିତ ହେଉଛି, ଆରମ୍ଭ ହୋଇଛି ।ପାଖାପାଖି ଚାରି ବର୍ଷ ପୂର୍ବେ ମୁଁ ଦିଲ୍ଲୀ - ଗାଜିଆବାଦ - ମିରଟଆଞ୍ଚଳିକ କରିଡର ପ୍ରକଳ୍ପର ଶିଳାନ୍ୟାସ କରିଥିଲି । ଆଜିସାହିବାବାଦରୁ ଦୁହାଇ ଡିପୋ ପର୍ଯ୍ୟନ୍ତ ସେହି ଅଂଶରେ ନମୋଭାରତର ଚଳାଚଳ ଆରମ୍ଭ ହୋଇଯାଇଛି । ଆଉ ମୁଁ ପୂର୍ବରୁ ହିଁକହିଛି, ଆଜି ମଧ୍ୟ କହୁଛି ଯାହାର ଶିଳାନ୍ୟାସ ଆମେ କରିଥାଉ, ତାହାର ଉଦଘାଟନ ମଧ୍ୟ ଆମେ ହିଁ କରିଥାଉ । ଆଉ ଏହିମିରଟ ଆଡକୁ ଥିବା ଅଂଶ 1 ବର୍ଷ, ଦେଢ ବର୍ଷ ପରେ ସମ୍ପୂର୍ଣ୍ଣହେବ, ସେହି ସମୟରେ ମଧ୍ୟ ମୁଁ ଆପଣମାନଙ୍କର ସେବାରେଉପସ୍ଥିତ ରହିବି ।