ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 28th, 12:15 pm

ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍‌ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।

୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 28th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍‌ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।

୨୮ ମାର୍ଚ୍ଚରେ ଉତ୍ତର ପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

March 26th, 09:52 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ମାର୍ଚ୍ଚ ୨୦୨୬ରେ ଉତ୍ତର ପ୍ରଦେଶ ଗସ୍ତ କରିବେ । ସକାଳ ପ୍ରାୟ ୧୧:୩୦ ସମୟରେ, ସେ ଗୌତମ ବୁଦ୍ଧ ନଗରର ଜେୱରଠାରେ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ ବିଲ୍ଡିଂର ତଦାରଖ କରିବେ । ଏହା ପରେ, ପ୍ରାୟ ୧୨ଟା ସମୟରେ ପ୍ରଧାନମନ୍ତ୍ରୀ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟର ଉଦ୍‌ଘାଟନ କରିବେ ଏବଂ ଏହି ଅବସରରେ ଏକ ସାଧାରଣ ସମାବେଶକୁ ସମ୍ବୋଧିତ କରିବେ ।

ଉତ୍ତର ପ୍ରଦେଶର ମିରଟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର

February 22nd, 01:30 pm

ଉତ୍ତର ପ୍ରଦେଶର ସମ୍ମାନନୀୟ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ପଙ୍କଜ ଚୌଧୁରୀ ଜୀ, ଜୟନ୍ତ ଚୌଧୁରୀ ଜୀ, ଉତ୍ତର ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ୟୁପି ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀମାନେ, ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ଏଠାରେ ଏକତ୍ରିତ ହୋଇଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ!

ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡରକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

February 22nd, 01:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେରଠରେ ନମୋ ଭାରତ ରାପିଡ୍ ରେଳ ଏବଂ ମେରଠ ମେଟ୍ରୋ ମାର୍ଗକୁ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ‘ବିକଶିତ ଉତ୍ତର ପ୍ରଦେଶ' ଏବଂ ବିକଶିତ ଭାରତ’ ଲକ୍ଷ୍ୟକୁ ଗତିଶୀଳ କରିବ ବୋଲି ସେ କହିଛନ୍ତି। ଭାରତରେ ପ୍ରଥମ ଥର ପାଇଁ ଗୋଟିଏ ପ୍ଲାଟଫର୍ମରୁ ଗୋଟିଏ ଦିନରେ ଗୋଟିଏ ରାପିଡ୍‌ ରେଳ ଏବଂ ମେଟ୍ରୋ ସେବା ଆରମ୍ଭ ହୋଇଛି।

ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 17th, 12:45 pm

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି

August 17th, 12:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।

ଆମ ସରକାର ଲୋକଙ୍କୁ ସର୍ବଶ୍ରେଷ୍ଠ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବାକୁ ଅନେକ ପଦକ୍ଷେପ ନେଉଛି ଏବଂ ସଂଯୋଗ ଶକ୍ତିର ସୁବିଧାକୁ ଅଧିକ ସମୃଦ୍ଧି ପାଇଁ ବ୍ୟବହାର କରୁଛି : ପ୍ରଧାନମନ୍ତ୍ରୀ

December 09th, 10:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୋହରାଇଛନ୍ତି ଯେ, ଆମ ସରକାର ଲୋକଙ୍କୁ ସର୍ବଶ୍ରେଷ୍ଠ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବାକୁ ଅନେକ ପଦକ୍ଷେପ ନେଉଛି ଏବଂ ସଂଯୋଗ ଶକ୍ତିର ସୁବିଧାକୁ ଅଧିକ ସମୃଦ୍ଧି ପାଇଁ ବ୍ୟବହାର କରୁଛି । ସେ କହିଥିଲେ, ନିର୍ମାଣ ହେଉଥିବା ନୋଇଡ଼ା ଆନ୍ତର୍ଜାତିକ ବିମାନବନ୍ଦର ଏନସିଆର ଓ ଉତ୍ତର ପ୍ରଦେଶରେ ଯୋଗାଯୋଗ ବ୍ୟବସ୍ଥା ଓ ‘ଇଜ ଅଫ ଲିଭିଙ୍ଗ’କୁ ସମୃଦ୍ଧ କରିବ ।

Double engine government is working with double speed for Uttar Pradesh’s development: PM

January 31st, 01:31 pm

Ahead of the upcoming Assembly elections, Prime Minister Narendra Modi today addressed his first virtual rally in five districts of Uttar Pradesh. These districts are Saharanpur, Shamli, Muzaffarnagar, Baghpat and GautamBuddha Nagar. Addressing the first virtual rally 'Jan Chaupal', PM Modi said, “The illegal occupation of the homes, land and shops of the poor, Dalits, backwards and the downtrodden was a sign of socialism five years ago.”

