୭୯ତମ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

August 15th, 07:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସଅବସରରେ ଶୁଭେଚ୍ଛା ଏବଂ ଶୁଭକାମନା ପାଇଁ ବିଶ୍ୱନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ମରିସସ ଜାତୀୟ ଦିବସ ସମାରୋହରେ ସେଠାକାର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 12th, 03:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସ୍ ସାଧାରଣତନ୍ତ୍ରର ୫୭ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।

ଗ୍ରାଣ୍ଡ କମାଣ୍ଡର୍‌ ଅଫ୍‌ ଦ ଅର୍ଡର ଅଫ୍‌ ଦ ଷ୍ଟାର୍‌ ଆଣ୍ଡ କି ଅଫ୍‌ ଦ ଇଣ୍ଡିଆନ ଓସନ୍‌ (ଜିସିଏସକେ) ପୁରସ୍କାରରେ ସମ୍ମାନିତ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

March 12th, 03:00 pm

ମରିସସର ସର୍ବୋଚ୍ଚ ଜାତୀୟ ପୁରସ୍କାର ପାଇଥିବାରୁ ମୁଁ ହାର୍ଦ୍ଦିକ କୃତଜ୍ଞତା ବ୍ୟକ୍ତ କରୁଛି। ଏହି ସମ୍ମାନ କେବଳ ମୋ ପାଇଁ ନୁହେଁ। ଏହା ୧୪୦ କୋଟି ଭାରତୀୟଙ୍କ ସମ୍ମାନ। ଏହା ଭାରତ ଏବଂ ମରିସସ୍ ମଧ୍ୟରେ ଶହ ଶହ ବର୍ଷ ପୁରୁଣା ସାଂସ୍କୃତିକ ଏବଂ ଐତିହାସିକ ଆତ୍ମୀୟ ବନ୍ଧନ ପ୍ରତି ଏକ ସମ୍ମାନ। ଏହା ହେଉଛି ଆଞ୍ଚଳିକ ଶାନ୍ତି, ପ୍ରଗତି, ସୁରକ୍ଷା ଏବଂ ଦୀର୍ଘସ୍ଥାୟୀ ବିକାଶ ପ୍ରତି ଆମର ସହଭାଗୀ ପ୍ରତିବଦ୍ଧତାର ସ୍ୱୀକୃତି। ଆଉ ଏହା ଗ୍ଲୋବାଲ ସାଉଥ୍‌ ର ସହଭାଗୀ ଆଶା ଓ ଆକାଂକ୍ଷାର ପ୍ରତୀକ। ମୁଁ ଏହି ପୁରସ୍କାରକୁ ସମ୍ପୂର୍ଣ୍ଣ ବିନମ୍ରତା ଏବଂ କୃତଜ୍ଞତାର ସହ ଗ୍ରହଣ କରୁଛି। ଶହ ଶହ ବର୍ଷ ପୂର୍ବେ ଭାରତରୁ ମରିସସକୁ ଆସିଥିବା ଆପଣମାନଙ୍କ ପୂର୍ବପୁରୁଷମାନଙ୍କୁ ଏବଂ ସେମାନଙ୍କ ସମସ୍ତ ପିଢ଼ିକୁ ମୁଁ ଏହାକୁ ଉତ୍ସର୍ଗ କରୁଛି। ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା, ସେମାନେ ମରିସସର ବିକାଶରେ ଏକ ସୁବର୍ଣ୍ଣ ଅଧ୍ୟାୟ ଲେଖିଥିଲେ ଏବଂ ଏହାର ଜୀବନ୍ତ ବିବିଧତାରେ ଯୋଗଦାନ କରିଥିଲେ। ମୁଁ ମଧ୍ୟ ଏହି ସମ୍ମାନକୁ ଏକ ଦାୟିତ୍ୱ ଭାବେ ଗ୍ରହଣ କରୁଛି। ଆମେ ଭାରତ-ମରିସସ୍ ରଣନୀତିକ ଭାଗିଦାରୀକୁ ଅଧିକ ଉପରକୁ ନେଇଯିବା ଲାଗି ପ୍ରୟାସ ଜାରି ରଖିବୁ, ଏଥିପାଇଁ ମୁଁ ଆମର ପ୍ରତିବଦ୍ଧତାକୁ ଦୋହରାଉଛି।

Our vision for the Global South will go beyond SAGAR-it will be MAHASAGAR: PM Modi

March 12th, 12:30 pm

During his visit to Mauritius, PM Modi emphasized the deep-rooted ties between the two nations, announcing an 'Enhanced Strategic Partnership' with PM Ramgoolam. India will assist in building a new Parliament, modernizing infrastructure, and strengthening security. With a focus on digital innovation, trade, and cultural ties, PM Modi reaffirmed India’s commitment to regional growth and cooperation.

ମରିସସ୍ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ନୈଶ୍ୟଭୋଜିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 12th, 06:15 am

ସର୍ବପ୍ରଥମେ ପ୍ରଧାନମନ୍ତ୍ରୀଙ୍କ ଆବେଗପୂର୍ଣ୍ଣ ଏବଂ ପ୍ରେରଣାଦାୟୀ ଚିନ୍ତାଧାରା ପାଇଁ ମୁଁ ତାଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଏହି ଭବ୍ୟ ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୁଁ ପ୍ରଧାନମନ୍ତ୍ରୀ, ମରିସସ୍ ସରକାର ଏବଂ ଏହାର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଉଛି । ମରିସସ୍ ଗସ୍ତ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପାଇଁ ସବୁବେଳେ ବିଶେଷ ହୋଇଥାଏ। ଏହା କେବଳ ଏକ କୂଟନୈତିକ ଗସ୍ତ ହୋଇନଥାଏ, ବରଂ ପରିବାରକୁ ଭେଟିବାର ସୁଯୋଗ ହୋଇଥାଏ। ମରିସସ୍ ମାଟିରେ ପାଦ ରଖିବା କ୍ଷଣି ହିଁ ମୁଁ ଏହି ଆତ୍ମୀୟତା ଅନୁଭବ କରିଥିଲି। ସବୁଆଡ଼େ ନିଜର ଭାବନା ଦେଖିବାକୁ ମିଳୁଛି। ପ୍ରୋଟୋକଲରେ କୌଣସି ପ୍ରତିବନ୍ଧକ ନାହିଁ । ମରିସସ୍ ଜାତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ପୁଣି ଥରେ ନିମନ୍ତ୍ରିତ ହେବା ମୋ ପାଇଁ ସୌଭାଗ୍ୟର ବିଷୟ। ଏହି ଅବସରରେ ମୁଁ ୧୪୦ କୋଟି ଭାରତୀୟଙ୍କ ତରଫରୁ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।

Mauritius is not just a partner country; For us, Mauritius is family: PM Modi

March 12th, 06:07 am

PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.

ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 11th, 07:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।

ମରିସସର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ଡ. ନବୀନ ରାମଗୁଲାମଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 11th, 08:57 pm

ମରିସସର ପ୍ରଧାନମନ୍ତ୍ରୀ ଭାବେ ଐତିହାସିକ ବିଜୟ ହାସଲ କରିଥିବା ଡ. ନବୀନ ରାମଗୁଲାମଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।