PM Modi's Jan Chaupal with the people of Uttar Pradesh

January 31st, 01:30 pm

Ahead of the upcoming Assembly elections, Prime Minister Narendra Modi today addressed his first virtual rally in five districts of Uttar Pradesh. These districts are Saharanpur, Shamli, Muzaffarnagar, Baghpat and GautamBuddha Nagar. Addressing the first virtual rally 'Jan Chaupal', PM Modi said, “The illegal occupation of the homes, land and shops of the poor, Dalits, backwards and the downtrodden was a sign of socialism five years ago.”

ଉତରପ୍ରଦେଶର ଜେୱରଠାରେ ଅବସ୍ଥିତ ନୋଏଡା ଆନ୍ତର୍ଜାତିକ ବିମାନବନ୍ଦରର ଭିତିପ୍ରସ୍ତର ସ୍ଥାପନ ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 25th, 01:06 pm

ଉତରପ୍ରଦେଶର ଲୋକପ୍ରିୟ କର୍ମଯୋଗୀ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଏଠାକାର କର୍ମଠ ଉପ-ମୁଖ୍ୟମନ୍ତ୍ରୀ ତଥା ଆମର ପୂର୍ବତନ ସହଯୋଗୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଜେନେରାଲ୍ ଭି. କେ. ସିଂହ ଜୀ, ସଞ୍ଜୀବ୍ ବାଲ୍ୟାନ୍ ଜୀ, ଏସ୍‌. ପି. ସିଂହ ବାଘେଲ୍ ଜୀ, ବି. ଏଲ୍ ବର୍ମା ଜୀ, ଉତରପ୍ରଦେଶ ସରକାରରେ ମନ୍ତ୍ରୀ ଥିବା ଶ୍ରୀ ଲକ୍ଷ୍ମୀ ନାରାୟଣ ଚୌଧୁରୀ ଜୀ, ଶ୍ରୀ ଜୟ ପ୍ରତାପ ସିଂହ ଜୀ, ଶ୍ରୀକାନ୍ତ ଶର୍ମା ଜୀ, ଭୂପେନ୍ଦ୍ର ଚୌଧୁରୀ ଜୀ, ଶ୍ରୀ ନନ୍ଦଗୋପାଳ ଗୁପ୍ତା ଜୀ, ଅନିଲ ଶର୍ମା ଜୀ, ଧର୍ମ ସିଂହ ସାଇନି ଜୀ, ଅଶୋକ କଟାରିଆ ଜୀ, ଶ୍ରୀ ଜି. ଏସ୍‌.ଧର୍ମେଶ ଜୀ, ସଂସଦରେ ମୋର ସହଯୋଗୀ ଡକ୍ଟର ମହେଶ ଶର୍ମା ଜୀ, ଶ୍ରୀ ସୁରେନ୍ଦ୍ର ସିଂହ ନାଗର ଜୀ, ଶ୍ରୀ ଭୋଲା ସିଂହ ଜୀ, ସ୍ଥାନୀୟ ବିଧାୟକ ଶୀ ଧୀରେନ୍ଦ୍ର ସିଂହ ଜୀ, ମଂଚରେ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ଲୋକପ୍ରତିନିଧିଗଣ ଏବଂ ବିପୁଳ ସଂଖ୍ୟାରେ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବାକୁ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ ।

ଉତ୍ତର ପ୍ରଦେଶର ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

November 25th, 01:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶରେ ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଜେନେରାଲ ଭିକେ ସିଂ, ଶ୍ରୀ ସଞ୍ଜିବ ବାଲିୟାଁ, ଶ୍ରୀ ଏସପି ସିଂ ବାଘେଲ ଏବଂ ଶ୍ରୀ ବିଏଲ ବର୍ମା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।

ନଭେମ୍ବର 25 ତାରିଖରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

November 23rd, 09:29 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗରସ୍ଥିତ ଜେୱର ଠାରେ ୨୫ ନଭେମ୍ବର, ୨୦୨୧ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର (ଏନଆଇଏ) ନିର୍ମାଣ ପାଇଁ ଶିଳାନ୍ୟାସ କରିବେ। ଏହି ବିମାନ ବନ୍ଦର ନିର୍ମାଣ ପରେ ଉତ୍ତର ପ୍ରଦେଶ ହେବ ପାଞ୍ଚଟି ଅନ୍ତର୍ଜାତୀୟ ବିମାନ ବନ୍ଦର ଥିବା ଦେଶର ଏକମାତ୍ର ରାଜ୍ୟ ।